Biblia Todo Logo
Bib sou entènèt

- Piblisite -




୧ ଯୋହନ 5:4 - ପବିତ୍ର ବାଇବଲ (CL) NT (BSI)

4 କାରଣ ତାଙ୍କର ସନ୍ତାନମାନେ ଏହି ଜଗତକୁ ପରାସ୍ତ କରିବାକୁ ଶକ୍ତି ଲାଭ କରିଛନ୍ତି ବିଶ୍ୱାସ ବଳରେ ଆମେ ଜଗତ ଉପରେ ବିଜୟ ଲାଭ କରି ପାରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ଵାସ।

Gade chapit la Kopi

ଓଡିଆ ବାଇବେଲ

4 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।

Gade chapit la Kopi

ପବିତ୍ର ବାଇବଲ

4 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି।

Gade chapit la Kopi




୧ ଯୋହନ 5:4
21 Referans Kwoze  

କିନ୍ତୁ ଆମେ ଈଶ୍ୱରଙ୍କଠାରେ କୃତଜ୍ଞତା ଜଣାଇବା, କାରଣ ସେ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ବିଜୟୀ କରାଇଛନ୍ତି।


କିନ୍ତୁ ପିଲାମାନେ! ତୁମ୍ଭେମାନେ ଈଶ୍ୱରଙ୍କ। ସେହି ଭଣ୍ଡ ଭାବବାଦୀମାନଙ୍କୁ ତୁମେ ପରାଜିତ କରିଛ,କାରଣ ତୁମ ଅନ୍ତରରେ ବାସ କରୁଥିବା ଈଶ୍ୱରଙ୍କ ଆତ୍ମଶ, ସାଂସାରିକ ଲୋକମାନଙ୍କ ଆତ୍ମାଠାରୁ ଅଧିକ ଶକ୍ତିଶାଳୀ।


ଏ କଥା ତୁମ୍ଭମାନଙ୍କୁ କହୁଛି, ଯେପରି ମୋ’ ସହିତ ସଂଯୁକ୍ତ ରହି ତୁମେ ମନରେ ଶାନ୍ତି ଅନୁଭବ କରିବ। ଜଗତ ତୁମକୁ କଷ୍ଟ ଦେବ; ତଥାପି ସାହସ ଧର, କାରଣ ମୁଁ ଜଗତକୁ ଜୟ କରିଛି।”


ଯେ ପ୍ରକୃତରେ ଈଶ୍ୱରଙ୍କ ସନ୍ତାନ; ସେ ପାପରେ ଲିପ୍ତ ହୋଇ ନାହିଁ, କାରଣ ଈଶ୍ୱରଙ୍କ ପ୍ରକୃତି ତା’ଠାରେ ବିଦ୍ୟମାନ। ଈଶ୍ୱର ତା’ର ପିତା, ସୁତରାଂ ସେ ପାପସକ୍ତ ହୋଇ ରହିପାରେ ନାହିଁ।


ଏଜଗତକୁ କିଏ ପରାସ୍ତ କରି ପାରିବ? ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ଯିଏ ବିଶ୍ୱାସ କରେ, କେବଳ ଏହା କରିପାରିବ।


ମଁ ଯେପରି ବିଜୟୀ ହୋଇ ମୋ’ ପିତାଙ୍କ ସହିତ ତାଙ୍କ ସିଂହାସନରେ ବସିଅଛି, ଯେଉଁମାନେ ଜୟ କରିବେ, ସେ ସମସ୍ତଙ୍କୁ ମୁଁ ଠିକ୍ ସେହିପରି ମୋର ସିଂହାସନରେ ମୋ’ ପାଖରେ ବସିବାର ଅଧିକାର ଦେବି।


ମେଷଶାବକଙ୍କ ରକ୍ତର ବଳରେ ଓ ସେମାନେ ଘୋଷଣା କରୁଥିବା ସତ୍ୟ ପାଇଁ ଆତ୍ମବଳିଦାନ କରିବାକୁ ପ୍ରସ୍ତୁତ ଥିବାରୁ ଆମ ଭାଇମାନେ ବିଜୟୀ ହୋଇଛନ୍ତି।


ଯେଉଁମାନେ ବିଜୟୀ ହେବେ, ସେମାନେ ଏହିପରି ଶୁକ୍ଲ ବସ୍ତ୍ର ପରିହିତ ହେବେ। ଜୀବନ ପୁସ୍ତକରୁ ସେମାନଙ୍କର ନାମ କଦାପି ଲୋପ କରାଯିବ ନାହିଁ ଏବଂ ମୋର ପିତା ଓ ତାଙ୍କର ଦୂତମାନଙ୍କ ସମ୍ମୁଖରେ ସେମାନଙ୍କୁ ମୋର ଅନୁଗାମୀ ବୋଲି ମୁଁ ସ୍ୱୀକାର କରିବି।


“ଶୁଣିବାକୁ କାନ ଥିଲେ, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଛନ୍ତି, ଶୁଣ। “ଯେଉଁମାନେ ବିଜୟ ଲାଭ କରିବେ, ଦ୍ୱିତୀୟ ମୃତ୍ୟୁ ସେମାନଙ୍କୁ ସ୍ପର୍ଶ କରି ପାରିବ ନାହିଁ।


ବିଜୟୀ ବ୍ୟକ୍ତିକୁ ମୁଁ ମୋର ଈଶ୍ୱରଙ୍କ ମନ୍ଦିରରେ ସ୍ତମ୍ଭ ରୂପେ ସ୍ଥାପନ କରିବି ଏବଂ ସେ କଦାପି ସେଠାରୁ ସ୍ଥାନାନ୍ତରିତ ହେବ ନାହିଁ। ମୁଁ ତାହା ଉପରେ ମୋ’ ଈଶ୍ୱରଙ୍କ ନାମ ଲେଖିବି। ମୋ’ ଈଶ୍ୱରଙ୍କ ନିକଟରୁ ସ୍ୱର୍ଗରୁ ଆଗତ ଈଶ୍ୱରଙ୍କ ନଗର, ନୂତନ ଯିରୂଶାଲମର ନାମ ଓ ମୋର ନୂତନ ନାମ ମଧ୍ୟ ତା’ ଉପରେ ଲେଖିବି।


ଯେଉଁମାନେ ବିଜୟ ଲାଭ କରିବେ ଓ ଶେଷ ପର୍ଯ୍ୟନ୍ତ ମୋର ଇଚ୍ଛାନୁରୂପ କାର୍ଯ୍ୟ କରିବେ, ମୁଁ ପିତାଙ୍କ ନିକଟରୁ ଯେଉଁ କ୍ଷମତା ପାଇଅଛି, ତାହା ସେମାନଙ୍କୁ ପ୍ରଦାନ କରିବି।


ଯେ ଯୀଶୁଙ୍କୁ ମସୀହ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କ ସନ୍ତାନ। ଯେ କେହି ଜଣେ ପିତାକୁସ୍ନେହ କରେ, ସେହି ପିତାର ସନ୍ତାନକୁ ମଧ୍ୟ ଦେ ସ୍ନେହ କରେ।


ତା’ପରେ ମୁଁ ଦେଖିଲି, ଅଗ୍ନିମିଶ୍ରିତ କାଚର ସମୁଦ୍ର ପରି ଏକ ଦୃଶ୍ୟ। ସେହି ସମୁଦ୍ର ତୀରରେ ଠିଆ ହୋଇଥିଲେ ବିଜୟୀ ବ୍ୟକ୍ତିମାନେ - ଏମାନେ ପଶୁ, ପଶୁର ପ୍ରତିମୂର୍ତ୍ତି ଓ ପୂର୍ବୋକ୍ତ ସଂଖ୍ୟା ଦ୍ୱାରା ଚିହ୍ନିତ ସେହି ଦୁରାତ୍ମା ଉପରେ ବିଜୟ ଲାଭ କରିଥିଲେ।


“ଶୁଣିବାକୁ କାନ ଥିଲେ, ମଣ୍ଡଳୀଗୁଡ଼ିକୁ ପବିତ୍ର ଆତ୍ମା କଅଣ କହୁଅଛନ୍ତି, ଶୁଣ!” “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଈଶ୍ୱରଙ୍କ ଉଦ୍ୟାନରେ ଫଳୁଥିବା ଜୀବନ ବୃକ୍ଷର ଫଳ ଖାଇବା ପାଇଁ ଅଧିକାର ଦେବି।


“ଯେଉଁମାନଙ୍କର ଶୁଣିବା ପାଇଁ କାନ ଅଛି, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଅଛନ୍ତି, ତାହା ଶୁଣ। “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଗଚ୍ଛିତ ରଖାଯାଇଥିବା ମାନ୍ନାରୁ କିଛି ଦେବି। ସେମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନୂତନ ନାମ ଲେଖା ହୋଇଥିବା ଗୋଟିଏ ଶ୍ୱେତ ପ୍ରସ୍ତର ପ୍ରଦାନ କରିବି। ସେହି ନୂତନ ନାମ କଅଣ, ପ୍ରସ୍ତର ଗ୍ରହଣକାରୀ ବ୍ୟତୀତ ଅନ୍ୟ କେହି ତାହା ଜାଣି ପାରିବେ ନାହିଁ।


ସ୍ୱାଭାବିକଭାବେ ଅର୍ଥାତ୍ ମାନବୀୟ ପିତାଙ୍କଠାରୁ ଜାତ ହେବା ଦ୍ୱାରା ଏମାନେ ଈଶ୍ୱରଙ୍କ ସନ୍ତାନ ସନ୍ତାନ ହୋଇ ନାହାନ୍ତି। ସ୍ୱୟଂ ଈଶ୍ୱର ଏମାନଙ୍କର ପିତା।


ଯୀଶୁ ତାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମକୁ କହୁଛି, ପୁନର୍ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟ ଦେଖି ପାରିବ ନାହିଁ।”


ତୁମ୍ଭେମାନେ ଜାଣ, ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନ୍ୟାୟବାନ। ତେଣୁ ଏହି ମଧ୍ୟ ଜାଣି ରଖିବା ଉଚିତ ଯେ, ଯେଉଁମାନେ ସତ୍କର୍ମ କରନ୍ତୁ, ସେମାନେ ହିଁ ଈଶ୍ୱରଙ୍କ ସନ୍ତାନ।


ଆମେ ଜାଣୁ, ଈଶ୍ୱରଙ୍କ ସନ୍ତାନ ପାପରେ ଲିପ୍ତ ହୋଇ ରହିବ ନାହିଁ; କାରଣ ଈଶ୍ୱରଙ୍କ ପୁତ୍ର ତାକୁ ରକ୍ଷା କରିବେ-ଶୟତାନ ତା’ର କ୍ଷତି କରିପାରିବ ନାହିଁ।


Swiv nou:

Piblisite


Piblisite