Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 3:3 - ପବିତ୍ର ବାଇବଲ (CL) NT (BSI)

3 ତୁମ୍ଭମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ଯୋଗୁଁ କେହି ଯେପରି ପଥଚ୍ୟୁତ ନ ହୁଏ, ଏଥିପାଇଁ ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ। ଅବଶ୍ୟ ତୁମ୍ଭେମାନେ ଜାଣ, ଆମେ ଏହିପରି ଭାବରେ ନିର୍ଯ୍ୟାତିତ ହେଉ, ଏହା ଈଶ୍ୱରଙ୍କ ଇଚ୍ଛା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେପରି କେହି ଏହି ସମସ୍ତ କ୍ଳେଶ ମଧ୍ୟରେ ବିଚଳିତ ନ ହୁଏ। ଆମ୍ଭେମାନେ ସେଥିନିମନ୍ତେ ନିରୂପିତ ବୋଲି ତୁମ୍ଭେ-ମାନେ ତ ନିଜେ ଜାଣ।

Gade chapit la Kopi

ଓଡିଆ ବାଇବେଲ

3 ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ । କାରଣ ଆମ୍ଭେମାନେ ଏଥି ନିମନ୍ତେ ନିରୁପିତ ବୋଲି ତୁମ୍ଭେମାନେ ତ ଜାଣ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ। କାରଣ ଆମ୍ଭେମାନେ ଏଥିନିମନ୍ତେ ନିରୂପିତ ବୋଲି ତୁମ୍ଭେମାନେ ତ ଜାଣ।

Gade chapit la Kopi

ପବିତ୍ର ବାଇବଲ

3 ଆମ୍ଭେ ଏବେ ଯେଉଁ ଅସୁବିଧାରେ ଅଛୁ, ସେଥିରେ ତୁମ୍ଭେମାନେ କେହି ଯେପରି ବିବ୍ରତ ନ ହୁଅ, ସେଥିପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଲୁ। ତୁମ୍ଭେମାନେ ଜାଣିଥିଲ ଯେ ଆମ୍ଭେ ଭବିଷ୍ୟତରେ ଏଭଳି କଷ୍ଟ ନିଶ୍ଚୟ ପାଇବା।

Gade chapit la Kopi




୧ ଥେସଲନୀକୀୟ 3:3
29 Referans Kwoze  

ସେମାନେ ବିଶ୍ୱାସୀମାନଙ୍କୁ ନିଜ ବିଶ୍ୱାସରେ ଦୃଢ଼ ରହିବା ପାଇଁ ଉତ୍ସାହିତ କଲେ। ସେମାନେ ଶିକ୍ଷା ଦେଇ କହିଲେ, “ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଆମକୁ ବହୁ ଦୁଃଖକଷ୍ଟ ମଧ୍ୟଦେଇ ଗତି କରିବାକୁ ହେବ।”


ସବୁ ପ୍ରକାର ଦୁଃଖ କ୍ଲେଶରେ ମଧ୍ୟ ଆମ୍ଭେମାନେ ଆନନ୍ଦ ଅନୁଭବ କରୁଛୁ, କାରଣ ବିଚଳିତ ନ ହୋଇ କ୍ଳେଶ ସହିବା ଦ୍ୱାରା ମନରେ ଧୈର୍ଯ୍ୟ ଆସେ।


ମୋ’ ପାଇଁ ସେ ଯେଉଁସବୁ କ୍ଳେଶ ଭୋଗ କରିବ, ମୁଁ ନିଜେ ତାକୁ ଜଣାଇବି।”


ଏ କଥା ତୁମ୍ଭମାନଙ୍କୁ କହୁଛି, ଯେପରି ମୋ’ ସହିତ ସଂଯୁକ୍ତ ରହି ତୁମେ ମନରେ ଶାନ୍ତି ଅନୁଭବ କରିବ। ଜଗତ ତୁମକୁ କଷ୍ଟ ଦେବ; ତଥାପି ସାହସ ଧର, କାରଣ ମୁଁ ଜଗତକୁ ଜୟ କରିଛି।”


ଅତଏବ ପ୍ରିୟ ଭାଇମାନେ, ଅଟଳ ଓ ଅବିଚଳିତ ରୁହ। ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ତତ୍ପର ହୁଅ। କାରଣ ତୁମ୍ଭେମାନେ ଜାଣ ଯେ, ପ୍ରଭୁଙ୍କ ପାଇଁ ତୁମ୍ଭମାନଙ୍କର ପରିଶ୍ରମ କେବେହେଲେ ବୃଥା ହେବ ନାହିଁ।


କିନ୍ତୁ ସେ ଉତ୍ତର ଦେଲେ, “ତୁମ୍ଭେମାନେ ଏ କ’ଣ କରୁଛ, କାହିଁକି ଏପରି କ୍ରନ୍ଦନ କରି ମୋ’ ହୃଦୟକୁ ବିଦୀର୍ଣ୍ଣ କରୁଛ? ଯିରୂଶାଲମରେ କେବଳ ବନ୍ଧା ହେବା ପାଇଁ ନୁହେଁ, କିନ୍ତୁ ପ୍ରଭୁ ଯୀଶୁଙ୍କ ପାଇଁ ମୃତ୍ୟୁଭୋଗ କରିବା ପାଇଁ ମଧ୍ୟ ମୁଁ ପ୍ରସ୍ତୁତ ଅଛି।”


ଈଶ୍ୱର ଆମ୍ଭମାନଙ୍କୁ ତାଙ୍କ କ୍ରୋଧର ପାତ୍ର ହେବାକୁ ମନୋନୀତ କରି ନାହାନ୍ତି; ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟବର୍ତ୍ତିତାରେ ଆମକୁ ପରିତ୍ରାଣ କରିବା ପାଇଁ ସ୍ଥିର କରିଛନ୍ତି।


ପ୍ରକୃତ ପକ୍ଷରେ ମୋର ମନେହୁଏ, ଆମ ଭଳି ପ୍ରେରିତ ଶିଷ୍ୟମାନଙ୍କୁ ଈଶ୍ୱର ସମସ୍ତଙ୍କ ପଶ୍ଚାତ୍‌ଭାଗରେ ରଖିଛନ୍ତି। ପ୍ରକାଶ୍ୟରେ ମୃତ୍ୟୁଦଣ୍ଡ ଭୋଗ କରି ସମଗ୍ର ଜଗତର ମନୁଷ୍ୟ ଓ ଦେବଦୂତମାନଙ୍କ ନିକଟରେ ଉପହାସର ପାତ୍ର ବ୍ୟକ୍ତିମାନଙ୍କ ପରି ଆମକୁ ସେ ରଖିଛନ୍ତି।


ଈଶ୍ୱର ଏହି ଉଦ୍ଦେଶ୍ୟରେ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ଖ୍ରୀଷ୍ଟ ନିଜେ ତୁମ୍ଭମାଙ୍କ ନିମନ୍ତେ କ୍ଳେଶ ଭୋଗ କରି ଆଦର୍ଶ ଦେଖାଇଛନ୍ତି, ଯେପରି ତୁମ୍ଭେମାନେ ତାଙ୍କ ପଦାଙ୍କ ଅନୁସରଣ କରିବ।


ତୁମ୍ଭେମାନେ ଏକ ଦୃଢ଼ ଓ ନିଶ୍ଚିତ ମୂଳଦୁଆ ଉପରେ ସଂସ୍ଥାପିତ ହୋଇ ରହିଥାଅ ଓ ସୁସମାଚାର ଶୁଣିବା ସମୟରେ ଯେଉଁ ଭରସା ଲାଭ କରିଥିଲ, ସେଥିରୁ ବିଚଳିତ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ। ସେହି ସୁସମାଚାର ହିଁ ପୃଥିବୀର ପ୍ରତ୍ୟେକଙ୍କ ନିକଟରେ ପ୍ରଚାରିତ ହେଉଛି ଓ ମୁଁ ପାଉଲ, ତାହାର ଜଣେ ବିଶ୍ୱସ୍ତ ଦାସ।


ସେଥିପାଇଁ ମୋର ଅନୁରୋଧ, ତୁମ୍ଭମାନଙ୍କ ନିମନ୍ତେ ମୋର ଦୁଃଖଭୋଗ ପାଇଁ ନିରାଶ ହୁଅ ନାହିଁ, କାରଣ ଏ ସବୁ ତୁମ୍ଭମାନଙ୍କର ମଙ୍ଗଳ ନିମନ୍ତେ ହୋଇଅଛି।


ଏ ସମ୍ପର୍କରେ ଦାଉଦ କହିଛନ୍ତି; ‘ସବୁ ସମୟରେ ମୁଁ ଈଶ୍ୱରଙ୍କୁ ମୋ’ ସମ୍ମୁଖରେ ଦେଖିଛି, ସେ ମୋ’ ଦକ୍ଷିଣ ପାଶ୍ୱର୍ରେ ରହିଛନ୍ତି। କେହି ମୋତେ ବିଚଳିତ କରିପାରିବ ନାହିଁ।


ତୁମ୍ଭେମାନେ ସମାଜ-ଚ୍ୟୁତ ହେବ ଏବଂ ଏପରି ଦିନ ଆସିବ, ଯେତେବେଳେ ଲୋକେ ଭାବିବେ, ତୁମ୍ଭମାନଙ୍କୁ ବଧ କରିବା ଦ୍ୱାରା ସେମାନେ ଈଶ୍ୱରଙ୍କ ସେବା କରୁଛନ୍ତି।


ଏସବୁ ବିଷୟ ଘଟିବା ପୂର୍ବରୁ ତୁମ୍ଭେମାନେ ଗିରଫ ହୋଇ ଉତ୍ପୀଡ଼ିତ ହେବ; ଉପାସନା ଗୃହମାନଙ୍କରେ ବିଚାରିତ ହୋଇ ବନ୍ଦୀଶାଳାରେ ନିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ଧରାଇ ଦିଆଯିବ; ମୋ’ ଯୋଗୁଁ ତୁମେ ରାଜା ଓ ଶାସନକର୍ତ୍ତାମାନଙ୍କ ସମ୍ମୁଖକୁ ଅଣଯିବ।


ତେଣୁ ପ୍ରଭୁ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲଜ୍ଜାବୋଧ କର ନାହିଁ; ତାଙ୍କ ନିମନ୍ତେ ମୁଁ ବନ୍ଦୀ - ମୋ’ ପାଇଁ ମଧ୍ୟ ଲଜ୍ଜିତ ହୁଅ ନାହିଁ। ବରଞ୍ଚ ଈଶ୍ୱର ତୁମକୁ ଦେଇଥିବା ଶକ୍ତି ଅନୁଯାୟୀ ତୁମେ ଖ୍ରୀଷ୍ଟ ଯୀଶୁଙ୍କ ସୁସମାଚାର ନିମନ୍ତେ ଦୁଃଖଭୋଗ କରିବାକୁ ପ୍ରସ୍ତୁତ ହୁଅ।


ତେଣୁ ଈଶ୍ୱରଙ୍କ ଉପାସକ ମଣ୍ଡଳୀମାନଙ୍କରେ ତୁମକୁ ନେଇ ଆମେ ଦର୍ପ କରିଥାଉ। ତୁମ୍ଭେମାନେ କିପରି ସମସ୍ତ କ୍ଲେଶ ଓ ତାଡ଼ନା ସହ୍ୟ କରି ନିଜ ବିଶ୍ୱାସରେ ଅବିଚଳିତ ରହିଛ, ଏ କଥା ଆମେ ଗର୍ବର ସହିତ ପ୍ରକାଶ କରିଥାଉ।


ମୁଁ ଜାଣେ, ତୁମେ ଶୟତାନର ସିଂହାସନ ନିକଟରେ ବାସ କରୁଅଛ। କିନ୍ତୁ ତୁମେ ମୋ’ ପ୍ରତି ବିଶ୍ୱସ୍ତ, ଏପରି କି ଶୟତାନର ବାସସ୍ଥଳୀରେ ଯେତେବେଳେ ମୋର ଜଣେ ବିଶ୍ୱସ୍ତ ଦାସ ଆଣ୍ଟିପାସ୍‌ଙ୍କୁ ହତ୍ୟା କରାଗଲା, ସେତେବେଳେ ସୁଦ୍ଧା ତୁମର ବିଶ୍ୱାସ ପରିତ୍ୟାଗ କରି ନ ଥିଲ।


ତୁମେ ଯାହା କିଛି ଦୁଃଖ ଭୋଗ କରିବାକୁ ଯାଉଛ, ସେଥିପାଇଁ ଭୟ କର ନାହିଁ। ଶୁଣ! ତୁମ ମଧ୍ୟରୁ କେତେକଙ୍କୁ କାରାଗାରରେ ପକାଇ ଶୟତାନ ପରୀକ୍ଷା କରିବ। କିନ୍ତୁ ତୁମର ଏହି ଦୁର୍ଦ୍ଦଶା କେବଳ ଦଶ ଦିନ ବ୍ୟାପୀ ହେବ। ଏଥିରେ ମରଣର ଭୟ ଥିଲେ ମଧ୍ୟ ମୋ’ ପ୍ରତି ବିଶ୍ୱସ୍ତ ରହିଲେ, ମୁଁ ତୁମକୁ ଜୀବନରୂପ ମୁକୁଟ ଦେବି।


ଶତ୍ରୁମାନଙ୍କୁ ଭୟ କର ନାହିଁ, ସାହସରେ ଅଟଳ ରୁହ। ତାହାହେଲେ, ସେମାନେ ଜାଣି ପାରିବେ ଯେ, ସେମାନଙ୍କର ପରାଜୟ ସୁନିଶ୍ଚିତ ଓ ତୁମ୍ଭେମାନେ ବିଜୟ ଲାଭ କରିବ, କାରଣ ଈଶ୍ୱର ହିଁ ତୁମ୍ଭମାନଙ୍କୁ ଜୟଯୁକ୍ତ କରିବେ।


ସେ ଆମ ନିକଟକୁ ଆସି ପାଉଲଙ୍କ କଟି ବନ୍ଧନୀ ନେଲେ, ସେଥିରେ ସେ ନିଜ ହାତ ଓ ଗୋଡ଼ ବାନ୍ଧି କହିଲେ, “ପବିତ୍ରଆତ୍ମା ମୋତେ ଜଣାଉଛନ୍ତି ଯେ, ଏହି କଟି ବନ୍ଧନୀର ଅଧିକାରୀଙ୍କୁ ଯିରୂଶାଲମରେ ଇହୁଦୀମାନେ ଏହିପରି ବାନ୍ଧି ତାଙ୍କୁ ଅଣଇହୁଦୀମାନଙ୍କ ହାତରେ ସମର୍ପଣ କରିବେ।”


Swiv nou:

Piblisite


Piblisite