Biblia Todo Logo
Bib sou entènèt

- Piblisite -




୧ ଯୋହନ 4:10 - ପବିତ୍ର ବାଇବଲ (CL) NT (BSI)

10 ଏହା ହିଁ ପ୍ରକୃତ ପ୍ରେମ- ଆମେ ଈଶ୍ୱରଙ୍କୁ ପ୍ରେମ କରି ନାହୁଁ, ଅଥଚ ସେ ଆମକୁ ପ୍ରେମ କରି, ଆମ ପାପର ପ୍ରାୟଶ୍ଚିତ ହେବା ନିମନ୍ତେ ତାଙ୍କ ପୁତ୍ରଙ୍କୁ ପ୍ରେରଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆମ୍ଭେମାନେ ଯେ ଈଶ୍ଵରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ଵରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ

Gade chapit la Kopi

ଓଡିଆ ବାଇବେଲ

10 ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।

Gade chapit la Kopi

ପବିତ୍ର ବାଇବଲ

10 ଆମ୍ଭେମାନେ ଯେ ପରମେଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ଏହା ହେଉଛି ପ୍ରକୃତ ପ୍ରେମ। ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ:

Gade chapit la Kopi




୧ ଯୋହନ 4:10
20 Referans Kwoze  

ସେହହି ଖ୍ରୀଷ୍ଟନିଜେ ଆମର ତଥା ସମଗ୍ର ମାନବ ଜାତିର ପାପ କ୍ଷମା ନିମନ୍ତେ ପ୍ରାୟଶ୍ଜିତ୍ତ ସ୍ୱରୂପ ହୋଇଛନ୍ତି।


ଆମେ ପ୍ରେମ କରିବାକୁ ଶିଖିଛୁ, କାରଣ ଈଶ୍ବର ହିଁ ପ୍ରଥମେ ଆମକୁ ପ୍ରେମ କରିଛନ୍ତି।


ତୁମେ ମୋତେ ମନୋନୀତ କରି ନାହଁ, ମୁଁ ତୁମକୁ ମନୋନୀତ କରିଛି। ତୁମେ ଯେପରି ପ୍ରଚୁର ଫଳ ଧାରଣ କର ଓ ତାହା ସ୍ଥାୟୀ ହୁଏ, ସେଥିପାଇଁ ତୁମ୍ଭମାନଙ୍କୁ ମୁଁ ନିଯୁକ୍ତ କରିଛି। ତେଣୁ ମୋ’ ନାମରେ ଯାହା ମାଗିବ, ମୋ’ ପିତା ତାହା ତୁମ୍ଭମାନଙ୍କୁ ଦେବେ।


ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ନିଜର ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ- ଯେ କେହି ତାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପାଇବ।


ଈଶ୍ୱର ଆମକୁ କେଡ଼େ ପ୍ରେମ କରନ୍ତି, ଟିକିଏ ଚିନ୍ତା କରି ଦେଖ। ଆମ ପ୍ରତି ତାଙ୍କ ପ୍ରେମ ଏତେ ପ୍ରଚୁର ଯେ, ଆମେ ତାଙ୍କର ସନ୍ତାନ ରୂପେ ନାର୍ମିତ ହୋଇଛୁ। ବାସ୍ତବରେ ଆମେ ତାଙ୍କର ସନ୍ତାନ- ସେଥିପାଇଁ ଜଗତ ଈଶ୍ୱରଙ୍କୁ ଜାଣି ନ ଥିବାରୁ, ଆମକୁ ମଧ୍ୟ ଚିହ୍ନିପାରେ ନାହିଁ।


ତୁମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ କଢ଼ାଇ ଆଣିବା ପାଇଁ ଖ୍ରୀଷ୍ଟ ନିଜେ ଧାମର୍ମିକ ହୋଇ ଅଧାର୍ମିକମାନଙ୍କ ପାପର ପ୍ରାୟଶ୍ଚିତ ନିମନ୍ତେ ନିଜର ପ୍ରାଣ ଦେଲେ। ଏହି ପ୍ରାୟଶ୍ଚିତ ସେ ଏକାଥରକେ ଅନନ୍ତ କାଳ ପାଇଁ ସାଧନ କରିଛନ୍ତି। ସେ ଶାରୀରିକ ଭାବରେ ହତ ହେଲେ, କିନ୍ତୁ ଆତ୍ମିକ ଭାବରେ ସଞ୍ଜୀବିତ ହେଲେ


ଆମ୍ଭମାନେ ଯେପରି ପାପ ପ୍ରତି ମୃତ ହେବୁ ଓ ଧର୍ମ ଜୀବନ ଯାପନ କରିବୁ, ଏଥିପାଇଁ ଖୀଷ୍ଟ କ୍ରୁଶ ଉପରେ ନିଜ ଶରୀରରେ ଆମ ପାପ ବୋଝ ବହନ କଲେ। ତାଙ୍କ ଶରୀରର ସେହି କ୍ଷତ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ।


ମୁଁ ସ୍ୱର୍ଗରୁ ଆଗତ ସେହି ଜୀବନଦାୟୀ ଆହାର। ଏହି ଆହାର ଯେ ଖାଏ, ସେ ଚିରଞ୍ଜୀବୀ ହେବ। ମୁଁ ଯେଉଁ ଖାଦ୍ୟ ଦେବି, ତାହା ମୋର ମାଂସ। ଜଗତକୁ ବଞ୍ଚାଇବା ପାଇଁ ମୁଁ ତାହା ଦାନ କରିବି।”


ଏବେ ତୁମକୁ ମୁଁ ଗୋଟିଏ ନୂଆ ଆଜ୍ଞା ଦେଉଛି; ପରସ୍ପରକୁ ପ୍ରେମ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରିଛି, ତୁମେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କରିବା ଉଚିତ୍।


ଏହାର ଅର୍ଥ ହେଉଛି, ସବୁ ବିଷୟରେ ତାଙ୍କର ଭ୍ରାତାମାନଙ୍କ ସଦୃଶ ହେବା ତାଙ୍କର ପ୍ରୟୋଜନ ଥିଲା, ଯାହା ଫଳରେ ସେ ସେମାନଙ୍କର ବିଶ୍ୱସ୍ତ ଓ ଦୟାଳୁ ମହାଯାଜକ ହୋଇ ଈଶ୍ବରଙ୍କ ସେବା କରିପାରିବେ ଏବଂ ମନୁଷ୍ୟମାନେ ପାପକ୍ଷମା ପାଇବେ।


ସେହି ସାକ୍ଷ୍ୟର ସାରମର୍ମ ହେଲା, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦାନ କରିଛନ୍ତି; କିନ୍ତୁ ତାଙ୍କ ପୁତ୍ରଙ୍କଠାରେ ହିଁ ଆମେ ଏହି ଜୀବନର ସନ୍ଧାନ ପାଉଛୁ।


Swiv nou:

Piblisite


Piblisite