Biblia Todo Logo
Bib sou entènèt

- Piblisite -




୧ ଯୋହନ 3:15 - ପବିତ୍ର ବାଇବଲ (CL) NT (BSI)

15 ଯେ ତା’ ଭାଇକୁ ଘୃଣା କରେ, ସେ ଜଣେ ନରହନ୍ତା। ନରହନ୍ତାର ଅନନ୍ତ ଜୀବନରେ ଅଧିକାର ନାହିଁ ବୋଲି ତୁମେ ଜାଣିଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯେକେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନ; ଜୀବନ ନ ଥାଏ , ଏହା ତୁମ୍ଭେମାନେ ଜାଣ।

Gade chapit la Kopi

ଓଡିଆ ବାଇବେଲ

15 ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ।

Gade chapit la Kopi

ପବିତ୍ର ବାଇବଲ

15 ନିଜ ଭାଇକୁ ଘୃଣା କରୁଥିବା ପ୍ରତ୍ୟେକ ଲୋକ ନିଜେ ହତ୍ୟାକାରୀ ଅଟେ। ତୁମ୍ଭେ ତ ଜାଣିଛ ଯେ, କୌଣସି ହତ୍ୟାକାରୀଠାରେ ଅନନ୍ତ ଜୀବନ ନାହିଁ।

Gade chapit la Kopi




୧ ଯୋହନ 3:15
19 Referans Kwoze  

କିନ୍ତୁ କାପୁରୁଷ, ବିଶ୍ୱାସଘାତକ, ବିକୃତଚରିତ୍ର, ନରହନ୍ତା, ଲମ୍ପଟ, ତନ୍ତ୍ରମନ୍ତ୍ରସାଧକ, ପ୍ରତିମାପୂଜକ ଓ ମିଥ୍ୟାବାଦୀ ଆଦି ସମସ୍ତ ଭ୍ରଷ୍ଟାଚାରୀମାନଙ୍କର ନିରୂପିତ ସ୍ଥାନ ହେଉଛି, ଗନ୍ଧକାଗ୍ନି ଜଳୁଥିବା ହ୍ରଦ - ସେଠାରେ ସେମାନେ ଦ୍ୱିତୀୟ ମୃତ୍ୟୁଭୋଗ କରିବେ।”


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନର ସନ୍ତାନ; ତାହାର ଇଚ୍ଛା ଅନୁସାରେ କାର୍ଯ୍ୟ କରିବାକୁ ଲାଳାୟିତ। ସୃଷ୍ଟିର ଆରମ୍ଭରୁ ସେ ଥିଲା ନରହନ୍ତା। ସେ କେବେ ସତ୍ୟର ପକ୍ଷପାତୀ ନ ଥିଲା କାରଣ ତା’ଠାରେ ଲେଶମାତ୍ର ସତ୍ୟ ନାହିଁ। ମିଥ୍ୟା କହିବା ତା’ ପକ୍ଷରେ ସ୍ୱାଭାବିକ। କାରଣ ସେ ନିଜେ ମିଥ୍ୟାବାଦୀ ଓ ସକଳ ମିଥ୍ୟାର ଜନକ।


ସେମାନେ ଯାଇ ମୁଖ୍ୟ ଯାଜକ ଓ ଇହୁଦୀ ନେତାମାନଙ୍କୁ କହିଲେ, “ପାଉଲଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ କିଛି ଭୋଜନ ନ କରିବା ପାଇଁ ଆମ୍ଭେମାନେ ଏକ ଦୃଢ଼ ଶପଥ ନେଇଛୁ।


କୁଅଭିଳାଷର ଗର୍ଭରୁ ପାପ ଜାତ ହୁଏ ଏବଂ ସେହି ପାପ ବୃଦ୍ଧି ପାଇ ପୂର୍ଣ୍ଣତା ଲାଭ କଲେ, ମୃତ୍ୟୁ ଘଟାଏ।


ତହିଁ ଆରଦିନ ସକାଳେ କେତେକ ଇହୁଦୀ ଏକତ୍ର ହୋଇ ଗୋଟିଏ ଚକ୍ରାନ୍ତ କଲେ। ପାଉଲଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ସେମାନେ ଭୋଜନ ପାନ କରିବେ ନାହିଁ ବୋଲି ଶପଥ କଲେ।


କିନ୍ତୁ ମୁଁ ଯେଉଁ ଜଳ ଦିଏ, ତାହା ଯେ ପାନ କରିବ, ସେ ଆଉ କେବେ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ଦେଉଥିବା ଜଳ ତା’ ଅନ୍ତରରେ ଗୋଟିଏ ଜୀବନ ପ୍ରଦାୟୀ ନିର୍ଝରରେ ପରିଣତ ହେବ। ସେଥିରୁ ପାନ କଲେ, ସେ ଅନନ୍ତ ଜୀବନ ପାଇବ।”


ଏଥିପାଇଁ ହେରୋଦିଆ ଯୋହନଙ୍କ ପ୍ରତି ଆକ୍ରୋଶ ରଖି ତାଙ୍କୁ ହତ୍ୟା କରିବାକୁ ଚାହୁଁଥିଲା, କିନ୍ତୁ ହେରୋଦଙ୍କ ଯୋଗୁଁ ଏହା ସେ କରିପାରୁ ନ ଥିଲା।


କିନ୍ତୁ ମୁଁ କହୁଛି, ଯଦି କେହି ପର ସ୍ତ୍ରୀକୁ ଲୋଲୁପ ଦୃଷ୍ଟିରେ ଚାହେଁ, ସେ ତା’ ସହିତ ମନେ ମନେ ବ୍ୟଭିଚାର ଅପରାଧ କରିଛି।


କାରଣ ଈଶ୍ୱରଙ୍କ ଜୀବନ୍ତ ଓ ଚିରନ୍ତନ ବାକ୍ୟ ଦ୍ୱାରା ତୁମ୍ଭମାନେ କୌଣସି ମରଣଶୀଳ ପିତାଙ୍କ ସନ୍ତାନ ରୂପେ ନୁହେଁ, ମାତ୍ର ଅମର ପିତାଙ୍କ ସନ୍ତାନ ରୂପେ ପୁନର୍ଜନ୍ମ ଲାଭ କରିଛ।


ଯଦି କେହି କହେ, ଏହି ଆଲୋକରେ ତା’ର ସ୍ଥିତି, ଅଥଚ ସେ ତା’ ଭାଇକୁ ଘୃଣା କରୁଥାଏ, ସେ ଅଦ୍ୟାପି ଅନ୍ଧକାର ନିବାସୀ।


କିନ୍ତୁ ଯେଉଁ ବ୍ୟକ୍ତି ତା’ଭାଇକୁ ଘୃଣା କରେ, ତା’ର ଅବସ୍ଥିତି ଅନ୍ଧକାର ମଧ୍ୟରେ, ସେ ଅନ୍ଧକାରରେ ବିଚରଣ କରେ, ତା’ର ଗନ୍ତବ୍ୟ ପଥ ସେ ଜାଣିପାରେ ନାହିଁ, ଆମା ଅନ୍ଧକାର ତାକୁ ଦୃଷ୍ଟିହୀନ କରି ରଖିଛି।


Swiv nou:

Piblisite


Piblisite