Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 2:19 - ପବିତ୍ର ବାଇବଲ (CL) NT (BSI)

19 ସେ ଯାହାହେଉ, ମୋର ବିଶ୍ୱାସ, ଆମ ପ୍ରଭୁ ଯୀଶୁଙ୍କ ଆଗମନ ବେଳେ ତାଙ୍କ ସମ୍ମୁଖରେ ଅନ୍ୟମାନଙ୍କ ପରି ତୁମ୍ଭେମାନେ ମଧ୍ୟ ଆମର ଆଶା, ଆନନ୍ଦ ଓ ବିଜୟ ଦର୍ପର କାରଣ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ବା ଆନନ୍ଦ ବା ଦର୍ପର ମୁକୁଟ କଅଣ ଅଟେ? କି ତୁମ୍ଭେମାନେ ନୁହଁ?

Gade chapit la Kopi

ଓଡିଆ ବାଇବେଲ

19 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କ'ଣ ? ତାହା କି ତୁମ୍ଭେମାନେ ନୁହଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କଅଣ? ତାହା କି ତୁମ୍ଭେମାନେ ନୁହଁ?

Gade chapit la Kopi

ପବିତ୍ର ବାଇବଲ

19 ତୁମ୍ଭେମାନେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତେବେଳେ ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ।

Gade chapit la Kopi




୧ ଥେସଲନୀକୀୟ 2:19
35 Referans Kwoze  

ପ୍ରିୟ ଭାଇମାନେ, ତୁମ୍ଭମାନଙ୍କୁ ଦେଖିବା ପାଇଁ ମୁଁ କେଡ଼େ ଉକ୍ରଣ୍ଠିତ। ତୁମ୍ଭମାନଙ୍କୁ ନେଇ ମୋର କେତେ ଆନନ୍ଦ। ତୁମ୍ଭମାନଙ୍କ ପାଇଁ ମୋର କେତେ ଗର୍ବ। ଭାଇମାନେ, ମୋର ଶିକ୍ଷା ଅନୁଯାୟୀ ପ୍ରଭୁଙ୍କଠାରେ ସ୍ଥିର ରହି ଜୀବନ ଯାପନ କର।


ଏହିପରି ଭାବେ ସେ ତୁମ୍ଭମାନଙ୍କୁ ବଳିଷ୍ଠ କରିବେ। ତାହାହେଲେ, ଆମ ପ୍ରଭୁ ଯୀଶୁ ଯେତେବେଳେ ସ୍ୱର୍ଗଦୂତମାନଙ୍କ ଗହଣରେ ଫେରି ଆସିବେ, ସେତେବେଳେ ତୁମ୍ଭେମାନେ ପିତା ଈଶ୍ୱରଙ୍କ ସମ୍ମୁଖରେ ସିଦ୍ଧ ଓ ପବିତ୍ର ହୋଇପାରିଥିବ।


ଅନ୍ୟମାନଙ୍କ ନିକଟରେ ଜୀବନପ୍ରଦାୟକ ବାର୍ତ୍ତା ପ୍ରଚାର କରିବାବେଳେ ତୁମେ ଆକାଶକୁ ଆଲୋକିତ କରୁଥିବା ତାରାମାନଙ୍କ ପରି ଦୀପ୍ତିମାନ ହେବା ଉଚିତ। ତୁମ୍ଭେମାନେ ଯଦି ଏପରି ହୁଅ, “ଖ୍ରୀଷ୍ଟଙ୍କ ଦିବସରେ” ତୁମ୍ଭମାନଙ୍କ ବିଷୟରେ ମୁଁ ଗର୍ବ କରିପାରିବି, କାରଣ ଏଥିରୁ ପ୍ରମାରିତ ହେବ ଯେ, ମୋର ସମସ୍ତ ଉଦ୍ୟମ ଓ କାର୍ଯ୍ୟ ନିଷ୍ଫଳ ହୋଇ ନାହିଁ।


ଯେଉଁ ଈଶ୍ୱର ଆମକୁ ଶାନ୍ତି ପ୍ରଦାନ କରନ୍ତି, ସେ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣଭାବେ ପବିତ୍ର କରନ୍ତୁ ଓ ଆମର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତୁମର ସମସ୍ତ ସତ୍ତା, ମନ, ଆତ୍ମା, ଶରୀରକୁ ସମ୍ପୂର୍ଣ୍ଣଭାବେ ନିର୍ଦ୍ଦୋଷ ରଖନ୍ତୁ।


ମୁଁ ଆଶା କରୁଛି, ବର୍ତ୍ତମାନ ଯାହା ଆଂଶିକଭାବେ ବୁଝୁଛ, ତାହା ଯଥା ସମୟରେ ପ୍ରଭୁ ଯୀଶୁଙ୍କୁ ପୁନରାଗମନ ଦିନରେ ସମ୍ପୂର୍ଣ୍ଣରୁପେ ବୁଝି ପାରିବ। ତାହାହେଲେ, ତୁମ୍ଭମାନେ ଆମ ପାଇଁ ଗର୍ବ ଅନୁଭବ କରିବ ଓ ଆମେ ମଧ୍ୟ ତୁମ ପାଇଁ ଗର୍ବ କରିବୁ।


କିନ୍ତୁ ପ୍ରତ୍ୟେକେ ନିରୂପିତ ସମୟରେ ପୁନରୁତ୍ôଥତ ହେବେ। ସର୍ବପ୍ରଥମେ ଖ୍ରୀଷ୍ଟ ମୃତ୍ୟୁରୁ ଉତ୍ଥିତ ହୋଇଛନ୍ତି। ତେଣୁ ତାଙ୍କର ଆଗମନ ସମୟରେ ତାଙ୍କ ଆଶ୍ରିତ ଲୋକମାନେ ପ୍ରଥମେ କାହିଁକି ଜୀବିତ ହେବେ।


ମନିଷ୍ୟ ପୁତ୍ର ପିତା ଈଶ୍ୱରଙ୍କ ଦ୍ୱାରା ଗୌରବାନ୍ୱିତ ହୋଇ ସ୍ୱର୍ଗଦୂତମାନଙ୍କ ସହ ପୁନର୍ବାର ଆସିବେ। ସେତେବେଳେ ସେ ପ୍ରତ୍ୟେକକୁ ତା’ର କୃତକର୍ମ ଅନୁସରେ ଫଳ ଦେବେ।


ହଁ ପିଲାମାନେ! ତାଙ୍କଠାରେ ସଂଯୁକ୍ତ ହୋଇ ରୁହ, ତାହାହେଲେ ତାଙ୍କର ଯେତେବେଳେ ଆବିର୍ଭାବ ହେବ, ଆମ ନିର୍ଭୀକ ଭାବରେ ତାଙଘ୍କର ସମ୍ମୁଖୀନ ହୋଇ ପାରବା- ସେହି ଦିବସରେ ଆମକୁ ଲଜ୍ଜାରେ ଆତ୍ମଗୋପନ କରିବାକୁ ପଡ଼ଫିବ ନାହହିଁ।


ଯୀଶୁ କହୁଛନ୍ତି, “ଶୁଣ! ମୁଁ ଶୀଘ୍ର ଆସୁଅଛି! ପ୍ରତ୍ୟେକଙ୍କୁ ନିଜ ନିଜ କାର୍ଯ୍ୟ ଅନୁସାରେ ଫଳ ଦେବା ପାଇଁ ମୁଁ ପୁରସ୍କାର ନେଇ ଆସିବି।


ଦେଖ, ସେ ମେଘମାଳାରେ ଆସୁଅଛନ୍ତି - ପୃଥିବୀବାସୀ ସମସ୍ତେ ତାଙ୍କୁ ଦେଖିବେ; ଏପରି କି ଯେଉଁମାନେ ତାଙ୍କୁ ବଦ୍ଧ କରିଥିଲେ, ସେମାନେ ମଧ୍ୟ ତାଙ୍କୁ ଦେଖି ଭୟବିହ୍ୱଳ ହୋଇ ବିଳାପ କରିବେ। ଏ ସବୁ ନିଶ୍ଚୟ ଘଟିବ - ଆମେନ୍।


ଅକପଟ ଓ ଧାର୍ମିକ ଜୀବନ ଯାପନ କରିବାକୁ ଆମେ ପ୍ରେରଣା ପାଇଛୁ। ମହାନ୍ ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଗୌରବ ପ୍ରକାଶ ପାଇବାକୁ ଯାଉଛି ସେହି ଦିନର ଅପେକ୍ଷାରେ ଆମ୍ଭେମାନେ ରହିଛୁ।


ଆମେ ଏବେ ତୁମ୍ଭମାନଙ୍କୁ ଯେଉଁ ଶିକ୍ଷା ଦେଉଛୁ, ତାହା ପ୍ରଭୁଙ୍କର ଶିକ୍ଷା। ପ୍ରଭୁଙ୍କ ଆଗମନ ସମୟରେ ଆମେ ଯେଉଁମାନେ ଜୀବିତ ଥିବୁ, ପୂର୍ବରୁ ପରଲୋକପ୍ରାପ୍ତ ହୋଇଥିବା ଲୋକଙ୍କଠାରୁ ଆଗୁଆ ହୋଇ ଚାଲିଯିବୁ ନାହିଁ।


ଯେ ତୁମ୍ଭମାନଙ୍କୁ ପତନରୁ ରକ୍ଷା କରିବାକୁ ଓ ତାଙ୍କ ଗୌରବମୟ ଛାମୁରେ ନିର୍ଦ୍ଦୋଷ ଓ ଉଲ୍ଲେସିତ କରି ଉପସ୍ଥାପିତ କରିବାକୁ ସମର୍ଥ,


ଯେତେବେଳେ “ପ୍ରଧାନ ମେଷପାଳକ” ଆଗମନ କରିବେ, ତୁମ୍ଭେମାନେ ଗୌରବର ମୁକୁଟ ପାଇବ। ତା’ର ଜ୍ୟୋତି କେବେ ମ୍ଳାନ ହେବ ନାର୍ହି।


ଈଶ୍ୱର ତୁମ ଦୁଃଖ ଭୋଗର ଅବସାନ ଘଟାଇ ଆମକୁ ମଧ୍ୟ ଆଶ୍ୱସ୍ତ କରିବେ। ଈଶ୍ୱର ଏହି କାର୍ଯ୍ୟ ସାଧନ କରିବେ, ଯେତେବେଳେ ପ୍ରଭୁ ଯୀଶୁ ତାଙ୍କର ମହାପରାକ୍ରାନ୍ତ ଦୂତମାନଙ୍କ ଗହଣରେ ସ୍ୱର୍ଗରୁ ଅବତରଣ କରିବେ।


ତେଣୁ ନିରୂପିତ ସମୟ ପୂର୍ବରୁ ତୁମ୍ଭେମାନେ କାହାରି ବିଚାର କର ନାହିଁ। ଶେଷ ବିଚାର ପ୍ରଭୁଙ୍କର ଆଗମନ ସମୟରେ ହେବ। ସେ ଅନ୍ଧକାରର ଗୋପନୀୟ ବିଷୟସବୁ ଆଲୋକକୁ ଆଣିବେ। ଲୋକମାନଙ୍କ ମନର ଗୁପ୍ତ ସଙ୍କଳ୍ପସବୁ ପ୍ରକାଶ କରିବେ। ସେତେବେଳେ ପ୍ରତ୍ୟେକେ ଈଶ୍ୱରଙ୍କ ନିକଟରୁ ନିଜ ନିଜର ଯଥୋଚିତ ପ୍ରଶଂସା ପାଇବେ।


ବାସ୍ତବିକ, ତୁମ୍ଭେମାନେ ଆମର ଗୌରବ ଓ ଆନନ୍ଦ।


ଏହି ଈଶ୍ୱରବିମୁଖ ଯୁଗରେ ଯଦି କେହି ମୋ’ ପାଇଁ ଓ ମୋର ଶିକ୍ଷା ପାଇଁ ଲଜ୍ଜା ବୋଧ କରେ, ତେବେ ଈଶ୍ୱରଙ୍କ ଗୌରବରେ ପରିପୂର୍ଣ୍ଣ ହୋଇ ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ସ୍ୱର୍ଗଦୂତମାନଙ୍କ ସହିତ ପୁଣି ଥରେ ଆସିବେ, ସେ ମଧ୍ୟ ସେମାନଙ୍କ ଲାଗି ଲଜ୍ଜିତ ହେବେ।”


ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ଇଚ୍ଛା କରେ; ମୋର ପୁନରାଗମନ ପର୍ଯ୍ୟନ୍ତ ସେ ବଞ୍ଚି ରହୁ, ସେଥିରେ ତୁମର କ’ଣ ଅଛି? ତୁମେ ମୋର ଅନୁଗମନ କର।”


ତେଣୁ ଈଶ୍ୱରଙ୍କ ଉପାସକ ମଣ୍ଡଳୀମାନଙ୍କରେ ତୁମକୁ ନେଇ ଆମେ ଦର୍ପ କରିଥାଉ। ତୁମ୍ଭେମାନେ କିପରି ସମସ୍ତ କ୍ଲେଶ ଓ ତାଡ଼ନା ସହ୍ୟ କରି ନିଜ ବିଶ୍ୱାସରେ ଅବିଚଳିତ ରହିଛ, ଏ କଥା ଆମେ ଗର୍ବର ସହିତ ପ୍ରକାଶ କରିଥାଉ।


ଭାଇମାନେ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ସମ୍ପର୍କରେ ଏବଂ ତାଙ୍କ ନିକଟରେ ଆମେ ସମସ୍ତେ ସମବେତ ହେବା ବିଷୟରେ ତୁମ୍ଭମାନଙ୍କୁ ମୋର ଅନୁରୋଧ,


ହେ ଭାଇମାନେ, ପ୍ରଭୁଙ୍କର ପୁନରାଗମନ ପଯ୍ୟନ୍ତ ଧୈର୍ଯ୍ୟ ଧର। ଦେଖ, କୃଷକ କିପରି ତା’ କ୍ଷେତରେ ବହୁମୂଲ୍ୟ ଫସଲ ଉତ୍ପନ୍ନ କରିବା ପାଇଁ ଧେର୍ଯ୍ୟ ସହକାରେ ପ୍ରଥମ ଓ ଶେଷ ବର୍ଷାକୁ ଅପେକ୍ଷା କରେ!


ସେହିପରି, ତୁମ୍ଭେମାନେ ମଧ୍ୟ ଦେର୍ଯ୍ୟଁ ସହକାରେ ଅପେକ୍ଷା କର। ତୁମ୍ଭମାନଙ୍କ ଆଶା ସୁଦୃଢ଼ ରୁହ, କାରଣ ପ୍ରଭୁଙକ ଆଗମନ ଦିନ ନିକଟବର୍ତ୍ତୀ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବମୟ ପୁନରାଗମନ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଇବା ପାଇଁ ଆମେ କାଳ୍ପନିକ ଗଳ୍ପ ଉପରେ ନିର୍ଭର କରିନାହୁଁ। ଆମେ ସ୍ୱଚକ୍ଷୁରେ ତାଙ୍କ ମହିମା ଅବଲୋକନ କରିଛୁ।


ସେମାନେ ତୁମକୁ ପରିହାସ କରି ପଚାରିବେ, “ସେ ଆସିବେ ବୋଲି ପ୍ରତିଜ୍ଞା କରିଥିଲେ, ନୁହେଁ କି? ସେ ଏବେ କେଉଁଠାରେ? ଆମ ପିତୃପୁରୁଷମାନେ ମୃତ୍ୟଭୋଗ କଲେଣି କିନ୍ତୁ ସୃଷ୍ଟିର ଆରମ୍ଭରୁ ଯାହା ଯେପରି ଥିଲା, ବର୍ତ୍ତମାନ ମଧ୍ୟ ସବୁ ତ ସେହିପରି ଅଛି।”


Swiv nou:

Piblisite


Piblisite