Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:6 - ପବିତ୍ର ବାଇବଲ (CL) NT (BSI)

6 ମୁଁ ରୋପଣ କରିଛି ଓ ଆପୋଲୋ ସେଥିରେ ଜଳସେଚନ କରିଛନ୍ତି, କିନ୍ତୁ ଈଶ୍ୱର ବୃଦ୍ଧି ସାଧନ କରାଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ଵର ବୃଦ୍ଧି ସାଧନ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ୱର ବୃଦ୍ଧି ସାଧନ କରିଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ବର ବୃଦ୍ଧି ସାଧନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛରେ ପାଣି ଦେଲେ, କିନ୍ତୁ ପରମେଶ୍ୱର ତାକୁ ବଢ଼ିବାରେ ସାହାଯ୍ୟ କଲେ।

Gade chapit la Kopi




୧ କରିନ୍ଥୀୟ 3:6
29 Referans Kwoze  

କିନ୍ତୁ ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ କରିଛନ୍ତି ଓ ସେହି ଖ୍ରୀଷ୍ଟଙ୍କୁ ହିଁ ଆମ୍ଭମାନଙ୍କ ଜ୍ଞାନ ସ୍ୱରୂପ କରିଛନ୍ତି। ତାଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଆମର ଯଥାର୍ଥ ସମ୍ପର୍କ ପୁନଃପ୍ରତିଷ୍ଠିତ ହୋଇଛି, ଆମେ ଧାର୍ମିକ ଓ ପବିତ୍ର ଲୋକ ହୋଇ ମୁକ୍ତି ପାଇଛୁ।


ମୁଁ କ’ଣ ଜଣେ ସ୍ୱାଧୀନ ବ୍ୟକ୍ତି ନୁହେଁ? ମୁଁ ପ୍ରେରିତ ଶିଷ୍ୟ ନୁହେଁ କି? ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ କ’ଣ ମୁଁ ଦେଖି ନାହିଁ? ତୁମ୍ଭେମାନେ, ମୁଁ ପ୍ରଭୁଙ୍କ ପାଇଁ କରିଥିବା କାର୍ଯ୍ୟର ଫଳ ସ୍ୱରୂପ ନୁହଁ କି?


ଆପୋଲ୍ଲୋ କରିନ୍ଥରେ ଥିବାବେଳେ ପାଉଲ ପ୍ରଦେଶର ଆଭ୍ୟନ୍ତରୀଣ ଅଞ୍ଚଳରେ ଯାତ୍ରା ଶେଷ କରି ଏଫିସସ୍ରେ ପହଞ୍ଚିଲେ। ସେଠାରେ ସେ କେତେକ ଶିଷ୍ୟଙ୍କ ଦେଖା ପାଇ ପଚାରିଲେ,


ସେମାନେ ଏହା ଶୁଣିବା ପରେ ଆଉ ସମାଲୋଚନା ନ କରି ଈଶ୍ୱରଙ୍କ ପ୍ରଶଂସା କରି କହିଲେ, “ତା’ ହେଲେ ଈଶ୍ୱର ଅଣଇହୁଦୀମାନଙ୍କୁ ମଧ୍ୟ ଅନୁତାପ କରିବାକୁ ଓ ବଞ୍ଚିବା ପାଇଁ ସୁଯୋଗ ଦେଇଛନ୍ତି।”


କାରଣ କେବଳ ବାକ୍ୟରେ ନୁହେଁ, ପବିତ୍ର ଆତ୍ମାଙ୍କ ସହାୟତାରେ ଶକ୍ତିର ସହିତ, ସୁସମାଚାରର ସତ୍ୟତା ସମ୍ପୂର୍ଣ୍ଣଭାବେ ଉପଲବ୍ଧି କରି ଆମେ ତାହା ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ। ତୁମ୍ଭେମାନେ ଜାଣ, ତୁମ ସହିତ ଥିବାବେଳେ ଆମେ କିପରି ଜୀବନ ଯାପନ କରିଥିଲୁ; କିପରି କେବଳ ତୁମ୍ଭମାନଙ୍କର ମଙ୍ଗଳ ଆମ ଜୀବନର ଲକ୍ଷ୍ୟ ଥିଲା।


ଅଣଇହୁଦୀମାନଙ୍କୁ ଈଶ୍ୱରଙ୍କ ଆଜ୍ଞାବହ କରାଇବା ନିମନ୍ତେ ଖ୍ରୀଷ୍ଟ ମୋ’ ଦ୍ୱାରା କଅଣ ସାଧନ କରିଛନ୍ତି, କେବଳ ଏ କଥା କହିବାକୁ ମୁଁ ସାହସୀ ହୋଇଛି।


ପାଉଲ ସେମାନଙ୍କୁ ଅଭିବାଦନ ଜଣାଇ ତାଙ୍କ କାର୍ଯ୍ୟ ଦ୍ୱାରା ଈଶ୍ୱର ଅଣଇହୁଦୀମାନଙ୍କ ମଧ୍ୟରେ ଯାହା କରିଥିଲେ; ତା’ର ଏକ ସଂପୂର୍ଣ୍ଣ ବିବରଣୀ ଦେଲେ।


ସେହି ସମୟରେ ଆଲେକ୍ଜାଣ୍ଡ୍ରିଆରେ ଜନ୍ମ ଗ୍ରହଣ କରିଥିବା ଆପୋଲ୍ଲୋ ନାମରେ ଜଣେ ଇହୁଦୀ ଏଫିସସ୍କୁ ଆସିଲେ। ସେ ଜଣେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ତାଙ୍କର ଗଭୀର ଜ୍ଞାନ ଥିଲା।


ସେମାନଙ୍କ ମଧ୍ୟରୁ ଥୁୟଟୀରା ସହରର ବାଇଗଣିଆ ବସ୍ତ୍ର ବିକ୍ରି କରୁଥିବା ଲୁଦିଆ ନାମରେ ଜଣେ ମହିଳା ଥିଲେ। ସେ ଈଶ୍ୱରଙ୍କର ଉପାସନା କରୁଥିଲେ ଓ ପାଉଲ ଯାହା କହୁଥିଲେ, ତାହା ମନୋଯୋଗ ସହକାରେ ଶୁଣି ଗ୍ରହଣ କରିବା ପାଇଁ ପ୍ରଭୁ ତାଙ୍କୁ ସୁଯୋଗ ଦେଲେ।


ସେମାନେ ଆଣ୍ଟିୟୋଖରେ ପହଞ୍ଚି ମଣ୍ଡଳୀର ଲୋକମାନଙ୍କୁ ଏକତ୍ରିତ କଲେ। ଈଶ୍ୱର ସେମାନଙ୍କ ପ୍ରତି ଯାହାସବୁ କରିଥିଲେ ଓ ଅଣଇହୁଦୀମାନଙ୍କ ବିଶ୍ୱାସ ପାଇଁ କିପରି ପଥ ଉନ୍ମୁକ୍ତ କରିଥିଲେ, ସେସବୁ ସେମାନଙ୍କୁ ଜଣାଇଲେ।


ମୋର ମନେହୁଏ, ତୁମ୍ଭେମାନେ ପ୍ରତେକେ ବିଭିନ୍ନ ମତ ବ୍ୟକ୍ତ କରୁଛ। କେହି କହୁଛି, ‘ମୁଁ ପାଉଲଙ୍କୁ ଅନୁସରଣ କରୁଛି,’ କେହି କହୁଛି, ‘ମୁଁ ପିତରଙ୍କର ଅନୁଗାମୀ,’ ଆଉ କେହି କହୁଛି, ‘ମୁଁ ଖ୍ରୀଷ୍ଟଙ୍କର ଅନୁଗାମୀ’।


ସୁତରାଂ ରୋପଣକାରୀ ଓ ସେଚନକାରୀ କିଛି ନୁହଁନ୍ତି। କେବଳ ବୃଦ୍ଧି ସାଧନକର୍ତ୍ତା ଈଶ୍ୱର ସର୍ବେସର୍ବା।


ପାଉଲ, ଆପୋଲୋ, ପିତର, ଏହି ଜଗତ, ଜୀବନ ଓ ମୃତ୍ୟୁ, ବର୍ତ୍ତମାନ ଓ ଭବିଷ୍ୟତ୍ ସବୁ ତୁମ୍ଭମାନଙ୍କର।


ମୁଁ ପ୍ରାର୍ଥନା କରେ, ଯେପରି ତୁମ୍ଭମାନଙ୍କ ବିଶ୍ୱାସ ବଳରେ ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରିବେ। ମୁଁ ପ୍ରାର୍ଥନା କରେ, ଯେପରି ତୁମ୍ଭମାନଙ୍କର ମୂଳଦୁଆ ପ୍ରେମରେ ସ୍ଥାପିତ ଓ ଦୃଢ଼ୀଭୂତ ହେବ।


Swiv nou:

Piblisite


Piblisite