Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:3 - ପବିତ୍ର ବାଇବଲ (CL) NT (BSI)

3 ଏବେ ମଧ୍ୟ ତୁମ୍ଭେମାନେ ଜାଗତିକ ଲୋକମାନଙ୍କ ପରି ଜୀବନ ଯାପନ କରୁଛ। ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଏବଂ ପରସ୍ପର ମଧ୍ୟରେ କଳହ ଲାଗି ରହିଛି; ଏଥିରୁ କ’ଣ ତୁମ୍ଭେମାନେ ଶାରୀରିକ ଓ ଜାଗତିକ ବୋଲି ପ୍ରମାଣିତ ହେଉ ନାହଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ଵଭାବ ଅନୁସାରେ କି ଆଚରଣ କରୁନାହଁ?

Gade chapit la Kopi

ଓଡିଆ ବାଇବେଲ

3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ?

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେମାନେ ଆତ୍ମିକ ଜୀବନରେ ଏବେ ମଧ୍ୟ ଶିଶୁ ଭଳି ଅଛ। ତୁମ୍ଭେମାନେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧ୍ୟରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭେମାନେ ଏବେ ମଧ୍ୟ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ।

Gade chapit la Kopi




୧ କରିନ୍ଥୀୟ 3:3
17 Referans Kwoze  

ଯେଉଁମଠାରେ ଈର୍ଷା ଓ ସ୍ୱାର୍ଥପରତା, ସେଠାରେ ବିଶୃଙ୍ଖଳା ଓ ସବୁ ପ୍ରକାର ଦୁଷ୍ଟତା ଥାଏ।


ଆମ୍ଭେମାନେ ନିଜେ ଦିନେ ନିର୍ବୋଧ, ଅବାଧ୍ୟ ଓ ଭ୍ରାନ୍ତ ଥିଲୁ; ନାନା ପ୍ରକାର ଆମୋଦେ ପ୍ରମୋଦ ଓ ନୀଚ ପ୍ରବୃତ୍ତିଗୁଡ଼ିକର ବଶୀଭୂତ ଥିଲୁ; ଦ୍ୱେଷ ଓ ଈର୍ଷାପରବଶ ହୋଇ ଦିନାତିପାତ କରିଥିଲୁ; ଅନ୍ୟମାନେ ଆମ୍ଭମାନଙ୍କୁ ଘୃଣା କରୁଥିଲେ, ଆମ୍ଭେମାନେ ମଧ୍ୟ ସେମାନଙ୍କୁ ଘୃଣା କରୁଥିଲୁ।


ମାତ୍ର ଯଦି ତୁମ୍ଭେମାନେ ପଶୁ ପରି ଆଚରଣ କରି ପରସ୍ପରକୁ ଆଘାତ କରୁଥାଅ ଓ ପରସ୍ପରର କ୍ଷତି କରୁଥାଅ, ତେବେ ସତର୍କ ହୁଅ, ନଚେତ୍ ହୁଏତ ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣରୂପେ ବିନଷ୍ଟ କରିଦେବ।


କାରଣ ମୋର ଭୟ ହେଉଛି, ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇ ତୁମ୍ଭମାନଙ୍କ ଯେପରି ଦେଖିବାକୁ ଇଚ୍ଛା କରୁଛି, ସେପରି ଦେଖିବାକୁ ପାଇବି ନାହିଁ ଏବଂ ତୁମ୍ଭେମାନେ ମୋର ଯେଉଁ ରୂପ ଦେଖିବାକୁ ଇଚ୍ଛା କରୁ ନାହଁ, ହୁଏତ ତାହା ଦେଖିବାକୁ ପାଇବ। ହୁଏତ ସେଠାକୁ ଯାଇ ମୁଁ ନାନା ପ୍ରକାର ବିବାଦ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ଅପବାଦ, ଗର୍ବ ଓ ବିଶୃଙ୍ଖଳା ଦେଖିବକେୁ ପାଇବି।


ପ୍ରଥମତଃ, ମୁଁ ଖବର ପାଇଛି ଯେ, ଉପାସନାଳୟରେ ଏକ୍ରତିତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳ ଭେଦ ସୃଷ୍ଟି ହେଉଛି। ଏହା ଆଂଶିକ ଭାବରେ ସତ୍ୟ ବୋଲି ମୋର ବିଶ୍ୱାସ।


ଏକ ଚିନ୍ତା ଓ ଏକ ଲକ୍ଷ୍ୟ ନେଇ ଏକତାବଦ୍ଧ ହୁଅ। ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ରହିଛି ବୋଲି ଖୁୟୀଙ୍କ ପରିବାରର କେତେକ ମୋତେ ଜଣାଇଛନ୍ତି।


ଉଚ୍ଛୃଙ୍ଖଳ ଆମୋଦ ପ୍ରମୋଦ, ସୁରାପାନରେ ମତ୍ତତା, ନୀତିହୀନତା, ଅଶ୍ଳୀଳ ଆଚରଣ, ଈର୍ଷା, କଳିଗୋଳ ପ୍ରଭୃତିରେ ଲିପ୍ତ ନ ହୋଇ ଆସ, ଆଲୋକରେ କାର୍ଯ୍ୟରତ ଲୋକଙ୍କ ପରି ଭଦ୍ରୋଚିତ ବ୍ୟବହାର କରିବା।


ତୁମ୍ଭେମାନେ ବର୍ତ୍ତମାନଠାରୁ ଜୀବନର ଅବଶିଷ୍ଟ କାଳ ଭିତରେ ଶାରୀରିକ ଅଭିଲାଷର ବଶବର୍ତ୍ତୀ ନ ହୋଇ ଈଶ୍ୱରଙ୍କ ଇଚ୍ଛାଧୀନ ହୁଅ।


ଭାଇମାନେ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅଧିକାର ବଳରେ ମୁଁ ତୁମ୍ଭମାନଙ୍କୁ ଆବେଦନ କରୁଛି, ଆଲୋଚନା କରିବା ସମୟରେ ଏକ ମତ ହୁଅ। ତା’ହେଲେ ତୁମ ମଧ୍ୟରେ କୌଣସି ବିଭେଦ ରହିବ ନାହିଁ।


ତୁମ୍ଭମାନଙ୍କ ମଧ୍ୟରୁ କେହି ଯେତେବେଳେ କୁହେ, ‘ମୁଁ ପାଉଲଙ୍କର’, ଆଉ କେହି କୁହେ, ‘ମୁଁ ଆପୋଲୋଙ୍କର’, ସେତେବେଳେ କ’ଣ ତୁମ୍ଭେମାନେ ଜାଗତିକ ଲୋକମାନଙ୍କ ପରି ଆଚରଣ କରୁ ନାହଁ?


Swiv nou:

Piblisite


Piblisite