Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 4:4 - ପବିତ୍ର ବାଇବଲ (CL) NT (BSI)

4-5 ଈଶ୍ୱରଙ୍କୁ ଜାଣି ନ ଥିବା ଇତର ଲୋକମାନଙ୍କ ପରି ପ୍ରତ୍ୟେକେ ନିଜ ନିଜର ସ୍ତ୍ରୀ ସହିତ କିପରି କାମତୁର ନ ହୋଇ ପବିତ୍ର ଓ ସମ୍ମାନଜନକ ଭାବରେ ଜୀବନ ଯାପନ କରିବା ଉଚିତ୍, ତାହା ତୁମ୍ଭମାନଙ୍କୁ ଜାଣିବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଯେପରି ଈଶ୍ଵରଙ୍କ ସମ୍ଵନ୍ଧରେ ଅଜ୍ଞ ବିଜାତିମାନଙ୍କ ପରି କାମାଭିଳାଷୀ ନ ହୋଇ

Gade chapit la Kopi

ଓଡିଆ ବାଇବେଲ

4 ଆଉ, ଯେପରି ଈଶ୍ୱରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୂଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଯେପରି ଈଶ୍ବରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୁଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,

Gade chapit la Kopi

ପବିତ୍ର ବାଇବଲ

4 “ପରମେଶ୍ୱର ଗ୍ଭହାନ୍ତି ଯେ, ତୁମ୍ଭେମାନେ ପ୍ରତ୍ୟେକ ନିଜ ଶରୀରକୁ ସଂଯମ କରିବାକୁ ଶିଖ। ତୁମ୍ଭେମାନେ ନିଜ ଶରୀରକୁ ଏପରି ବ୍ୟବହାର କର ଯେ, ତାହା ପବିତ୍ର ହେବ ଓ ପରମେଶ୍ୱରଙ୍କୁ ଗୌରବ ଦେବ। ତୁମ୍ଭମାନଙ୍କ ଶରୀରକୁ କାମାସକ୍ତର ବଶବର୍ତ୍ତୀ ହେବାକୁ ଦିଅ ନାହିଁ।

Gade chapit la Kopi




୧ ଥେସଲନୀକୀୟ 4:4
15 Referans Kwoze  

କିନ୍ତୁ ସଂଯମୀ ହୋଇ ନ ପାରିଲେ, ସେମାନଙ୍କ ପକ୍ଷରେ ବିବାହ କରିବା ଉଚିତ୍। କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଶ୍ରେୟସ୍କର।


ତେଣୁ ଭାଇମାନେ, ଆମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କ ମହାଅନୁଗ୍ରହ ଯୋଗୁଁ ତୁମ୍ଭମାନଙ୍କୁ ମୁଁ ନିବେଦନ କରୁଛି, ଈଶ୍ୱରଙ୍କଠାରେ ଆପଣାକୁ ପବିତ୍ର ଜୀବନ୍ତ ବଳି ରୂପେ ଉତ୍ସର୍ଗ କର। ତାଙ୍କ ସେବାରେ ନିଜକୁ ନିୟୋଜିତ କରି ତାଙ୍କର ପ୍ରୀତିଭାଜନ ହୁଅ। ଏହା ଈଶ୍ୱରଙ୍କ ପ୍ରକୃତ ଉପାସନା।


ହେ ସ୍ୱାମୀମାନେ, ସେହିପରି ତୁମ ସ୍ତ୍ରୀମାନଙ୍କୁ ଅବଳା ବୋଲି ଜାଣି ସେମାନଙ୍କ ପ୍ରତି ସହନଶୀଳ ହୋଇ ବାସ କର। ସେମାନଙ୍କୁ ସମ୍ମାନ ଦିଅ। ସେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ଈଶ୍ୱରଙ୍କଠାରେ ଜୀବନରୂପ ଦାନ ପାଇବେ। ତୁମ୍ଭେମାନେ ସେମାନଙ୍କ ପ୍ରତି ଯଥୋଜିତ ବ୍ୟବହାର କଲେ, ତୁମ୍ଭମାନଙ୍କର ପ୍ରାର୍ଥନା ବାଧାପ୍ରାପ୍ତ ହେବ ନାହିଁ।


ବିବାହ ସମସ୍ତଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ହେଉ, ସ୍ୱାମୀ ଓ ସ୍ତ୍ରୀ ପରସ୍ପର ପ୍ରତି ବିଶ୍ୱସ୍ତ ରହନ୍ତୁ। ଈଶ୍ୱର କାମକୁ ଓ ପାରଦାରିକମାନଙ୍କର ବିଚାର କରିବେ।


ତୁମ୍ଭମାନଙ୍କର ଶରୀର ଖ୍ରୀଷ୍ଟଙ୍କ ଶରୀରର ଅଂଶ ସ୍ୱରୂପ ବୋଲି କ’ଣ ଜାଣ ନାହିଁ? ତେବେ କ’ଣ ମୁଁ ଖ୍ରୀଷ୍ଟଙ୍କ ଶରୀରର ଏକ ଅଂଶକୁ ଗଣିକାର ଅଙ୍ଗରେ ପରିଣତ କରିବି? କେବେ ନୁହେଁ।


କିନ୍ତୁ ସର୍ବତ୍ର ଯୌନ ପ୍ରଲୋଭନ ପୂରି ରହି ଥିବାରୁ, ପ୍ରତ୍ୟେକ ପୁରୁଷର ସ୍ତ୍ରୀ ଓ ପ୍ରତ୍ୟେକ ସ୍ତ୍ରୀର ସ୍ୱାମୀ ଥିବା ଆବଶ୍ୟକ।


ପରିଶେଷରେ, ଭାଇମାନେ, ଯେଉଁ ସମସ୍ତ ବିଷୟ ସତ୍ ଓ ପ୍ରଶଂସ୍ୟ, ଯାହା ସବୁ ସତ୍ୟ ଓ ମହତ୍, ଯାହା ଯଥାର୍ଥ, ବିଶୁଦ୍ଧ, ପ୍ରୀତିକର ଓ ସମ୍ମାନଜନକ, ସେ ସବୁ ତୁମ୍ଭମାନଙ୍କର ଚିନ୍ତନୀୟ ବିଷୟ ହେଉ।


(ତୁମ୍ଭମାନଙ୍କ ସ୍ୱାଭାବିକ ଦୁର୍ବଳତା ହେତୁ, ଏ ସବୁ କଥା ମୁଁ ଚଳନ୍ତି ଭାଷାରେ କହୁଛି।) ଦିନେ ତୁମେ ଅଶୁଚିତା ଓ ଜଘନ୍ୟ ଦୁଷ୍କର୍ମରେ ନିଜ ନିଜକୁ ଲିପ୍ତ ରଖିଥିଲ। ସେହିପରି ବର୍ତ୍ତମାନ ପବିତ୍ର ହେବା ପାଇଁ ଧାର୍ମିକତା ନିକଟରେ ନିଜକୁ ସର୍ବତୋଭାବେ ଉତ୍ସର୍ଗ କର।


ତେଣୁ ଈଶ୍ୱର ସେମାନଙ୍କୁ ଛାଡ଼ି ଦେଇଛନ୍ତି ଓ ସେମାନେ ନିଜ ନିଜର କାମନା ଅନୁଯାୟୀ କଳୁଷିତ କାର୍ଯ୍ୟରେ ଲିପ୍ତ ରହୁଛନ୍ତି - ସେମାନେ ପରସ୍ପର ସହିତ ଲଜ୍ଜାଜନକ ସମ୍ପର୍କ ରଖନ୍ତି।


ପ୍ରଭୁ ତାଙ୍କୁ କହିଲେ, “ଯାଅ, ଇହୁଦୀ, ଅଣଇହୁଦୀ ଓ ରାଜାମାନଙ୍କ ସମ୍ମୁଖରେ, ମୋ’ ନାମ ଘୋଷଣା କରିବାକୁ ଏବଂ ମୋର ସେବା କରିବାକୁ ମୁଁ ତାକୁ ମନୋନୀତ କରିଛି।


କିନ୍ତୁ ଆମେ କେବଳ ଆମର ସାଧାରଣ ମାଟି ପାତ୍ରରେ ଏହି ସ୍ୱର୍ଗୀୟ ସମ୍ପଦ ପାଇଛୁ। ଏଥିରୁ ପ୍ରମାଣତ ହୋଇଛି ଯେ, ଏପରି ଅଳୌକିକ ଶକ୍ତି ଆମର ନୁହେଁ, ମାତ୍ର ଈଶ୍ୱରଙ୍କର।


Swiv nou:

Piblisite


Piblisite