Biblia Todo Logo
Bib sou entènèt

- Piblisite -




୧ ପିତର 3:18 - ପବିତ୍ର ବାଇବଲ (CL) NT (BSI)

18 ତୁମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ କଢ଼ାଇ ଆଣିବା ପାଇଁ ଖ୍ରୀଷ୍ଟ ନିଜେ ଧାମର୍ମିକ ହୋଇ ଅଧାର୍ମିକମାନଙ୍କ ପାପର ପ୍ରାୟଶ୍ଚିତ ନିମନ୍ତେ ନିଜର ପ୍ରାଣ ଦେଲେ। ଏହି ପ୍ରାୟଶ୍ଚିତ ସେ ଏକାଥରକେ ଅନନ୍ତ କାଳ ପାଇଁ ସାଧନ କରିଛନ୍ତି। ସେ ଶାରୀରିକ ଭାବରେ ହତ ହେଲେ, କିନ୍ତୁ ଆତ୍ମିକ ଭାବରେ ସଞ୍ଜୀବିତ ହେଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେଣୁ ଆମ୍ଭମାନଙ୍କୁ ଈଶ୍ଵରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ ;

Gade chapit la Kopi

ଓଡିଆ ବାଇବେଲ

18 ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;

Gade chapit la Kopi

ପବିତ୍ର ବାଇବଲ

18 ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସେହି ମୂଲ୍ୟ ତୁମ୍ଭର ପାପ ପାଇଁ ମୂଲ୍ୟ ଦେଲା। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ୟୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ୱରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମାରେ ସେ ପୁନର୍ଜୀବିତ ହେଲେ,

Gade chapit la Kopi




୧ ପିତର 3:18
34 Referans Kwoze  

ସେହିପରି ଅନେକଙ୍କ ପାପ ଦୂର କରିବାକୁ ଖ୍ରୀଷ୍ଟ ଥରକ ପାଇଁ ବଳି ରୂପେ ଉତ୍ସର୍ଗିତ ହେଲେ। ସେ ଦ୍ୱିତୀୟ ଥର ଆସିବେ। ସେତେବେଳେ ଆଉ ପାପାର ମୂକାବିଲା କରିବା ତାଙ୍କ ସେ ଆସିବେ ନାହିଁ। ସେ ଆସିବେ, ତଙ୍କ ନିମନ୍ତେ ଅପେକ୍ଷା କରୁଥିବାମ ମନୁଷ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ।


ତାହାହେଲେ, ତାଙ୍କୁ ଜଗତର ସୃଷ୍ଟି ସମୟରୁ ବହୁବାର ଦୁଃଖଭୋଗ କରିବାକୁ ପଡ଼ି ଥାଆନ୍ତି। ବରଞ୍ଚ ସେ ଯୁଗାନ୍ତ ସମୟରେ ନିଜକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା କାଳ କାଳକୁ ପାପର ଶକ୍ତି ଲୋପ କରିବା ପାଇଁ ଆସିଥିଲେ।


କାରଣ ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନିଷ୍ଠାପ ଥିଲେ ସୁଦ୍ଧା, ଈଶ୍ୱର ତାଙ୍କୁ ଆମ ପାଇଁ ପାପ ସ୍ୱରୂପ କଲେ, ଆମେ ଯେପିର ତାଙ୍କ ସହିତ ଯଂଯୁକ୍ତ ହୋଇ ଈଶ୍ୱରଙ୍କ ଧାର୍ମିକତାର ଅଂଶୀ ହୋଇ ପାରିବା।


ଏଥିପାଇଁ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରାଯାଇଥିଲା, ଯେପରି ସେମାନେ ମନୁଷ୍ୟମାନଙ୍କ ପରି ଶାରୀରିକଭାବେ ବିଚାରିତ ହୋଇଥିଲେ ସୁଦ୍ଧା, ଈଶ୍ୱରଙ୍କ ଅନୁରୂପ ଆତ୍ମାରେ ସଜୀବ ହେବେ।


ଆମ୍ଭମାନଙ୍କୁ ସବୁ ଦୁଷ୍କର୍ମରୁ ନିବୃତ୍ତ କରାଇ ସତ୍କର୍ମ ପ୍ରତି ଆଗ୍ରହ ଜନ୍ମାଇବାକୁ ଯୀଶୁ ଖ୍ରୀଷ୍ଟ ଆତ୍ମବଳିଦାନ କରିଛନ୍ତି। ଏହା ଦ୍ୱାରା ଆମ୍ଭେମାନେ ଶୁଦ୍ଧପୂତ ହୋଇ ତାଙ୍କର ନିଜ ଲୋକ ହେବା ପାଇଁ ସୁଯୋଗ ପାଇଛୁ।


କିନ୍ତୁ ଈଶ୍ୱରଙ୍କ ନିକଟରେ ଯଦି ଆମର ପାପ ସ୍ୱୀକାରୀ କରୁ, ଈଶ୍ୱର ତାଙ୍କ ପତିଜ୍ଞାନୁଯାୟୀ ଆମ ପ୍ରତି ନ୍ୟାୟୋଚିତ ବ୍ୟବହାର କରିବେ- ସେ ଆମ ପାପ କ୍ଷମା କରି ସମସ୍ତ ଅଧାର୍ମିକତାରୁ ଆମକୁ ପରିଷ୍କାର କରିବେ।


ସେହି ପ୍ରଭୁ ଯୀଶୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତରୂପେ ମୃତ୍ୟୁଭୋଗ କରିଥିଲେ ଏବଂ ଈଶ୍ୱରଙ୍କ ନିକଟରେ ଆମ୍ଭମାନଢ଼ଙ୍କୁ ଧାର୍ମିକ କରାଇବା ପାଇଁ ପୁନରୁତ୍ଥିତ ହୋଇଥିଲେ।


ଖ୍ରୀଷ୍ଟ ଶାରୀରିକ କ୍ଳେଶଭୋଗ କରିଥିବାରୁ, ତୁମ୍ଭେମାନେ ମଧ୍ୟ ତାଙ୍କ ପରି ମନୋଭାବାପନ୍ନ ହୋଇ ନିଶ୍ଚିତ ହୁଅ ଯେ ଯେଉଁ ବ୍ୟକ୍ତି ଶାରୀରିକ ଯନ୍ତ୍ରଣା ସହ୍ୟ କରେ, ୌ ଆଉ ପାପରେ ଲିପ୍ତ ହୋଇ ରହେ ନାହିଁ।


ମନୁଷ୍ୟର ପ୍ରକୃତିଗତ ଦୁର୍ବଳତା ହେତୁ ମୋଶ ପ୍ରଦତ୍ତ ସ୍ୱସ୍ଥା ଯାହା ସାଧନ କରିପାରିଲା ନାହିଁ, ଈଶ୍ୱର ତାହା କରିଛନ୍ତି। ମନୁଷ୍ୟ ଜୀବନରେ ପାପକୁ ବିନଷ୍ଟ କରିବା ପାଇଁ ସେ ନିଜ ପୁତ୍ରଙ୍କୁ ପାପୀ ମନୁଷ୍ୟ ସାଦୃଶ୍ୟରେ ପ୍ରେରଣ କଲେ ଏବଂ ଖ୍ରୀଷ୍ଟ ପାପର ଶକ୍ତି ବିନଷ୍ଟ କରିଛନ୍ତି।


ମାତ୍ର ଖ୍ରୀଷ୍ଟ ଆମ ପାଇଁ ଅଭିଶପ୍ତ ହୋଇ ବ୍ୟବସ୍ଥାରେ ଉଲ୍ଲିଖିତ ଅଭିଶାପରୁ ଆମକୁ ମୁକ୍ତ କରିଛନ୍ତି। ଧର୍ମଶାସ୍ତ୍ରରେ ଲେଖାଅଛି, “ଯେ ବୃକ୍ଷରେ ଟଙ୍ଗାଯାଇ ମୃତ୍ୟୁଦଣ୍ଡ ଭୋଗ କରେ, ସେ ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ!”


ବର୍ତ୍ତମାନର ଏହି ଭ୍ରଷ୍ଟ ଜଗତରୁ ଆମକୁ ଉଦ୍ଧାର କରିବା ପାଇଁ, ଆମ ପିତା ଈଶ୍ୱରଙ୍କର ଇଚ୍ଛା ପାଳନ କରି, ଖ୍ରୀଷ୍ଟ ଆମ ପାପ ନିମନ୍ତେ ନିଜକୁ ସମର୍ପଣ କଲେ।


ସେ ଦୁର୍ବଳ ହୋଇ କ୍ରୁଶରେ ନିହତ ହେଲେ ମଧ୍ୟ ଈଶ୍ୱରଙ୍କ ପରାକ୍ରମରେ ଏବେ ଜୀବିତ ଅଛନ୍ତି। ତାଙ୍କ ସହିତ ମିଳିତ ହୋଇ ଆମେ ମଧ୍ୟ ଦୁର୍ବଳ ହୋଇଛୁ, କିନ୍ତୁ ତୁମ ସହିତ ଆମ ସର୍ମ୍ପକରେ ଈଶ୍ୱରଙ୍କ ପରାକ୍ରମର ଅଂଶୀ ହୋଇ ଖ୍ରୀଷ୍ଟଙ୍କ ସହିତ ଆମେ ଜୀବତ ହେବା।


ସେହି ଯୀଶୁ ଆମ୍ଭମାନଙ୍କ ବିଶ୍ୱାସ ଯୋଗୁଁ ବର୍ତ୍ତମାନ ଆମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହର ଅନୁଭୂତି ପ୍ରଦାନ କରିଛନ୍ତି। ତେଣୁ ଈଶ୍ୱରଙ୍କ ଗୌରବରେ ଅଂଶୀ ହେବାର ଆଶା ଆମ୍ଭମାନଙ୍କୁ ଉତ୍ଫୁଲ୍ଲ କରି ରଖିଛି।


କିନ୍ତୁ ତାଙ୍କ ଐଶ୍ୱରିକ ପବିତ୍ରତା ହେତୁ ସେ ଈଶ୍ୱରଙ୍କ ପୁତ୍ର ବୋଲି ପ୍ରକାଶିତ ହେଲେ। ମୃତ୍ୟୁରୁ ତାଙ୍କର ଅଲୌକିକ ପୁନରୁତ୍ଥାନ ଦ୍ୱାରା ଏହା ଆହୁରି ସ୍ପଷ୍ଟ ହେଲା।


ତୁମେ ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ ସାବ୍ୟସ୍ତ କରି ହତ୍ୟା କରିଛ; ସେମାନେ ତୁମର ପ୍ରତିରୋଧ କରି ପାରି ନାହାିଁନ୍ତି।


ସେ ଜଣେ ପବିତ୍ର ଓ ଧାର୍ମିକ ବ୍ୟକ୍ତି; କିନ୍ତୁ ତୁମ୍ଭେମାନେ ତାହାଙ୍କୁ ପ୍ରତ୍ୟାଖ୍ୟାନ କଲ ଓ ତାଙ୍କ ପରିବର୍ତ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦେଖାଇ ଗୋଟିଏ ନରହନ୍ତାକୁ ମୁକ୍ତ କରିବା ପାଇଁ ପୀଲାତଙ୍କୁ କହିଲ।


ତୁମ୍ଭେମାନେ କେଉଁ କଥା ବିଶ୍ୱାସ କରିବ, ଏବିଷୟରେ ତୁମ ଉପରେ କତ୍ତୃତ୍ୱ କରିବାକୁ ଆମେ ଚେଷ୍ଠା କରୁ ନାହୁଁ, କାରଣ ତୁମ୍ଭେମାନେ ବିଶ୍ୱାସରେ ସୁପ୍ରତିଷ୍ଠିତ। ବରଂ ତୁମ୍ଭମାନଙ୍କୁ କେବଳ ସୁଖୀ କରିବା ପାଇଁ ତୁମ୍ଭମାନଙ୍କ ସହିତ ମିଳିମିଶି ଆମେ କାର୍ଯ୍ୟ କରୁଛୁ।


ଯଦି ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଥିବା ଈଶ୍ୱରଙ୍କ ଆତ୍ମା ତୁମଠାରେ ବିଦ୍ୟମାନ, ତେବେ ସେହି ଆତ୍ମାଙ୍କ ସାହାଯ୍ୟରେ ଈଶ୍ୱର ତୁମ ମର ଶରୀରକୁ ମଧ୍ୟ ଜୀବନ୍ତ କରିବେ।


ସେ କହିଲେ, ‘ଆମ ପୂର୍ବପୁରୁଷମାନଙ୍କର ପ୍ରଭୁ ତୁମକୁ ତାଙ୍କର ଅଭିମତ ଜାଣିବା ପାଇଁ, ତାଙ୍କର ଧାର୍ମିକ ସେବକଙ୍କୁ ଦେଖିବା ପାଇଁ ଓ ତାଙ୍କର କଥା ଶୁଣିବା ପାଇଁ ମନୋନୀତ କରିଛନ୍ତି।


ପିଲାତ ବିଚାରାଳୟରେ ବସିଥିବା ବେଳେ ତାଙ୍କ ପତ୍ନୀ ଗୋଟିଏ ବାର୍ତ୍ତା ପଠାଇଲେ: “ସେହି ନିର୍ଦ୍ଦୋଷ ଲୋକଟିକୁ କିଛି କର ନାହିଁ। କାଲି ରାତିରେ ଗୋଟିଏ ସ୍ୱପ୍ନରେ ତାଙ୍କ ପାଇଁ ମୁଁ ବହୁତ ଦୁଃଖ ଅନୁଭବ କରିଛି।”


ଯେତେବେଳେ ପିଲାତ ଦେଖିଲେ ଯେ ସେମାନଙ୍କୁ ଆଉ କହି କିଛି ଲାଭ ନାହିଁ, ବରଂ ଶାନ୍ତି ଭଙ୍ଗର ଆଶଙ୍କା ଅଛି, ସେ ଅଳ୍ପ ଜଳ ନେଇ, ଲୋକମାନଙ୍କ ସମ୍ମୁଖରେ ହାତ ଧୋଇ ପକାଇ କହିଲେ, “ଏ ବ୍ୟକ୍ତିଙ୍କ ମୃତ୍ୟୁ ପାଇଁ ମୁଁ ଦାୟୀ ନୁହେଁ। ଏହା ତୁମର କାମ।”


ମୁଁ ପିତାଙ୍କ ନିକଟକୁ ଯାଉଛି ଏବଂ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ; ଏହା ମୋର ଧାର୍ମିକତା ପ୍ରତିପନ୍ନ କରୁଛି।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ଓ ତାଙ୍କଠାରେ ବିଶ୍ୱାସ କରୁଥିବାରୁ ଭରସାର ସହିତ ଈଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ଏବେ ସାହସ ଅଛି।


ଏହା ଯଦି ସତ୍ୟ ହୋଇଥାଏ, ତେବେ ଖ୍ରୀଷ୍ଟଙ୍କ ରକ୍ତ ଆହୁରି କେତେ ଅଧିକ ଫଳପ୍ରଦ ନ ହେବ? ଅନନ୍ତ ଆତ୍ମାଙ୍କ ସାହୟତାରେ ସେ ନିଜକୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ନିର୍ଦ୍ଦୋଷ ବଳି ରୂପେ ଉତ୍ସର୍ଗ କରିଛନ୍ତି। ତାଙ୍କର ସେହି ରକ୍ତ ଦ୍ୱାରା ଅସାର କ୍ରିୟା କର୍ମରୁ ନିଷ୍କୃତି ଲାଭ କରି ଆମ ବିବେକ ଶୁଚି ହେବ ଏବଂ ଆମେ ଜୀବିତ ଈଶ୍ୱରଙ୍କ ପ୍ରକୃତି ସେବା କରିବାକୁ ସୁଯୋଗ ପାଇବୁ।


ଅତଏବ ଈଶ୍ୱର ଏହି ସମସ୍ତ ବଳିଦାନ ଅଗ୍ରାହ୍ୟ କରି ତା’ ପରିବର୍ତ୍ତେ ଖୀଷ୍ଟଙ୍କ ବଳିଦାନ ଗ୍ରହଣ କଲେ। ଯୀଶୁ ଖୀଷ୍ଟ ଥରେ ମାତ୍ର ଓ ଚିରକାଳ ପାଇଁ ନିଜ ଶରୀରକୁ ଉତ୍ସର୍ଗ କରି ଈଶ୍ୱରଙ୍କ ଇଚ୍ଛା ସାଧନ କରିଥିବାରୁ, ତାଙ୍କର ସେହି ପ୍ରାୟଶ୍ଚିତ ଯୋଗୁଁ ଆମେ ସମସ୍ତେ ପାପରୁ ପରିଷ୍କୃତ ହୋଇଛୁ।


ଓ ସେହି ଆତ୍ମିକ ସ୍ଥିତିରେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ।


Swiv nou:

Piblisite


Piblisite