Biblia Todo Logo
Bib sou entènèt

- Piblisite -




୧ ପିତର 2:8 - ପବିତ୍ର ବାଇବଲ (CL) NT (BSI)

8 ପବିତ୍ର ଶାସ୍ତ୍ରରେ ଅନ୍ୟ ଏକ ସ୍ଥାନରେ ଲେଖା ଯାିଛି: “ଏହି ପ୍ରସ୍ତର ଉପରେ ଅନେକେ ଝୁଣ୍ଟି ପଡ଼ିବେ, ଏହି ଶିଳାଖଣ୍ଡ ସେମାନଙ୍କ ପତିନର କାରଣ ହେବ।” ସେମାନେ ଈଶ୍ୱରଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ, ତେଣୁ ସେମାନେ ଝୁଣ୍ଟି ପଡ଼ିଲେ। ଏହା ଥିଲା ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଅଭିମତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ-ସ୍ଵରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, “ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା;” ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ ସେମାନଙ୍କ ଲାଗି: “ସେହି ପଥର ଲୋକଙ୍କ ଝୁଣ୍ଟିବା କାରଣ ହୁଏ ସେହି ପଥର ଲୋକଙ୍କ ପତନର କାରଣ ହୁଏ।” ପରମେଶ୍ୱରଙ୍କ କଥା ଅବମାନନା କରିବା ହେତୁ ଲୋକେ ଝୁଣ୍ଟନ୍ତି। ସେହି ଲୋକମାନଙ୍କ ନିମନ୍ତେ ପରମେଶ୍ୱର ଏପରି ଯୋଜନା କରିଥିଲେ।

Gade chapit la Kopi




୧ ପିତର 2:8
16 Referans Kwoze  

କିନ୍ତୁ ଆମେ କ୍ରୁଶବିଦ୍ଧ ଯୀଶୁଙ୍କୁ ପ୍ରଚାର କରୁଛୁ। ଏହା ଇହୁଦୀମାନଙ୍କ ନିମନ୍ତେ ବିଘ୍ନ ସ୍ୱରୂପ ଓ ଅଣଇହୁଦୀମାନଙ୍କ ଦୃଷ୍ଟିରେ ନିର୍ବୋଧତା ହୋଇପରେ;


ତୁମ୍ଭେମାନେ ବିଶ୍ୱାସୀ ହୋଇଥିବାରୁ ତୁମ ପାଇଁ ଏହି ପ୍ରସ୍ତର ଅତି ମୂଲ୍ୟବାନ। କି୍ତୁ ଅବିଶ୍ୱାସୀମାନଙ୍କ ନିମନ୍ତେ: “ଯେଉଁ ପ୍ରସ୍ତରକୁ ନିର୍ମାଣକାରୀମାନେ ଅଗ୍ରାହ୍ୟ କଲେ, ତାହା ସବୁଠାରୁ ପ୍ରଧାନ ପ୍ରସ୍ତର ହେଲା।”


ଈଶ୍ୱର ମଧ୍ୟ ଠିକ୍ ସେହିପରି କରିଛନ୍ତି। ସେ ଚାହୁଁଥିଲେ, ତାଙ୍କର କ୍ରୋଧ ପ୍ରଦର୍ଶନ କରିବାକୁ ଓ ପରାକ୍ରମ ପ୍ରକାଶ କରିବାକୁ। କିନ୍ତୁ ଯେଉଁମାନେ ତାଙ୍କ କ୍ରୋଧର ପାତ୍ର ହୋଇ ବିନଷ୍ଟ ହେବା ସୁନିଶ୍ଚିତ ଥିଲା, ସେମାନଙ୍କ ପ୍ରତି ଈଶ୍ୱର ଅତୀବ ସହନଶୀଳ ହେଲେ।


କେତେକ ଅଧାର୍ମିକ ଲୋକ ଅଲକ୍ଷିତ ଭାବରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରିଛନ୍ତି। ସେମାନେ ନିଜର ଅନୈତିକ କାର୍ଯ୍ୟକଳାପକୁ ସମର୍ଥନ କରିବା ପାଇଁ ଈଶ୍ୱରଙ୍କ “ଅନୁଗ୍ରହ” ବିଷୟକ ବାର୍ତ୍ତା ବିକୃତ ଅର୍ଥ କରୁଛନ୍ତି। ଆମର ଏକମାତ୍ର ଗୁରୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସେମାନେ ଅସ୍ୱୀକାର କରୁଛନ୍ତି। ସେମାନଙ୍କ ପ୍ରତି ନିରୂପିତ ହୋଇଥିବା ଦଣ୍ଡ ବିଧାନ ସମ୍ପର୍କରେ ବହୁ ପୂର୍ବରୁ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି।


ଏହି ଶଠ ଶିକ୍ଷକଗଣ ଧନଲୋଭରେ ମନଗଢ଼ା ଗଳ୍ପ କହି ଲାଭ ଉଠାଇବେ। କିନ୍ତୁ ଅନେକ ଦିନରୁ ଏମାନେ ବିଚାରିତ ହୋଇ ଆସିଛନ୍ତି ଓ ଏମାନଙ୍କ ବିନାଶର ଦିନ ଘନେଇ ଆସୁଛି।


ଈଶ୍ୱର ଆମ୍ଭମାନଙ୍କୁ ତାଙ୍କ କ୍ରୋଧର ପାତ୍ର ହେବାକୁ ମନୋନୀତ କରି ନାହାନ୍ତି; ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟବର୍ତ୍ତିତାରେ ଆମକୁ ପରିତ୍ରାଣ କରିବା ପାଇଁ ସ୍ଥିର କରିଛନ୍ତି।


ଶିମିୟୋନ୍ ସେମାନଙ୍କୁ ଆଶୀର୍ବାଦ କରି ଶିଶୁର ମାତା ମରିୟମଙ୍କୁ କହିଲେ, “ଇଶ୍ରାୟେଲୀୟମାନଙ୍କ ମଧ୍ୟରୁ ଅନେକେ ବିନାଶ ପୁଣି ଅନେକଙ୍କ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଦ୍ୱାରା ଏହି ଶିଶୁ ମନୋନୀତ ହୋଇଛନ୍ତି। ସେ ଈଶ୍ୱରଙ୍କଠାରୁ ଏକ ସଙ୍କେତ ସ୍ୱରୂପ ହେବେ।


ମୃତତ୍ୟୁଦାୟକ, ଅଥଚ ଯେଉଁମାନେ ପରିତ୍ରାଣ ପାଇଛନ୍ତି, ସେମାନଙ୍କ ନିକଟରେ ଏହା ଜୀବନଦାୟକ। କିନ୍ତୁ ଏହି କାର୍ଯ୍ୟ କରିବା ପାଇଁ କିଏ ସକ୍ଷମ?


କିନ୍ତୁ ଭାଇମାନେ, ମୁଁ ଯଦି ଆଜିଯାଏ ସୁନ୍ନତର ପ୍ରୟୋଜନୀୟତା ସପକ୍ଷରେ ପ୍ରଚାର କରୁଥାଏ, ତେବେ ମୁଁ ଏବେ ମଧ୍ୟ କାହିଁକି ନିର୍ଯ୍ୟାତିତ ହେଉଛି? ଯଦି ମୁଁ ତାହା କରୁଥାଏ, ତାହାହେଲେ ସେଥି ସଙ୍ଗେ ସଙ୍ଗେ ଖ୍ରୀଷ୍ଟଙ୍କ କ୍ରୁଶ ବିଷୟରେ ପ୍ରଚାର କରିବା ଦ୍ୱାରା ମୋର କିଛି ଅସୁବିଧା ହୋଇ ନ ଥାଆନ୍ତା।


ଶାସ୍ତ୍ରରେ ଏହିପରି ଲେଖାଅଛି: “ଆମ୍ଭେ ଏକ ବହୁମୂଲ୍ୟ ପ୍ରସ୍ତର ମୋନାୀତ କଲୁ; ତାହା ଆମ୍ଭେ ସିୟୋନର କୋଣ ପ୍ରସ୍ତର ରୂପେ ସ୍ଥାପନ କରୁଛୁ। ଯେ କେହି ତାଙ୍କଠାରେ ବିଶ୍ୱାସ କରେ, ସେ କେବେ ନିରାଶ ହେବ ନାହିଁ।”


Swiv nou:

Piblisite


Piblisite