Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 2:6 - ପବିତ୍ର ବାଇବଲ (CL) NT (BSI)

6 ଅବଶ୍ୟ ଆଧ୍ୟାତ୍ମିକଭାବେ ପରିପକ୍ୱ ଲୋକମାନଙ୍କ ନିକଟରେ ମୁଁ ଜ୍ଞାନର କଥା କୁହେ। କିନ୍ତୁ ଏ ଜ୍ଞାନ ଏ ଯୁଗର ଜ୍ଞାନ ନୁହେଁ, କିମ୍ବା ଏ ଯୁଗରେ କର୍ତ୍ତୃତ୍ୱ କରୁଥିବା କ୍ଷୟଶୀଳ ଶାସକଙ୍କର ଜ୍ଞାନ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତଥାପି ଆମ୍ଭେମାନେ ପରିପକ୍ଵ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ଵା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,

Gade chapit la Kopi

ଓଡିଆ ବାଇବେଲ

6 ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,

Gade chapit la Kopi

ପବିତ୍ର ବାଇବଲ

6 ଯେଉଁମାନେ ଅଭିଜ୍ଞ ଆମ୍ଭେ ସେହିମାନଙ୍କୁ ଜ୍ଞାନ ଶିକ୍ଷା ଦେଉ। କିନ୍ତୁ ଏହି ଜ୍ଞାନ ସଂସାରରୁ ନୁହେଁ, ଏହା ବର୍ତ୍ତମାନ ଯୁଗର ନେତା ମାନଙ୍କର ଜ୍ଞାନ ନୁହେଁ। ଏହି ନେତାମାନେ ଆପଣା ଶକ୍ତି ହରାଉ ଅଛନ୍ତି।

Gade chapit la Kopi




୧ କରିନ୍ଥୀୟ 2:6
36 Referans Kwoze  

ଅନ୍ୟ ପକ୍ଷରେ ଗୁରୁପାକ ଖାଦ୍ୟ ବୟସ୍କ ଲୋକମାନଙ୍କ ନିମନ୍ତେ; ସେମାନେ ଜୀବନର ବିଭିନ୍ନ ଅନୁଭୂତି ଦ୍ୱାରା ଭଲ ଓ ମନ୍ଦର ପ୍ରଭେଦ ଜାଣନ୍ତି।


ଏହିପରି ଜ୍ଞାନ ଈଶ୍ୱରଙ୍କଠାରୁ ଆସେ ନାହିଁ; ତାହା ଜାଗତିକ, ଶରୀରିକ, ପୈଶାଚିକ।


ସେମାନେ ବିଶ୍ୱାସ କରିନ୍ତି ନାହିଁ, କାରଣ ସେମାନଙ୍କ ମନକୁ ଏହି ଜଗତର ଦେବତା ଅନ୍ଧ କରି ଦେଇଛି। ଫଳରେ ଈଶ୍ୱରଙ୍କ ପ୍ରତିମୂର୍ତ୍ତିର୍ ଖ୍ରୀଷ୍ଟଙ୍କ ମହିମାନ୍ୱିତ ସୁସମାଚାରର ଦୀପ୍ତି ସେମାନଙ୍କ ନିକଟରେ ପ୍ରତିଭାତ ହୁଏ ନାହିଁ।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ତାଙ୍କର ଅନନ୍ତ ଗୌରବରେ ଭାଗୀ ହେବା ପାଇଁ, ଦୟାମୟ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ତୁମ୍ଭମାଙ୍କର କ୍ଷଣିକ ଦୁଃଖଭୋଗ ପରେ ସେ ନିଜେ ତୁମ୍ଭମାନଙ୍କୁ ସିଦ୍ଧ, ସୁଦୃଢ଼, ବଳିଷ୍ଠ ଓ ସୁପତିଷ୍ଠିତ କରିବେ।


ଜଗତର କୌଣସି ଅଧିପତି ଏହି ଜ୍ଞାନର ପରିଚୟ ପାଇ ନ ଥିଲେ। ଯଦି ତାହା ପାଇଥା’ନ୍ତେ, ତେବେ ସେମାନେ ମହାମହିମ ପ୍ରଭୁଙ୍କୁ କ୍ରୁଶାର୍ପଣ କରି ନ ଥାନ୍ତେ।


ଜଗତ ଦୃଷ୍ଟିରେ ଯାହା ସବୁ ଗୁରୁତ୍ୱପୂର୍ଣ୍ଣ, ସେଗୁଡ଼ିକୁ ବିଲୋପ କରିବା ପାଇଁ; ଜଗତର ହେୟ, ଉପେକ୍ଷିତ ଓ ନଗଣ୍ୟମାନଙ୍କୁ ସେ ପସନ୍ଦ କରିଛନ୍ତି।


ତୁମ ଦଳର ଆଉ ଜଣେ ସଭ୍ୟ ଓ ଖ୍ରୀଷ୍ଟ ଯୀଶୁଙ୍କର ସେବକ ଏପାଫ୍ରା ନମସ୍କାର ଜଣାଉଛନ୍ତି। ଈଶ୍ୱରଙ୍କ ଇଚ୍ଛାର ସମ୍ପୂର୍ଣ୍ଣ ବାଧ୍ୟ ହୋଇ ତୁମ୍ଭେମାନେ ଯେପରି ପରିପକ୍ୱ ଓ ଦୃଢ଼ ଖ୍ରୀଷ୍ଟବିଶ୍ୱାସୀ ସ୍ୱରୂପେ ଅବିଚଳିତଭାବେ ଛିଡ଼ା ହୋଇପାରେ, ସେଥିପାଇଁ ସେ ଅବିରତ ଈଶ୍ୱରଙ୍କ ନିକଟରେ ଆକୁଳ ପ୍ରାର୍ଥନା କରୁଛନ୍ତି।


ସେ ସମୟରେ ତୁମ୍ଭେମାନେ ଜାଗତିକ ଅସତ୍ ମାର୍ଗ ଅନୁସରଣ କରି, ମହାକାଶସ୍ଥ ଅଶରୀରୀ ଅଧିପତିର ବଶବର୍ତ୍ତୀ ଥିଲ। ସେହି ଅଧିପତି ଏବେ ଈଶ୍ୱରଙ୍କ ଆଜ୍ଞା ଲଙ୍ଘନକାରୀ। ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରୁଛି।


ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ସେହିପରି ସିଦ୍ଧ ହେବା ଉଚିତ୍।


ଜଗତରେ ଜୀବନ ଓ ବିଶେଷରେ ତୁମ୍ଭମାନଙ୍କ ସହିତ ଆମର ସର୍ମ୍ପକ ଈଶ୍ୱରଦତ୍ତ ପବିତ୍ରତା ଓ ବିଶ୍ବସ୍ତତା ଦ୍ୱାରା ପରିଚାଳିତ ବୋଲି ଆମ ବିବେକର ସାକ୍ଷ୍ୟ। ଏଥିପାଇଁ ଆମ ମନରେ ଗର୍ବ ହୁଏ। ମାନବିକ ଜ୍ଞାନରେ ନୁହେଁ, ମାତ୍ର ଐଶ୍ୱରିକ ଜ୍ଞାନରେ ଏହା କରିବାକୁ ଆମେ ସକ୍ଷମ ହୋଇଛୁ।


ଆମେ ସମସ୍ତେ ଅନେକ ଥର ଭୁଲ କରିଥାଉ। ଯଦି କେହି ତା’କଥାବାର୍ତ୍ତାରେ କଦାପି ଭୁଲି କରେ ନାହିଁ, ତେବେ ସେ ସିଦ୍ଧ ଏବଂ ନିଜକୁ ସମ୍ପୁର୍ଣ୍ଣ ସଂଯୁତ କରିପାରିଛି।


ଭାଇମାନେ, ମୋର ଶେଷ କଥା ଏହି- ନିଜ ନିଜକୁ ସଂଶୋଧନ କର, ମୋର ପରାମର୍ଶ ଗ୍ରହଣ କର, ସମସ୍ତେ ଏକମତ ହୁଅ ଓ ଶାନ୍ତିରେ ବାସ କର। ପ୍ରେମ ଓ ଶାନ୍ତିରେ ଈଶ୍ୱର ତୁମ୍ଭମାନଙ୍କ ସହିତ ରହନ୍ତୁ।


ଭାଇମାନେ, ଚିନ୍ତାଧାରାରେ ଶିଶୁ ପରି ହୁଅ ନାହିଁ। ମନ୍ଦ ବିଷୟ ପ୍ରତି ଶିଶୁ ପରି ହୁଅ; କିନ୍ତୁ ବୁଦ୍ଧି ବିଚାରରେ ତୁମ୍ଭେମାନେ ପୂର୍ଣ୍ଣ ବୟସ୍କ ହେବା ଉଚିତ୍।


ତେଣୁ ଆଧ୍ୟାତ୍ମିକମନା ଲୋକମାନଙ୍କ ନିକଟରେ ଆଧ୍ୟାତ୍ମିକ ସତ୍ୟ ପ୍ରକାଶ କଲାବେଳେ ଆମେ ଜାଗତିକ ଜ୍ଞାନରେ କଥା କହି ନ ଥାଉ; ପବିତ୍ରଆତ୍ମାଙ୍କ ଶିକ୍ଷାନୁଯାୟୀ ସେହି ସତ୍ୟସବୁ ବ୍ୟାଖ୍ୟା କରିଥାଉ।


ଭାଇମାନେ, ମୁଁ ତୁମ ନିକଟକୁ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ପ୍ରଚାର କରିବା ନିମନ୍ତେ ଯାଉଥିବା ବେଳେ ବାକ୍ୟାଡ଼ମ୍ବର କିମ୍ବା ପାଣ୍ଡିତ୍ୟ ଦେଖାଇ ନ ଥିଲି।


“ବେବର୍ତ୍ତାର ଚତୁରତା ଦେଖି ମାଲିକ ମନେ ମନେ ତାକୁ ତାରିଖ ପଲେ। ଏହି ଯୁଗର ଲୋକମାନେ ନିଜର କାର୍ଯ୍ୟ ସାଧନ କରିବାରେ ଆଲୋକ ସନ୍ତାନମାନଙ୍କ ଅପେକ୍ଷା ଅଧିକ ଚତୁର।


ଯୀଶୁ ତାକୁ ଉତ୍ତର ଦେଲେ, “ଯଦି ତୁମେ ସିଦ୍ଧ ହେବାକୁ ଚାହଁ, ଯାଅ, ତୁମର ସବୁ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବମାନଙ୍କୁ ଦାନ କରିଦିଅ। ତା’ହେଲେ ତୁମେ ସ୍ୱର୍ଗରେ ଧନ ଲାଭ କରିବ। ଏସବୁ କରିସାରି ମୋ’ ପଛେ ପଛେ ଆସ।”


କଣ୍ଟା ବୁଦା ଯେପରି କେତେକ ବୀଜକୁ ଗ୍ରାସ କରିଦିଏ, ସେହିପରି ଏହି ଜଗତର ଜଞ୍ଜାଳ ଓ ଧନ ସମ୍ପତ୍ତିର ଲାଳା କେତେକ ଲୋକଙ୍କଠାରେ ପହଞ୍ଚି ଥିବା ବାର୍ତ୍ତାକୁ ନଷ୍ଟ କରିଦିଏ ଏବଂ ସେମାନେ କୌଣସି ସୁଫଳ ପାଆନ୍ତି ନାହିଁ।


ଭାଇମାନେ, ଆଧ୍ୟାତ୍ମିକମନା ଲୋକମାନଙ୍କ ସହିତ କଥାବାର୍ତ୍ତା କଲା ପରି ମୁଁ ତୁମ୍ଭମାନଙ୍କ ସହିତ କଥାବାର୍ତ୍ତା କରି ନାହିଁ। ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ଜଗତର ଲୋକ ଏବଂ ଖ୍ରୀଷ୍ଟୀୟ ବିଶ୍ୱାସରେ ଶିଶୁ ମନେ କରି କଥା କହିଛି।


ପବିତ୍ରଆତ୍ମାଙ୍କ ଅନୁଗ୍ରହରୁ କେହି ବୁଦ୍ଧିମାନ ହୋଇ ବାକ୍ପଟୁ ହୁଏ ଓ ଆଉ କେହି ଜ୍ଞାନର କଥା କହେ।


କାରଣ ଆମ ଦ୍ୱାରା ପ୍ରଚାରିତ ସୁସମାଚାର ଯଦି ରହସ୍ୟାବୃତ, ତେବେ କେବଳ ବିପଥଗାମୀମାନଙ୍କ ପାଇଁ ତାହା ରହସ୍ୟାବୃତ।


ସେଥିପାଇଁ ଆମେ ପ୍ରତ୍ୟେକଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଛୁ। ପ୍ରତ୍ୟେକଙ୍କୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ କରି ଏକ ପରିପକ୍ୱ ବ୍ୟକ୍ତି ରୂପେ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ କରାଇବା ପାଇଁ, ଆମର ସମସ୍ତ ବୁଦ୍ଧିଜ୍ଞାନ ପ୍ରୟୋଗ କରି, ସମସ୍ତଙ୍କୁ ଚେତନା ଓ ଶିକ୍ଷା ଦେଉଅଛୁ।


ଅତଏବ, ଆମେ ଏଣିକି ଖ୍ରୀଷ୍ଟଧର୍ମର ପ୍ରାଥମିକ ତତ୍ତ୍ୱଗୁଡ଼ିକ ଛାଡ଼ି ନିଗୂଢ଼ ତତ୍ତ୍ୱସବୁ ଶିକ୍ଷା କରିବାରେ ଅଗ୍ରରେ ହେବା ଉଚିତ। ଆମେ ଧର୍ମବିଶ୍ୱାସର ପ୍ରାଥମିକ ତ୍ତ୍ୱଗୁଡ଼ିକ ଯଥା, ଅସାର କ୍ରିୟା କର୍ମରୁ ନିବୃତ୍ତ ହୋଇ ଈଶ୍ୱରଙ୍କଠାରେ ବିଶ୍ୱାସ କରିବା,


Swiv nou:

Piblisite


Piblisite