Biblia Todo Logo
Bib sou entènèt

- Piblisite -




୧ ଯୋହନ 4:20 - ପବିତ୍ର ବାଇବଲ (CL) NT (BSI)

20 ଯଦି କେହି କହେ ଯେ, ସେ ଈଶ୍ୱରଙ୍କୁ ପ୍ରେମ କରେ, ଅଥଚ ସେ ତା’ଭାଇକୁ ଘୃଣା କରେ, ସେ ମିଥ୍ୟାବାଦୀ। ପ୍ରତ୍ୟକ୍ଷରେ ଦେଖୁଥିବା ଜଣେ ଭାଇକୁ ଯେ କେହି ସ୍ନେହ କରିପାରେ ନାହିଁ, ସେ ଅଦୃଶ୍ୟ ଈଶ୍ୱରଙ୍କୁ କଦାପି ପ୍ରେମ କରି ପାିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଈଶ୍ଵରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ଵରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

20 ଈଶ୍ୱରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ୱରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

20 ଯଦି କେହି କହେ “ମୁଁ ପରମେଶ୍ୱରଙ୍କୁ ପ୍ରେମ କରେ,” କିନ୍ତୁ ନିଜ ଭାଇକୁ ଘୃଣା କରେ, ତେବେ ସେ ହେଉଛି ମିଥ୍ୟାବାଦୀ, କାରଣ ଯେଉଁ ଲୋକ ତାହାର ଦେଖିଥିବା ଭାଇକୁ ଭଲ ପାଏ ନାହିଁ, ତେବେ ଯେଉଁ ପରମେଶ୍ୱରଙ୍କୁ ସେ କେବେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରିବ ନାହିଁ।

Gade chapit la Kopi




୧ ଯୋହନ 4:20
9 Referans Kwoze  

ଯଦି ଜଣେ ଧନୀ ବ୍ୟକ୍ତି ଭାଇର ଅଭାବ ଦେଖି ସୁଦ୍ଧା ତା’ପ୍ରତି ଦୟାର୍ଦ୍ର ଚିତ୍ତ ହୁଏ ନାହିଁ, ତା’ ହୃଦୟରେ ଈଶ୍ୱରଙ୍କ ପ୍ରେମ ଅଛି ବୋଲି ସେ କିପରି କହି ପାରିବ?


ଯଦି କେହି କହେ, ଏହି ଆଲୋକରେ ତା’ର ସ୍ଥିତି, ଅଥଚ ସେ ତା’ ଭାଇକୁ ଘୃଣା କରୁଥାଏ, ସେ ଅଦ୍ୟାପି ଅନ୍ଧକାର ନିବାସୀ।


ଈଶ୍ୱରଙ୍କୁ କେହି କେବେ ଦେଖି ନାହିଁ, କିନ୍ତୁ ଆମେ ଯଦି ପରସ୍ପରକୁ ପ୍ରେମ କରୁ, ଈଶ୍ୱର ଆମଠାରେ ବାସ କରନ୍ତି ଏବଂ ଆମଠାରେ ତାଙ୍କର ପ୍ରେମ ସମ୍ପର୍ଣ୍ଣତା ଲାଭ କରେ।


ଯଦି କେହି କହେ ଯେ, ସେ ଈଶ୍ୱରଙ୍କୁ ଜାଣିଛି, ଅଥଚ ସେ ତାଙ୍କ ଆଜ୍ଞାପାଳନ କରେ ନାହିଁ, ଯେ ଜଣେ ମିଥ୍ୟାବାଦୀ; ତା’ ଅନ୍ତରରେ ସତ୍ୟର ସ୍ଥାନ ନାହିଁ।


କିନ୍ତୁ ଯେଉଁ ବ୍ୟକ୍ତି ତା’ଭାଇକୁ ଘୃଣା କରେ, ତା’ର ଅବସ୍ଥିତି ଅନ୍ଧକାର ମଧ୍ୟରେ, ସେ ଅନ୍ଧକାରରେ ବିଚରଣ କରେ, ତା’ର ଗନ୍ତବ୍ୟ ପଥ ସେ ଜାଣିପାରେ ନାହିଁ, ଆମା ଅନ୍ଧକାର ତାକୁ ଦୃଷ୍ଟିହୀନ କରି ରଖିଛି।


ବର୍ତ୍ତମାନେ ତୁମ୍ଭେମାନେ ତାଙ୍କୁ ନ ଦେଖିଥିଲେ ହଁ ପ୍ରେମ କରୁଛ ଓ ତାଙ୍କଠାରେ ବିଶ୍ୱାସ କରୁଛ।


ସୁତରାଂ ଆମେ ତାଙ୍କର ସ।।ହାଚର୍ଯ୍ୟ ଅନୁଭବ କରୁଛୁ ବୋଲି କହି, ଯଦି ଅନ୍ଧକାରରେ ବାସ କରୁ, କଥାରେ ଓ କାର୍ଯ୍ୟରେ ଆମେ ମିଥ୍ୟାବାଦୀ ହେବା।


ଯଦି ପରସ୍ପର ପ୍ରତି ତୁମର ପ୍ରେମ ଥାଏ, ସମସ୍ତେ ଜାଣିବେ, ତୁମ୍ଭେମାନେ ମୋର ଶିଷ୍ୟ।”


ଆମେ ଯଦି ନିଜକୁ ନିଷ୍ପାପ ବୋଲି ମନେ କରୁ, ତେବେ ଆତ୍ମପ୍ରତାରଣା କରୁଛୁ- ଆମଠାରେ ତିଳେ ହେଲେ ସତ୍ୟତା ନାହିଁ।


Swiv nou:

Piblisite


Piblisite