Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 2:12 - ପବିତ୍ର ବାଇବଲ (CL) NT (BSI)

12 ଆମେ ତୁମକୁ ଉତ୍ସାହିତ କରିଥିଲୁ, ସାନ୍ତ୍ୱନା ପ୍ରଦାନ କରିଥିଲୁ, ପୁଣି ତୁମ୍ଭେମାନେ ଯେପରି ଈଶ୍ୱରଙ୍କ ଯୋଗ୍ୟ ଆଚରଣ କରି ତାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହେବା ପାଇଁ ତାଙ୍କର ଆହ୍ୱାନ ଗ୍ରହଣ କରିପାରିବ, ଏଥିନିମନ୍ତେ ଉତ୍ସାହ ଦେଇଥିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେପରି ତୁମ୍ଭମାନଙ୍କ ଆହ୍ଵାନକାରୀ ଯେଉଁ ଈଶ୍ଵର, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହେବା ନିମନ୍ତେ ତୁମ୍ଭେମାନେ ତାହାଙ୍କର ଯୋଗ୍ୟ ଆଚରଣ କର।

Gade chapit la Kopi

ଓଡିଆ ବାଇବେଲ

12 ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ୱରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇ ପାର ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇପାର।

Gade chapit la Kopi

ପବିତ୍ର ବାଇବଲ

12 ଆମ୍ଭେ ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିଛୁ, ଆମ୍ଭେ ତୁମ୍ଭମାନଙ୍କୁ ଆଶ୍ୱାସନା ଦେଲୁ ଏବଂ ପରମେଶ୍ୱରଙ୍କ ପାଇଁ ଭଲ ଜୀବନଯାପନ କରିବା ପାଇଁ କହିଛୁ। ପରମେଶ୍ୱର ତୁମ୍ଭମାନଙ୍କୁ ନିଜ ରାଜ୍ୟ ଓ ମହିମା ପ୍ରାପ୍ତ କରିବା ପାଇଁ ଡାକୁଛନ୍ତି।

Gade chapit la Kopi




୧ ଥେସଲନୀକୀୟ 2:12
29 Referans Kwoze  

ପ୍ରଭୁଙ୍କ ସେବା କରୁଥିବା ଯୋଗୁଁ ବନ୍ଦୀ ହୋଇଥିବା ମୁଁ ପାଉଲ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ଯେପରି ଜୀବନ ଯାପନ କରିବା ପାଇଁ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ତାହାର ଅନୁରୂପ ଆଚରଣ କର।


ଯେ ଈଶ୍ୱରଙ୍କ ସତ୍ତା ଅନୁଭବ କରୁଛି ବୋଲି କହେ, ସେ ଅବିକଳ ଖ୍ରୀଷ୍ଟ ଯୀଶୁଙ୍କ ପରି ଜୀବନ ଯାପନ କରିବା ଉଚିତ।


ଏହିପରି କରିବା ଦ୍ୱାରା ତୁମେ ଅଣବିଶ୍ୱାସୀମାନଙ୍କଠାରୁ ମଧ୍ୟ ସମ୍ମାନ ପାଇବ ଓ ତୁମର ସମସ୍ତ ଆବଶ୍ୟକତା ପାଇଁ ଆତ୍ମନିର୍ଭରଶୀଳ ହୋଇପାରିବ।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ତାଙ୍କର ଅନନ୍ତ ଗୌରବରେ ଭାଗୀ ହେବା ପାଇଁ, ଦୟାମୟ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ତୁମ୍ଭମାଙ୍କର କ୍ଷଣିକ ଦୁଃଖଭୋଗ ପରେ ସେ ନିଜେ ତୁମ୍ଭମାନଙ୍କୁ ସିଦ୍ଧ, ସୁଦୃଢ଼, ବଳିଷ୍ଠ ଓ ସୁପତିଷ୍ଠିତ କରିବେ।


ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ସେ ତାହା କରିବେ, କାରଣ ସେ ବିଶ୍ୱସ୍ତ।


ତାହାହେଲେ, ତୁମ୍ଭେମାନେ ପ୍ରଭୁଙ୍କ ଇଚ୍ଛା ଅନୁରୂପ ଜୀବନ କାଟି ପାରିବ ଓ ତାଙ୍କର ସନ୍ତୋଷଜନକ କାର୍ଯ୍ୟ କରିପାରିବ। ତୁମ୍ଭେମାନେ ଜୀବନରେ ସମସ୍ତ ପ୍ରକାର ଉତ୍ତମ କାର୍ଯ୍ୟ କରି ପାରିବ ଓ ଈଶ୍ୱରଙ୍କ ବିଷୟରେ ତୁମ୍ଭମାନଙ୍କର ଜ୍ଞାନ ବୃଦ୍ଧି ପାଇବ।


ତୁମ୍ଭେମାନେ ନିଜେ ଦିନେ ଅନ୍ଧକାରରେ ଥିଲ। କିନ୍ତୁ ବର୍ତ୍ତମାନ ପ୍ରଭୁଙ୍କ ଲୋକ ହୋଇଥିବାରୁ ତୁମ୍ଭେମାନେ ଆଲୋକରେ ରହିଛ। ତେଣୁ ତୁମ୍ଭେମାନେ ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର।


ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ଏକ ପବିତ୍ର ଜାତି ଓ ଈଶ୍ୱରଙ୍କ ଆପଣାର ଲୋକ ହୋଇଅଛ। ଈଶ୍ୱର ତୁମ୍ଭମାନଙ୍କୁ ଅନ୍ଧକାର ମଧ୍ୟରୁ ତାଙ୍କର ଅପୂର୍ବ ଆଲୋକକୁ ଆହ୍ୱାନ କରିଛନ୍ତି। ତୁମ୍ଭେମାନ ତାଙ୍କର ବିସ୍ମୟକର କାର୍ଯ୍ୟସବୁ ଘୋଷଣା କରିବା ପାଇଁ ମନୋନୀତ।


ପରିଶେଷରେ, ଭାଇମାନେ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ କିପରି ଜୀବନ ଯାପନ କରିବାକୁ ହେବ, ତାହା ଆମଠାରୁ ଶିକ୍ଷା କରିଛ। ଅବଶ୍ୟ ସେହିପରି ଭାବେ ତୁମ୍ଭେମାନେ ଜୀବନ ଯାପନ କରି ଆସୁଅଛ, କିନ୍ତୁ ଏହାଠାରୁ କିଛି ଅଧିକ କରିବାକୁ ତୁମ୍ଭମାନଙ୍କୁ ଆମେ ଏବେ ପ୍ରଭୁ ଯୀଶୁଙ୍କ ନାମରେ ବିନତି କରୁଛୁ।


ଯେହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ରୂପେ ଗ୍ରହଣ କରିଛ, ତାଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କର।


ଖ୍ରୀଷ୍ଟ ଯେପରି ଆମ୍ଭମାନଙ୍କୁ ପ୍ରେମ କଲେ ଓ ଈଶ୍ୱରଙ୍କର ସନ୍ତୋଷ ନିମନ୍ତେ ନିଜ ଜୀବନକୁ ଆମ ପାଇଁ ସୁଗନ୍ଧି ନୈବେଦ୍ୟ ଓ ବଳି ରୂପେ ଉତ୍ସର୍ଗ କଲେ, ତୁମ୍ଭମାନଙ୍କ ଜୀବନ ମଧ୍ୟ ସେହିପରି ପ୍ରେମ ଦ୍ୱାରା ପରିଚାଳିତ ହେଉ।


ମୋର କହିବାର କଥା ହେଲା, ପବିତ୍ରଆତ୍ମା ତୁମ୍ଭମାନଙ୍କ ଜୀବନକୁ ପରିଚାଳିତ କରନ୍ତୁ। ତା’ହେଲେ ତୁମ୍ଭେମାନେ ଆଉ ମନୁଷ୍ୟର ପ୍ରକୃତିଗତ ଲାଳସାକୁ ଚରିତାର୍ଥ କରିବ ନାହିଁ।


ଯେଉଁ ଈଶ୍ୱର ତାଙ୍କ ପୁତ୍ର ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସାହଚର୍ଯ୍ୟ ପାଇବା ପାଇଁ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ସେ ସଦା ବିଶ୍ୱସ୍ତ।


ମୁଁ ତୁମ୍ଭମାନଙ୍କୁ ଦେଖିପା ପାଇଁ ଯିବାକୁ ସମର୍ଥ ହୁଏ ଅବା ନ ହୁଏ, ବର୍ତ୍ତମାନ ପ୍ରଧାନ ବିଷୟ ହେଉଛି, ତୁମ୍ଭମାନଙ୍କର ଜୀବନ ପ୍ରଣାଳୀ ଯେପରି ଖ୍ରୀଷ୍ଟଙ୍କ ସୁସମାଚାରର ଅନୁରୂପ ହେବ - ମୁଁ ଯେପରି ଶୁଣିବି, ତୁମ୍ଭେମାନେ ଏକ ଉଦ୍ଦେଶ୍ୟ ନେଇ ଦୃଢ଼ ରୂପେ ଠିଆ ହୋଇଛ ଓ ଏକ ଆକାଂକ୍ଷା ନେଇ ସୁସମାଚାର ବିଶ୍ୱାସ ନିମନ୍ତେ ଏକକ ସଂଗ୍ରାମ କରୁଛ।


ଅନିଷ୍ଠ ବଦଳେ ଅନିଷ୍ଠ କର ନାହିଁ, ଅଭିଶାପ ବଦଳେ ଅଭିଶାପ ଦିଅ ନାହିଁ; ତା’ ପରିବର୍ତ୍ତେ ଆଶୀର୍ବାଦ କର, କାରଣ ଏଥିନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିତିଲେ ଓ ଏହା କରିବା ଦ୍ୱାରା ତୁମ୍ଭେମାନେ ଆଶୀର୍ବାଦ ପ୍ରାପ୍ତ ହେବ।


ଆମ ନିଜ ସତ୍କର୍ମର ପୁରସ୍କାର ସ୍ୱରୂପ ସେ ଆମ୍ଭମାନଙ୍କୁ ଆହ୍ୱାନ କରି ନାହାନ୍ତି - କେବଳ ତାଙ୍କ ଅନୁଗ୍ରହରେ ତାଙ୍କର ଉଦ୍ଦେଶ୍ୟ ସାଧନ ନିମିତ୍ତ ଆମ୍ଭମାନଙ୍କୁ ତାଙ୍କ ପ୍ରିୟଜନ ହେବା ପାଇଁ ମନୋନୀତ କରିଛନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କର୍ତ୍ତୃକ ଅନାଦି କାଳରୁ ଈଶ୍ୱର ଆମ୍ଭମାନଙ୍କୁ ଏହି ଅନୁଗ୍ରହର ପାତ୍ର କରି ରଖିଥିଲେ;


ଯେଉଁମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରିବା ପାଇଁ ଆହୂତ ଓ ଈଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କ ନିମନ୍ତେ ସବୁ ବିଷୟ ମଙ୍ଗଳଜନକ ହୁଏ।


ଯେଉଁମାନେ ଏପରି ମନୋନୀତ ହୋଇ ଆହୂତ ହୋଇଛନ୍ତି, ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ ଗୌରବାନ୍ୱିତ ହୋଇଛନ୍ତି।


କାରଣ ଯେଉଁ ଈଶ୍ୱର କହିଥିଲେ, “ଅନ୍ଧକାର ମଧ୍ୟରୁ ଆଲୋକର ଆବିର୍ଭାବ ହେଉ”, ସେହି ଈଶ୍ୱର ଖ୍ରୀଷ୍ଟଙ୍କ ମୁଖରେ ପ୍ରତିଭାତ ଐଶ୍ୱରିକ ମହିମା ଦେଖିବା ପାଇଁ ଆମ ହୃଦୟକୁ ଆଲୋକିତ କରିଛନ୍ତି।


କିନ୍ତୁ ସେହି ଦିନ ସେ ତାଙ୍କ ଲୋକମାନଙ୍କଠାରୁ ଓ ସମସ୍ତ ବିଶ୍ୱାସୀଙ୍କଠାରୁ ସମ୍ମାନ ଓ ଗୌରବ ପାଇବେ। ଏମାନଙ୍କ ମଧ୍ୟରେ ତୁମ୍ଭେମାନେ ମଧ୍ୟ ଅନ୍ତର୍ଭୁକ୍ତ ହେବ, କାରଣ ଆମେ ତୁମକୁ ଯେୁଁ ବାର୍ତ୍ତା ଦେଇଥିଲୁ, ସେଥିରେ ତୁମ୍ଭେମାନେ ବିଶ୍ୱାସ କରିଛ।


ଯଥାର୍ଥଭାବେ ଧାର୍ମିକ ଜୀବନ କାଟିବା ପାଇଁ ଆମର ଯାହା କିଛି ଆବଶ୍ୟକ, ତାହା ଈଶ୍ୱର ନିଜ ଐଶ୍ୱରିକ ଶକ୍ତିରେ ଆମକୁ ଦାନ କରିଛନ୍ତି। ଯେ ନିଜ ମମହିମା ଓ ଧାର୍ମିକତାରେ ଅଂଶୀ ହେବା ପାଇଁ ଆମକୁ ଆହ୍ୱାନ କରିଛନ୍ତି, ତାଙ୍କୁ ଜାଣିବା ଦ୍ୱରା ଆମେ ଏହି ଦାନ ପାଇଛୁ।


ତୁମର ଦ୍ନେହ ବ୍ୟବହାର ବିଷୟରେ ସେମାନେ ଏଠିକର ମଣ୍ଡଳୀରେ ପ୍ରକାଶ କରିଛନ୍ତି। ମୋର ଅନୁରୋଧ, ତୁମେ ସେମାନଙ୍କ ଯାତ୍ରା ପାଇଁ ସାହାଯ୍ୟ ଦିଅ। ଏହା ଦ୍ୱରା ଈଶ୍ବର ପ୍ରୀତ ହେବେ,


Swiv nou:

Piblisite


Piblisite