Biblia Todo Logo
Bib sou entènèt

- Piblisite -




୧ ଯୋହନ 4:17 - ପବିତ୍ର ବାଇବଲ (CL) NT (BSI)

17 ଆମ ଜୀବନରେ ଏହି ପ୍ରେମ ସିଦ୍ଧ ହେଲେ, ଆମେ ନିର୍ଭୀକ ଭାବରେ ବିଚାର ଦିନର ସମ୍ମୁଖୀନ ହୋଇ ପାରିବା, କାରଣ ଏହି ଜଗତରେ ଥାଉ ଥାଉ ଆମେ ଖ୍ରଷ୍ଟଙ୍କ ପରି ଜୀବନ ଯାପନ କରୁଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ।

Gade chapit la Kopi

ଓଡିଆ ବାଇବେଲ

17 ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ।

Gade chapit la Kopi

ପବିତ୍ର ବାଇବଲ

17 ଯଦି ଆମ୍ଭେ ପରମେଶ୍ୱରଙ୍କ ପ୍ରେମରେ ସ୍ଥିର ହୋଇ ରହୁ, ତେବେ ତାହାର ବିଗ୍ଭର ଦିନରେ ଆମ୍ଭେମାନେ ଭରସାଯୁକ୍ତ ହୋଇ ନିର୍ଭୟରେ ରହି ପାରିବା। ଏହି ଜଗତରେ ଆମ୍ଭେମାନେ ତାହାଙ୍କ (ଖ୍ରୀଷ୍ଟଙ୍କ) ଭଳି ହୋଇଥିବାରୁ, ନିର୍ଭୟରେ ରହିପାରିବା।

Gade chapit la Kopi




୧ ଯୋହନ 4:17
25 Referans Kwoze  

ଈଶ୍ୱରଙ୍କୁ କେହି କେବେ ଦେଖି ନାହିଁ, କିନ୍ତୁ ଆମେ ଯଦି ପରସ୍ପରକୁ ପ୍ରେମ କରୁ, ଈଶ୍ୱର ଆମଠାରେ ବାସ କରନ୍ତି ଏବଂ ଆମଠାରେ ତାଙ୍କର ପ୍ରେମ ସମ୍ପର୍ଣ୍ଣତା ଲାଭ କରେ।


ହଁ ପିଲାମାନେ! ତାଙ୍କଠାରେ ସଂଯୁକ୍ତ ହୋଇ ରୁହ, ତାହାହେଲେ ତାଙ୍କର ଯେତେବେଳେ ଆବିର୍ଭାବ ହେବ, ଆମ ନିର୍ଭୀକ ଭାବରେ ତାଙଘ୍କର ସମ୍ମୁଖୀନ ହୋଇ ପାରବା- ସେହି ଦିବସରେ ଆମକୁ ଲଜ୍ଜାରେ ଆତ୍ମଗୋପନ କରିବାକୁ ପଡ଼ଫିବ ନାହହିଁ।


ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଏହି ଆଶା ପୋଷଣ କରିଛନ୍ତି, ସେମାନେ ଖ୍ରୀଷ୍ଟଙ୍କ ପରି ନିଜକୁ ପବିତ୍ର କରି ରଖିବେ।


ଅପର ପକ୍ଷେ, ଯେଉଁ ବ୍ୟକ୍ତି ଈଶ୍ୱରଙ୍କ ଜ୍ଞା ପାଳନ କରେ; ଈଶ୍ବରଙ୍କ ପ୍ରତି ତା’ର ପ୍ରେମ ପରିପୂର୍ଣ୍ଣତା ଲାଭ କରିଛି। ଜୀବନରେ ଈଶ୍ୱରଙ୍କ ସତ୍ତା ଆମେ ଯେ ଅନୁଭବ କରୁଛୁ, ଏହି ନିତଶ୍ଚିତ ଭାବରେ କିପରି ଜାଣି ପାରିବା?


ଯେଉଁମାନଙ୍କୁ ଈଶ୍ୱର ମନୋନୀତ କରିଛନ୍ତି, ସେମାନଙ୍କୁ ତାଙ୍କ ପୁତ୍ରଙ୍କ ଅନୁରୂପ ହେବା ପାଇଁ ଆଗରୁ ନିରୂପଣ କରିଛନ୍ତି ତାହାହେଲେ, ଈଶ୍ୱରଙ୍କ ପୁତ୍ର ସେମାନଙ୍କର ଅଗ୍ରଜ ହେବେ।


ମୁଁ ଯାହା କହିଥିଲି; ସ୍ମରଣ କର; “ଦାସ ମାଲିକଠାରୁ ବଡ଼ ନୁହେଁ।” ମୋତେ ଯଦି ସେମାନେ ଉତ୍ପୀଡ଼ନ କରିଛନ୍ତି, ତୁମ୍ଭମାନଙ୍କୁ ମଧ୍ୟ ସେପରି କରିବେ। ସେମାନେ ଯଦି ମୋର ଶିକ୍ଷା ଶୁଣିଛନ୍ତି, ତୁମ କଥା ମଧ୍ୟ ସେମାନେ ଶୁଣିବେ।


ଈଶ୍ୱର ଆମକୁ କେଡ଼େ ପ୍ରେମ କରନ୍ତି, ଟିକିଏ ଚିନ୍ତା କରି ଦେଖ। ଆମ ପ୍ରତି ତାଙ୍କ ପ୍ରେମ ଏତେ ପ୍ରଚୁର ଯେ, ଆମେ ତାଙ୍କର ସନ୍ତାନ ରୂପେ ନାର୍ମିତ ହୋଇଛୁ। ବାସ୍ତବରେ ଆମେ ତାଙ୍କର ସନ୍ତାନ- ସେଥିପାଇଁ ଜଗତ ଈଶ୍ୱରଙ୍କୁ ଜାଣି ନ ଥିବାରୁ, ଆମକୁ ମଧ୍ୟ ଚିହ୍ନିପାରେ ନାହିଁ।


କିନ୍ତୁ ବର୍ତ୍ତମାନ ଯେଉଁ ଆଶାଶମଣ୍ଡଳ ଓ ପୃଥବୀ ଅଛି, ତାହା ଈଶ୍ୱରଙ୍କ ଅନୁରୂପ ଆଜ୍ଞା ଦ୍ୱାରା ଅଗ୍ନିରେ ଧ୍ୱଂସ ପାଇବା ନିମନ୍ତେ ରଖାଯାଇଛି। ଯେଉଁ ଦିବସରେ ଅଧାର୍ମିକ ଲୋକମାନେ ବିଚରିତ ହୋଇ ବିନଷ୍ଟ ହେବେ, ସେହି ଦିନ ପର୍ଯ୍ୟନ୍ତ ତାହା ସୁରକ୍ଷିତ ହୋଇ ରହିବ।


ପ୍ରଭୁ ଜାଣନ୍ତି, କିପରି ଧାର୍ମିକ ଲୋକମାନଙ୍କୁ ସେମାନଙ୍କ ପରୀକ୍ଷାରୁ ରକ୍ଷା କରିବାକୁ ହେବ। ପୁଣି ଦୁଷ୍କର୍ମକାରୀମାନଙ୍କୁ,


ତୁମେ କ’ଣ ବୁଝିପାରୁ ନାହିଁ? ଅବ୍ରାହାମଙ୍କ ବିଶ୍ୱାସ, କର୍ମରେ ପ୍ରାକାଶ ପାଇଲା; କର୍ମ ଦ୍ୱାରା ତାଙ୍କର ବିଶ୍ୱାସ ସିଦ୍ଧ ହେଲା।


“ତୁମେ କହିଥିବା ପ୍ରତ୍ୟେକ ଅସାର କଥା ପାଇଁ ବିଚାର ଦିନରେ ତୁମକୁ କୈଫିୟତ୍ ଦେବାକୁ ପଡ଼ିବ।


”ଈଶ୍ୱର ବିଚାର ଦିନରେ ତୁମଠାରୁ ସଦୋମ ପ୍ରତି ଅଧିକ ଦୟା ଦେଖାଇବେ।”


“ମୁଁ ନିଶ୍ଚିତଭାବେ କହୁଛି, ଈଶ୍ୱର ବିଚାର ଦିନରେ ତୁମ୍ଭମାଂଙ୍କ ଅପେକ୍ଷା ସୋର ଓ ସିଦୋନର ଲୋକମାନଙ୍କୁ ଅଧିକ ଅନୁଗ୍ରହ ଦେଖାଇବେ।


ସୁତରାଂ ଶିଷ୍ୟ ଗୁରୁ ପରି ଓ ଦାସ ମାଲିକ ପରି ହୋଇପାରିଲେ ସେମାନେ ସେତିକିରେ ସନ୍ତୁଷ୍ଠ ହେବା ଉଚିତ୍। ଗୋଟିଏ ପରିବାରର କର୍ତ୍ତାକୁ ଯଦି ଲୋକେ ବେଲଜିବୁଲ ବୋଲି ଡାକନ୍ତି ଯଦି ଲୋକେ ବେଲଜିବୁଲ ବୋଲି ଡାକନ୍ତି, ପରିବାରର ଅନ୍ୟମାନଙ୍କୁ ଆହୁରି କେତେ କୁସ୍ଥିତ ନାମ ନ ଦେବେ?


“ମୁଁ ତୁମକୁ ନିଶ୍ଚିମଭାବେ କହୁଛି, ବିଚାର ଦିନରେ ଏମାନଙ୍କଠରୁ ସଦୋମ ଗମୋଚାର ଲୋକମାନଙ୍କ ପ୍ରତି ଈଶ୍ୱର ଅଧିକ ଅନୁଗ୍ରହ ଦେଖାଇବେ।


କାରଣ ଯେ ଅନ୍ୟକୁ ଦୟା କରେ ନାହିଁ, ଈଶ୍ୱର ତାକୁ ଦୟା କରିବେ ନାହିଁ। ନ୍ୟାୟ ବିଚାର ଉପରେ ଦୟାର ହିଁ ବିଜୟ ହୁଏ।


ସେମାନଙ୍କୁ ଆମ ପରି ଏକ କରାଇବା ପାଇଁ ତୁମେ ମୋତେ ଯେଉଁ ଗୌରବ ଦେଇଛ, ତାହା ମୁଁ ସେମାନଙ୍କୁ ଦେଇଛି!


ସମସ୍ତେ ଥରେ ମୃତ୍ୟୁଭୋଗ କରିବେ ଏବଂ ତା' ପରେ ଈଶ୍ୱରଙ୍କ ବିଚାରର ସମ୍ମୁଖୀନ ହେବେ।


ଯେ ଈଶ୍ୱରଙ୍କ ସତ୍ତା ଅନୁଭବ କରୁଛି ବୋଲି କହେ, ସେ ଅବିକଳ ଖ୍ରୀଷ୍ଟ ଯୀଶୁଙ୍କ ପରି ଜୀବନ ଯାପନ କରିବା ଉଚିତ।


ପିଲାମାନେ! କେହି ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ। ଯେ କେହି ସତ୍କର୍ମ କରେ, ସେହି କେବଳ ଖ୍ରୀଷ୍ଟଙ୍କ ପରି ଆସିଥ୍ିବା ଶୟତାନର ଅନୁଗାମୀ। ସେହି ଶୟତାନର କାର୍ଯ୍ୟକୁ ଧ୍ୱଂସ କରିବା ପାଇଁ ଈଶ୍ବରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇଥିଲେ।


Swiv nou:

Piblisite


Piblisite