Biblia Todo Logo
Bib sou entènèt

- Piblisite -




୧ ପିତର 2:12 - ପବିତ୍ର ବାଇବଲ (CL) NT (BSI)

12 ବିଜାତୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କର ସଦାଚରଣ ପ୍ରକାଶ ପାଉ; ତାହାହେଲେ, ସେମାନେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ଅପବାଦ ଦେଉଥିଲେ ମଧ୍ୟ, ତୁମ୍ଭମାନଙ୍କୁ ସତ୍କର୍ମ ଦେଖି ଖ୍ରୀଷ୍ଟଙ୍କ ଆଗମନ ଦିନରେ ଈଶ୍ୱରଙ୍କ ପ୍ରଶଂସା କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେମାନେ ବିଜାତିମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ଵରଙ୍କ ଗୌରବ କରିବେ।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ୱରଙ୍କ ଗୌରବ କରିବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।

Gade chapit la Kopi

ପବିତ୍ର ବାଇବଲ

12 ଅବିଶ୍ୱାସୀ ଲୋକମାନେ ତୁମ୍ଭ ଗ୍ଭରିପଟେ ଅଛନ୍ତି। ସେମାନେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ଯ୍ୟ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା'ହେଲେ ତୁମ୍ଭେମାନେ କରୁଥିବା ଭଲ କାମଗୁଡ଼ିକୁ ସେମାନେ ଦେଖିବେ ଓ ପରମେଶ୍ୱରଙ୍କ ଆସିବା ଦିନ ସେମାନ ତାହାଙ୍କୁ ମହିମା ଦେବେ।

Gade chapit la Kopi




୧ ପିତର 2:12
46 Referans Kwoze  

କିନ୍ତୁ ବିନୀତ ଓ ଭଦ୍ର ଭାବରେ ଉତ୍ତର ଦିଅ। ତୁମ୍ଭମାନଙ୍କ ବିବେକକୁ ନିର୍ମଳ ରଖ। ତା’ ହେଲେ, ତୁମେ ଖ୍ରୀଷ୍ଟଙ୍କ ଅନୁଗାମୀରୂପେ ସଦାଚରଣ କରୁଥିବା ବେଳେ, ଯେଉଁମାନେ ତୁମର ମିଥ୍ୟା ଅପବାଦ କରନ୍ତି, ସେମାନେ ଲଜ୍ଜିତ ହେବେ।


ସେହିପରି ତୁମ ଆଲୋକ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଉ। ତାହାହେଲେ ତୁମର ସତ୍କର୍ମ ସବୁ ଦେଖି ସେମାନେ ତୁମର ସ୍ୱର୍ଗସ୍ଥ ପିତା ଈଶ୍ୱରଙ୍କର ପ୍ରଶଂସା କରିବେ।


କାରଣ କେବଳ ପ୍ରଭୁଙ୍କ ସାକ୍ଷାତରେ ନୁହେଁ, ମାତ୍ର ମନୁଷ୍ୟ ସାକ୍ଷାତରେ ମଧ୍ୟ ସତ୍ ରହିବା ଆମର ଲକ୍ଷ୍ୟ।


ଏହିପରି କରିବା ଦ୍ୱାରା ତୁମେ ଅଣବିଶ୍ୱାସୀମାନଙ୍କଠାରୁ ମଧ୍ୟ ସମ୍ମାନ ପାଇବ ଓ ତୁମର ସମସ୍ତ ଆବଶ୍ୟକତା ପାଇଁ ଆତ୍ମନିର୍ଭରଶୀଳ ହୋଇପାରିବ।


ତୁମେ ନିଜର କଥାବାର୍ତ୍ତା, ଆଚରଣ, ପ୍ରେମ, ବିଶ୍ୱାସ ଓ ଚରିତ୍ରର ନିର୍ମଳତାରେ ଆଦର୍ଶ ଦେଖାଇ ପାରିଲେ, ଅଳ୍ପ ବୟସ୍କ ହୋଇଥିଲେ ସୁଦ୍ଧା ତୁମକୁ ମଣ୍ଡଳୀରେ କେହି ଅବଜ୍ଞା କରିପାରିବେ ନାହିଁ।


ତୁମ୍ଭମାନଙ୍କ ମଧ୍ୟରେ କେହି କ’ଣ ଜ୍ଞାନୀ ଓ ବିଦ୍ଧିମାନ? ସେ ବିଜ୍ଞାତା ଓ ନିମ୍ରତା ସହିତ ସତ୍କର୍ମ କରି ତା’ ଜୀବନରେ ଏହାର ପ୍ରମାଣ ଦେଉ।


ମୁଁ ତୁମ୍ଭମାନଙ୍କୁ ଦେଖିପା ପାଇଁ ଯିବାକୁ ସମର୍ଥ ହୁଏ ଅବା ନ ହୁଏ, ବର୍ତ୍ତମାନ ପ୍ରଧାନ ବିଷୟ ହେଉଛି, ତୁମ୍ଭମାନଙ୍କର ଜୀବନ ପ୍ରଣାଳୀ ଯେପରି ଖ୍ରୀଷ୍ଟଙ୍କ ସୁସମାଚାରର ଅନୁରୂପ ହେବ - ମୁଁ ଯେପରି ଶୁଣିବି, ତୁମ୍ଭେମାନେ ଏକ ଉଦ୍ଦେଶ୍ୟ ନେଇ ଦୃଢ଼ ରୂପେ ଠିଆ ହୋଇଛ ଓ ଏକ ଆକାଂକ୍ଷା ନେଇ ସୁସମାଚାର ବିଶ୍ୱାସ ନିମନ୍ତେ ଏକକ ସଂଗ୍ରାମ କରୁଛ।


ଜଗତରେ ଜୀବନ ଓ ବିଶେଷରେ ତୁମ୍ଭମାନଙ୍କ ସହିତ ଆମର ସର୍ମ୍ପକ ଈଶ୍ୱରଦତ୍ତ ପବିତ୍ରତା ଓ ବିଶ୍ବସ୍ତତା ଦ୍ୱାରା ପରିଚାଳିତ ବୋଲି ଆମ ବିବେକର ସାକ୍ଷ୍ୟ। ଏଥିପାଇଁ ଆମ ମନରେ ଗର୍ବ ହୁଏ। ମାନବିକ ଜ୍ଞାନରେ ନୁହେଁ, ମାତ୍ର ଐଶ୍ୱରିକ ଜ୍ଞାନରେ ଏହା କରିବାକୁ ଆମେ ସକ୍ଷମ ହୋଇଛୁ।


ଯଦି ଏହିପରି ସବୁ ବିଷୟ ବିଲୁପ୍ତ ହେବ, ତେବେ ଭାବି ଦେଖ, ତୁମ୍ଭମାନଙ୍କର କି ପ୍ରକାର ଜୀବନ ହେବା ଉଚିତ। ତାହା ପବିତ୍ର ଓ ଈଶ୍ୱରଙ୍କଠାରେ ଉତ୍ସର୍ଗିତ ହେବା ଏକାନ୍ତ ଆବଶ୍ୟକ।


ଉଚ୍ଛୃଙ୍ଖଳ ଆମୋଦ ପ୍ରମୋଦ, ସୁରାପାନରେ ମତ୍ତତା, ନୀତିହୀନତା, ଅଶ୍ଳୀଳ ଆଚରଣ, ଈର୍ଷା, କଳିଗୋଳ ପ୍ରଭୃତିରେ ଲିପ୍ତ ନ ହୋଇ ଆସ, ଆଲୋକରେ କାର୍ଯ୍ୟରତ ଲୋକଙ୍କ ପରି ଭଦ୍ରୋଚିତ ବ୍ୟବହାର କରିବା।


କେହି ତୁମ ପ୍ରତି ଅନ୍ୟାୟ କଲେ, ତୁମେ ତା’ ପ୍ରତି ଅନ୍ୟାୟ କର ନାହିଁ। ଅନ୍ୟମାନଙ୍କ ଦୃଷ୍ଟିରେ ଯାହା ସତ୍କାର୍ଯ୍ୟ, ତାହା ହିଁ କର।


ଆମ ପାଇଁ ପ୍ରାର୍ଥନା କରୁଥାଅ। ଆମ ବିବେକ ଯେ ନିର୍ମଳ, ଏଥିରେ ସନ୍ଦେହ ନାହିଁ, କାରଣ ସର୍ବଦା ନ୍ୟାୟୋଚିତ କାଯ୍ର୍ୟ୍ର କରିାବକୁ ଆମର ଏକାନ୍ତ ଇଚ୍ଛା।


ଅନ୍ୟାନ୍ୟ ଶାସକବର୍ଗ ତଥା ସର୍ବସାଧାରଣଙ୍କ ନିମନ୍ତେ ଈଶ୍ୱରଙ୍କୁ ପ୍ରାର୍ଥନା, ନିବେଦନ ଓ ଧନ୍ୟବାଦ ଜଣାଇବ - ଆମ୍ଭେମାନେ ଯେପରି ଈଶ୍ୱର ଭକ୍ତିରେ ଅବିଚଳିତ ରହିବୁ ଓ ଅନ୍ୟମାନଙ୍କ ପ୍ରତି ସଦାଚରଣ କରି ସୁଖ ଶାନ୍ତିରେ ଜୀବନ ଯାପନ କରିପାରିବୁ।


ପରିଶେଷରେ, ଭାଇମାନେ, ଯେଉଁ ସମସ୍ତ ବିଷୟ ସତ୍ ଓ ପ୍ରଶଂସ୍ୟ, ଯାହା ସବୁ ସତ୍ୟ ଓ ମହତ୍, ଯାହା ଯଥାର୍ଥ, ବିଶୁଦ୍ଧ, ପ୍ରୀତିକର ଓ ସମ୍ମାନଜନକ, ସେ ସବୁ ତୁମ୍ଭମାନଙ୍କର ଚିନ୍ତନୀୟ ବିଷୟ ହେଉ।


ତେଣୁ ଯେଉଁ ପୁରାତନ ସ୍ୱଭାବ ନେଇ ତୁମେ ଜୀବନ ଯାପନ କରୁଥିଲ, ତାହା ପରିତ୍ୟାଗ କର, କାରଣ ତାହାର ଛଳ କାମନା ଦ୍ୱାରା ତୁମର ଆତ୍ମା ବିନଷ୍ଟ ହେଉଥିଲା।


ଧନ ଲାଳସାରୁ ନିବୃତ୍ତ ହୁଅଏବଂ ତୁମର ଯାହା ଅଛି, ସେଥିରେ ସନ୍ତୁଷ୍ଟ ରୁହ। କାରଣ ଈଶ୍ୱର କହିଛନ୍ତି, “ମୁଁ ତୁମକୁ ପରିତ୍ୟାଗ କରିବ ନାହିଁ, ମୁଁ ତୁମକୁ କେବେ ବଜୀନ କରିବି ନାହିଁ।”


ତାଙ୍କ ଅନୁଗ୍ରହ ନିମନ୍ତେ ଅଣଇହୁଦୀମାନେ ମଧ୍ୟ ତାଙ୍କର ପ୍ରଶଂସା କରିବେ। ଏ ବିଷୟରେ ଶାସ୍ତ୍ରରେ ଲେଖାଅଛି: “ଅଣଇହୁଦୀମାନଙ୍କ ମଧ୍ୟରେ ତୁମର ପ୍ରଶଂସା କରିବି, ସର୍ବଦା ତୁମର ସ୍ତୁତିଗାନ କରିବି।”


ସେମାନେ ତୋତେ ଓ ତୋର ପାଚେରୀ ମଧ୍ୟରେ ଥିବା ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବେ; ସେମାନେ ଗୋଟିଏ ପଥର ସୁଦ୍ଧା ତା’ ସ୍ଥାନରେ ଛାଡ଼ିବେ ନାହିଁ, କାରଣ ଈଶ୍ୱର ଯେଉଁ ସମୟରେ ତୋତେ ରକ୍ଷା କରିବାକୁ ଆସିଥିଲେ, ତୁ ସେହି ସମୟ ଜାଣି ପାରିଲୁ ନାହିଁ!”


ସୁତରାଂ ଶିଷ୍ୟ ଗୁରୁ ପରି ଓ ଦାସ ମାଲିକ ପରି ହୋଇପାରିଲେ ସେମାନେ ସେତିକିରେ ସନ୍ତୁଷ୍ଠ ହେବା ଉଚିତ୍। ଗୋଟିଏ ପରିବାରର କର୍ତ୍ତାକୁ ଯଦି ଲୋକେ ବେଲଜିବୁଲ ବୋଲି ଡାକନ୍ତି ଯଦି ଲୋକେ ବେଲଜିବୁଲ ବୋଲି ଡାକନ୍ତି, ପରିବାରର ଅନ୍ୟମାନଙ୍କୁ ଆହୁରି କେତେ କୁସ୍ଥିତ ନାମ ନ ଦେବେ?


“ମୋର ଅନୁଗାମୀ ହୋଇଥିବାରୁ ଲୋକେ ତୁମକୁ ଅପମାନ ଦେବେ, ନିର୍ଯ୍ୟାତନା କରିବେ ଓ ତୁମ ବିରୁଦ୍ଧରେ ମିଥ୍ୟା ରଟନା କରିବେ,


ଯେ ପ୍ରଚାର କରେ, ସେ ଈଶ୍ୱରଙ୍କ ବର୍ତ୍ତା ପ୍ରଚାର କରୁ। ଯେ ସେବା କରେ, ଈଶ୍ୱରତାକୁ ଦେଇଥିବା ଶକ୍ତି ଅନୁସାରେ ସେ ସେବା କରୁ। ତା’ ହେଲେ, ଈଶ୍ୱର ସବୁ ବିଷୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଗୌରବାନ୍ୱିତ ହେବେ। ଯୁଗେ ଯୁଗେ ମହିମା ସ ପରାକ୍ରମ ତାହାଙ୍କର।


ପ୍ରକୃତରେ ଆମେ ସମସ୍ତେ ସେମାନଙ୍କ ପରି ଥିଲୁ ଏବଂ ଶରୀର ଓ ମନର ଅଭିଳାଷକୁ ଚରିତାର୍ଥ କରି ଜୀବନ ଯାପନ କରୁଥିଲୁ। ସ୍ୱଭାବତଃ, ଅନ୍ୟମାନଙ୍କ ପରି ଆମେ ମଧ୍ୟ ଈଶ୍ୱରଙ୍କ କ୍ରୋଧର ପରିଣାମ ଭୋଗ କରିବାକୁ ଯାଉଥିଲୁ।


ତୁମ୍ଭେମାନେ କୌଣସି ଅନ୍ୟାୟ କାର୍ଯ୍ୟରେ ଲିପ୍ତ ରୁହ ନାହିଁ, ଏଥିପାଇଁ ଆମେ ଈଶ୍ୱରଙ୍କ ନିକଟରେ ପ୍ରାର୍ଖନା କରୁଛୁ। ଆମେ ଯେ ଏଥିରେ ସାଫଲ୍ୟ ଲାଭ କରିଛୁ, ଏହା ଆମେ ଦେଖାଇବାକୁ ଯାଉ ନାହୁଁ, କିନ୍ତୁ ଆମେ ବ୍ୟର୍ଥ ହୋଇଥିଲେ ସୁଦ୍ଧା ତୁମ୍ଭମାନେ ଯେପରି ସତ୍କାର୍ଯ୍ୟ କରିବ, ଏଥିପାଇଁ ପ୍ରାର୍ଥନା କରୁଛୁ।


ତଦ୍ଦ୍ୱାରା ତା’ ପାପ ପ୍ରତି ସେ ସଚେତନ ହୋଇ ପାରିବ; ତା’ ହୃଦୟର ଗୁପ୍ତ ବିଷୟସବୁ ଉଦ୍ଘାଟିତ ହେବ; ସେ ଈଶ୍ୱରଙ୍କ ନିକଟରେ ପ୍ରଣିପାତ କରି ତାଙ୍କର ଆରାଧନା କରିବ ଏବଂ ଘୋଷଣା କରିବ: “ପ୍ରକୃତରେ ଈଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଉପସ୍ଥିତ!”


ତେଣୁ ମୋ’ ବିରୁଦ୍ଧରେ ବର୍ତ୍ତମାନ ଆଣିଥିବା ଅଭିଯୋଗଗୁଡ଼ିକ ପାଇଁ ସେମାନେ ପ୍ରମାଣ ଦେଇପାରିବେ ନାହିଁ।


ଈଶ୍ୱର କିପରି ଅନୁଗ୍ରହ କରି ଅଣଇହୁଦୀମାନଙ୍କ ମଧ୍ୟରୁ କେତେକଙ୍କୁ ତାଙ୍କ ପାଇଁ ମନୋନୀତ କରିଛନ୍ତି, ଶିମୋନ ସେ କଥା ବୁଝାଇ ଦେଇଛନ୍ତି।


“ମନୁଷ୍ୟପୁତ୍ରଙ୍କ ନିମନ୍ତେ ଯଦି ଲୋକମାନେ ତୁମକୁ ଘୃଣା କରନ୍ତି, ତୁମ ସହିତ ସମ୍ପର୍କ ରଖନ୍ତି ନାହିଁ, ଅପମାନ ଦିଅନ୍ତି ଓ ତୁମକୁ ଭ୍ରଷ୍ଟାଚାରୀ ବୋଲି କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ!


“ଆସ, ଆମେ ଇଶ୍ରାୟେଲର ପ୍ରଭୁ ଈଶ୍ୱରଙ୍କର ପ୍ରଶଂସା କରିବା। ସେ ତାଙ୍କ ଲୋକମାନଙ୍କର ମୁକ୍ତି ପାଇଁ ସାହାଯ୍ୟ କରିବାକୁ ଆସିଛନ୍ତି।


ଲୋକେ ଏହା ସେଖି ଶଙ୍କିତ ହେଲେ। କିନ୍ତିୁ କନୁଷ୍ୟକୁ ଏପରି ଅଧିକାର ଦେଇଥିବାରୁ ସେମାନେ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ।


ପାଉଲ ଆସିବା କ୍ଷଣି ଯିରୂଶାଲମର ଇହୁଦୀମାନେ ତାଙ୍କ ଚାରିପଟେ ଘେରି ଯାଇ ଛିଡ଼ା ହେଲେ ଓ ତାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ କଲେ। କିନ୍ତୁ ସେମାନେ ଏସବୁ ପ୍ରମାଣ କରିବାକୁ ସମର୍ଥ ହେଲେ ନାହିଁ।


ଯିହୁଦା ବାହାରି ଯିବା ପରେ ଯୀଶୁ କହିଲେ, “ବର୍ତ୍ତମାନ ମନୁଷ୍ୟପୁତ୍ର ମହିମାନ୍ୱିତ ହେବାର ବେଳ ଆସିଛି। ପୁରି ତାଙ୍କ ଦ୍ୱାରା ଈଶ୍ୱର ମଧ୍ୟ ମହିମାନ୍ୱିତ ହେବେ।


ସେ ଯାହାହେଉ, ଆମେ ତୁମର ମତାମତ ଶୁଣିବାକୁ ଚାହୁଁ, କାରଣ ସର୍ବତ୍ର ଲୋକମାନେ ତୁମ ଦଳ ବିରୁଦ୍ଧରେ କଥା କହୁଛନ୍ତି।”


ଯେ କେହି ଏହିପରି ଭାବେ ଖ୍ରୀଷ୍ଟଙ୍କ ସେବା କରେ; ସେ ଈଶ୍ୱରଙ୍କୁ ପ୍ରୀତ କରିବ, ମନୁଷ୍ୟ ସମାଜରେ ମଧ୍ୟ ଆଦୃତ ହେବ।


ପିଲାମାନଙ୍କର ଉଚିତ୍ ଯତ୍ନ ନେବା, ଅଭ୍ୟାଗତମାନଙ୍କୁ ଆତିଥ୍ୟ କରିବା, ଖ୍ରୀଷ୍ଟୀୟ ଭାଇ ଭଉଣୀମାନଙ୍କ ପ୍ରତି ନମ୍ର ଆଚରଣ କରିବା, ଦୁର୍ଦ୍ଦଶାପନ୍ନ ଲୋକମାନଙ୍କୁ ସାହାଯ୍ୟ କରିବା ଇତ୍ୟାଦି ସତ୍କାର୍ଯ୍ୟ ଲାଗି ଯେଉଁମାନେ ସମାଜରେ ଖ୍ୟାତି ଲାଭ କରିଥିବେ।


ଈଶ୍ୱର ଚାହାନ୍ତି, ତୁମ୍ଭେମାନେ ସତ୍କର୍ମ ଦ୍ୱାରା ବୃଥା ଗଳ୍ପ କରୁଥିବା ନିର୍ବୋଧମାନଙ୍କୁ ନିରୁତ୍ତର କର।


Swiv nou:

Piblisite


Piblisite