Biblia Todo Logo
Bib sou entènèt

- Piblisite -




୧ ପିତର 4:3 - ପବିତ୍ର ବାଇବଲ (CL) NT (BSI)

3 ଅତୀତରେ ତୁମ୍ଭେମାନେ ଅଣବିଶ୍ୱାସୀମାନଙ୍କ ପରି କାର୍ଯ୍ୟ କରି ବହୁ ସମୟ ବିତାଇଛ। ତୁମ୍ଭମାନଙ୍କର ଜୀବନ ଅଶକଳୀଳତା, କାମୁକତା, ମଦ୍ୟପାନ, ରଙ୍ଗରସ ମତ୍ତତା ଓ ଘୃଣା ପ୍ରତିମା ପୂଜାରେ କଟି ଯାଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେଣୁ ବିଜାତିମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;

Gade chapit la Kopi

ଓଡିଆ ବାଇବେଲ

3 ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;

Gade chapit la Kopi

ପବିତ୍ର ବାଇବଲ

3 ଅତୀତରେ ଅବିଶ୍ୱାସୀ ଲୋକଙ୍କ କଥାରେ କାମ କରି ତୁମ୍ଭେ ଅନେକ ସମୟ ନଷ୍ଟ କରିସାରିଛ। ତୁମ୍ଭେ ଯୌନପାପ କରୁଥିଲ। ନିଜ ଇଚ୍ଛାନୁସାରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ୱଂସର କାର୍ଯ୍ୟ କରୁଥିଲ, ମଦ୍ୟପାନ ଦଳରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।

Gade chapit la Kopi




୧ ପିତର 4:3
30 Referans Kwoze  

ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ସେ ପ୍ରକାର ଥିଲ। କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ପାପରୁ ପରିଷ୍କୃତ ହୋଇ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ। ପୁଣି ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧାର୍ମିକରୂପେ ପରିଗଣିତ ହୋଇଅଛ।


ମଦ୍ୟପାନରେ ମତ୍ତ ହୁଅ ନାହିଁ, କାରଣ ତାହା କେବଳ ତୁମର ସର୍ବନାଶ କରିବ, ମାତ୍ର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୁଅ।


ଈଶ୍ୱରଙ୍କ ଆଜ୍ଞାବହ ହୁଅ। ଅଜ୍ଞତାବଶତଃ ପୂର୍ବେ ଯେଉଁ କୁଅଭିଳାଷଗୁଡ଼ିକର ବଶବର୍ତ୍ତୀ ହୋଇଥିଲ, ସେସବୁ ଦ୍ୱାରା ତୁମ ଜୀବନ ଆଉ ନିୟତ୍ରିତ ନ ହେଉ।


ସେମାନେ ପରଶ୍ରୀକାତର, ମତୁଆଳ, ରଙ୍ଗରସପ୍ରିୟ ଏବଂ ସେହି ଭଳି ଅନ୍ୟାନ୍ୟ ଦୁଷ୍କର୍ମରେ ଲିପ୍ତ ଥାଆନ୍ତି। ମୁଁ ପୂର୍ବ ପରି ବର୍ତ୍ତମାନ ମଧ୍ୟ ତୁମ୍ଭମାନଙ୍କୁ ସାବଧାନ କରି ଦେଉଛି। ଯେଉଁମାନେ ଏପରି କାର୍ଯ୍ୟସବୁ କରନ୍ତି, ସେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହୋଇପାରିବେ ନାହିଁ।


ମନୁଷ୍ୟ ପ୍ରକୃତିର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତାହା ଅନୈତିକତା, ଅଶୁଚିତା, ଅଶ୍ଲୀଳତା, ପ୍ରତିମା ପୂଜା, ଗୁଣି ଗାରୁଡ଼ି ଆଦି କୁକର୍ମରେ ପ୍ରକାଶ ପାଏ। ଲୋକମାନେ ପରସ୍ପରର ଶତ୍ରୁ ହୋଇ କଳହ କରିଥାନ୍ତି; ସେମାନେ ଈର୍ଷାପରାୟଣ, କ୍ରୋଧୀ ଓ ଦୁରାକାଂକ୍ଷୀ ହୋଇଥାନ୍ତି ଓ ସେମାନେ ବିଭିନ୍ନ ଦଳ ଓ ଉପଦଳରେ ବିଭକ୍ତ ହୋଇଥାଆନ୍ତି।


କେତେକ ଅଧାର୍ମିକ ଲୋକ ଅଲକ୍ଷିତ ଭାବରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରିଛନ୍ତି। ସେମାନେ ନିଜର ଅନୈତିକ କାର୍ଯ୍ୟକଳାପକୁ ସମର୍ଥନ କରିବା ପାଇଁ ଈଶ୍ୱରଙ୍କ “ଅନୁଗ୍ରହ” ବିଷୟକ ବାର୍ତ୍ତା ବିକୃତ ଅର୍ଥ କରୁଛନ୍ତି। ଆମର ଏକମାତ୍ର ଗୁରୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସେମାନେ ଅସ୍ୱୀକାର କରୁଛନ୍ତି। ସେମାନଙ୍କ ପ୍ରତି ନିରୂପିତ ହୋଇଥିବା ଦଣ୍ଡ ବିଧାନ ସମ୍ପର୍କରେ ବହୁ ପୂର୍ବରୁ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି।


ଲୋକମାନେ ଈଶ୍ୱରଙ୍କୁ ଜାଣି ନ ଥିବା ସମୟରେ ସେ ଦୋଷ ଧରି ନ ଥିଲେ, କିନ୍ତୁ ବର୍ତ୍ତମାନ ସେ ସର୍ବତ୍ର ସମସ୍ତଙ୍କୁ ସେମାନଙ୍କ ପାପ ପଥରୁ ଫେରିବା ପାଇଁ ଆଦେଶ ଦେଉଛନ୍ତି।


ଆମ୍ଭେମାନେ ନିଜେ ଦିନେ ନିର୍ବୋଧ, ଅବାଧ୍ୟ ଓ ଭ୍ରାନ୍ତ ଥିଲୁ; ନାନା ପ୍ରକାର ଆମୋଦେ ପ୍ରମୋଦ ଓ ନୀଚ ପ୍ରବୃତ୍ତିଗୁଡ଼ିକର ବଶୀଭୂତ ଥିଲୁ; ଦ୍ୱେଷ ଓ ଈର୍ଷାପରବଶ ହୋଇ ଦିନାତିପାତ କରିଥିଲୁ; ଅନ୍ୟମାନେ ଆମ୍ଭମାନଙ୍କୁ ଘୃଣା କରୁଥିଲେ, ଆମ୍ଭେମାନେ ମଧ୍ୟ ସେମାନଙ୍କୁ ଘୃଣା କରୁଥିଲୁ।


ଏଥର ତୁମ୍ଭମାନଙ୍କ ନିକଟକୁ ଗଲାବେଳକୁ ହୁଏତ ଈଶ୍ୱର ତୁମ୍ଭମାନଙ୍କ ସାକ୍ଷାତରେ ମୋତେ ଅପଦସ୍ଥ କରିବେ, ଯେଉଁମାନେ ଆଗରୁ ପାପ କରିଛନ୍ତି, କିନ୍ତୁ ସେମାନଙ୍କର ଅଶୁଚି କାର୍ଯ୍ୟକଳାପ, ଲମ୍ପଟତା ଓ ଭ୍ରଷ୍ଟାଚାର ନିମନ୍ତେ ଅନୁତପ୍ତ ନୁହନ୍ତି, ଏପରି ଅନେକଙ୍କ ପାଇଁ ମୋତେ ଶୋକ କରିବାକୁ କଡ଼ିବ।


ତୁମ୍ଭେମାନେ ଜାଣ ଯେ, ଅଣବିଶ୍ୱାସୀ ଥିଲାବେଳେ, ନିର୍ଜୀବ ପ୍ରତିମାମାନଙ୍କୁ ପୂଜା କରି ତୁମ୍ଭେମାନେ ବିପଥଗାମୀ ହୋଇଥିଲ।


ଉଚ୍ଛୃଙ୍ଖଳ ଆମୋଦ ପ୍ରମୋଦ, ସୁରାପାନରେ ମତ୍ତତା, ନୀତିହୀନତା, ଅଶ୍ଳୀଳ ଆଚରଣ, ଈର୍ଷା, କଳିଗୋଳ ପ୍ରଭୃତିରେ ଲିପ୍ତ ନ ହୋଇ ଆସ, ଆଲୋକରେ କାର୍ଯ୍ୟରତ ଲୋକଙ୍କ ପରି ଭଦ୍ରୋଚିତ ବ୍ୟବହାର କରିବା।


ଯଥା - ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ ଓ ନାନା ପ୍ରକାର ଦୁଷ୍କର୍ମ - ପ୍ରତାରଣା, ଅଶୋଭନୀୟ ଆଚରଣ, ଈର୍ଷା, କୁତ୍ସାରଟନା, ଅହଙ୍କାର ଓ ମୂଢ଼ତା।


Swiv nou:

Piblisite


Piblisite