Biblia Todo Logo
Bib sou entènèt

- Piblisite -




୧ ଯୋହନ 3:10 - ପବିତ୍ର ବାଇବଲ (CL) NT (BSI)

10 ଈଶ୍ୱରଙ୍କ ସନ୍ତାନ ଓ ଶୟତାନର ସନ୍ତାନମାନଙ୍କ ମଧ୍ୟରେ ଏହି ହେହଉଛି ପାର୍ଥକ୍ୟୃ: ଯେ ସତ୍କର୍ମ କରେ ନାହିଁ, କିଅବା ନିଜ ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କ ସନ୍ତାନ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ କିଏ ଈଶ୍ଵରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେକେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ଵରଙ୍କଠାରୁ ଜାତ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

10 ଏଥିରେ କିଏ ଈଶ୍ୱରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

10 ତେଣୁ କେଉଁମାନେ ପରମେଶ୍ୱର ସନ୍ତାନ ଓ କେଉଁମାନେ ଶୟତାନର ସନ୍ତାନ, ତାହା ତୁମ୍ଭେମାନେ ଜାଣି ପାରିବ। ଯେଉଁମାନେ ସ‌‌‌‌‌ତ୍‌‌‌‌‌କର୍ମ କରନ୍ତି ନାହିଁ, ସେମାନେ ପରମେଶ୍ୱରଙ୍କର ସନ୍ତାନ ନୁହନ୍ତି, ଯେ କେହି ନିଜ ଭାଇକୁ ପ୍ରେମ କରେ ନାହିଁ, ସେ ମଧ୍ୟ ଈଶ୍ୱରଙ୍କର ସନ୍ତାନ ନୁହେଁ।

Gade chapit la Kopi




୧ ଯୋହନ 3:10
26 Referans Kwoze  

ଯେ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କୁ ଜାଣେ ନାହିଁ, କାରଣ ଈଶ୍ୱର ପ୍ରେମମୟ।


ପ୍ରିୟ ବନ୍ଧୁ, କୁଆଦର୍ଶକୁ ଅନୁକରଣ କର ନାହିଁ କେବଳ ସୁଆଦର୍ଶକୁ ଗ୍ରହଣ କର। ଯେ ସତ୍କାର୍ଯ୍ୟ କରେ, ସେ ଈଶ୍ୱରଙ୍କ ଲୋକ: ଯେ ଅସତ୍ କାର୍ଯ୍ୟ କରେ, ସେ ଈଶ୍ୱରଙ୍କୁ ଜାଣେ ନାହିଁ।


ଏହି ଆଦେଶ ଖ୍ରୀଷ୍ଟ ଆମକୁ ଦେଇଛନ୍ତି: ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ନିଶ୍ଚୟ ତା’ ଭାଇକୁ ପ୍ରେମ କରିବ।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନର ସନ୍ତାନ; ତାହାର ଇଚ୍ଛା ଅନୁସାରେ କାର୍ଯ୍ୟ କରିବାକୁ ଲାଳାୟିତ। ସୃଷ୍ଟିର ଆରମ୍ଭରୁ ସେ ଥିଲା ନରହନ୍ତା। ସେ କେବେ ସତ୍ୟର ପକ୍ଷପାତୀ ନ ଥିଲା କାରଣ ତା’ଠାରେ ଲେଶମାତ୍ର ସତ୍ୟ ନାହିଁ। ମିଥ୍ୟା କହିବା ତା’ ପକ୍ଷରେ ସ୍ୱାଭାବିକ। କାରଣ ସେ ନିଜେ ମିଥ୍ୟାବାଦୀ ଓ ସକଳ ମିଥ୍ୟାର ଜନକ।


ଏହି ଜଗତ ହେଉଛି କ୍ଷେତ। ଯେଉଁମାନେ ସ୍ୱର୍ଗରାଜ୍ୟର ଅଧିବାସୀ, ସେମାନେ ଭଲ ବିହନ। ବାଳୁଙ୍ଗାଗୁଡ଼ିକ ଶୟତାନର ଅନୁଚର।


ଯେ ଈଶ୍ୱରଙ୍କଠାରୁ ଜାତ, ସେ ଈଶ୍ୱରଙ୍କ କଥାରେ ମନୋଯୋଗୀ ହୁଏ। ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ ନୁହଁ; ତେଣୁ ମୋ’ କଥାରେ ମନୋଯୋଗ କରୁ ନାହଁ।”


ବରଂ ତୁମର ଶତ୍ରୁମାନଙ୍କୁ ପ୍ରେମ କର ଓ ସେମାନଙ୍କର ମଙ୍ଗଳ କର; ପରିଶୋଧର ଆଶା ନ ରଖି ଋଣ ଦିଅ। ତା’ହେଲେ ତୁମ୍ଭେମାନେ ମହାପୁରସ୍କାର ପାଇବ ଓ ପରାତ୍ପର ଈଶ୍ୱରଙ୍କ ସନ୍ତାନ ହେବ। କାରଣ ଅକୃତଜ୍ଞ ଓ ଦୁଷ୍ଟ ଲୋକମାନଙ୍କୁ ମଧ୍ୟ ଈଶ୍ୱର କୃପା କରନ୍ତି।


କିନ୍ତୁ ଆମେ ଈଶ୍ୱରଙ୍କର। ଯେ କେହି ଈଶ୍ୱରଙ୍କୁ ଜାଣେ, ସେ ଆମ ପ୍ରତି କର୍ଣ୍ଣପାତ କର। ଯେଉଁମାନେ ଈଶ୍ୱରଙ୍କ ନୁହଁନ୍ତି, ସେମାନେ ଆମ କଥଶ ଶୁଣନ୍ତି ନାହିଁ। ସତ୍ୟ ଆତ୍ମା ଓ ପ୍ରଞ୍ଚକ ଆତ୍ମା ମଧ୍ୟରେ ଏହି ପାର୍ଥକ୍ୟ ଆମେ ଲକ୍ଷ୍ୟ କରିପାରିବା।


ତୁମ୍ଭେମାନେ ଈଶ୍ୱରଙ୍କର ପ୍ରିୟ ସନ୍ତାନ, ଅତଏବ ତାଙ୍କ ଅନୁରୂପ ହେବା ପାଇଁ ଚେଷ୍ଟା କର।


ଈଶ୍ବରଙ୍କ ସନ୍ତାନମାନଙ୍କ ପ୍ରତି ଆମର ପ୍ରେମ କରି ତାଙ୍କର ଆଜ୍ଞାନୁବର୍ତ୍ତୀ ହେଉ।


ତୁମ୍ଭେମାନେ ଜାଣ, ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନ୍ୟାୟବାନ। ତେଣୁ ଏହି ମଧ୍ୟ ଜାଣି ରଖିବା ଉଚିତ ଯେ, ଯେଉଁମାନେ ସତ୍କର୍ମ କରନ୍ତୁ, ସେମାନେ ହିଁ ଈଶ୍ୱରଙ୍କ ସନ୍ତାନ।


“ହେ ଶୟତାନର ପୁତ୍ର! ତୁ ସମସ୍ତ ଉତ୍ତମ ବିଷୟର ଶତ୍ରୁ। ତୁ ସବୁପ୍ରକାର ଖଳ କୌଶଳରେ ପରିପୂର୍ଣ୍ଣ ଓ ସବୁବେଳେ ଈଶ୍ୱରଙ୍କ ସତ୍ୟକୁ ମିଥ୍ୟା ବୋଲି ପ୍ରମାଣିତ କରିବା ପାଇଁ ଚେଷ୍ଟା କରୁଛୁ।


ଆମେ ଜାଣୁ, ସମଗ୍ର ଜଗତରେ ଶୟତାନ ତା’ର ଅଧିପତ୍ୟ ବିସ୍ତାର କରିଥିଲେ ସୁଦ୍ଧା, ଆମେ ଈଶ୍ୱରଙ୍କର।


କିନ୍ତୁ ଯେଉଁମାନେ ତାଙ୍କୁ ଗ୍ରହଣ କରି ତାଙ୍କଠାରେ ବିଶ୍ୱାସ କଲେ, ସେମାନଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବାର ଅଧିକାର ଦେଲେ।


ଛିନ୍ନଭିନ୍ନ ହୋଇଥିବା ଈଶ୍ୱରଙ୍କ ଲୋକମାନଙ୍କୁ ଗୋଟିଏ ଗୋଷ୍ଠୀରେ ଏକତ୍ରିତ କରାଇବା ପାଇଁ ଯୀଶୁ ମୃତ୍ୟୁବରଣ କରିବେ।


ପରସ୍ପରକୁ ପ୍ରେମ କରିବା ଛଡ଼ା ଆଉ କୌଣସି ବିଷୟରେ କାହାର ଋଣୀ ହୋଇ ରହ ନାହିଁ। ଯେ ଅନ୍ୟକୁ ପ୍ରେମ କରେ, ସେ ବ୍ୟବସ୍ଥା ପାଳନ କରେ।


ପୁଣି ଏହି ସମସ୍ତ ଗୁଣ ସହିତ ପ୍ରେମକୁ ଯୋଗ କର। ପ୍ରେମ ସମସ୍ତ ବିଷୟକୁ ପୂର୍ଣ୍ଣାଙ୍ଗ କରି ଏକତାବଦ୍ଧ କରେ।


ଶୁଚି ହୃଦୟ, ନିର୍ମଳ ବିବେକ ଓ ପ୍ରକୃତ ବିଶ୍ୱାସରୁ ଯେଉଁ ପ୍ରେମ ଜାତ ହୁଏ, ତାକୁ ଜାଗ୍ରତ କରାଇବା ପାଇଁ ଆଜି ମୁଁ ଏହି ଆଦେଶ ଦେଉଛି।


ଈଶ୍ୱର ଆମକୁ କେଡ଼େ ପ୍ରେମ କରନ୍ତି, ଟିକିଏ ଚିନ୍ତା କରି ଦେଖ। ଆମ ପ୍ରତି ତାଙ୍କ ପ୍ରେମ ଏତେ ପ୍ରଚୁର ଯେ, ଆମେ ତାଙ୍କର ସନ୍ତାନ ରୂପେ ନାର୍ମିତ ହୋଇଛୁ। ବାସ୍ତବରେ ଆମେ ତାଙ୍କର ସନ୍ତାନ- ସେଥିପାଇଁ ଜଗତ ଈଶ୍ୱରଙ୍କୁ ଜାଣି ନ ଥିବାରୁ, ଆମକୁ ମଧ୍ୟ ଚିହ୍ନିପାରେ ନାହିଁ।


ପ୍ରିୟ ବନ୍ଧୁଗଣ, ଏବେ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ, କିନ୍ତୁ ଭିବ୍ୟଷ୍ୟତରେ କଅଣ ହେବୁ, ଏକଥା ଅହୁରି ପ୍ରକାଶ ପାଇ ନାହିଁ। ଏତିକି ମାତ୍ର ଆମ୍ଭେମାନେ ଜାଣୁ: ଯେତେବେଳେ ଖ୍ରୀଷ୍ଟ ପୁନର୍ବାର ଆସିବେ, ଆମେ ତାଙ୍କର ପ୍ରକୃତ ସ୍ୱରୂପ ଦେଖି ତାଙ୍କ ପରି ହେବୁ।


Swiv nou:

Piblisite


Piblisite