Biblia Todo Logo
Bib sou entènèt

- Piblisite -




୧ ଯୋହନ 4:11 - ପବିତ୍ର ବାଇବଲ (CL) NT (BSI)

11 ପ୍ରିୟ ବନ୍ଧୁଗଣ, ଯଦି ଈଶ୍ୱର ଆମକୁ ଏପରି ପ୍ରେମ କରିଛନ୍ତି, ଆମେ ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ହେ ପ୍ରିୟମାନେ, ଈଶ୍ଵର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ।

Gade chapit la Kopi

ଓଡିଆ ବାଇବେଲ

11 ହେ ପ୍ରିୟମାନେ, ଈଶ୍ୱର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ

11 ଏହା ଦ୍ୱାରା ଆମ୍ଭ ପ୍ରତି ପରମେଶ୍ୱରଙ୍କ ମହାନ୍ ପ୍ରେମ ପ୍ରକାଶ ପାଏ। ତେଣୁ ପ୍ରିୟ ବନ୍ଧୁମାନେ, ଆମ୍ଭେମାନେ ମଧ୍ୟ ପରସ୍ପରକୁ ନିଶ୍ଚୟ ପ୍ରେମ କରିବା।

Gade chapit la Kopi




୧ ଯୋହନ 4:11
14 Referans Kwoze  

ପରସ୍ପର ପ୍ରତି ସହନଶୀଳ ହୁଅ ଏବଂ ଯଦି କାହାର ଅନ୍ୟ ବିରୁଦ୍ଧରେ ଅଭିଯୋଗ ଥାଏ, ତେବେ ପରସ୍ପରକୁ କ୍ଷମା କର। ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ସେହିପରି ପରସ୍ପରକୁ କ୍ଷମା କର।


ଏବେ ତୁମକୁ ମୁଁ ଗୋଟିଏ ନୂଆ ଆଜ୍ଞା ଦେଉଛି; ପରସ୍ପରକୁ ପ୍ରେମ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରିଛି, ତୁମେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କରିବା ଉଚିତ୍।


ଆମ ପ୍ରତି ତାଙ୍କର ଆଜ୍ଞା ହେଉଛି: ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା।


ଧର୍ମଗୁରୁ ଉତ୍ତର ଦେଲେ, “ଯେ ତା’ ପ୍ରତି ଦୟା ଦେଖାଇଲା, ସେ।” ଯୀଶୁ ଉତ୍ତର ଦେଲେ, “ତେବେ ଯାଅ ଓ ସେହି ପ୍ରକାର କର।”


ସମସ୍ତ ତିକ୍ତତା, ଉତ୍ତେଜନା ଓ କ୍ରୋଧ ପରିହାର କର। ତିରସ୍କାର କିମ୍ବା ପରନିନ୍ଦା କର ନାହିଁ। କାହା ପ୍ରତି ଘୃଣାଭାବ ପୋଷଣ କର ନାହିଁ।


ପ୍ରିୟ ବନ୍ଧୁଗଣ! ଯେଉଁ ଆଜ୍ଞା ବିଷୟରେ ଲେଖିପାକୁ ଯାଉଛି, ତାହା ପ୍ରକୃତରେ ନୂତନ ନୁହେଁ। ବହୁ କାଳାବଧି ତୁମେ ତାହା ଶୁଣି ଆସିଛ-ଆମେ ପ୍ରଚାର କରୁଥିବା ବାର୍ତ୍ତାରେ ସେହି ଆଜ୍ଞା ତୁମେ ଶୁଣିଛ।


ଜଣେ ଅନ୍ୟ ଜଣକୁ ପେମ କରିବାକୁ ହେବ, ଏହି ବାର୍ତ୍ତା ଆଦ୍ୟରୁ ଶୁଣିଛୁ।


ପ୍ରିୟ ବନ୍ଧୁଗଣ! ପରସ୍ପରକୁ ପେମ କର, କାରଣ ପ୍ରେମର ଉତ୍ପତ୍ତି ଈଶ୍ୱରଙ୍କଠାରୁ। ଯାହାର ହୃଦୟରେ ପ୍ରେମ ଅଛି, ସେ ଈଶ୍ୱରଙ୍କ ସନ୍ତାନ, ସେ ଈଶ୍ୱରଙ୍କୁ ଜାଣେ।


ପ୍ରିୟ ଭଦ୍ରମହିଳା, ତୁମକୁ ମୋର କହିବାର କଥା, ଆମେ ପରସ୍ପରକୁ ପ୍ରେମ କରିବା ଉଚିତ। ଏହା ଗୋଟଏ ନୂଆ ଆଦେଶ ନୁହେଁ, ଆଦ୍ୟରୁ ଆମେ ଏହି ଆଦେଶ ପାଇଅଛୁ।


Swiv nou:

Piblisite


Piblisite