Biblia Todo Logo
Bib sou entènèt

- Piblisite -




୧ ଯୋହନ 5:9 - ପବିତ୍ର ବାଇବଲ (CL) NT (BSI)

9 ମନୁଷ୍ୟମାନଙ୍କ ସାକ୍ଷ୍ୟରେ ଆମେ ବିଶ୍ୱାସ ସ୍ଥାପନ କରି ଥାଉ। ଈଶ୍ୱରଙ୍କ ସାକ୍ଷ୍ୟ ଅଧିକ ବିଶ୍ୱାସଯୋଗ୍ୟ। ଈଶ୍ୱର ନିଜେ ତାଙ୍କ ପୁତ୍ରଙ୍କ ସପକ୍ଷରେ ଏହି ସାକ୍ଷ୍ୟ ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ଵରଙ୍କ ସାକ୍ଷ୍ୟ ତାହାଠାରୁଶ୍ରେଷ୍ଠ, ଆଉ ଈଶ୍ଵରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ଵନ୍ଧେ ସାକ୍ଷ୍ୟ ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ୱରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ୱରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ବରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ବରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

9 ଯେତେବେଳେ ଲୋକମାନେ ସତ୍ୟକଥା କହନ୍ତି, ଆମ୍ଭେ ତାହା ବିଶ୍ୱାସ କରିଥାଉ। କିନ୍ତୁ ପରମେଶ୍ୱର ଯାହା କହନ୍ତି, ତାହା ତ ଅଧିକ ବିଶ୍ୱାସ ଯୋଗ୍ୟ। ପରମେଶ୍ୱର ତାହାଙ୍କ ପୁତ୍ରଙ୍କ ବିଷୟରେ ସତ୍ୟ ସାକ୍ଷ୍ୟ ଦିଅନ୍ତି।

Gade chapit la Kopi




୧ ଯୋହନ 5:9
13 Referans Kwoze  

ସେ ଗୋଟିଏ ଦିନ ନିରୂପଣ କରିଛନ୍ତି। ସେହିଦିନ ସେ ତାଙ୍କର ମନୋନୀତ ବ୍ୟକ୍ତିଙ୍କ ଦ୍ୱାରା ସମଗ୍ର ଜଗତର ନ୍ୟାୟ ବିଚାର କରିବେ। ସେହି ବ୍ୟକ୍ତିଙ୍କୁ ମୃତ୍ୟୁରୁ ପୁନରୁତ୍ôଥତ କରିବା ଦ୍ୱାରା ସେ ଏହି କଥାର ନିଶ୍ଚିତତା ସମସ୍ତଙ୍କୁ ଜଣାଇ ଅଛନ୍ତି।”


ପିତର ଏହା କହିବାବେଳେ ଗୋଟିଏ ଉଜ୍ଜଳ ମେଘ ସେମାନେ ମୁଣ୍ଡ ଉପରକୁ ଭାସି ଆସିଲାଓ ସେଥରୁ ଗେଟିଏ ସ୍ୱର ଶୁଭିଲା, “ଏ ମୋର ପ୍ରୟ ପୁତ୍ର, ଏହାଙ୍କଠାରେ ମୁଁ ଅତ୍ୟନ୍ତ ପ୍ରୀତ। ତାଙ୍କ କଥା ମନଦେଇ ଶୁଣ।”


ଅତଏବ, ଯେ କେହି ଈଶ୍ୱରଙ୍କର ସେହି ପୁତ୍ରଙ୍କଠାରେ ବିଶ୍ୱାସ କରେ, ତା’ ଅନ୍ତରେ ସେ ଈଶ୍ବରଙ୍କ ସାକ୍ଷ୍ୟ ଉପଲବ୍ଧି କରିଛି। ନିଜେ ଈଶ୍ବର ସାକ୍ଷୀ ହୋଇ ତାଙ୍କ ପୁତ୍ରଙ୍କ ବିଷୟରେ ଯାହା କହିଛନ୍ତି, ଏଥିରେ ଯେ ବିଶ୍ୱାସ କରେ ନାହିଁ, ସେ ଈଶ୍ବରଙ୍କୁ ମିଥ୍ୟାବାଦୀ ବୋଲି ଅଭିଯୁକ୍ତ କରୁଛି।


ଆହୁରି ମଧ୍ୟ, ଈଶ୍ୱର ନାନା ଅଲୌକିକ କାର୍ଯ୍ୟ ଓ ଅପୂର୍ବ ଘଟଣା ଦ୍ୱରା ସେହି ସବୁ ବାର୍ତ୍ତା ସତ୍ୟ ବୋଲି ନିଦର୍ଶନ ଦେଇଛନ୍ତି ଏବଂ ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଦାନସମୂହ ବିତରଣ କରିଛନ୍ତି।


ଆମ୍ଭେମାନେ ଏ ସମସ୍ତ ବିଷୟର ସାକ୍ଷୀ ଅଟୁ। ପୁଣି ଯେଉଁ ପବିତ୍ରଆତ୍ମାଙ୍କୁ ଈଶ୍ୱର ତାଙ୍କର ଆଜ୍ଞାକାରୀମାନଙ୍କୁ ଦାନ କରିଛନ୍ତି, ସେ ମଧ୍ୟ ଏହାର ସାକ୍ଷୀ।”


କିନ୍ତୁ ଯଦି ମୁଁ ତାଙ୍କ ଇଚ୍ଛା ସାଧନ କରୁଥାଏ, ତା’ ହେଲେ ମୋତେ ବିଶ୍ୱାସ ନ କଲେ ସୁଦ୍ଧା, ଅନ୍ତତଃ ମୋ’ କାର୍ଯ୍ୟ ଦେଖି ବିଶ୍ୱାସ କର। ତେବେ ତୁମ୍ଭେମାନେ ନିଶ୍ଚିତଭାବେ ଜାଣି ପାରିବ, ମୋ’ ପିତା ଈଶ୍ୱର ମୋ’ଠାରେ ବିଦ୍ୟମାନ।”


ଶାସ୍ତ୍ରମାନଙ୍କରେ ଅନନ୍ତ ଜୀବନର ସନ୍ଧାନ ମିଳିବ ବୋଲି ମନେ କରି ସେ ସବୁ ତୁମେ ଅଧ୍ୟୟନ କରିଥାଅ। ସେହିସବୁ ଶାସ୍ତ୍ର ମୋ’ ସପକ୍ଷରେ ସାକ୍ଷ୍ୟ ଦିଅନ୍ତି,


ତାଙ୍କର ପ୍ରତିଜ୍ଞା ଓ ଶପଥ ଅପରିବର୍ତ୍ତନୀୟ, ତାହା ଭଙ୍ଗ କରି ଈଶ୍ୱର ମିଥ୍ୟାବାଦୀ ହେବେ ନାହିଁ। ଅତଏବ ତାଙ୍କର ଆଶ୍ରିତ ଆମ୍ଭେମାନେ, ସମ୍ମୁଖରେ ଥିବା ଭରସାକୁ ଦୃଢ଼ ରୂପେ ଧରି ରଖିବା ନିମନ୍ତେ ବିଶେଷ ଉତ୍ସାହ ଲାଭ କରୁଛୁ।


Swiv nou:

Piblisite


Piblisite