Biblia Todo Logo
Bib sou entènèt

- Piblisite -




୧ ପିତର 5:10 - ପବିତ୍ର ବାଇବଲ (CL) NT (BSI)

10 ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ତାଙ୍କର ଅନନ୍ତ ଗୌରବରେ ଭାଗୀ ହେବା ପାଇଁ, ଦୟାମୟ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ତୁମ୍ଭମାଙ୍କର କ୍ଷଣିକ ଦୁଃଖଭୋଗ ପରେ ସେ ନିଜେ ତୁମ୍ଭମାନଙ୍କୁ ସିଦ୍ଧ, ସୁଦୃଢ଼, ବଳିଷ୍ଠ ଓ ସୁପତିଷ୍ଠିତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ଵର ଆପଣା ଅନ; ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।

Gade chapit la Kopi

ଓଡିଆ ବାଇବେଲ

10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।

Gade chapit la Kopi




୧ ପିତର 5:10
39 Referans Kwoze  

ଏହି ସାମାନ୍ୟ ଓ କ୍ଷଣିକ ଦୁଃଖ ଦୁର୍ଦ୍ଦଶା ଆମ ପାଇଁ ଆଣି ଦେଉଛି ଅତୁଳନୀୟ ଚିରସ୍ଥାୟୀ ଗୌରବର ସମ୍ପଦ।


କିନ୍ତୁ ପ୍ରଭୁ ବିଶ୍ୱସ୍ତ! ସେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବେ ଓ ପାପାତ୍ମାଠାରୁ ରକ୍ଷା କରିବେ।


ଯେ ତୁମ୍ଭମାନଙ୍କୁ ପତନରୁ ରକ୍ଷା କରିବାକୁ ଓ ତାଙ୍କ ଗୌରବମୟ ଛାମୁରେ ନିର୍ଦ୍ଦୋଷ ଓ ଉଲ୍ଲେସିତ କରି ଉପସ୍ଥାପିତ କରିବାକୁ ସମର୍ଥ,


ଖ୍ରୀଷ୍ଟବିଶ୍ୱାସର ପୁଣ୍ୟ ରଣକ୍ଷେତ୍ରରେ ସଂଗ୍ରାମ କରି ଅନନ୍ତ ଜୀବନ ଲାଭ କର। ଏହି ଲକ୍ଷ୍ୟରେ ପହଞ୍ଚିବା ପାଇଁ ତ ତୁମେ ଆହୂତ ହୋଇଅଛ ଏବଂ ଅନେକ ସାକ୍ଷୀଙ୍କ ମଧ୍ୟରେ ଏହା ସ୍ୱୀକାର କରିଛ।


ସେ ତୁମ୍ଭମାନଙ୍କୁ ସବୁବେଳେ ସତ୍ କାର୍ଯ୍ୟ କରିବାକୁ ଓ ସତ୍ ବାକ୍ୟ କହିବାକୁ ପ୍ରେରଣା ଓ ଶକ୍ତି ପ୍ରଦାନ କରନ୍ତୁ।


ଭାଇମାନେ, ମୋର ଶେଷ କଥା ଏହି- ନିଜ ନିଜକୁ ସଂଶୋଧନ କର, ମୋର ପରାମର୍ଶ ଗ୍ରହଣ କର, ସମସ୍ତେ ଏକମତ ହୁଅ ଓ ଶାନ୍ତିରେ ବାସ କର। ପ୍ରେମ ଓ ଶାନ୍ତିରେ ଈଶ୍ୱର ତୁମ୍ଭମାନଙ୍କ ସହିତ ରହନ୍ତୁ।


ଯେଉଁ ଈଶ୍ୱର ତାଙ୍କ ପୁତ୍ର ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସାହଚର୍ଯ୍ୟ ପାଇବା ପାଇଁ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ସେ ସଦା ବିଶ୍ୱସ୍ତ।


ଆମେ ତୁମକୁ ଉତ୍ସାହିତ କରିଥିଲୁ, ସାନ୍ତ୍ୱନା ପ୍ରଦାନ କରିଥିଲୁ, ପୁଣି ତୁମ୍ଭେମାନେ ଯେପରି ଈଶ୍ୱରଙ୍କ ଯୋଗ୍ୟ ଆଚରଣ କରି ତାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହେବା ପାଇଁ ତାଙ୍କର ଆହ୍ୱାନ ଗ୍ରହଣ କରିପାରିବ, ଏଥିନିମନ୍ତେ ଉତ୍ସାହ ଦେଇଥିଲୁ।


ଆସ, ଈଶ୍ୱରଙ୍କୁ ଗୌରବାନ୍ୱିତ କରିବା। ମୁଁ ପ୍ରଚାର କରୁଥିବା ଯୀଶୁ ଖ୍ରୀଷ୍ଟଙ୍କ ସମ୍ପର୍କରେ ଶୁଭ ବାର୍ତ୍ତା ଓ ଯୁଗ ଯୁଗ ଧରି ଗୁପ୍ତ ରହିଥିବା ନିଗୂଢ଼ ସତ୍ୟ ଅନୁଯାୟୀ ତୁମ୍ଭମାନଙ୍କ ବିଶ୍ୱାସକୁ ଅଟଳ ରଖିବା ପାଇଁ ଈଶ୍ୱର ସମର୍ଥ।


ଯଥାର୍ଥଭାବେ ଧାର୍ମିକ ଜୀବନ କାଟିବା ପାଇଁ ଆମର ଯାହା କିଛି ଆବଶ୍ୟକ, ତାହା ଈଶ୍ୱର ନିଜ ଐଶ୍ୱରିକ ଶକ୍ତିରେ ଆମକୁ ଦାନ କରିଛନ୍ତି। ଯେ ନିଜ ମମହିମା ଓ ଧାର୍ମିକତାରେ ଅଂଶୀ ହେବା ପାଇଁ ଆମକୁ ଆହ୍ୱାନ କରିଛନ୍ତି, ତାଙ୍କୁ ଜାଣିବା ଦ୍ୱରା ଆମେ ଏହି ଦାନ ପାଇଛୁ।


କିନ୍ତୁ ତୁମ ଆହ୍ୱାନକାରୀ ଈଶ୍ୱର ଯେପରି ପବିତ୍ର, ତୁମ୍ଭେମାନେ ନିଜ ନିଜ ଆଚରଣରେ ସେପରି ପବିତ୍ର ହୁଅ।


ମୋର ଶକ୍ତିଦାତା ଖ୍ରୀଷ୍ଟଙ୍କ ସହାୟତାରେ ମୁଁ ସବୁ କିଛି କରିପାରେ।


ଈଶ୍ୱରଙ୍କ ମନୋନୀତ ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରୁ ପ୍ରାପ୍ତ ପରିତ୍ରାଣ ଓ ଶାଶ୍ୱତ ଗୌରବ ଲାଭ କରନ୍ତୁ, ଏହି ଉଦ୍ଦେଶ୍ୟରେ ମୁଁ ସମସ୍ତ ନିର୍ଯ୍ୟାତନା ସହ୍ୟ କରୁଛି।


ତୁମ୍ଭମାନଙ୍କ ନିକଟରେ ଆମେ ଯେଉଁ ସୁସମାଚାର ପ୍ରଚାର କରିଛୁ, ତାହା ଦ୍ୱାରା ଈଶ୍ୱର ତୁମ୍ଭମାନଙ୍କୁ ଏଥିପାଇଁ ଆହ୍ୱାନ କରିଛନ୍ତି। ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବରେ ଅଂଶୀ କରାଇବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି।


କିନ୍ତୁ ଶିମୋନ, ତୁମର ବିଶ୍ୱାସ ହ୍ରାସ ନ ହେବା ପାଇଁ ମୁଁ ପ୍ରାର୍ଥନା କରୁଛି। ମୋ’ ପ୍ରତି ତୁମର ବିଶ୍ୱସ୍ତତା ଫେରି ଆସିଲେ, ତୁମେ ତୁମ ଭାଇମାନଙ୍କୁ ଶକ୍ତିଶାଳୀ କରି ପାରିବ।”


ଆମ ନିଜ ସତ୍କର୍ମର ପୁରସ୍କାର ସ୍ୱରୂପ ସେ ଆମ୍ଭମାନଙ୍କୁ ଆହ୍ୱାନ କରି ନାହାନ୍ତି - କେବଳ ତାଙ୍କ ଅନୁଗ୍ରହରେ ତାଙ୍କର ଉଦ୍ଦେଶ୍ୟ ସାଧନ ନିମିତ୍ତ ଆମ୍ଭମାନଙ୍କୁ ତାଙ୍କ ପ୍ରିୟଜନ ହେବା ପାଇଁ ମନୋନୀତ କରିଛନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କର୍ତ୍ତୃକ ଅନାଦି କାଳରୁ ଈଶ୍ୱର ଆମ୍ଭମାନଙ୍କୁ ଏହି ଅନୁଗ୍ରହର ପାତ୍ର କରି ରଖିଥିଲେ;


ତୁମ୍ଭମାନଙ୍କର ଭିତ୍ତିମୂଳ ତାଙ୍କ ଉପରେ ଦୃଢ଼ ରୂପେ ସ୍ଥାପନ କରି ଜୀବନ ଗଠନ କର ଓ ତୁମେ ପ୍ରାପ୍ତ ହୋଇଥିବା ଶିକ୍ଷାନୁଯାୟୀ ବିଶ୍ୱାସରେ ଅଧିକ ବଳିଷ୍ଠ ହୁଅ। ତୁମ୍ଭମାନଙ୍କର ହୃଦୟ କୃତଜ୍ଞତାରେ ପରିପୂର୍ଣ୍ଣ ହେଉ।


ଖ୍ରୀଷ୍ଟ ଯୀଶୁଙ୍କ ଆଦର୍ଶର ଅନୁଗାମୀ ସ୍ୱରୂପେ ସମସ୍ତଙ୍କର ସେହି ପ୍ରକାର ମନୋଭାବ ହେବା ପାଇଁ ଧୈର୍ଯ୍ୟ ଓ ଉତ୍ସାହର ଆଧାର ଈଶ୍ୱର ତୁମ୍ଭମାନଙ୍କୁ ସକ୍ଷମ କରନ୍ତୁ।


ଆମ୍ଭମାନଙ୍କୁ ଏହି ଦାନ କରିବା ପାଇଁ ସ୍ୱୟଂ ଖ୍ରୀଷ୍ଟ ପ୍ରତିଜ୍ଞା କରିଛନ୍ତି- ଏହାହିଁ ଅନନ୍ତ ଜୀବନ।


ଏହି କାରଣରୁ ଖ୍ରୀଷ୍ଟ ହିଁ ନୂତନ ନିୟମ ସ୍ଥାପନ କରିଛନ୍ତି, ଯେପରି କି ଯେଉଁମାନେ ଈଶ୍ୱରଙ୍କ ଦ୍ୱାରା ଅହୁତ, ସେମାନେ ଈଶ୍ୱର ପ୍ରତିଜ୍ଞା କରିଥିାବ ଅନନ୍ତ ଆଶୀର୍ବାଦ ଲାଭ କରିବେ। ପ୍ରଥମ ନିୟମ ବଳବତ୍ତର ଥିବା ସମୟରେ, ଲୋକମାନେ ଯେଉଁସବୁ ପାପ ଦୋଷ କରିଥିଲେ, କେବଳ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ସେମାନେ ସେଥିରୁ ମୁକ୍ତି ମୃତ୍ୟୁ ଲାଭ କରିବେ।


ସମସ୍ତ ଭରସାର ଆଧାର, ଈଶ୍ୱର ତୁମ୍ଭମାନଙ୍କ ବିଶ୍ୱାସ ଯୋଗୁଁ ତୁମ୍ଭମାନଙ୍କୁ ଆନନ୍ଦ ଓ ଶାନ୍ତିରେ ପୂର୍ଣ୍ଣ କରନ୍ତୁ। ପବିତ୍ରଆତ୍ମାଙ୍କ ଶକ୍ତିରେ ତୁମମାନଙ୍କର ଭରସା ବୃଦ୍ଧି ପାଉ।


ଏମାନଙ୍କ ମଧ୍ୟରୁ ଜଣେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ ନିମନ୍ତେ ମନୋନୀତ ହେଲା। ରିବିକାଙ୍କୁ ଈଶ୍ୱର କହିଲେ, “ଜ୍ୟେଷ୍ଠ ଭ୍ରାତା କନିଷ୍ଠର ସେବା କରିବ।” ସେମାନେ ଜନ୍ମ ହେବା ଆଗରୁ, କେହି କିଛି ସତ୍ ବା ଅସତ୍ କାର୍ଯ୍ୟ କରିବା ପୂର୍ବରୁ ଈଶ୍ୱର ଏହା କହିଥିଲେ। ସେମାନଙ୍କ କର୍ମ ଫଳରୁ ନୁହେଁ, କେବଳ ଈଶ୍ୱରଙ୍କ ଆହ୍ୱାନ ଦ୍ୱାରା ସେମାନେ ମନୋନୀତ ହେଲେ।


ଯେ ପ୍ରଚାର କରେ, ସେ ଈଶ୍ୱରଙ୍କ ବର୍ତ୍ତା ପ୍ରଚାର କରୁ। ଯେ ସେବା କରେ, ଈଶ୍ୱରତାକୁ ଦେଇଥିବା ଶକ୍ତି ଅନୁସାରେ ସେ ସେବା କରୁ। ତା’ ହେଲେ, ଈଶ୍ୱର ସବୁ ବିଷୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଗୌରବାନ୍ୱିତ ହେବେ। ଯୁଗେ ଯୁଗେ ମହିମା ସ ପରାକ୍ରମ ତାହାଙ୍କର।


ଇହୁଦୀ ତଥା ଅଣଇହୁଦୀମାନଙ୍କ ମଧ୍ୟରୁ ସେ ଆମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି।


ଭାଇମାନେ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅଧିକାର ବଳରେ ମୁଁ ତୁମ୍ଭମାନଙ୍କୁ ଆବେଦନ କରୁଛି, ଆଲୋଚନା କରିବା ସମୟରେ ଏକ ମତ ହୁଅ। ତା’ହେଲେ ତୁମ ମଧ୍ୟରେ କୌଣସି ବିଭେଦ ରହିବ ନାହିଁ।


ଯେ ଯେଉଁ ଦାନ ପାଇଛି, ତା’ର ଯୋଗ୍ୟ ବେବର୍ତ୍ତାରୂପେ ଅନ୍ୟମାନଙ୍କର ମଙ୍ଗଳ ପାଇଁ ସେହି ଦାନର ସଦ୍ବ୍ୟବହାର କରିବା ଉଚିତ।


Swiv nou:

Piblisite


Piblisite