Biblia Todo Logo
Bib sou entènèt

- Piblisite -




୧ ଯୋହନ 5:18 - ପବିତ୍ର ବାଇବଲ (CL) NT (BSI)

18 ଆମେ ଜାଣୁ, ଈଶ୍ୱରଙ୍କ ସନ୍ତାନ ପାପରେ ଲିପ୍ତ ହୋଇ ରହିବ ନାହିଁ; କାରଣ ଈଶ୍ୱରଙ୍କ ପୁତ୍ର ତାକୁ ରକ୍ଷା କରିବେ-ଶୟତାନ ତା’ର କ୍ଷତି କରିପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଞ୍ଚ ସେ ଈଶ୍ଵରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।

Gade chapit la Kopi

ଓଡିଆ ବାଇବେଲ

18 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।

Gade chapit la Kopi

ପବିତ୍ର ବାଇବଲ

18 ଆମ୍ଭେ ଜାଣୁ ଯେ, ପରମେଶ୍ୱରଙ୍କର ସନ୍ତାନ ହୋଇଥିବା ବ୍ୟକ୍ତି ଆଉ ପାପରେ ଲିପ୍ତ ରହେ ନାହିଁ। ବରଂ ପରମେଶ୍ୱରଙ୍କ ପୁତ୍ର ତାହାକୁ ରକ୍ଷା କରନ୍ତି ଏବଂ ପାପାତ୍ମା ତା'ର କିଛି କ୍ଷତି କରିପାରେ ନାହିଁ।

Gade chapit la Kopi




୧ ଯୋହନ 5:18
35 Referans Kwoze  

ଯେ ପ୍ରକୃତରେ ଈଶ୍ୱରଙ୍କ ସନ୍ତାନ; ସେ ପାପରେ ଲିପ୍ତ ହୋଇ ନାହିଁ, କାରଣ ଈଶ୍ୱରଙ୍କ ପ୍ରକୃତି ତା’ଠାରେ ବିଦ୍ୟମାନ। ଈଶ୍ୱର ତା’ର ପିତା, ସୁତରାଂ ସେ ପାପସକ୍ତ ହୋଇ ରହିପାରେ ନାହିଁ।


କାରଣ ତାଙ୍କର ସନ୍ତାନମାନେ ଏହି ଜଗତକୁ ପରାସ୍ତ କରିବାକୁ ଶକ୍ତି ଲାଭ କରିଛନ୍ତି ବିଶ୍ୱାସ ବଳରେ ଆମେ ଜଗତ ଉପରେ ବିଜୟ ଲାଭ କରି ପାରିବା।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଅନନ୍ତ ଜୀବନ ପାଇବା ପାଇଁ ଅପେକ୍ଷା କରୁ କରୁ ଈଶ୍ବରଙ୍କ ପ୍ରେମରେ ସ୍ଥିର ଣୁହ।


ଯେ ଯୀଶୁଙ୍କୁ ମସୀହ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କ ସନ୍ତାନ। ଯେ କେହି ଜଣେ ପିତାକୁସ୍ନେହ କରେ, ସେହି ପିତାର ସନ୍ତାନକୁ ମଧ୍ୟ ଦେ ସ୍ନେହ କରେ।


ଯେ ତୁମ୍ଭମାନଙ୍କୁ ପତନରୁ ରକ୍ଷା କରିବାକୁ ଓ ତାଙ୍କ ଗୌରବମୟ ଛାମୁରେ ନିର୍ଦ୍ଦୋଷ ଓ ଉଲ୍ଲେସିତ କରି ଉପସ୍ଥାପିତ କରିବାକୁ ସମର୍ଥ,


ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଏହି ଆଶା ପୋଷଣ କରିଛନ୍ତି, ସେମାନେ ଖ୍ରୀଷ୍ଟଙ୍କ ପରି ନିଜକୁ ପବିତ୍ର କରି ରଖିବେ।


ଯେଉଁ ଧର୍ମକର୍ମ ପିତା ଈଶ୍ୱରଙ୍କ ଦୃଷ୍ଟିରେ ବିଶୁଦ୍ଧଓ ଯଥାର୍ଥ, ତାହା ହେଉଛି- ଦୁର୍ଦ୍ଧଶାଗ୍ରସ ଅନାଥ ଓ ବଧମାନଙ୍କର ଯତ୍ନ ନେବା ଏବଂ ଜଗତରେ କଳୁଷରୁ ନିଜକୁ ମୁକ୍ତ ରଖିବା।


କାରଣ ଈଶ୍ୱରଙ୍କ ଜୀବନ୍ତ ଓ ଚିରନ୍ତନ ବାକ୍ୟ ଦ୍ୱାରା ତୁମ୍ଭମାନେ କୌଣସି ମରଣଶୀଳ ପିତାଙ୍କ ସନ୍ତାନ ରୂପେ ନୁହେଁ, ମାତ୍ର ଅମର ପିତାଙ୍କ ସନ୍ତାନ ରୂପେ ପୁନର୍ଜନ୍ମ ଲାଭ କରିଛ।


ତୁମ୍ଭେମାନେ ଜାଣ, ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନ୍ୟାୟବାନ। ତେଣୁ ଏହି ମଧ୍ୟ ଜାଣି ରଖିବା ଉଚିତ ଯେ, ଯେଉଁମାନେ ସତ୍କର୍ମ କରନ୍ତୁ, ସେମାନେ ହିଁ ଈଶ୍ୱରଙ୍କ ସନ୍ତାନ।


ମୋତେ ପିତା ଯେପରି ପ୍ରେମ କରନ୍ତି, ତୁମ୍ଭମାନଙ୍କୁ ମୁଁ ଠିକ୍ ସେହିପରି ପ୍ରେମ କରେ। ମୋ’ ପ୍ରେମରେ ତୁମେ ଅବିଚଳିତ ହୋଇ ରହିଥାଅ।


ମୁଁ ଜାଣେ, ତୁମେ ଶୟତାନର ସିଂହାସନ ନିକଟରେ ବାସ କରୁଅଛ। କିନ୍ତୁ ତୁମେ ମୋ’ ପ୍ରତି ବିଶ୍ୱସ୍ତ, ଏପରି କି ଶୟତାନର ବାସସ୍ଥଳୀରେ ଯେତେବେଳେ ମୋର ଜଣେ ବିଶ୍ୱସ୍ତ ଦାସ ଆଣ୍ଟିପାସ୍‌ଙ୍କୁ ହତ୍ୟା କରାଗଲା, ସେତେବେଳେ ସୁଦ୍ଧା ତୁମର ବିଶ୍ୱାସ ପରିତ୍ୟାଗ କରି ନ ଥିଲ।


ପିଲାମାନେ, ଅସତ୍ୟ ଦେବାଦେବୀଙ୍କଠାରୁ ଦୂରେଇ ରୁହ।


କିନ୍ତୁ ଆମେ ଈଶ୍ୱରଙ୍କର। ଯେ କେହି ଈଶ୍ୱରଙ୍କୁ ଜାଣେ, ସେ ଆମ ପ୍ରତି କର୍ଣ୍ଣପାତ କର। ଯେଉଁମାନେ ଈଶ୍ୱରଙ୍କ ନୁହଁନ୍ତି, ସେମାନେ ଆମ କଥଶ ଶୁଣନ୍ତି ନାହିଁ। ସତ୍ୟ ଆତ୍ମା ଓ ପ୍ରଞ୍ଚକ ଆତ୍ମା ମଧ୍ୟରେ ଏହି ପାର୍ଥକ୍ୟ ଆମେ ଲକ୍ଷ୍ୟ କରିପାରିବା।


ତୁମେ ଯଦି ମୋ’ ସହିତ ସଂଯୁକ୍ତ ହୋଇ ରୁହ ଓ ମୋର ବାକ୍ୟ ତୁମ ହୃଦୟରେ ରହିଥାଏ, ତେବେ ତୁମେ ଯାହା ଇଚ୍ଛା କରି ମାଗିବ, ତାହା ପାଇବ।


ସ୍ୱାଭାବିକଭାବେ ଅର୍ଥାତ୍ ମାନବୀୟ ପିତାଙ୍କଠାରୁ ଜାତ ହେବା ଦ୍ୱାରା ଏମାନେ ଈଶ୍ୱରଙ୍କ ସନ୍ତାନ ସନ୍ତାନ ହୋଇ ନାହାନ୍ତି। ସ୍ୱୟଂ ଈଶ୍ୱର ଏମାନଙ୍କର ପିତା।


ଆମେ କୟିନ ପରି ବୋ ନାହିଁ। କୟିନ ଶୟତାନର ବଶୀଭୂତ ହୋଇ ନିଜ ଭାଇକୁ ହତ୍ୟା କଲା। ତା’ ଭାଇକୁ ସେ କହିଁକି ହତ୍ୟା କଲା? ତା’ର ଭାଇ ସବୁବେଳେ ସତ୍କର୍ମ କରୁଥିଲା।


ସେ ସେଠାରେ ପହଞ୍ଚି ଈଶ୍ୱର ସେହି ଲୋକମାନଙ୍କୁ କିପରି ଆଶୀର୍ବାଦ କରିଛନ୍ତି, ତା’ ଦେଖି ଆନନ୍ଦିତ ହେଲେ ଓ ସର୍ବାନ୍ତଃକରଣରେ ପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ରହି ସଦାଚରଣ କରିବା ପାଇଁ ସେମାନଙ୍କୁ ଉଦ୍ବୋଧନ ଦେଲେ।


ମୋ’ ସହିତ ସଂଯୁକ୍ତ ହୋଇ ରୁହ। ତା’ହେଲେ ମୁଁ ମଧ୍ୟ ତୁମ ସହିତ ରହିବି। ଶାଖା, ଲତା ସହିତ ସଂଯୁକ୍ତ ହୋଇ ନ ରହିଲେ, ନିଜେ ଫଳ ଧରି ପାରିବ ନାହିଁ, ସେହିପରି ତୁମେ ମୋ’ଠାରେ ନ ରହିଲେ, ଫଳପ୍ରଦ ହୋଇପାରିବ ନାହିଁ।


ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ ସମୟ କଥାବାର୍ତ୍ତା କରିପାରିବି ନାହିଁ, କାରଣ ଏହି ଜଗତର ଅଧିପତି ଆସୁଛି। ଅବଶ୍ୟ ମୋ’ ଉପରେ ତା’ର କୌଣସି କର୍ତ୍ତୃତ୍ୱ ନାହିଁ।


ସମଗ୍ର ପ୍ରାଣୀ ଜଗତରେ ଆମେ ଯେପରି ପ୍ରଥମ ସ୍ଥାନ ଅଧିକାର କରିବୁ, ଏଥିପାଇଁ ସେ ସ୍ୱଇଚ୍ଛାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ସୃଷ୍ଟି କଲେ।


“ତୁମେ ରାଣ ନିୟମ ନ ପକାଇ କେବଳ ‘ହଁ’ କିମ୍ବା ‘ନାହିଁ’ କୁହ। ଏହାଠାରୁ ଅଧିକ କଥା କହି ପ୍ରତିଜ୍ଞା କରିବା ଶୟତାନର ପ୍ରରୋଚନାରୁ ହୁଏ।


ଆମକୁ କଠିନ ପରୀକ୍ଷାର ସମ୍ମୁଖୀନ ହେବାକୁ ଦିଅ ନାହିଁ। ମନ୍ଦ ଶକ୍ତିର କବଳରୁ ଆମକୁ ରକ୍ଷା କର। (କାରଣ ରାଜତ୍ୱ, ପରାକ୍ରମ, ଗୌରବ ଯୁଗେ ଯୁଗେ ତୁମର, ଆମେନ୍।)


କୌଣସି ମୁହୂର୍ତ୍ତରେ ତାଙ୍କୁ ଡାକିଲେ ସେ ଶୁଣନ୍ତି, ଏହା ସତ୍ୟ ବୋଲି ଆମେ ଜାଣୁ। ତେଣୁ ଆମେ ଜାଣୁ ଯେ, ପ୍ରାର୍ଥନାରେ ତାଙ୍କୁ ଯାହା କିଛି ମାଗିବା, ତାହା ଆମକୁ ସେ ନିଶ୍ଚିୟ ଦାନ କରିବେ।


ଆମେ ଜାଣୁ, ସମଗ୍ର ଜଗତରେ ଶୟତାନ ତା’ର ଅଧିପତ୍ୟ ବିସ୍ତାର କରିଥିଲେ ସୁଦ୍ଧା, ଆମେ ଈଶ୍ୱରଙ୍କର।


ଆମେ ଜାଣ, ଈଶ୍ୱରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇ ସତ୍ୟ ଈଶ୍ୱରଙ୍କ ସତ୍ତା ଅନୁଭବ କରିବାକୁ ଆମକୁ ଜ୍ଞାନ ଦେଇଛନ୍ତି। ଆମେ ଦତ୍ୟ ଈଶ୍ବର ଓ ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିନ ସଂଯୁକ୍ତ ଜୀବନ ଯାପନ କରୁଛୁ। ସେ ହିଁ ସତ୍ୟ ଈଶ୍ୱର ଏବଂ ସେ ହିଁ ଅନନ୍ତ ଜୀବନ।


Swiv nou:

Piblisite


Piblisite