Biblia Todo Logo
Bib sou entènèt

- Piblisite -




୧ ଯୋହନ 3:11 - ପବିତ୍ର ବାଇବଲ (CL) NT (BSI)

11 ଜଣେ ଅନ୍ୟ ଜଣକୁ ପେମ କରିବାକୁ ହେବ, ଏହି ବାର୍ତ୍ତା ଆଦ୍ୟରୁ ଶୁଣିଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;

Gade chapit la Kopi

ଓଡିଆ ବାଇବେଲ

11 କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭେମାନେ ଆରମ୍ଭରୁ ଏହି ଶିକ୍ଷା ଶୁଣିଛ, ଆମ୍ଭର ପରସ୍ପରକୁ ନିଶ୍ଚୟ ପ୍ରେମ କରିବା ଉଚିତ୍।

Gade chapit la Kopi




୧ ଯୋହନ 3:11
16 Referans Kwoze  

ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରେ, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର: ତୁମ ପ୍ରତି ମୋର ଏହି ଆଜ୍ଞା।


ପ୍ରିୟ ଭଦ୍ରମହିଳା, ତୁମକୁ ମୋର କହିବାର କଥା, ଆମେ ପରସ୍ପରକୁ ପ୍ରେମ କରିବା ଉଚିତ। ଏହା ଗୋଟଏ ନୂଆ ଆଦେଶ ନୁହେଁ, ଆଦ୍ୟରୁ ଆମେ ଏହି ଆଦେଶ ପାଇଅଛୁ।


ପ୍ରିୟ ବନ୍ଧୁଗଣ! ପରସ୍ପରକୁ ପେମ କର, କାରଣ ପ୍ରେମର ଉତ୍ପତ୍ତି ଈଶ୍ୱରଙ୍କଠାରୁ। ଯାହାର ହୃଦୟରେ ପ୍ରେମ ଅଛି, ସେ ଈଶ୍ୱରଙ୍କ ସନ୍ତାନ, ସେ ଈଶ୍ୱରଙ୍କୁ ଜାଣେ।


ଏହି ଆଦେଶ ଖ୍ରୀଷ୍ଟ ଆମକୁ ଦେଇଛନ୍ତି: ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ନିଶ୍ଚୟ ତା’ ଭାଇକୁ ପ୍ରେମ କରିବ।


ସର୍ବୋପରି ପରସ୍ପରକୁ ଆନ୍ତରିକ ଭାବରେ ପ୍ରେମ କର, କାରଣ ପ୍ରେମ ଅନେକ ପାପ ଆଚ୍ଛାଦନ କରେ।


ପରିଶେଷରେ, ତୁମ୍ଭେମାନେ ସମସ୍ତେ ସମଭାବାପନ୍ନ ହୁଅ। ପରସ୍ପରକୁ ଭ୍ରାତୃତୁଲ୍ୟ ପ୍ରେମ କରି ପରସ୍ପର ପ୍ରତି ଦୟାଳୁ ଓ ବିନୟୀ ହୁଅ।


ଖ୍ରୀଷ୍ଟ ଯେପରି ଆମ୍ଭମାନଙ୍କୁ ପ୍ରେମ କଲେ ଓ ଈଶ୍ୱରଙ୍କର ସନ୍ତୋଷ ନିମନ୍ତେ ନିଜ ଜୀବନକୁ ଆମ ପାଇଁ ସୁଗନ୍ଧି ନୈବେଦ୍ୟ ଓ ବଳି ରୂପେ ଉତ୍ସର୍ଗ କଲେ, ତୁମ୍ଭମାନଙ୍କ ଜୀବନ ମଧ୍ୟ ସେହିପରି ପ୍ରେମ ଦ୍ୱାରା ପରିଚାଳିତ ହେଉ।


ଈଶ୍ୱରଙ୍କ ପୁତ୍ର ଯୀଶୁଠାରୁ ଆମେ ଯେଉଁବାର୍ତ୍ତା ଶୁଣି ଘୋଷଣା କରୁଛୁ, ତାହା ହେଉଛି: ଈଶ୍ୱର ଆଲୋକ- ତାଙ୍କଠାରେ ବିନ୍ଦୁ ମାତ୍ର ଅନ୍ଧକାର ନାହିଁ।


ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନଙ୍କୁ ତୁମର ପ୍ରେମ କରିବା ବିଷୟରେ ଆମେ ଆଉ ଅଧିକ ଲେଖିବା ପ୍ରୟୋଜନ ନାହିଁ। ପରସ୍ପରକୁ କିପରି ପ୍ରେମ କରିବା ଉଚିତ୍, ଏହା ସ୍ୱୟଂ ଈଶ୍ୱରଙ୍କଠାରୁ ଶିକ୍ଷା କରିଛ।


ବର୍ତ୍ତମାନ ତୁମ୍ଭେମାନେ ସତ୍ୟର ଅନୁଗାମୀ ହୋଇଥିବାରୁ ନିଜ ନିଜକୁ ଶୁଚି କରିଛ ଓ ବିଶ୍ୱାସୀ ଭାଇମାନଙ୍କୁ ପ୍ରେମ କରିବାକୁ ଇଚ୍ଛୁକ ଅଛ। ପରସ୍ପରକୁ ଆନ୍ତରିକତା ସହ ପ୍ରେମ କର।


ଶୁଚି ହୃଦୟ, ନିର୍ମଳ ବିବେକ ଓ ପ୍ରକୃତ ବିଶ୍ୱାସରୁ ଯେଉଁ ପ୍ରେମ ଜାତ ହୁଏ, ତାକୁ ଜାଗ୍ରତ କରାଇବା ପାଇଁ ଆଜି ମୁଁ ଏହି ଆଦେଶ ଦେଉଛି।


ପରସ୍ପରର ଭାର ବହନ କରିବା ନିମନ୍ତେ ସାହାଯ୍ୟ କର। ଏହା କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କର ଆଜ୍ଞା ପାଳନ କରିବ।


ତେଣୁ ଯୀଶୁ ଆସନରୁ ଉଠିଯାଇ ତାଙ୍କ ଉତ୍ତରୀୟ ବାହାର କରିଦେଲେ ଓ ଅଣ୍ଟାରେ ଗୋଟିଏ ଗାମୁଛା ବାନ୍ଧିଲେ।


ପ୍ରିୟ ବନ୍ଧୁଗଣ, ଯଦି ଈଶ୍ୱର ଆମକୁ ଏପରି ପ୍ରେମ କରିଛନ୍ତି, ଆମେ ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ।


Swiv nou:

Piblisite


Piblisite