Biblia Todo Logo
Bib sou entènèt

- Piblisite -




୧ ଯୋହନ 3:2 - ପବିତ୍ର ବାଇବଲ (CL) NT (BSI)

2 ପ୍ରିୟ ବନ୍ଧୁଗଣ, ଏବେ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ, କିନ୍ତୁ ଭିବ୍ୟଷ୍ୟତରେ କଅଣ ହେବୁ, ଏକଥା ଅହୁରି ପ୍ରକାଶ ପାଇ ନାହିଁ। ଏତିକି ମାତ୍ର ଆମ୍ଭେମାନେ ଜାଣୁ: ଯେତେବେଳେ ଖ୍ରୀଷ୍ଟ ପୁନର୍ବାର ଆସିବେ, ଆମେ ତାଙ୍କର ପ୍ରକୃତ ସ୍ୱରୂପ ଦେଖି ତାଙ୍କ ପରି ହେବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା।, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।

Gade chapit la Kopi

ଓଡିଆ ବାଇବେଲ

2 ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ । ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।

Gade chapit la Kopi

ପବିତ୍ର ବାଇବଲ

2 ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ୱରଙ୍କର ସନ୍ତାନ, କିନ୍ତୁ ଭବିଷ୍ୟତରେ ଆମ୍ଭେ କ’ଣ ହେବା ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହୋଇଯିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସେହି ରୂପରେ ଦେଖିବା।

Gade chapit la Kopi




୧ ଯୋହନ 3:2
37 Referans Kwoze  

ଯେଉଁ ଶକ୍ତି ବଳରେ ସେ ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ସେହି ଶକ୍ତି ପ୍ରୟୋଗ କରି ସେ ଆମର ଦୁର୍ବଳ ମରଶରୀରକୁ ତାଙ୍କର ଗୌରବମୟ ଶରୀର ସଦୃଶ କରିବେ।


ଖ୍ରୀଷ୍ଟ ହିଁ ତୁମର ଜୀବନ ଏବଂ ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ଗୌରବର ଅଂଶୀ ହୋଇ ପ୍ରକାଶିତ ହେବ।


ଆମ ସମସ୍ତଙ୍କ ଅନାବୃତ ମୁଖରେ ଏବେ ପଅଭୁଙ୍କ ମହିମା ପଅତିଫଳିତ ହେଉଛି ଏବଂ ପ୍ରଭୁଙ୍କଠାରୁ ନିସୃତ ସେହି ମହିମାର ପ୍ରଭାବରେ ଆମେ ଅଧିକ ତେଜୋମୟ ଭାବରେ ତାଙ୍କ ସାଦୃଶ୍ୟରେ ରୂପାନ୍ତରିତ ହେଉଛୁ।


ବର୍ତ୍ତମାନ ଆମେ ଯାହା ଦେଖୁଛୁ, ତାହା ଦର୍ପଣରେ ଦେଖାଯାଉଥିବା ଅସ୍ପଷ୍ଟ ପ୍ରତିବିମ୍ବ ପରି। କିନ୍ତୁ ଦିନ ଆସିବ, ଯେତେବେଳେ ତାହା ଆମେ ମୁହାଁମୁହିଁ ହୋଇ ଦେଖିବା। ବର୍ତ୍ତମାନ ମୁଁ ଯାହା ଜାଣୁଛି, ତାହା କେବଳ ଆଂଶିକ। ଈଶ୍ୱର ମୋତେ ସମ୍ପୂର୍ଣ୍ଣଭାବେ ଜାଣିଲା ପରି ସେତେବେଳେ ମୋର ଜ୍ଞାନ ମଧ୍ୟ ସମ୍ପୂର୍ଣ୍ଣ ହେବ।


ଯେଉଁମାନଙ୍କୁ ଈଶ୍ୱର ମନୋନୀତ କରିଛନ୍ତି, ସେମାନଙ୍କୁ ତାଙ୍କ ପୁତ୍ରଙ୍କ ଅନୁରୂପ ହେବା ପାଇଁ ଆଗରୁ ନିରୂପଣ କରିଛନ୍ତି ତାହାହେଲେ, ଈଶ୍ୱରଙ୍କ ପୁତ୍ର ସେମାନଙ୍କର ଅଗ୍ରଜ ହେବେ।


ଆମ୍ଭେମାନେ ଏବେ ମୃତ୍ତିକାଜାତ ମନୁଷ୍ୟର ସ୍ୱରୂପ ଧାରଣ କରିଛୁ, କିନ୍ତୁ ଦିନେ ସେହି ସ୍ୱର୍ଗୀୟ ମାନବଙ୍କ ସାଦୃଶ୍ୟରେ ରୂପାୟିତ ହେବା।


ସେମାନେ ତାଙ୍କର ମୁଖ ଦେଖିବେ ଏବଂ ସେମାନଙ୍କ କପାଳରେ ତାଙ୍କର ନାମ ଲେଖାଯିବ।


ଏହିପରି ସେ ଆମକୁ ତାଙ୍କ ପ୍ରତିଜ୍ଞାନୁସାରେ ଅତି ଶ୍ରେଷ୍ଠ ଓ ମୂଲ୍ୟବାନ ଦାନ ଦେଇଛନ୍ତି। ଏହିସବୁ ଦାନ ସାହାଯ୍ୟରେ ତୁମ୍ଭେମାନେ ଏହି ଜଗତର ଧ୍ୱଂସକାରୀ କାମନାରୁ ଉଦ୍ଧାର ପାଇ ଐଶ୍ୱରିକ ସ୍ୱଭାବର ଅଂଶୀ ହୋଇ ପାରିବ।


ଯେପରି ଧର୍ମଶାସ୍ତ୍ରରେ ଲେଖାଅଛି: “ଯାହା କେହି କେବେ ଦେଖି ନାହିଁ କିମ୍ବା ଶୁଣି ନାହିଁ, ଯାହା ଘଟିବାର କେହି କଳ୍ପନା କରି ନାହିଁ, ତାଙ୍କୁ ପ୍ରେମ କରୁଥିବା ଲୋକମାନଙ୍କ ନିମନ୍ତେ ଈଶ୍ୱର ସେହି ସବୁ ପ୍ରସ୍ତୁତ କରିଛନ୍ତି।”


ଈଶ୍ୱର ଆମକୁ କେଡ଼େ ପ୍ରେମ କରନ୍ତି, ଟିକିଏ ଚିନ୍ତା କରି ଦେଖ। ଆମ ପ୍ରତି ତାଙ୍କ ପ୍ରେମ ଏତେ ପ୍ରଚୁର ଯେ, ଆମେ ତାଙ୍କର ସନ୍ତାନ ରୂପେ ନାର୍ମିତ ହୋଇଛୁ। ବାସ୍ତବରେ ଆମେ ତାଙ୍କର ସନ୍ତାନ- ସେଥିପାଇଁ ଜଗତ ଈଶ୍ୱରଙ୍କୁ ଜାଣି ନ ଥିବାରୁ, ଆମକୁ ମଧ୍ୟ ଚିହ୍ନିପାରେ ନାହିଁ।


ତୁମ୍ଭେମାନେ ଯେ ଈଶ୍ୱରଙ୍କ ପୁତ୍ର, ଏହା ପ୍ରମାଣ କରିବା ପାଇଁ, ଈଶ୍ୱର ତାଙ୍କ ପୁତ୍ରଙ୍କର ପବିତ୍ରଆତ୍ମାଙ୍କୁ ଆମ ଅନ୍ତରକୁ ପ୍ରେରଣ କରିଛନ୍ତି। ସେହି ପବିତ୍ର ଆତ୍ମା ଉଚ୍ଚ ସ୍ୱରରେ କହୁଅଛନ୍ତି, “ପିତା! ହେ ମୋର ପିତା!”


ଯେଉଁ ଗୌରବମୟ ଭବିଷ୍ୟତରେ ଆମେମାନେ ପ୍ରବେଶ କରିବା, ତା’ ତୁଳନାରେ ବର୍ତ୍ତମାନର ଦୁଃଖ ଭୋଗ କିଛି ନୁହେଁ। ସେହି ସମୟରେ ଈଶ୍ୱର ତାଙ୍କ ସନ୍ତାନମାନଙ୍କୁ ପ୍ରକାଶ କରିବେ।


ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ତୁମେ ସମସ୍ତେ ଈଶ୍ୱରଙ୍କର ସନ୍ତାନ ହୋଇଛ।


“ପିତା! ତୁମେ ସେମାନଙ୍କୁ ମୋ’ ହାତରେ ଦେଇଛ। ମୁଁ ଚାହେଁ; ଯେଉଁଠାରେ ମୁଁ ରହିବି, ସେମାନେ ସେଠାରେ ମୋ’ ସଙ୍ଗରେ ରହି ତୁମେ ମୋତେ ଦେଇଥିବା ଗୌରବ ଦେଖନ୍ତୁ, କାରଣ ଜଗତର ସୃଷ୍ଟି ପୂର୍ବରୁ ତୁମେ ମୋତେ ପ୍ରେମ କରିଥିଲ।


ଯେଉଁମାନଙ୍କ ହୃଦୟ ନିର୍ମଳ ସେମାନେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ଦର୍ଶନ ପାଇବେ।


ହଁ ପିଲାମାନେ! ତାଙ୍କଠାରେ ସଂଯୁକ୍ତ ହୋଇ ରୁହ, ତାହାହେଲେ ତାଙ୍କର ଯେତେବେଳେ ଆବିର୍ଭାବ ହେବ, ଆମ ନିର୍ଭୀକ ଭାବରେ ତାଙଘ୍କର ସମ୍ମୁଖୀନ ହୋଇ ପାରବା- ସେହି ଦିବସରେ ଆମକୁ ଲଜ୍ଜାରେ ଆତ୍ମଗୋପନ କରିବାକୁ ପଡ଼ଫିବ ନାହହିଁ।


ସେହିପରି ଅନେକଙ୍କ ପାପ ଦୂର କରିବାକୁ ଖ୍ରୀଷ୍ଟ ଥରକ ପାଇଁ ବଳି ରୂପେ ଉତ୍ସର୍ଗିତ ହେଲେ। ସେ ଦ୍ୱିତୀୟ ଥର ଆସିବେ। ସେତେବେଳେ ଆଉ ପାପାର ମୂକାବିଲା କରିବା ତାଙ୍କ ସେ ଆସିବେ ନାହିଁ। ସେ ଆସିବେ, ତଙ୍କ ନିମନ୍ତେ ଅପେକ୍ଷା କରୁଥିବାମ ମନୁଷ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ।


ଏହି ସାମାନ୍ୟ ଓ କ୍ଷଣିକ ଦୁଃଖ ଦୁର୍ଦ୍ଦଶା ଆମ ପାଇଁ ଆଣି ଦେଉଛି ଅତୁଳନୀୟ ଚିରସ୍ଥାୟୀ ଗୌରବର ସମ୍ପଦ।


ଯେ ଯୀଶୁଙ୍କୁ ମସୀହ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କ ସନ୍ତାନ। ଯେ କେହି ଜଣେ ପିତାକୁସ୍ନେହ କରେ, ସେହି ପିତାର ସନ୍ତାନକୁ ମଧ୍ୟ ଦେ ସ୍ନେହ କରେ।


ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେପରି ଘଟିବ।


ସେମାନେ ସ୍ୱର୍ଗଦୂତମାନଙ୍କ ସଦୃଶ ହେବେ ଏବଂ ମରିବେ ନାହିଁ। ସେମାନେ ଈଶ୍ୱରଙ୍କ ସନ୍ତାନ, କାରଣ ସେମାନେ ମୃତ୍ୟୁରୁ ଉତ୍ଥିତ ହୋଇଛନ୍ତି।


କିନ୍ତୁ ଯେଉଁମାନେ ତାଙ୍କୁ ଗ୍ରହଣ କରି ତାଙ୍କଠାରେ ବିଶ୍ୱାସ କଲେ, ସେମାନଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବାର ଅଧିକାର ଦେଲେ।


ଛିନ୍ନଭିନ୍ନ ହୋଇଥିବା ଈଶ୍ୱରଙ୍କ ଲୋକମାନଙ୍କୁ ଗୋଟିଏ ଗୋଷ୍ଠୀରେ ଏକତ୍ରିତ କରାଇବା ପାଇଁ ଯୀଶୁ ମୃତ୍ୟୁବରଣ କରିବେ।


ଈଶ୍ୱରଙ୍କ ଆତ୍ମା ଆମ ଅନ୍ତରାତ୍ମା ସହିତ ସ୍ୱର ମିଳାଇ ଆମକୁ ଈଶ୍ୱରଙ୍କ ସନ୍ତାନ ବୋଲି ଘୋଷଣା କରୁଛନ୍ତି।


ସମଗ୍ର ସୃଷ୍ଟି ଆଗ୍ରହ ସହିତ ସେହି ଦିନର ଅପେକ୍ଷାରେ ରହିଛି,


ପ୍ରିୟ ବନ୍ଧୁଗଣ! ଯେଉଁ ଆଜ୍ଞା ବିଷୟରେ ଲେଖିପାକୁ ଯାଉଛି, ତାହା ପ୍ରକୃତରେ ନୂତନ ନୁହେଁ। ବହୁ କାଳାବଧି ତୁମେ ତାହା ଶୁଣି ଆସିଛ-ଆମେ ପ୍ରଚାର କରୁଥିବା ବାର୍ତ୍ତାରେ ସେହି ଆଜ୍ଞା ତୁମେ ଶୁଣିଛ।


ଈଶ୍ୱରଙ୍କ ସନ୍ତାନ ଓ ଶୟତାନର ସନ୍ତାନମାନଙ୍କ ମଧ୍ୟରେ ଏହି ହେହଉଛି ପାର୍ଥକ୍ୟୃ: ଯେ ସତ୍କର୍ମ କରେ ନାହିଁ, କିଅବା ନିଜ ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କ ସନ୍ତାନ ନୁହେଁ।


ତେଣୁ ଯଦି ନିଚ ବିବେକ ଆମକୁ ଦେଷୀ କରେ ନାହିଁ, ଈଶ୍ୱରଙ୍କ ସାନ୍ନିଧ୍ୟରେ ଆମେ ସତ୍ସାହାସୀ ହୋଇ ପାରିବା।


ମୁଁ ସେମାନଙ୍କୁ ‘ପ୍ରଭାତୀ ତାରା’ ମଧ୍ୟ ଦାନ କରିବି।


Swiv nou:

Piblisite


Piblisite