Biblia Todo Logo
Bib sou entènèt

- Piblisite -




୧ ପିତର 4:18 - ପବିତ୍ର ବାଇବଲ (CL) NT (BSI)

18 ଧର୍ମଶାସ୍ତ୍ରରେ ଲେଖାଅଛି: “ଯଦି ଧାର୍ମିକମାନଙ୍କ ପରିତ୍ରାଣ ପାଇବା ଏତେ କଷ୍ଟକର, ତେବେ ଅଧାର୍ମିକ ଓ ପାପୀମାନଙ୍କ ଦଶା କ’ଣ ନ ହେବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, “ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?”

Gade chapit la Kopi

ପବିତ୍ର ବାଇବଲ

18 “ଉତ୍ତମ ଲୋକ ରକ୍ଷା ପାଇବା ବଡ଼ କଠିନ। ତା'ହେଲେ ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଓ ପାପରେ ପୂର୍ଣ୍ଣ ସେମାନଙ୍କର କ’ଣ ହେବ?”

Gade chapit la Kopi




୧ ପିତର 4:18
27 Referans Kwoze  

କାରଣ ବୃକ୍ଷ ସତେଜ ଥିବା ସମୟରେ ଯଦି ଏହିପରି ଘଟଣାସବୁ ଘଟେ, ତାହା ଶୁଷ୍କ ହୋଇଗଲେ କ’ଣ ନ ହେବ?”


ସମସ୍ତଙ୍କର ବିଚାର କରିବାକୁ ଆସିବେ। ସେମାନଙ୍କର ସମସ୍ତ ପାପ କାର୍ଯ୍ୟ ପାଇଁ ଓ ଅଧାର୍ମିକମାନଙ୍କର ଉତ୍କଟ ଈଶ୍ୱରନିନ୍ଦା ପାଇଁ ସେମାନଙ୍କୁ ଦଣ୍ଡ ଦେବେ।”


ଯେ ଦୃଢ଼ ପ୍ରତିଷ୍ଠିତ ବୋଲି ଭାବେ, ସେ ସାବଧାନ ରହୁ। ତା’ର ଯେପରି ପତନ ନ ହୁଏ।


ଯେଉଁ ପାପୀ ଦୁରାଚାରୀ ଲୋକମାନେ ନିଜର ଭ୍ରଷ୍ଟାଚାରଣ ଦ୍ୱାରା ସତ୍ୟର ପ୍ରତିରୋଧ କରନ୍ତି, ସେମାନଙ୍କ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶ ପାଏ।


ସେମାନେ ବିଶ୍ୱାସୀମାନଙ୍କୁ ନିଜ ବିଶ୍ୱାସରେ ଦୃଢ଼ ରହିବା ପାଇଁ ଉତ୍ସାହିତ କଲେ। ସେମାନେ ଶିକ୍ଷା ଦେଇ କହିଲେ, “ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଆମକୁ ବହୁ ଦୁଃଖକଷ୍ଟ ମଧ୍ୟଦେଇ ଗତି କରିବାକୁ ହେବ।”


କିନ୍ତୁ ବର୍ତ୍ତମାନ ଯେଉଁ ଆଶାଶମଣ୍ଡଳ ଓ ପୃଥବୀ ଅଛି, ତାହା ଈଶ୍ୱରଙ୍କ ଅନୁରୂପ ଆଜ୍ଞା ଦ୍ୱାରା ଅଗ୍ନିରେ ଧ୍ୱଂସ ପାଇବା ନିମନ୍ତେ ରଖାଯାଇଛି। ଯେଉଁ ଦିବସରେ ଅଧାର୍ମିକ ଲୋକମାନେ ବିଚରିତ ହୋଇ ବିନଷ୍ଟ ହେବେ, ସେହି ଦିନ ପର୍ଯ୍ୟନ୍ତ ତାହା ସୁରକ୍ଷିତ ହୋଇ ରହିବ।


ସତର୍କ ହୁଅ, ସଜାଗ ରୁହ। ତୁମ୍ଭମାନଙ୍କର ଶତ୍ରୁ ଶୟତାନ ଗର୍ଜନକାରୀ ସିଂହ ତୁଲ୍ୟ କାହାକୁ ଗ୍ରାସ କରିବା ପାଇଁ ଖୋଜି ବୁଲୁଛି।


କିନ୍ତୁ ଆମ୍ଭେମାନେ ପାପୀ ଥିବାବେଳେ ଯୀଶୁ ଆମ ପାଇଁ ନିଜର ପ୍ରାଣ ଦେଲେ। ଏହା ଦ୍ୱାରା ଈଶ୍ୱର ଆମ୍ଭମାନଙ୍କୁ କେତେ ପ୍ରେମ କରନ୍ତି, ତାହା ସେ ପ୍ରକାଶ କରିଛନ୍ତି।


ଆମ୍ଭମାନଙ୍କୁ ଯେଉଁ ବିଶ୍ରାମ ଦେବେ ବୋଲି ଈଶ୍ୱର କହିଥିଲେ, ତାହା ଆମେ ପାଇ ପାରିବୁ ବୋଲି କେହି ଯେପରି ବଞ୍ଚିତ ନ ହୁଅ, ଏଥିପାଇଁ ସଜାଗ ରୁହ।


ଆମ୍ଭେମାନେ ଅସହାୟ ଥିବାବେଳେ ଈଶ୍ୱରଙ୍କ ନିରୂପିତ ସମୟରେ ଖ୍ରୀଷ୍ଟ ପାପୀମାନଙ୍କ ପାଇଁ ମୃତ୍ୟୁଭୋଗ କଲେ।


‘ପାଉଲ, ତୁମେ ଭୟ କର ନାହିଁ। ତୁମେ ନିଶ୍ଚୟ ସମ୍ରାଟଙ୍କ ସମ୍ମୁଖରେ ଉପସ୍ଥିତ ହେବ। ତୁମ ପ୍ରତି ପ୍ରଭୁ ସଦୟ ହୋଇଥିବାରୁ, ତୁମ ସହିତ ଯାତ୍ରା କରୁଥିବା ସମସ୍ତଙ୍କର ଜୀବନ ସେ ରକ୍ଷା କରିଛନ୍ତି।


ଦିନେ କରଆଦାୟକାରୀ ଓ ଅନ୍ୟ ସମାଜଚ୍ୟୁତ ଲୋକମାନେ ଯୀଶୁଙ୍କ କଥା ଶୁଣିବାକୁ ଆସିଲେ।


କିନ୍ତୁ ପାଉଲ ସେନାପତି ଓ ସୈନ୍ୟମାନଙ୍କୁ କହିଲେ, “ନାବିକମାନେ ଜାହାଜରେ ନ ରହିଲେ, ଆପଣମାନଙ୍କ ରକ୍ଷା ପାଇବାର ଆଉ ଆଶା ନାହିଁ।”


କିନ୍ତୁ ମନେ ରଖିବାକୁ ହେବ, ଏହି ବ୍ୟବସ୍ଥା ଧାର୍ମିକ ଲୋକମାନଙ୍କ ପାଇଁ ହୋଇ ନାହିଁ। ନିୟମଭଙ୍ଗକାରୀ ଅଧାର୍ମିକମାନଙ୍କ ପାଇଁ ତାହା ତିଆରି ହୋଇଛି। ଯେଉଁମାନେ ସ୍ୱେଚ୍ଛାଚାରୀ, ଯେଉଁମାନଙ୍କର ଈଶ୍ୱର ଭୟ ନାହିଁ, ଯେଉଁମାନେ ପାପ ଅପକର୍ମରେ ଆସକ୍ତ, ଯେଉଁମାନଙ୍କର ଧର୍ମଭାବ ଓ ଅଧ୍ୟାତ୍ମବୋଧ ନାହିଁ, ଯେଉଁମାନେ ପିତାମାତାଙ୍କୁ ହତ୍ୟା କରିବାକୁ କୁଣ୍ଠିତ ନୁହଁନ୍ତି;


ତୁମେ ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ ସାବ୍ୟସ୍ତ କରି ହତ୍ୟା କରିଛ; ସେମାନେ ତୁମର ପ୍ରତିରୋଧ କରି ପାରି ନାହାିଁନ୍ତି।


Swiv nou:

Piblisite


Piblisite