Biblia Todo Logo
Bib sou entènèt

- Piblisite -




୧ ଯୋହନ 2:1 - ପବିତ୍ର ବାଇବଲ (CL) NT (BSI)

1 ପିଲାମାନେ, ତୁମ୍ଭମାନଙ୍କୁ ମୋର ଏହି ଚିଠି ଲେଖିବାର ଉଦ୍ଦେଶ୍ୟ, ଏହି ପଢ଼ି ଯେପରି ଆଉ ପାପ କରିବ ନାହିଁ। ପୁଣି ତୁମ୍ଭେମାନେ ଯେପରି ଜାଣିବ, କେହି ଯଦି ପାପ କରେ, ଆମ ପାଇଁ ପିତା ଈଶ୍ୱରଙ୍କଠାରେ କୃପାଭିକ୍ଷଶ କରିବାକୁ ଜଣେ ମହାପୁଣ୍ୟବାନ ବ୍ୟକ୍ତିଅଛନ୍ତି- ପ୍ରଭୁଯୀଶୁ ଖ୍ରୀଷ୍ଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହା- ହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେହି ଧାର୍ମିକ ଯୀଶୁ ଖ୍ରୀଷ୍ଟ।

Gade chapit la Kopi

ଓଡିଆ ବାଇବେଲ

1 ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି । କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।

Gade chapit la Kopi

ପବିତ୍ର ବାଇବଲ

1 ମୋର ପ୍ରିୟ ପିଲାମାନେ, ମୁଁ ଏହିସବୁ ତୁମ୍ଭମାନଙ୍କୁ ଲେଖୁଅଛି ଯେପରି, ତୁମ୍ଭେମାନେ ପାପ ନ କର। କିନ୍ତୁ ଯଦି କେହି ପାପ କରେ, ଆମ୍ଭର ଯୀଶୁ ଖ୍ରୀଷ୍ଟ ଯିଏ କି ଧାର୍ମିକ ଓ ଯିଏ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ସପକ୍ଷବାଦୀ; ସେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।

Gade chapit la Kopi




୧ ଯୋହନ 2:1
47 Referans Kwoze  

ଈଶ୍ୱର ଅଦ୍ୱିତୀୟ ଏବଂ ମନୁଷ୍ୟକୁ ଈଶ୍ୱରଙ୍କ ସହିତ ସମ୍ମିଳିତ କରାଇବା ପାଇଁ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି - ସେ ହେଉଛନ୍ତି ଖ୍ରୀଷ୍ଟ ଯୀଶୁ।


ତେବେ କିଏ ସେମାନଙ୍କୁ ଆଉ ଦୋଷୀ କରିପାରିବ? ଖ୍ରୀଷ୍ଟ ଯୀଶୁ ତା’ କେବେ କରିବେ ନାହିଁ, କାରଣ ସେ ମୃତ୍ୟୁରୁ ପୁନରୁତ୍ଥିତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହୋଇ ଅଛନ୍ତି।


ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ସତ୍ୟ ଓ ଜୀବନ। ମୋ’ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇପାରିବି ନାହିଁ।


କାରଣ ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନିଷ୍ଠାପ ଥିଲେ ସୁଦ୍ଧା, ଈଶ୍ୱର ତାଙ୍କୁ ଆମ ପାଇଁ ପାପ ସ୍ୱରୂପ କଲେ, ଆମେ ଯେପିର ତାଙ୍କ ସହିତ ଯଂଯୁକ୍ତ ହୋଇ ଈଶ୍ୱରଙ୍କ ଧାର୍ମିକତାର ଅଂଶୀ ହୋଇ ପାରିବା।


କିନ୍ତୁ ପିଲାମାନେ! ତୁମ୍ଭେମାନେ ଈଶ୍ୱରଙ୍କ। ସେହି ଭଣ୍ଡ ଭାବବାଦୀମାନଙ୍କୁ ତୁମେ ପରାଜିତ କରିଛ,କାରଣ ତୁମ ଅନ୍ତରରେ ବାସ କରୁଥିବା ଈଶ୍ୱରଙ୍କ ଆତ୍ମଶ, ସାଂସାରିକ ଲୋକମାନଙ୍କ ଆତ୍ମାଠାରୁ ଅଧିକ ଶକ୍ତିଶାଳୀ।


ପିଲାମାନେ, ଆମର ପ୍ରେମ କେବଳ କଥାରେ ଓ ବାକ୍ୟାଳାପରେ ପ୍ରକାଶ ପାଇଲେ ଯଥେଷ୍ଟ ହେବ ନାହିଁ; ତାହାକୁ କାର୍ଯ୍ୟରେ ଦେଖାଇବାକୁ ହେବ।


ପିଲାମାନେ! କେହି ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ। ଯେ କେହି ସତ୍କର୍ମ କରେ, ସେହି କେବଳ ଖ୍ରୀଷ୍ଟଙ୍କ ପରି ଆସିଥ୍ିବା ଶୟତାନର ଅନୁଗାମୀ। ସେହି ଶୟତାନର କାର୍ଯ୍ୟକୁ ଧ୍ୱଂସ କରିବା ପାଇଁ ଈଶ୍ବରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇଥିଲେ।


“ନା, ପ୍ରଭୁ, କେହି ନାହାନ୍ତି”, ସେ ଉତ୍ତର ଦେଲା। ଯୀଶୁ ତାକୁ ଅଭୟ ଦେଇ କହିଲେ: “ମୁଁ ମଧ୍ୟ ତୁମକୁ ଦଣ୍ଡ ଦେବି ନାହିଁ। ଯାଅ, କିନ୍ତୁ ଆଉ ଥରେ ପାପ କର ନାହିଁ।”)


ଯାହା ମନୁଷ୍ୟ ହସ୍ତକୃତ ନୁହେଁ, ଏପରି ଏକ ପବିତ୍ର ସ୍ଥାନକୁ ଖୀଷ୍ଟ ଯାଇଛନ୍ତି। ତାହା କୌଣସି ମୂଳ ବିଷୟରେ ଅନୁରୂପ ନୁହେଁ। ସେ ସ୍ୱର୍ଗକୁ ହିଁ ଯାଇଛନ୍ତି। ସେଠାରେ ସେ ଆମ୍ଭମାନଙ୍କ ସପକ୍ଷେ ବର୍ତ୍ତମାନ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ ଅଛନ୍ତି।


ଆମ୍ଭମାନଙ୍କର ପାପ ମୋଚନ ପାଇଁ ନ ଥିଲା।


ଖ୍ରୀଷ୍ଟଙ୍କ ଦ୍ୱାରା ହିଁ ଇହୁଦୀ ଓ ଅଣଇହୁଦୀ ସମସ୍ତେ ଏକ ଆତ୍ମାରେ ପିତାଙ୍କ ସମ୍ମୁଖକୁ ଆସିବା ପାଇଁ ସକ୍ଷମ ହୋଇଛୁ।


ଯେଉଁ ଖାଦ୍ୟ କ୍ଷୟ ହୁଏ, ତା’ ପାଇଁ ଏତେ ପରିଶ୍ରମ କର ନାହିଁ। ବରଂ ଯେଉଁ ଅକ୍ଷୟ ଖାଦ୍ୟ ଅନନ୍ତ ଜୀବନ ପ୍ରଦାନ କରେ, ସେଥିପାଇଁ ପରିଶ୍ରମ କର। ଏହି ଖାଦ୍ୟ ମନୁଷ୍ୟପୁତ୍ର ଦିଅନ୍ତି, କାରଣ ପିତା ଈଶ୍ୱର ସେଥିପାଇଁ ତାଙ୍କୁ ଅଧିକାର ଦେଇଛନ୍ତି।”


ତୁମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ କଢ଼ାଇ ଆଣିବା ପାଇଁ ଖ୍ରୀଷ୍ଟ ନିଜେ ଧାମର୍ମିକ ହୋଇ ଅଧାର୍ମିକମାନଙ୍କ ପାପର ପ୍ରାୟଶ୍ଚିତ ନିମନ୍ତେ ନିଜର ପ୍ରାଣ ଦେଲେ। ଏହି ପ୍ରାୟଶ୍ଚିତ ସେ ଏକାଥରକେ ଅନନ୍ତ କାଳ ପାଇଁ ସାଧନ କରିଛନ୍ତି। ସେ ଶାରୀରିକ ଭାବରେ ହତ ହେଲେ, କିନ୍ତୁ ଆତ୍ମିକ ଭାବରେ ସଞ୍ଜୀବିତ ହେଲେ


ତୁମେ କ୍ରୋଧାନ୍ୱିତ ହୋଇ ପାପ କର ନାହିଁ। ସୂର୍ଯ୍ୟାସ୍ତ ପୂର୍ବରୁ ତୁମର କ୍ରୋଧ ଶାନ୍ତ ହେଉ।


ହେ ମୋର ପ୍ରିୟ ପିଲାମାନେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ଅନୁରୂପ କରି ଗଢ଼ିବା ପାଇଁ ମୁଁ ପୁନର୍ବାର ପ୍ରସବ ବେଦନାର ଯନ୍ତ୍ରଣା ଅନୁଭବ କରୁଛି।


ମୁଁ ସେହିପରି ମୋ’ ମେଷମାନଙ୍କୁ ମଧ୍ୟ ଜାଣେ ଏବଂ ସେମାନେ ମଧ୍ୟ ମୋତେ ଜାଣନ୍ତି। ମୁଁ ସେମାନଙ୍କ ପାଇଁ ମୋ ଜୀବନ ଦେବାକୁ ପ୍ରସ୍ତୁତ।


କିନ୍ତୁ ମୋ’ ସପକ୍ଷରେ ଯୋହନଙ୍କଠାରୁ ଅଧିକ ଶକ୍ତିଶାଳୀ ଜଣେ ସାକ୍ଷୀ ଅଛନ୍ତି। ପିତା ଈଶ୍ୱରଙ୍କ ଆଜ୍ଞା ଅନୁଯାୟୀ ମୁଁ ଯେଉଁସବୁ କର୍ମ ସାଧନ କରୁଛି, ସେହିସବୁ ହିଁ ମୋ’ ପାଇଁ ଯଥାର୍ଥ ସାକ୍ଷ୍ୟ। ସେହିସବୁ ପ୍ରମାଣ କରୁଛି ଯେ, ମୋତେ ଈଶ୍ୱର ପ୍ରେରଣ କରିଛନ୍ତି।


“ମୋର ପିତା ମୋତେ ସମସ୍ତ ବିଷୟ ଦେଇଛନ୍ତି। ପୁତ୍ର କିଏ, ପିତାଙ୍କ ଛଡ଼ା ଆଉ କିଏ ଜାଣେ ନାହିଁ ଏବଂ ପିତା କିଏ, ପୁତ୍ରଙ୍କ ଛଡ଼ା ଓ ପୁତ୍ର ଯେଉଁମାନଙ୍କଠାରେ ପ୍ରକାଶ କରିବାକୁ ଚାହାନ୍ତି, ସେମାନଙ୍କ ଛଡ଼ା ଆଉ କେହି ଜାଣେ ନାହିଁ।”


ସେ କୌଣସି ପାପ କରି ନ ଥିଲେ। ତାଙ୍କ ଓଷ୍ଠରୁ ମିଥ୍ୟା କଥା ବାହାରିବା କେହି କେବେ ଶୁଣି ନ ଥିଲେ। ସେ ଅପମାନିତ ହେବା ସମୟରେ ଅପମାନସୂଚକ ପ୍ରତ୍ୟୁତ୍ତର ଦେଇ ନ ଥିଲେ।


ତେଣୁ ସଂଯତ ହୁଅ, ପାପ କର ନାହିଁ। ତୁମ୍ଭମାନଙ୍କ ପକ୍ଷରେ ଗୋଟିଏ ଲଜ୍ଜାଜନକ ବିଷୟ ଏଠାରେ କହି ରଖୁଛି - ତୁମ୍ଭମାନଙ୍କ ମଧ୍ୟରୁ କେତେକେ ଈଶ୍ୱରଙ୍କୁ ଜାଣି ନାହାନ୍ତି।


ଏହାପରେ ଯୀଶୁ ତାକୁ ମନ୍ଦିର ଭିତରେ ଦେଖି କହିଲେ: “ଶୁଣ, ତୁମେ ଏବେ ସୁସ୍ଥ ହୋଇଛ, ଆଉ ପାପ କର ନାହିଁ, ନଚେତ୍ ତୁମର ଅଧିକ ଅନିଷ୍ଟ ହୋଇପାରେ।”


ଯେଉଁ ଧର୍ମକର୍ମ ପିତା ଈଶ୍ୱରଙ୍କ ଦୃଷ୍ଟିରେ ବିଶୁଦ୍ଧଓ ଯଥାର୍ଥ, ତାହା ହେଉଛି- ଦୁର୍ଦ୍ଧଶାଗ୍ରସ ଅନାଥ ଓ ବଧମାନଙ୍କର ଯତ୍ନ ନେବା ଏବଂ ଜଗତରେ କଳୁଷରୁ ନିଜକୁ ମୁକ୍ତ ରଖିବା।


ପିଲାମାନେ, ଅସତ୍ୟ ଦେବାଦେବୀଙ୍କଠାରୁ ଦୂରେଇ ରୁହ।


ଆମେ ଜିହ୍ୱା ଦ୍ୱାରା ପ୍ରଭୁ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦେଉ। ପୁଣି ଏହି ଜିହ୍ୱା ଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ମଓ୍ୟ ଦେଉ।


ତାହାହେଲେ, ଆମ୍ଭେମାନେ ବ୍ୟବସ୍ଥାର ଅଧୀନ ନ ହୋଇ ଈଶ୍ୱରଙ୍କ ଅନୁଗ୍ରହପ୍ରାପ୍ତ ବୋଲି କଅଣ ପାପ କରୁଥିବା? କଦାପି ନୁହେଁ।


ପିଲାମାନେ! ମୁଁ ତୁମ ସଙ୍ଗରେ ଆଉ ବେଶୀ ସମୟ ରହିବି ନାହିଁ। ତୁମେ ମୋତେ ଖୋଜିବ, କିନ୍ତୁ ମୁଁ ଯେଉଁଠାକୁ ଯାଉଛି, ତୁମେ ସେଠାକୁ ଯାଇ ପାରିବ ନାହିଁ- ଏ ବିଷୟରେ ଇହୁଦୀ କର୍ତ୍ତୃପକ୍ଷଙ୍କୁ ଯାହା କହିଥିଲି, ବର୍ତ୍ତମାନ ତୁମକୁ ଆଉ ଥରେ ତାହା କହୁଛି।


ଏହି ପତ୍ର ଲେଖିବା ସମୟରେ, ଶୀଘ୍ର ତୁମକୁ ଦେଖି ଆସିବା ପାଇଁ ମୁଁ ଆଶା କରୁଛି,


ଯୀଶୁ ସେମାନଙ୍କୁ ପଚାରିଲେ, “ପିଲାମାନେ, କଅଣ କିଛି ଧରିପାରି ନାହଁ?” “ନା”, ସେମାନେ ଉତ୍ତର ଦେଲେ।


ମୁଁ ମୋ’ ପିତାଙ୍କୁ ପ୍ରାର୍ଥନା କରିବି ଓ ତୁମ୍ଭମାନଙ୍କ ସହିତ ଚିରକାଳ ରହିବା ପାଇଁ ସେ ଆଉ ଜଣେ ସହାୟକଙ୍କୁ ପ୍ରେରଣ କରିବେ।


ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ଦ୍ୱାରା ଉତ୍ପୀଡ଼ିତ ନ ହୋଇଥିବା କୌଣସି ଭାବବାଦୀ ଅଛନ୍ତି କି? ଈଶ୍ୱରଙ୍କ ଯେଉଁ ବାର୍ତ୍ତାବହମାନେ ବହୁ ପୂର୍ବେ ତାଙ୍କ ପବିତ୍ର ଦାସଙ୍କ ଆଗମନ ବିଷୟରେ ଘୋଷଣା କରିଥିଲେ, ତୁମ ପୂର୍ବପୁରୁଷମାନେ ସେମାନଙ୍କୁ ହତ୍ୟା କଲେ।


ଆମ୍ଭେମାନେ ଈଶ୍ୱରଙ୍କ ଶତ୍ରୁ ଥିବା ସମୟରେ ତାଙ୍କ ପୁତ୍ର ଆମ୍ଭମାନଙ୍କ ପାଇଁ ପ୍ରାଣ ଦେଲେ, ତାହା ଦ୍ୱାରା ଈଶ୍ୱରଙ୍କ ସହିତ ପୁନର୍ମିଳନ ହେଲା ପରେ ବର୍ତ୍ତମାନ ଖ୍ରୀଷ୍ଟଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା ପାଇଁ ଆମେ କେତେ ଅଧିକ ସୁଯୋଗ ନ ପାଇବା?


ଅବଶ୍ୟ ସମସ୍ତ ଦୁଷ୍କର୍ମ ପାପ, କିନ୍ତୁ କେତେକ ପାପ ମରଣାନ୍ତକ ନୁହେଁ।


ମୋର ପିଲାମାନେ ସତ୍ୟକୁ ଅନୁସରଣ କରି ଜୀବନ ଯାପନ କରୁଛନ୍ତି ବୋଲି ଶୁଣିଲେ, ମୋର ସବୁାଂରୁ ଅଧିକ ଆନନ୍ଦ ହୁଏ।


Swiv nou:

Piblisite


Piblisite