Biblia Todo Logo
Bib sou entènèt

- Piblisite -




୧ ଯୋହନ 5:12 - ପବିତ୍ର ବାଇବଲ (CL) NT (BSI)

12 ଯେ କେହି ସେହି ପୁତ୍ରଙ୍କ ସହିତ ସଂଯୁକ୍ତ ହୁଏ, କେବଳ ସେ ହିଁ ଉକ୍ତ ଅନନ୍ତ ଜୀବନ ଲାଭ କରିପାରିବ। ପୁତ୍ରଙ୍କଠାରେ ସଂଯୁକ୍ତ ହୋଇ ନ ଥିବା କୌଣସି ବ୍ୟକ୍ତି ସେହି ଜୀବନ ପ୍ରାପ୍ତ ହୋଇପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ଯିଏ ପୁତ୍ରଙ୍କୁ ପାଇଅଛି ସେ ଜୀବନ ପାଇଅଛି। କିନ୍ତୁ ଯେ ପରମେଶ୍ୱରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ପାଇ ନାହିଁ।

Gade chapit la Kopi




୧ ଯୋହନ 5:12
10 Referans Kwoze  

ଯେ କେହି ସେହି ପୁତ୍ରଙ୍କଠାରେ ବିଶ୍ୱାସ ସ୍ଥାପନ କରେ, ସେ ଅନନ୍ତ ଜୀବନ ପାଇବ; ଯେ କେହି ତାଙ୍କର ଅବାଧ୍ୟ ହୁଏ, ସେ ସେହି ଜୀବନରୁ ବଞ୍ôଚତ ହେବ ଓ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିବ।


“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଯେ କେହି ମୋ’ କଥାରେ କର୍ଣ୍ଣପାତ କରି ମୋର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ଲାଭ କରିବ। ସେ ବିଚାରର ସମ୍ମୁଖୀନ ହେବ ନାହିଁ। କାରଣ ସେ ମୃତ୍ୟୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଛି।


ତାହାହେଲେ, ଯେ କେହି ତାଙ୍କଠାରେ ବିଶ୍ୱାସ କରିବ, ସେ ଅନନ୍ତ ଜୀବନ ପାଇବ।


କିନ୍ତୁ ଯେଉଁମାନେ ତାଙ୍କୁ ଗ୍ରହଣ କରି ତାଙ୍କଠାରେ ବିଶ୍ୱାସ କଲେ, ସେମାନଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବାର ଅଧିକାର ଦେଲେ।


କିନ୍ତୁ ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ କରିଛନ୍ତି ଓ ସେହି ଖ୍ରୀଷ୍ଟଙ୍କୁ ହିଁ ଆମ୍ଭମାନଙ୍କ ଜ୍ଞାନ ସ୍ୱରୂପ କରିଛନ୍ତି। ତାଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଆମର ଯଥାର୍ଥ ସମ୍ପର୍କ ପୁନଃପ୍ରତିଷ୍ଠିତ ହୋଇଛି, ଆମେ ଧାର୍ମିକ ଓ ପବିତ୍ର ଲୋକ ହୋଇ ମୁକ୍ତି ପାଇଛୁ।


ଯେ କେହି ଏଥିରେ ବିଶ୍ୱାସ କରି ଜଳଦୀକ୍ଷା ଗ୍ରହଣ କରିବ, ସେ ପରିତ୍ରାଣ ପାଇବ। ଯେ ବିଶ୍ୱାସ କରିବ ନାହିଁ, ସେ ଦୋଷୀ ସାବ୍ୟସ୍ତ ହେବ।


ଯେ କେହି ଖ୍ରୀଷତଟଙ୍କ ଶିକ୍ଷଶର ପରିସର ଭିତରେ ନ ରହି ବାହାରକୁ ଚାଲିଯାଏ, ସେ ଈଶ୍ବରଙ୍କଠାରୁ ବିଚ୍ଛିନ୍ନ ହୋଇଛି। ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷଶରେ ଦୃଢ଼ ରହେ, ସେ ଈଶ୍ୱର ଓ ତାଙ୍କ ପୁତ୍ର ଉଭୟଙ୍କ ସହିତ ସଂଯୁକ୍ତ ହୋଇ ରହିଛି।


ଯଦି ଆମେ ଶେଷ ପର୍ଯ୍ୟନ୍ତ ଆମ୍ଭମାନଙ୍କର ଆଦ୍ୟ ବିଶ୍ୱାସରେ ଅଟଳ ରହୁ, ତେବେ ଆମେ ସମସ୍ତେ ଖ୍ରୀଷ୍ଟଙ୍କ ଅଂଶୀଦାର ହୋଇ ପାରିବା।


ତେଣୁ ବର୍ତ୍ତମାନ ପ୍ରକୃତରେ ମୁଁ ଆଉ ଜୀବିତ ନୁହେଁ, ମୋ’ଠାରେ ଖ୍ରୀଷ୍ଟ ହିଁ ଜୀବନ୍ତ। ମୁଁ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଛି, ତାହା କେବଳ ଈଶ୍ୱରଙ୍କ ପୁତ୍ରଙ୍କ ଉପରେ ମୋ’ ବିଶ୍ୱାସ ଦ୍ୱାରା ସମ୍ଭବ ହୋଇଛି - ଯିଏ ମୋତେ ପ୍ରେମ କରି ମୋ’ ପାଇଁ ତାଙ୍କ ପ୍ରାଣଦାନ କରିଛନ୍ତି।


Swiv nou:

Piblisite


Piblisite