Biblia Todo Logo
Bib sou entènèt

- Piblisite -




ସିଫନୀୟ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକ ମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।

Gade chapit la Kopi

ଓଡିଆ ବାଇବେଲ

9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସେମାନେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସେମାନେ ସମସ୍ତେ ଏକତ୍ରିତ ହୋଇ ଆମ୍ଭକୁ ଉପାସନା କରିବେ।

Gade chapit la Kopi




ସିଫନୀୟ 3:9
21 Referans Kwoze  

ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକରୂପ ଉଚ୍ଚାରଣ ଥିଲା।


ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ।


ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।


ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।


ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।


ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ।


ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”


ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।


ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।


ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।


ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।


ଆଉ, ସେହି ଦୁଇ ଯଷ୍ଟି ଯେପରି ତୁମ୍ଭ ହସ୍ତରେ ଏକ ହେବ, ଏଥିପାଇଁ ସେହି ଦୁଇ ଯଷ୍ଟିକୁ ପରସ୍ପର ସହିତ ଯୋଡ଼।


ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”


Swiv nou:

Piblisite


Piblisite