Biblia Todo Logo
Bib sou entènèt

- Piblisite -




୧ ଯୋହନ 4:9 - ପବିତ୍ର ବାଇବଲ (CL) NT (BSI)

9 ଈଶ୍ୱର ତାଙ୍କ ଅନନ୍ୟ ପୁତ୍ର ଯୀଶୁଙ୍କୁ ଜଗତକୁ ପ୍ରେରଣ କରି ଆମ ପ୍ରତି ତାଙ୍କର ମହାପ୍ରେମ ପ୍ରକାଶ କରିଛନ୍ତି- ସେହି ଯୀଶୁଙ୍କ ଦ୍ୱାରା ଆମେ ଯେପରି ଜୀବନ ପ୍ରାପ୍ତ ହେବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଥିରେ ହିଁ ଈଶ୍ଵରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ଵିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଜୀବନ ପ୍ରାପ୍ତ ହେଉ।

Gade chapit la Kopi

ଓଡିଆ ବାଇବେଲ

9 ଏଥିରେ ହିଁ ଈଶ୍ୱରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।

Gade chapit la Kopi

ପବିତ୍ର ବାଇବଲ

9 ଏହିପରି ଭାବରେ ପରମେଶ୍ୱର ଆମ୍ଭକୁ ତାହାଙ୍କ ପ୍ରେମ ଦେଖାଇଛନ୍ତି। ସେ ତାହାଙ୍କର ଏକମାତ୍ର ପୁତ୍ରକୁ ଏ ଜଗତକୁ ପଠାଇଛନ୍ତି। ଯେପରି ଆମ୍ଭେ ତାହାଙ୍କ ମାଧ୍ୟମରେ ଜୀବନ ପାଇ ପାରିବା।

Gade chapit la Kopi




୧ ଯୋହନ 4:9
27 Referans Kwoze  

ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ନିଜର ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ- ଯେ କେହି ତାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପାଇବ।


ସେହି ସାକ୍ଷ୍ୟର ସାରମର୍ମ ହେଲା, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦାନ କରିଛନ୍ତି; କିନ୍ତୁ ତାଙ୍କ ପୁତ୍ରଙ୍କଠାରେ ହିଁ ଆମେ ଏହି ଜୀବନର ସନ୍ଧାନ ପାଉଛୁ।


ଈଶ୍ୱର କଦାପି ଆମର ବିପକ୍ଷ ନୁହନ୍ତି, କାରଣ ସେ ନିଜ ପୁତ୍ରଙ୍କୁ ମଧ୍ୟ ରକ୍ଷା ନ କରି ଆମ୍ଭମାନଙ୍କ ପାଇଁ ଦାନ କରିଛନ୍ତି। ତାହାହେଲେ, ସେ କଅଣ ଆମ୍ଭମାନଙ୍କୁ ସବୁ ବିଷୟ ଦାନ କରିବେ ନାହିଁ?


ଜୀବନ୍ତ ପିତା ଈଶ୍ୱର ମୋତେ ପ୍ରେରଣ କରିଛନ୍ତି; ତାଙ୍କ ଯୋଗୁଁ ମୁଁ ମଧ୍ୟ ଜୀବିତ। ସେହିପରି ଯେ ମୋତେ ଭୋଜନ କରେ, ମୋ’ ଯୋଗୁଁ ସେ ମଧ୍ୟ ଜୀବିତ ରହିବ।


ଏହା ହିଁ ପ୍ରକୃତ ପ୍ରେମ- ଆମେ ଈଶ୍ୱରଙ୍କୁ ପ୍ରେମ କରି ନାହୁଁ, ଅଥଚ ସେ ଆମକୁ ପ୍ରେମ କରି, ଆମ ପାପର ପ୍ରାୟଶ୍ଚିତ ହେବା ନିମନ୍ତେ ତାଙ୍କ ପୁତ୍ରଙ୍କୁ ପ୍ରେରଣ କଲେ।


ଆମ ପାଇଁ ଖ୍ରୀଷ୍ଟଙ୍କର ଆତ୍ମବଳିଦାନରୁ ଆମ୍ଭେମାନେ ପ୍ରେମ ଶିକ୍ଷା କରିଛୁ। ଭାଇମାନଙ୍କ ପାଇଁ ଆତ୍ମବଳିଦା କରିବାକୁ ଆମେ ମଧ୍ୟ ପ୍ରସ୍ଥୁତ ହୋଇ ରହିବା ଉଚିତ୍।


ଚୋର ଆସେ ଚୋରି, ହତ୍ୟା ଓ ଧ୍ୱଂସ କରିବାକୁ। ମୁଁ ଆସିଛି, ତୁମ୍ଭମାନଙ୍କୁ ଜୀବନ ଦେବାକୁ- ତୁମ୍ଭେମାନେ ଯେପରି ଜୀବନର ପ୍ରାଚୁର୍ଯ୍ୟ ଉପଭୋଗ କରିପାରିବ।


ମୁଁ ସ୍ୱର୍ଗରୁ ଆଗତ ସେହି ଜୀବନଦାୟୀ ଆହାର। ଏହି ଆହାର ଯେ ଖାଏ, ସେ ଚିରଞ୍ଜୀବୀ ହେବ। ମୁଁ ଯେଉଁ ଖାଦ୍ୟ ଦେବି, ତାହା ମୋର ମାଂସ। ଜଗତକୁ ବଞ୍ଚାଇବା ପାଇଁ ମୁଁ ତାହା ଦାନ କରିବି।”


ଯେ କେହି ସେହି ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆଉ ବିଚାରିତ ହେବ ନାହିଁ; କିନ୍ତୁ ଯେ ବିଶ୍ୱାସ କରେ ନାହିଁ, ତା’ର ବିଚାର ହୋଇ ସାରିଛି। କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କୁ ଅବିଶ୍ୱାସ କରିଛି।


କାରଣ କେବେ ହେଲେ ଈଶ୍ବର କୌଣସି ଦୂତଙ୍କୁ କହି ନାହାନ୍ତି: “ତୁମେ ମୋର ପୁତ୍ର, ଆଜିଠାରୁ ମୁଁ ତୁମର ପିତା ହେଲି”; କିମ୍ବା ଈଶ୍ୱର କୌଣସି ଦୂତ ସମ୍ପର୍କରେ କହି ନାହାନ୍ତି, “ମୁଁ ତାହାର ପିତା ଏବଂ ସେ ମୋର ପୁତ୍ର।”


ଯୀଶୁ ସେମାନଙ୍କୁ କହିଲେ: “ଈଶ୍ୱର ଯଦି ପ୍ରକୃତରେ ତୁମ୍ଭମାନଙ୍କର ପିତା, ତାହାହେଲେ ତୁମ୍ଭେମାନେ ମୋତେ ସ୍ନେହ କରିଥାଆନ୍ତ, କାରଣ ମୁଁ ଈଶ୍ୱରଙ୍କ ନିକଟରୁ ଆସି ବର୍ତ୍ତମାନ ଏଠାରେ ଅଛି। ମୁଁ ନିଜ ଅଧିକାରରେ ଆସି ନାହିଁ। ଈଶ୍ୱର ମୋତେ ପ୍ରେରଣ କରିଛନ୍ତି।


“ପ୍ରଭୁଙ୍କ ଆତ୍ମା ମୋ’ ଉପରେ ଅଧିଷ୍ଠିତ, କାରଣ ଦରିଦ୍ରମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କରିବା ପାଇଁ ସେ ମୋତେ ମନୋନୀତ କରିଛନ୍ତି। ବନ୍ଦୀମାନଙ୍କ ନିକଟରେ ସେମାନଙ୍କ ମୁକ୍ତି ଘୋଷଣା କରିବା, ଅନ୍ଧକାମନଙ୍କୁ ଦୃଷ୍ଟିାକ୍ତି ଦାନ କରିବା, ନିର୍ଯ୍ୟାତିତମାନଙ୍କୁ ଉଦ୍ଧାର କରିବା


ଏବେ ମାଲିକଙ୍କ ପାଖରେ କେବଳ ଜଣେ ମାତ୍ର ବାକୀ ରହିଲେ - ତାଙ୍କର ପ୍ରିୟ ପୁତ୍ର। ମାଲିକ ଭାବିଲେ, “ସେମାନେ ମୋ’ ପୁଅକୁ ନିଶ୍ଚୟ ଖାତିର କରିବେ।” ଏହା ଭାବି ଶେଷରେ ଚାଷୀମାନଙ୍କ ପାଖକୁ ନିଜ ପୁତ୍ରକୁ ପଠାଇଲେ।


ଆମ ପ୍ରତି ଈଶ୍ୱରଙ୍କ ପ୍ରେମର ବାସ୍ତବତା ଆମେ ଜାଣିଛୁ, ଏଥିରେ ଆମର ପୂର୍ଣ୍ଣ ବିଶ୍ୱାସ ଅଛି। ଈଶ୍ବର ପ୍ରେମମୟ। ଯାହାର ଜୀବନରେ ପ୍ରେମ ପୂର୍ଣ୍ଣ ହୋଇ ରହିଛି, ସେ ଈଶ୍ୱରଙ୍କ ସହିତ ସଂଯୁକ୍ତ ଏବଂ ତା’ଅନ୍ତରରେ ଈଶ୍ୱର ବାସ କରନ୍ତି।


ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ସତ୍ୟ ଓ ଜୀବନ। ମୋ’ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇପାରିବି ନାହିଁ।


ଯୀଶୁ ଉତ୍ତର ଦେଲେ: “ଯାହାଙ୍କୁ ଈଶ୍ୱର ପ୍ରେରଣ କରିଛନ୍ତି, ତାଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ତୁମ୍ଭେମାନେ ତାହା କରିପାରିବ।”


ଯେ ମୋତେ ପ୍ରେରଣ କରିଛନ୍ତି, ସେ ମୋ’ ସଙ୍ଗରେ ଅଛନ୍ତି। ସେ ମୋତେ ଏକାକୀ ଛାଡ଼ି ଦେଇ ନାହାନ୍ତି, କାରଣ ଯାହା ତାଙ୍କର ସନ୍ତୋଷଜନକ, କେବଳ ତାହା ମୁଁ ସବୁବେଳେ କରିଥାଏ।”


ତାହାହେଲେ ପିତା ଯେପରି ସମ୍ମାନିତ ହେବେ- ଯେ ପୁତ୍ରଙ୍କୁ ସମ୍ମାନ ଦିଏ ନାହିଁ, ତାଙ୍କ ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସେ ସମ୍ମାନିତ କରେ ନାହିଁ।


ଯୀଶୁ ଉତ୍ତର ଦେଲେ - “ତା’ର କିମ୍ବା ତା’ ପିତାମାତାଙ୍କର ପାପ- କୌଣସିଟି ଏହାର କାରଣ ନୁହେଁ। ଈଶ୍ୱରଙ୍କ ଶକ୍ତି ତା’ଠାରେ ପ୍ରକାଶ ପାଇବ ବୋଲି ସେ ଆଜି ଅନ୍ଧ।


ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛୁ, ଅନନ୍ତ ଜୀବନର ଅଧିକାରୀ ବୋଲି ତୁମ୍ଭେମାନେ ଯେପରି ଜାଣିବ, କାରଣ ଈଶ୍ବରଙ୍କର ପୁତ୍ରଙ୍କଠାରେ ତୁମ୍ଭମାନଙ୍କର ବିଶ୍ବାସ ଅଛି।


Swiv nou:

Piblisite


Piblisite