Biblia Todo Logo
Bib sou entènèt

- Piblisite -




୧ ପିତର 1:17 - ପବିତ୍ର ବାଇବଲ (CL) NT (BSI)

17 ଈଶ୍ୱର ପ୍ରତ୍ୟେକର କାର୍ଯ୍ୟାକଳାପ ଅନୁସାରେ ନିରପେକ୍ଷ ଭାବରେ ସମସ୍ତଙ୍କର ବିଚାର କରନ୍ତି। ତୁମ୍ଭେମାନେ ତାଙ୍କ ନକଟରେ ପ୍ରାର୍ଥନା କଲାବେଳେ ତାଙ୍କୁ ପିତା ବୋଲି ସମ୍ବୋଧନ କରିଥାଅ। ଅତଏବ, ଏହି ଜଗତରେ ତୁମ୍ଭମାନଙ୍କ ଜୀବନର ଅବଶିଷ୍ଟ ସମୟ ତାଙ୍କୁ ଭୟଭକ୍ତି କରି ଅତିବାହିତ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ଵୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ସଭୟରେ କ୍ଷେପଣ କର;

Gade chapit la Kopi

ଓଡିଆ ବାଇବେଲ

17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;

Gade chapit la Kopi

ପବିତ୍ର ବାଇବଲ

17 ତୁମ୍ଭେ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡାକୁଛ। ପରମେଶ୍ୱର ପ୍ରତ୍ୟେକ ଲୋକଙ୍କୁ ତାହାର କାର୍ଯ୍ୟ ଅନୁସାରେ ସମାନ ଭାବରେ ବିଗ୍ଭର କରନ୍ତି। ତେଣୁ ତୁମ୍ଭେ ଯେପର୍ଯ୍ୟନ୍ତ ପୃଥିବୀରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ୱରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍।

Gade chapit la Kopi




୧ ପିତର 1:17
33 Referans Kwoze  

ଏଣୁ ଏହିପରି ପ୍ରାର୍ଥନା କରିବା ତୁମ୍ଭମାନଙ୍କର ଉଚିତ୍: ‘ହେ ଆମର ସ୍ୱର୍ଗସ୍ଥ ପିତା, ତୁମର ପବିତ୍ର ନାମ ସମ୍ମାନିତ ହେଉ।


ତେଣୁ ପ୍ରିୟ ବନ୍ଧୁଗଣ, ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ତୁମ୍ଭେମାନେ ଯେପରି ସବୁବେଳେ ମୋର ଆଜ୍ଞାଧୀନ ଥିଲ, ବର୍ତ୍ତମାନ ମୁଁ ତୁମଠାରୁ ଦୂରରେ ଥିବା ସମୟରେ ଅଧିକ ବିଶ୍ୱସ୍ତ ଭାବରେ ମୋର ବାଧ୍ୟ ହେବା ତୁମ୍ଭମାନଙ୍କର କର୍ତ୍ତବ୍ୟ। ତୁମର ପରିତ୍ରାଣ ସାଧନ ଯେପରି ସମ୍ପୂର୍ଣ୍ଣ ହୁଏ, ଏଥିନିମନ୍ତେ ଭୟ ଓ ପ୍ରକମ୍ପ ସହ କାର୍ଯ୍ୟ କରିଯାଅ।


ବନ୍ଧୁଗଣ, ଏହିସବୁ ପ୍ରତିଶ୍ରୁତି ଆମ୍ଭେମାନେ ଈଶ୍ୱରଙ୍କଠାରୁ ପାିଛୁ। ତେଣୁ ଆସ, ଶରୀର ଆତ୍ମାକୁ ଅଶୁଚି କରୁଥିବା ସବୁ ବିଷୟରୁ ନିଜ ନିଜର ପରିଷ୍ମୃତି କରିବା। ପୁଣି ଈଶ୍ୱରଙ୍କୁ ଭୟ କରି ସମ୍ପୂର୍ଣ୍ଣ ପବିତ୍ରଭାବେ ବାସ କରିବା।


ତେଣୁ ଆସ, ଆମେ କୃତଜ୍ଞା ହେବା, କାରଣ ଆମେ ଏକ ଅବିନଶ୍ୱର ରାଜ୍ୟ ପାଇବା। ଆସ, ଆମ କୃତଜ୍ଞତା ଜ୍ଞାପନ କରିବା ଏବଂ ଭକ୍ତି ଓ ଭୟର ସହିତ ଈଶ୍ୱରଙ୍କ ସନ୍ତୋଷଭାନ ହୋଇ ତାହାଙ୍କୁ ପୂଜା କରିବା।


ମୁଁ ମୋର ପ୍ରାର୍ଥନାରେ ତୁମ୍ଭମାନଙ୍କୁ ସ୍ମରଣ କରେ ଓ ଗୌରବମୟ ପିତା, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ୱରଙ୍କୁ ପ୍ରାର୍ଥନା କରେ, ଯେପରି ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିବେ। ସେହି ଆତ୍ମା ତୁମ୍ଭମାନଙ୍କୁ ଜ୍ଞାନବାନ କରିବେ ଓ ଈଶ୍ୱରଙ୍କୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ। ତାହାହେଲେ, ତୁମ୍ଭେମାନେ ତାଙ୍କୁ ଜାଣିପାରିବ।


କିନ୍ତୁ ଯେଉଁମାନେ ନେତା ବୋଲି ବିବେଚିତ ହେଉଥିଲେ, ସେମାନେ ଯେ କେହି ହୁଅନ୍ତୁ, ସେଥିରେ ମୋର କିଛି ଯାଏ ଆସେ ନାହିଁ; କାରଣ ବାହ୍ୟିକ ଆଚରଣ ଦେଖି ଈଶ୍ୱର କାହାର ବିଚାର କରନ୍ତି ନାହିଁ - ସେହି ନେତାମାନେ ମୋତେ କୌଣସି ନୂତନ ପ୍ରସ୍ତାବ ଦେଇ ନ ଥିଲେ।


ତା’ ସତ୍ୟ। ସେମାନେ ବିଶ୍ୱାସ ନ କରିବାରୁ ଛିନ୍ନ ହେଲେ। ତୁମ୍ଭେମାନେ କେବଳ ବିଶ୍ୱାସ ବଳରେ ସେହି ସ୍ଥାନ ଅଧିକାର ଅଧିକାର କରିଛ। କିନ୍ତୁ ଗର୍ବ ନ କରି ଭୟ କର।


ସେମାନେ ନିଜର କେତେ ଜଣ ଶିଷ୍ୟଙ୍କୁ ଓ ହେରୋଦ ପକ୍ଷର କେତେକ ଲୋକଙ୍କୁ ଯୀଶୁଙ୍କ ନିକଟକୁ ପଠାଇଲେ। ଏମାନେ ଆସି ଯୀଶୁଙ୍କୁ ପଚାରିଲେ, “ଗୁରୁ, ଆମେ ଜାଣୁ, ଆପଣ ସତ୍ୟ ଶିକ୍ଷା ଦେଇଛନ୍ତି। ଆପଣ ମନୁଷ୍ୟର ପଦମର୍ଯ୍ୟାଦାକୁ ଖାତିରି କରୁ ନ ଥିବାରୁ ଲୋକେ କଅଣ ଭାବିବେ, ଚିନ୍ତା ନ କରି ମନୁଷ୍ୟ ପାଇଁ ଈଶ୍ୱରଙ୍କର ସଂକଳ୍ପ ଯଥାର୍ଥ ଭାବରେ ବୁଝାଇ ପାରୁଛନ୍ତି।


ବନ୍ଧୁଗଣ, ତୁମ୍ଭେମାନେ ଏହି ଜଗତରେ ବିଦେଶୀ ଓ ପ୍ରବାସୀ ତୁଲ୍ୟ। ତେଣୁ ଅନୁରୋଧ କରୁଛୁ, ତୁମ୍ଭେମାନେ ସର୍ବଦା ଆତ୍ମା ବିରୁଦ୍ଧରେ ଯୁଦ୍ଧ କରୁଥିବା ଶାରୀରିକ ଅଭିଳାଷର ବଶବର୍ତ୍ତୀ ହୁଅ ନାହିଁ।


ଆମ୍ଭମାନଙ୍କୁ ଯେଉଁ ବିଶ୍ରାମ ଦେବେ ବୋଲି ଈଶ୍ୱର କହିଥିଲେ, ତାହା ଆମେ ପାଇ ପାରିବୁ ବୋଲି କେହି ଯେପରି ବଞ୍ଚିତ ନ ହୁଅ, ଏଥିପାଇଁ ସଜାଗ ରୁହ।


ଆଉ ପ୍ରତ୍ୟେକ ଦୁଷ୍କର୍ମକାରୀ ତା’ର ଅପକର୍ମ ନିମନ୍ତେ ଫଳ ପାଇବ, କାରଣ ଈଶ୍ୱର ନିରପେକ୍ଷ ଭାବରେ ସମସ୍ତଙ୍କର ବିଚାର କରନ୍ତି।


ମୁନିବମାନେ, ତୁମର କ୍ରୀତଦାସମାନଙ୍କ ପ୍ରତି ଅନୁରୂପ ବ୍ୟବହାର କର ଓ ସେମାନଙ୍କୁ ଧମକାଅ ନାହିଁ। ମନେରଖ, ତୁମେ ଓ ତୁମର କ୍ରୀତଦାସମାନେ ସମସ୍ତେ ସ୍ୱର୍ଗସ୍ଥ ପ୍ରଭୁଙ୍କର ଅଧୀନ। ସେ ପ୍ରତ୍ୟେକଙ୍କୁ ସମଭାବରେ ବିଚାର କରନ୍ତି।


ଯାହାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପରିବାର ତା’ର କୁଳ ନାମ ପ୍ରାପ୍ତ ହୋଇଛି, ସେହି ପରମ ପିତା ଈଶ୍ୱରଙ୍କ ସମ୍ମୁଖରେ ଜାନୁପାତ କରି ମୁଁ ପ୍ରାର୍ଥନା କରେ।


ଆନ୍ତରିକ ଭାବରେ ଖ୍ରୀଷ୍ଟଙ୍କୁ ଭକ୍ତି କରି, ତାଙ୍କୁ ପ୍ରଭୁ ବୋଲି ମାନ୍ୟ କର। ଯଦି କେହି ତୁମ ଅନ୍ତର୍ନିହିତ ଭରସାର କାରଣ କଅଣ ବୋଲି ଜିଜ୍ଞାସା କରେ, ତା’ ପ୍ରଶ୍ନର ଯଥୋଚିତ ଉତ୍ତର ଦେବାକୁ ସବର୍ଦା ପ୍ରସ୍ଥୁତ ଥାଅ।


ସେଥିପାଇଁ ଆମେ ସବୁବେଳେ ସାହସ ଧରିଛୁ। ଆମେ ଜାଣୁ, ଯେତେ ଦିନ ଆମେ ଏହି ଦେହରେ ବାସ କରିଛୁ, ସେତେ ଦିନ ପ୍ରଭୁଙ୍କଠାରୁ ଦୂରରେ ବାସ କରିଛୁ, ସେତେ ଦିନ ପ୍ରଭୂଙ୍କଠାରୁ ଦୂରରେ ରହି ଜୀବନ ଦୃଶ୍ୟ ବିଷୟ ଛପରେ ନୁହେଁ- ମାତ୍ର ବିଶ୍ୱାସ ଛପରେ ପ୍ରତିଷ୍ଠିତ।


ଆମ ପିତା ଈଶ୍ୱର ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଠ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ଦେଖ, ଈଶ୍ୱରଙ୍କ ଅଭିପ୍ରେତ ଏହି ଦୁଃଖ ତୁମ୍ଭମାନଙ୍କ ମନରେ କେତେ ଆଗ୍ରହ, କେତେ ଭୟ, କେତେ ଉତ୍ତେଜନା, ଆତ୍ମସଂଶୋଧନ ପାଇଁ କେତେ ପ୍ରେରଣା, ଦୁଷ୍କର୍ମକାରୀମାନଙ୍କୁ ଶାସ୍ତି ଦେବାକୁ କେତେ ତତ୍ସରତା ସଂଚାରିତ କରିଛି। ଏସବୁ ବିଷୟରେ ତୁମ୍ଭେମାନେ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇଛ।


ମନିଷ୍ୟ ପୁତ୍ର ପିତା ଈଶ୍ୱରଙ୍କ ଦ୍ୱାରା ଗୌରବାନ୍ୱିତ ହୋଇ ସ୍ୱର୍ଗଦୂତମାନଙ୍କ ସହ ପୁନର୍ବାର ଆସିବେ। ସେତେବେଳେ ସେ ପ୍ରତ୍ୟେକକୁ ତା’ର କୃତକର୍ମ ଅନୁସରେ ଫଳ ଦେବେ।


Swiv nou:

Piblisite


Piblisite