Biblia Todo Logo
Bib sou entènèt

- Piblisite -




୧ ଯୋହନ 2:4 - ପବିତ୍ର ବାଇବଲ (CL) NT (BSI)

4 ଯଦି କେହି କହେ ଯେ, ସେ ଈଶ୍ୱରଙ୍କୁ ଜାଣିଛି, ଅଥଚ ସେ ତାଙ୍କ ଆଜ୍ଞାପାଳନ କରେ ନାହିଁ, ଯେ ଜଣେ ମିଥ୍ୟାବାଦୀ; ତା’ ଅନ୍ତରରେ ସତ୍ୟର ସ୍ଥାନ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;

Gade chapit la Kopi

ଓଡିଆ ବାଇବେଲ

4 ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;

Gade chapit la Kopi

ପବିତ୍ର ବାଇବଲ

4 ଯଦି କିଏ କୁହେ, “ମୁଁ ପରମେଶ୍ୱରଙ୍କୁ ଜାଣେ,” କିନ୍ତୁ ତାହାଙ୍କ ଆଜ୍ଞା ପାଳନ କରେ ନାହିଁ, ତେବେ ସେ ଜଣେ ମିଥ୍ୟାବାଦୀ। ତାହାଙ୍କଠାରେ ସତ୍ୟ ନାହିଁ।

Gade chapit la Kopi




୧ ଯୋହନ 2:4
13 Referans Kwoze  

ସୁତରାଂ ଆମେ ତାଙ୍କର ସ।।ହାଚର୍ଯ୍ୟ ଅନୁଭବ କରୁଛୁ ବୋଲି କହି, ଯଦି ଅନ୍ଧକାରରେ ବାସ କରୁ, କଥାରେ ଓ କାର୍ଯ୍ୟରେ ଆମେ ମିଥ୍ୟାବାଦୀ ହେବା।


ସେମାନେ ଈଶ୍ୱରଙ୍କୁ ଜାଣିଛନ୍ତି ବୋଲି ଜୋର କରି କହନ୍ତି, କିନ୍ତୁ କାର୍ଯ୍ୟତଃ ସେମାନେ ଏ କଥା ଅସ୍ୱୀକାର କରନ୍ତି। ସେମାନେ ବିଦ୍ୱେଷପୂର୍ଣ୍ଣ ଏବଂ ଦୁର୍ଦ୍ଦାନ୍ତ - କୌଣସି ସତ୍କାର୍ଯ୍ୟ ସାଧନ କରିବାକୁ ସେମାନେ ଯୋଗ୍ୟ ନୁହନ୍ତି।


ଆମେ ଯଦି ନିଜକୁ ନିଷ୍ପାପ ବୋଲି ମନେ କରୁ, ତେବେ ଆତ୍ମପ୍ରତାରଣା କରୁଛୁ- ଆମଠାରେ ତିଳେ ହେଲେ ସତ୍ୟତା ନାହିଁ।


ଯଦି କେହି କହେ ଯେ, ସେ ଈଶ୍ୱରଙ୍କୁ ପ୍ରେମ କରେ, ଅଥଚ ସେ ତା’ଭାଇକୁ ଘୃଣା କରେ, ସେ ମିଥ୍ୟାବାଦୀ। ପ୍ରତ୍ୟକ୍ଷରେ ଦେଖୁଥିବା ଜଣେ ଭାଇକୁ ଯେ କେହି ସ୍ନେହ କରିପାରେ ନାହିଁ, ସେ ଅଦୃଶ୍ୟ ଈଶ୍ୱରଙ୍କୁ କଦାପି ପ୍ରେମ କରି ପାିବ ନାହିଁ।


ଯଦି କେହି କହେ, ଏହି ଆଲୋକରେ ତା’ର ସ୍ଥିତି, ଅଥଚ ସେ ତା’ ଭାଇକୁ ଘୃଣା କରୁଥାଏ, ସେ ଅଦ୍ୟାପି ଅନ୍ଧକାର ନିବାସୀ।


ଆମେ ପାପ କରି ନୈୁଁ ବୋଲି ଯଦି କହୁ, ଈଶ୍ୱରଙ୍କୁ ମିଥ୍ୟାବାଦୀ ବୋଲି ଅଭିଯୁକ୍ତ କରୁଛୁ- ତାଙ୍କର ବାକ୍ୟ ଆମ ହୃଦୟରେ ସ୍ଥାନ ପାଇ ନାହିଁ।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନର ସନ୍ତାନ; ତାହାର ଇଚ୍ଛା ଅନୁସାରେ କାର୍ଯ୍ୟ କରିବାକୁ ଲାଳାୟିତ। ସୃଷ୍ଟିର ଆରମ୍ଭରୁ ସେ ଥିଲା ନରହନ୍ତା। ସେ କେବେ ସତ୍ୟର ପକ୍ଷପାତୀ ନ ଥିଲା କାରଣ ତା’ଠାରେ ଲେଶମାତ୍ର ସତ୍ୟ ନାହିଁ। ମିଥ୍ୟା କହିବା ତା’ ପକ୍ଷରେ ସ୍ୱାଭାବିକ। କାରଣ ସେ ନିଜେ ମିଥ୍ୟାବାଦୀ ଓ ସକଳ ମିଥ୍ୟାର ଜନକ।


ଅନେକେ, ବିଶେଷତଃ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଇହୁଦୀମାନେ ବିଦ୍ରୋହ କରି ଅସଙ୍ଗତ କଥା ଦ୍ୱାରା ଅନ୍ୟମାନଙ୍କୁ ପ୍ରତାରଣା କରୁଛନ୍ତି।


ଈଶ୍ୱରଙ୍କ ଆଜ୍ଞାନୁବର୍ତ୍ତୀ ହେବା ଦ୍ୱାରା ଆମେ ନିଶ୍ଚିତଭାବେ ତାଙ୍କୁ ଜାଣି ପାରିବା।


ସୁତରାଂ ଯେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ରେହେ, ସେ ଆଉ ପାପରେ ଲିପ୍ତ ରହିଥାଏ, ସେ ଖ୍ରୀଷ୍ଟଙ୍କୁ କେବେ ଦେଖି ନାହିଁ, କେବେ ତାଙ୍କୁ ଜାଣି ନାହିଁ।


ପ୍ରିୟ ବନ୍ଧୁଗଣ! ପରସ୍ପରକୁ ପେମ କର, କାରଣ ପ୍ରେମର ଉତ୍ପତ୍ତି ଈଶ୍ୱରଙ୍କଠାରୁ। ଯାହାର ହୃଦୟରେ ପ୍ରେମ ଅଛି, ସେ ଈଶ୍ୱରଙ୍କ ସନ୍ତାନ, ସେ ଈଶ୍ୱରଙ୍କୁ ଜାଣେ।


Swiv nou:

Piblisite


Piblisite