Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 1:2 - ପବିତ୍ର ବାଇବଲ (CL) NT (BSI)

2 ଆମେ ସର୍ବଦା ତୁମ ସମସ୍ତଙ୍କ ନିମନ୍ତେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଉ ଏବଂ ଆମ ପ୍ରାର୍ଥନାରେ ତୁମ୍ଭମାନଙ୍କ ବିଷୟରେ ସବୁବେଳେ ଜଣାଇ ଥାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ଵାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ଵନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି

Gade chapit la Kopi

ଓଡିଆ ବାଇବେଲ

2 ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ସହିଷ୍ଣୁତା ବିଷୟ ନିରନ୍ତର ସ୍ମରଣ କରି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି,

Gade chapit la Kopi

ପବିତ୍ର ବାଇବଲ

2 ପ୍ରାର୍ଥନା କଲାବେଳେ ଆମ୍ଭେ ସର୍ବଦା ତୁମ୍ଭମାନଙ୍କ କଥା ମନେ ପକାଉ ଓ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉ।

Gade chapit la Kopi




୧ ଥେସଲନୀକୀୟ 1:2
10 Referans Kwoze  

ପ୍ରତ୍ୟେକ ଥର ମୁଁ ପ୍ରାର୍ଥନା କରିବା ବେଳେ ତୁମକୁ ସ୍ମରଣ କରି ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ,


ଆମେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବା ସମୟରେ ଆମ୍ଭମାନଙ୍କ ଖ୍ରୀଷ୍ଟ ଯୀଶୁଙ୍କ ପିତା ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଛୁ।


ଯୀଶୁ ଖ୍ରୀଷ୍ଟଙ୍କ ଦେଇ ଈଶ୍ୱର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଛି,


କିନ୍ତୁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛି, ଯଦିଓ ଦିନେ ତୁମ୍ଭେମାନେ ପାପର ଦାସ ଥିଲ, ତୁମେ ବର୍ତ୍ତମାନ ସୁସମାଚାରରୁ ଶିକ୍ଷା କରିଥିବା ସତ୍ୟଗୁଡ଼ିକୁ ସର୍ବାନ୍ତଃକରଣରେ ପାଳନ କରୁଛ।


ଆମେ କାହିଁକି ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଥାଉ, ତାହାର ଅନ୍ୟ ଏକ କାରଣ ମଧ୍ୟ ରହିଛି। ଆମେ ଯେତେବେଳେ ତୁମ୍ଭମାନଙ୍କ ନିକଟକୁ ଈଶ୍ୱରଙ୍କ ବାର୍ତ୍ତା ଆଣିଥିଲୁ, ତୁମ୍ଭେମାନେ ତାହା ମନୁଷ୍ୟର ବାର୍ତ୍ତା ବୋଲି ମନେ ନ କରି, ଈଶ୍ୱରଙ୍କ ବାର୍ତ୍ତା ରୂପେ ଶୁଣିଥିଲ ଓ ଗ୍ରହଣ କରିଥିଲ। ପ୍ରକୃତରେ ତାହା ଈଶ୍ୱରଙ୍କର ବାର୍ତ୍ତା ଓ ତୁମ୍ଭମାନଙ୍କ ପରି ବିଶ୍ୱାସୀମାନଙ୍କ ଅନ୍ତକରଣରେ ତାହା ସକ୍ରିୟ ହୋଇ ରହେ।


ବର୍ତ୍ତମାନ ତୁମ୍ଭମାନଙ୍କ ଯୋଗୁଁ ଆମେ ଯେଉଁ ଅପାର ଆନନ୍ଦ ଲାଭ କରୁଛୁ, ସେଥିପାଇଁ ଈଶ୍ୱରଙ୍କୁ କିପରି ଧନ୍ୟବାଦ ଦେବୁ, ଜାଣିପାରୁ ନା।


ଭାଇମାନେ! ତୁମ ପାଇଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମର କର୍ତ୍ତବ୍ୟ। ଆମ ପକ୍ଷରେ ଏହା ଉଚିତ ବୋଲି ଆମେ ମନେ କରୁଛୁ, କାରଣ ତୁମ୍ଭମାନଙ୍କର ବିଶ୍ୱାସ ଉତ୍ତରୋତ୍ତର ବୃଦ୍ଧି ପାଉଛି ଓ ତୁମ୍ଭେମାନେ ପରସ୍ପରକୁ ଅଧିକ ପ୍ରେମ କରୁଛ।


Swiv nou:

Piblisite


Piblisite