Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 12:3 - ପବିତ୍ର ବାଇବଲ (CL) NT (BSI)

3 ସେଥିପାଇଁ ତୁମ୍ଭମାନଙ୍କର ଜାଣିବା ଉଚିତ ଯେ, ଈଶ୍ୱରଙ୍କ ଆତ୍ମା ଦ୍ୱାରା ପରିଚାଳିତ ହୋଇ କେହି କହି ପାରେନା, “ଯୀଶୁ ଅଭିଶପ୍ତ”; ପୁଣି ପବିତ୍ର୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ନ ହେଲେ, କେହି ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ଵରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ ‘ଯୀଶୁ ଅଭିଶପ୍ତʼ ବୋଲି କୁହେ ନାହିଁ, ପୁଣି କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ ‘ଯୀଶୁ ପ୍ରଭୁʼ ବୋଲି କହି ପାରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ୱରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ "ଯୀଶୁ ଅଭିଶପ୍ତ' ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ "ଯୀଶୁ ପ୍ରଭୁ' ବୋଲି କହିପାରେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ” ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ” ବୋଲି କହିପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ସେଥିପାଇଁ ମୁଁ କହୁଛି ଯେ, ପରମେଶ୍ୱରଙ୍କ ଆତ୍ମାପ୍ରାପ୍ତ ଲୋକ “ଯୀଶୁ ଅଭିଶପ୍ତ” ବୋଲି କଦାପି କହିବ ନାହିଁ। ପବିତ୍ରଆତ୍ମାଙ୍କ ସାହାଯ୍ୟ ବିନା କୌଣସି ଲୋକ “ଯୀଶୁ ପ୍ରଭୁ ଅଟନ୍ତି” ବୋଲି କହିବ ନାହିଁ।

Gade chapit la Kopi




୧ କରିନ୍ଥୀୟ 12:3
19 Referans Kwoze  

କାରଣ ଆମର କୃତିତ୍ୱ ଦାବୀ କରିବା ପାଇଁ କୌଣସି ଯୋଗ୍ୟତା ମଧ୍ୟ ନାହିଁ। ଆମର ଯୋଗ୍ୟତା ମଧ୍ୟ ନାହିଁ। ଆମର ଯୋଗ୍ୟତା ଈଶ୍ୱରଙ୍କଠାରୁ ଆସେ।


ଯଦି ଯୀଶୁଙ୍କୁ ପ୍ରଭୁ ବୋଲି ମୁଖରେ ସ୍ୱୀକାର କର ଓ ଈଶ୍ୱର ତାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି ବୋଲି ହୃଦୟରେ ବିଶ୍ୱାସ କର, ତା’ହେଲେ, ତୁମ୍ଭେମାନେ ପରିତ୍ରାଣ ପାଇବ।


ତୁମେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଛ, ତାହା ଯଥାର୍ଥ, କାରଣ ବାସ୍ତବିକ ମୁଁ ତାହା।


ତଥାପି ଆମର ଆରାଧ୍ୟ ଈଶ୍ୱର ଏକମାତ୍ର। ସେ ପିତା, ତାଙ୍କ ଦ୍ୱାରା ସମସ୍ତ ବିଷୟ ସୃଷ୍ଟ ଓ ତାଙ୍କ ପାଇଁ ଆମେ ବଞ୍ଚିଛୁ। ପୁଣି ଆମର ଜଣେ ମାତ୍ର ପ୍ରଭୁ: ଯୀଶୁ ଖ୍ରୀଷ୍ଟ। ତାଙ୍କ କର୍ତ୍ତୃକ ସମସ୍ତ ବିଷୟ ସୃଷ୍ଟି ହୋଇଛି ଏବଂ ତାଙ୍କଠାରେ ଆମେ ବଞ୍ଚିଛୁ।


“ସହାୟକ ପବିତ୍ରଆତ୍ମା ନିଶ୍ଚୟ ଆସିବେ। ସେ ପିତାଙ୍କ ନିକଟରୁ ଆସି, ଈଶ୍ୱରଙ୍କ ବିଷୟରେ ସତ୍ୟ ପ୍ରକାଶ କରିବେ। ମୁଁ ତାଙ୍କୁ ପିତାଙ୍କ ନିକଟରୁ ତୁମ୍ଭମାନଙ୍କ ପାଖକୁ ପଠଇଦେବି। ସେ ମୋ’ ବିଷୟରେ ସାକ୍ଷ୍ୟ ଦେବେ।


ଯୀଶୁ ପଚାରିଲେ, “ତାହାହେଲେ ଦାଉଦ ମସୀହଙ୍କୁ ‘ମୋର ପ୍ରଭୁ’ ବୋଲି କାହିଁକି ଉଲ୍ଲେଖ କରିଛନ୍ତି? ପରମାତ୍ମାଙ୍କ ପ୍ରେରଣାରେ ସେ ଲେଖିଛନ୍ତି,


ଯୀଶୁ କହିଲେ, “ଏ କାର୍ଯ୍ୟରେ ତାକୁ ବାଧା ଦିଅ ନାହିଁ। ଯେ ମୋ’ ନାମ ନେଇ ଅଲୌକିକ କାର୍ଯ୍ୟ କରିଥାଏ, ସେ ସଙ୍ଗେ ସଙ୍ଗେ ମୋ’ ବିରୁଦ୍ଧରେ କିଛି କହି ପାରିବ ନାହିଁ।


ଯେ ପ୍ରଭୁଙ୍କୁ ପ୍ରେମ ନ କରେ, ସେ ଅଭିଶପ୍ତ ହେଉ। ‘ମାରାନା ଥା’ ଅର୍ଥାତ୍ ଆମର ପ୍ରଭୁ ଆସନ୍ତୁ।


କାରଣ କେହି ଯଦି ଆସି ଆମେ ପ୍ରଚାର କରିଥିବା ଯୀଶୁଙ୍କୁ ଛାଡ଼ି ଅନ୍ୟ କୌଣସି ଯୀଶୁଙ୍କ କଥା ପ୍ରଚାର କରନ୍ତି କିମ୍ବା କେଉଁ ଆତ୍ମାର କଥା କୁହନ୍ତି ଅଥବା ତୁମ୍ଭେମାନେ ଗ୍ରହଣ କରିଥିବା ସୁସମାଚାର ଛଡ଼ା ଅନ୍ୟ କେଔଣସି ସୁସମାଚାର ପ୍ରଚାର କରନ୍ତି, ତୁମ୍ଭେମାନେ ଅନାୟାସରେ ତାହା ଗ୍ରହଣ କରିଥାଅ।


ମୋ’ ସ୍ୱଜାତି ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇ ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ହେବା ପାଇଁ ମୁଁ ଇଚ୍ଛୁକ, କାରଣ ସେମାନେ ଈଶ୍ୱରଙ୍କ ଲୋକ।


ପ୍ରଭୁଙ୍କ ଦିବସରେ ପବିତ୍ର ଆତ୍ମା ମୋତେ ଆବିଷ୍ଟ କଲେ ଏବଂ ମୋର ପଶ୍ଚାତ୍ରେ ତୂରୀ ଧ୍ୱନି ପରି ଏକ ଉଚ୍ଚ ସ୍ୱର ଶୁଣିଲି।


ମାତ୍ର ଖ୍ରୀଷ୍ଟ ଆମ ପାଇଁ ଅଭିଶପ୍ତ ହୋଇ ବ୍ୟବସ୍ଥାରେ ଉଲ୍ଲିଖିତ ଅଭିଶାପରୁ ଆମକୁ ମୁକ୍ତ କରିଛନ୍ତି। ଧର୍ମଶାସ୍ତ୍ରରେ ଲେଖାଅଛି, “ଯେ ବୃକ୍ଷରେ ଟଙ୍ଗାଯାଇ ମୃତ୍ୟୁଦଣ୍ଡ ଭୋଗ କରେ, ସେ ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ!”


ତୁମର ଗୁରୁ ଓ ପ୍ରଭୁ ହୋଇ ମୁଁ ଯଦି ତୁମର ପାଦ ଧୋଇଦେଲି, ତେବେ ତୁମ୍ଭେମାନେ ମଧ୍ୟ ପରସ୍ପରର ପାଦ ଧୋଇବା ଉଚିତ।


“ଏଠାରେ ଜଳ ଅଛି, ଏବେ ମୋର ଜଳଦୀକ୍ଷା ନେବାରେ କିଛି ବାଧା ଅଛି କି?”


Swiv nou:

Piblisite


Piblisite