Biblia Todo Logo
Bib sou entènèt

- Piblisite -




୧ ପିତର 2:23 - ପବିତ୍ର ବାଇବଲ (CL) NT (BSI)

23 ସେ ଦୁଃଖ ଭୋଗ କରିବା ସମୟରେ ପ୍ରତିଶୋଧ ନେବାକୁ ଭୟ ଦେଖାଇ ନ ଥିଲେ; କେବଳ ନ୍ୟାୟ ବିଚାରକର୍ତ୍ତା ଈଶ୍ୱରଙ୍କ ଉପରେ ପୂର୍ଣ୍ଣ ଭରସା ରଖିଥଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;

Gade chapit la Kopi

ଓଡିଆ ବାଇବେଲ

23 ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;

Gade chapit la Kopi

ପବିତ୍ର ବାଇବଲ

23 ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସେମାନଙ୍କୁ ମନ୍ଦ କଥା କହି ନାହାନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦେଇ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନେବା ପାଇଁ ପରମେଶ୍ୱରଙ୍କଠାରେ ନିର୍ଭରଶୀଳ ହେଲେ।

Gade chapit la Kopi




୧ ପିତର 2:23
32 Referans Kwoze  

ଅତଏବ, ଯେଉଁମାନେ ଈଶ୍ୱରଙ୍କ ଇଚ୍ଛା ଅନୁଯାୟୀ ଦୁଃଭୋଗ କରନ୍ତି, ସେମାନେ ସତ୍କର୍ମ କରି ତାଙ୍କଠାରେ ପୂର୍ଣ୍ଣ ମାତ୍ରାରେ ଭରସା ରଖନ୍ତୁ। ସେମାନଙ୍କ ସ୍ରଷ୍ଟା ଈଶ୍ୱର ସର୍ବଦା ତାଭ୍କ ପ୍ରତିଜ୍ଞା ରକ୍ଷା କରନ୍ତି।


ଭାବି ଦେଖ, ସେ କେତେ ଦୁଃଖ ନ ସହିଛନ୍ତି। ସେ ପାପୀମାନଙ୍କଠାରୁ କେତେ ଲାଞ୍ଚନା ସହ୍ୟ ନ କରିଛନ୍ତି। ତେଣୁ ତୁମ୍ଭେମାନେ ନିରୁତ୍ସାହିତ ହୋଇ ଙାଙ୍ଗି ପଡ଼ି ନାହିଁ।


ପ୍ରଭୁ, ବର୍ତ୍ତମାନ ସେମାନେ ଆମକୁ ଯେଉଁ ଧମକ ଦେଇଛନ୍ତି, ତୁମେ ସେ’ ବିଷୟରେ ମନୋଯୋଗ କର ଓ ନିର୍ଭୀକଭାବେ ତୁମର ବାର୍ତ୍ତା ପ୍ରଚାର କରିବା ପାଇଁ, ତୁମର ଏହି ଦାସମାନଙ୍କୁ ସମର୍ଥ କର।


ଏବେ ମୋର ଧର୍ମପରାୟଣତା ପାଇଁ ବିଜୟର ପୁରସ୍କାର ଗଚ୍ଛିତ ଅଛି। ନିର୍ଦ୍ଦିଷ୍ଟ ଦିବସରେ ନ୍ୟାୟବାନ ବିଚାରପତି ପ୍ରଭୁ ନିଜେ ମୋତେ ସେହି ପୁରସ୍କାର ପ୍ରଦାନ କରିବେ - କେବଳ ମୋତେ ନୁହେଁ; ପ୍ରେମ ଭକ୍ତି ସହ ଯେଉଁମାନେ ତାଙ୍କ ଆଗମନର ଅପେକ୍ଷା କରନ୍ତି, ସମସ୍ତେ ଏହି ପୁରସ୍କାର ଲାଭ କରିବେ।


ସେଥିଯୋଗୁଁ ମୁଁ ଏ ସବୁ ଦୁଃଖଭୋଗ କରୁଛି। ଯାହାଙ୍କୁ ମୁଁ ବିଶ୍ୱାସ କରୁଛି, ମୁଁ ତାଙ୍କର ସ୍ପଷ୍ଟ ପରିଚୟ ପାଇଛି ଏବଂ ସେ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, ତାହା ତୁଲାଇବାକୁ ମହାବିଚାର ଦିନ ପର୍ଯ୍ୟନ୍ତ ସେ ମୋତେ ନିରାପଦରେ ରଖିବେ, ଏହା ନିଶ୍ଚିତଭାବେ ଜାଣି ମୁଁ ଏ ପର୍ଯ୍ୟନ୍ତ ପୂରାପୂରି ଆଶାବାଦୀ ହୋଇ ରହିଛି।


ଯୀଶୁ ଉଚ୍ଚ ସ୍ୱରରେ ଚିକ୍ରାର କରି କହିଲେ, “ପିତା! ତୁମ ହାତରେ ମୁଁ ମୋର ଆତ୍ମାକୁ ସମର୍ପଣ କରୁଛି!” ସେ ଏହା କହି ପ୍ରାଣ ତ୍ୟାଗ କଲେ।


ତାହାପରେ ମୁଁ ଦେଖିଲି, ସ୍ୱର୍ଗଦ୍ୱାର ଉନ୍ମୁକ୍ତ ଓ ସେଠାରେ ଏକ ଶ୍ୱେତ ବର୍ଣ୍ଣ ଅଶ୍ୱ। ତାହାର ଆରୋହୀ ବିଶ୍ୱସ୍ତ ଓ ସତ୍ୟ ନାମରେ ପରିଚିତ। ତାଙ୍କ ବିଚାର ନ୍ୟାୟପର ଓ ସେ ଧର୍ମଯୁଦ୍ଧରେ ନିୟୋଜିତ।


ଅନିଷ୍ଠ ବଦଳେ ଅନିଷ୍ଠ କର ନାହିଁ, ଅଭିଶାପ ବଦଳେ ଅଭିଶାପ ଦିଅ ନାହିଁ; ତା’ ପରିବର୍ତ୍ତେ ଆଶୀର୍ବାଦ କର, କାରଣ ଏଥିନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିତିଲେ ଓ ଏହା କରିବା ଦ୍ୱାରା ତୁମ୍ଭେମାନେ ଆଶୀର୍ବାଦ ପ୍ରାପ୍ତ ହେବ।


ଏ ସମସ୍ତରୁ ପ୍ରମାଣିତ ହେଉଛି ଯେ, ଈଶ୍ୱରଙ୍କ ବିଚାର ଯଥାର୍ଥ ଏବଂ ତୁମ୍ଭେମାନେ ତାହାଙ୍କ ରାଜ୍ୟର ଯୋଗ୍ୟ ହେବ, କାରଣ ସେହି ରାଜ୍ୟ ନିମନ୍ତେ ତୁମ୍ଭେମାନେ ଉତ୍ପୀଡ଼ିତ ହେଉଛ।


ମୁନିବମାନେ, ତୁମର କ୍ରୀତଦାସମାନଙ୍କ ପ୍ରତି ଅନୁରୂପ ବ୍ୟବହାର କର ଓ ସେମାନଙ୍କୁ ଧମକାଅ ନାହିଁ। ମନେରଖ, ତୁମେ ଓ ତୁମର କ୍ରୀତଦାସମାନେ ସମସ୍ତେ ସ୍ୱର୍ଗସ୍ଥ ପ୍ରଭୁଙ୍କର ଅଧୀନ। ସେ ପ୍ରତ୍ୟେକଙ୍କୁ ସମଭାବରେ ବିଚାର କରନ୍ତି।


କିନ୍ତୁ ତୁମେ ଦାମ୍ଭିକ ଓ କଠିନମନା। ତେଣୁ ଶେଷ ଦିନର ବିଚାରବେଳେ ତୁମେ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ଅଧିକ କଠୋର ଦଣ୍ଡ ପାଇବ।


ସେ ଗୋଟିଏ ଦିନ ନିରୂପଣ କରିଛନ୍ତି। ସେହିଦିନ ସେ ତାଙ୍କର ମନୋନୀତ ବ୍ୟକ୍ତିଙ୍କ ଦ୍ୱାରା ସମଗ୍ର ଜଗତର ନ୍ୟାୟ ବିଚାର କରିବେ। ସେହି ବ୍ୟକ୍ତିଙ୍କୁ ମୃତ୍ୟୁରୁ ପୁନରୁତ୍ôଥତ କରିବା ଦ୍ୱାରା ସେ ଏହି କଥାର ନିଶ୍ଚିତତା ସମସ୍ତଙ୍କୁ ଜଣାଇ ଅଛନ୍ତି।”


ଏହି ସମୟରେ ଶାଉଲ ପ୍ରଭୁଙ୍କ ଶିଷ୍ୟମାନଙ୍କୁ ହତ୍ୟା କରିବେ ବୋଲି ଧମକ ଦେଉଥିଲେ।


ତେଣୁ ହେରୋଦ ଯୀଶୁଙ୍କୁ ଅନେକ ପ୍ରଶ୍ନ ପଚାରିଲେ, କିନ୍ତୁ ଯୀଶୁ କୌଣସି ଉତ୍ତର ଦେଲେ ନାହିଁ।


ସେମାନେ ସ୍ତିଫାନଙ୍କ ଉପରେ ପଥର ଫିଙ୍ଗୁଥିବା ସମୟରେ ସେ ପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ପ୍ରଭୁ ଯୀଶୁ, ମୋର ଆତ୍ମାକୁ ଗ୍ରହଣ କର!”


ଅବଶ୍ୟ ଆମ ପକ୍ଷେ ଏହା ଯଥାର୍ଥ, କାରଣ ଆମେ ଯାହା କରିଅଛୁ, ତାହାର ସମୁଚିତ ଦଣ୍ଡ ଭୋଗୁଛୁ; କିନ୍ତୁ ସେ କୌଣସି ଦୋଷ କରି ନାହାନ୍ତି।”


Swiv nou:

Piblisite


Piblisite