Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:12 - ପବିତ୍ର ବାଇବଲ (CL) NT (BSI)

12 ଭାଇମାନେ, ଯେଉଁମାନେ ତୁମ ମଧ୍ୟରେ କାର୍ଯ୍ୟ କରୁଛନ୍ତି ଏବଂ ଖ୍ରୀଷ୍ଟୀୟ ଜୀବନରେ ତୁମକୁ ସାହାଯ୍ୟ କରୁଛନ୍ତି - ଓ ପରାମର୍ଶ ଦେଉଛନ୍ତି, ସେମାନଙ୍କୁ ଯଥୋଚିତ ସମ୍ମାନ ଦେବାକୁ ଆମେ ତୁମ୍ଭମାନଙ୍କୁ ନିବେଦନ କରୁଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ଵରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,

Gade chapit la Kopi

ଓଡିଆ ବାଇବେଲ

12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତି ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,

Gade chapit la Kopi

ପବିତ୍ର ବାଇବଲ

12 ଭାଇ ଓ ଭଉଣୀମାନେ! ଯେଉଁମାନେ ତୁମ୍ଭମାନଙ୍କ ସହିତ କଠୋର ପରିଶ୍ରମ କରୁଛନ୍ତି, ଓ ପ୍ରଭୁଙ୍କଠାରେ ତୁମ୍ଭକୁ ନେତୃତ୍ୱ ଦେଉଛନ୍ତି ଓ ତୁମ୍ଭକୁ ଉପଦେଶ ପ୍ରଦାନ କରୁଛନ୍ତି, ସେମାନଙ୍କୁ ସମ୍ମାନ ଦେବା ପାଇଁ ଆମ୍ଭେ ନିବେଦନ କରୁଛୁ।

Gade chapit la Kopi




୧ ଥେସଲନୀକୀୟ 5:12
42 Referans Kwoze  

ତୁମ ନେତାମାନଙ୍ପକର ଆଜ୍ଞାବହ ହୁଅ, ସେମାନଙ୍କର ଆଦେଶ ପାଳନ କର। ସେମାନେ ପ୍ରହରୀ ସ୍ୱରୂପ ତୁମ୍ମାନଙ୍କର ଆତ୍ମାର ସୁରକ୍ଷା ପାଇଁ ଅବିଶ୍ରାନ୍ତ ଭାବରେ ଜଗି ରହିଛନ୍ତି, କାରଣ ସେମାନଙ୍କୁ ଈଶ୍ୱରଙ୍କ ନିକଟରେ ନିଜ କାର୍ଯ୍ୟର ହିସାବ ଦେବାକୁ ପଡ଼ିବ। ତୁମ୍ଭେମାନେ ଯଦି ସେମାନଙ୍କର ଆଜ୍ଞାବହ ହୁଅ, ତେବେ ସେମାନେ ଆନନ୍ଦ ମନରେ ନିଜର କାର୍ଯ୍ୟ କରିବେ, କିନ୍ତୁ ଯଦି ତା’ ନ କର, ତେବେ ସେମାନେ ବିଷଣ୍ଣ ମନରେ ତା’ କରିବେ ଏବଂ ଏହା ତୁମ ପକ୍ଷରେ ମଙ୍ଗଳଜନକ ହେବ ନାହିଁ।


ଯେଉଁ ନେତାମାନେ ପୂର୍ବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ବାର୍ତ୍ତା ଶୁଣାଇ ଥିଲେ, ସେମାନଙ୍କୁ ସ୍ମରଣ କର। ସେମାନଙ୍କର ଜୀବନ ତଥା ମୃତ୍ୟୁ କି ପ୍ରକାର ଥିଲା, ତାହା ସ୍ମରଣ କରି ସେମାନଙ୍କର ବିଶ୍ୱାସକୁ ନିଜ ଜୀବନରେ ରୂପାୟିତ କର।


ସେମାନେ ତୁମ୍ଭମାନଙ୍କୁ ଓ ମୋତେ ଉତ୍ଫୁଲ୍ଲ କରିଛନ୍ତି। ଏଭଳି ଲୋକମାନେ ସମ୍ମାନର ପାତ୍ର।


ତୁମ୍ଭେମାନେ ଏମାନଙ୍କର ଏବଂ ଏମାନଙ୍କ ସହିତ କାର୍ଯ୍ୟ ଓ ସେବା କରୁଥିବା ଲୋକମାନଙ୍କର ଅନୁଗତ ହୁଅ।


କିନ୍ତୁ ଏବେ ମୁଁ ଯାହା ହୋଇଛି, ତାହା ଈଶ୍ୱରଙ୍କ ଅନୁଗ୍ରହରୁ ହୋଇଛି ଏବଂ ମୋ’ ପ୍ରତି ତାଙ୍କର ଅନୁଗ୍ରହ ନିଷ୍ଫଳ ହୋଇ ନାହିଁ। ବରଂ ଅନ୍ୟାନ୍ୟ ସମସ୍ତ ପ୍ରେରିତ ଶିଷ୍ୟମାନଙ୍କଠାରୁ ମୁଁ ଅଧିକ ପରିଶ୍ରମ କରିଛି। ପ୍ରକୃତରେ ଏସବୁ ମୁଁ କରି ନାହିଁ, କିନ୍ତୁ ମୋ’ ପ୍ରତି ଈଶ୍ୱରଙ୍କ ଅନୁଗ୍ରହ ଥିବା ହେତୁ ଏହ ସମ୍ଭବ ହୋଇଛି।


ଯଥା ସମୟରେ ଏହି ବାର୍ତ୍ତା ସେ ପ୍ରକାଶ କରିଛନ୍ତି। ଆମ୍ଭମାନଙ୍କର ମୁକ୍ତିଦାତା ଈଶ୍ୱରଙ୍କ ଆଦେଶରେ ଏହା ଘୋଷଣା କରିବାକୁ ମୋତେ ଦାୟିତ୍ୱ ଦିଆଯାଇଛି।


ଭାଇମାନେ, ତୁମ୍ଭମାନଙ୍କୁ ଆମର ଅନୁରୋଧ; ନିଷ୍କର୍ମାମାନଙ୍କୁ ସତର୍କ କରିଦିଅ, ଭୀରୁମାନଙ୍କୁ ଉତ୍ସାହିତ କର, ଦୁର୍ବଳମାନଙ୍କୁ ସାହାଯ୍ୟ କର ଓ ସମସ୍ତଙ୍କ ପ୍ରତି ସହନଶୀଳ ହୁଅ।


ମଣ୍ଡଳୀରେ ଈଶ୍ୱର ପ୍ରଥମତଃ ପ୍ରେରିତ ଶିଷ୍ୟମାନଙ୍କୁ, ଦ୍ୱିତୀୟତଃ ଭବିଷ୍ୟତ୍ବକ୍ତାମାନଙ୍କୁ, ତୃତୀୟତଃ ଶିକ୍ଷାଗୁରୁମାନଙ୍କୁ ନିଯୁକ୍ତ କରି ଅଛନ୍ତି। ତା’ପରେ ଅଲୌକିକ କାର୍ଯ୍ୟସାଧନକାରୀ, ରୋଗ ସୁସ୍ଥକାରୀ, ସାହାଯ୍ୟକାରୀ, ପ୍ରଶାସନ କାର୍ଯ୍ୟରେ ଦକ୍ଷ ଏବଂ ବିଭିନ୍ନ ଭାଷାରେ କଥା କହିବା ବ୍ୟକ୍ତିମାନଙ୍କୁ ନିଯୁକ୍ତ କରି ଅଛନ୍ତି।


ଆମେ ଈଶ୍ୱରଙ୍କ ସହକର୍ମୀ; ତୁମ୍ଭେମାନେ ଈଶ୍ୱରଙ୍କ କ୍ଷେତ୍ର ଏବଂ ଈଶ୍ୱରଙ୍କ ଗୃହ।


‘ପାଇବାଠାରୁ ଦାନ କରିବାରେ ଅଧିକ ଆନନ୍ଦ ଥାଏ’, ସ୍ୱୟଂ ପ୍ରଭୁ ଯୀଶୁଙ୍କର ଏହି ବାକ୍ୟକୁ ସ୍ମରଣ କରି ଏହି ପ୍ରକାର କଠିଣ ପରିଶ୍ରମ ଦ୍ୱାରା ଆମେ ଦୁର୍ବଳ ଲୋକମାନଙ୍କୁ ସାହାଯ୍ୟ କରିବା ଉଚିତ, ଏ ସମ୍ପର୍କରେ ମୁଁ ସବୁବେଳେ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଛି।”


ଅତଏବ ତୁମ୍ଭେମାନେ ନେତା ରୂପେ ନିଜ ବିଷୟରେ ଓ ପବିତ୍ରଆତ୍ମା ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଯେଉଁ ବିଶ୍ୱାସୀ ପଲକୁ ଛାଡ଼ି ଦେଇଛନ୍ତି, ସେହି ସମସ୍ତଙ୍କ ବିଷୟରେ ଯତ୍ନଶୀଳ ହୁଅ। ମେଷପାଳକ ପରି ଈଶ୍ୱରଙ୍କ ମଣ୍ଡଳୀର ଯତ୍ନ ନିଅ। ସେହି ମଣ୍ଡଳୀକୁ ସେ ତାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ନିଜସ୍ୱ କରିଅଛନ୍ତି।


ସେମାନେ ଭୋଜନ ପାନ ନିମନ୍ତେ ଯାହା ଦିଅନ୍ତି, ତାହା ଗ୍ରହଣ କରି ସେହି ଗୃହରେ ବାସ କର, କାରଣ ଶ୍ରମିକ ମଜୁରୀ ପାଇବାର ଯୋଗ୍ୟ। ଗୋଟିଏ ଗୃହରୁ ଆଉ ଗୋଟିଏ ଗୃହକୁ ଘୂରିବୁଲ ନାହିଁ।


ମୋର ଡ଼ାହାଣ ହାତରେ ଥିବା ସପ୍ତ ନକ୍ଷତ୍ର ଓ ଏହି ସପ୍ତ ସୁବର୍ଣ୍ଣ ପ୍ରଦୀପର ରହସ୍ୟ ହେଉଛି, ନକ୍ଷତ୍ରମାନେ ସପ୍ତ ମଣ୍ଡଳୀର ଦେବଦୂତ ଏବଂ ପ୍ରଦୀପଗୁଡ଼ିକ ସପ୍ତ ମଣ୍ଡଳୀ।


ସେଠାରେ କେତୋଟି ବିଷୟର ସୁବ୍ୟବସ୍ଥା କରିବା ପାଇଁ ଏବଂ ଏଥିନିମନ୍ତେ ପ୍ରତ୍ୟେକ ସହରରେ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତା ନିଯୁକ୍ତ କରିବାକୁ ତୁମକୁ ମୁଁ କ୍ରୀଟ୍ରେ ଛାଡ଼ି ଆସିଥିଲି। ଏ ସମ୍ପର୍କରେ ମୋର ନିର୍ଦ୍ଦେଶଗୁଡ଼ିକୁ ସ୍ମରଣ ରଖ,


କଠିନ ପରିଶ୍ରମ କରିଥିବା କୃଷକ ଅମଳ ହୋଇଥିବା ଫସଲର ପ୍ରଥମାଂଶ ପାଇବା ଉଚିତ୍।


ଏହାକୁ ସଫଳ କରିବା ନିମନ୍ତେ ମୋ’ଠାରେ ସକ୍ରିୟ ରହିଥିବା ଖ୍ରୀଷ୍ଟପ୍ରଦତ୍ତ ମହାନ୍ ଶକ୍ତିକୁ ବ୍ୟବହାର କରି ମୁଁ ଆପ୍ରାଣ ଉଦ୍ୟମ ଓ ପରିଶ୍ରମ କରୁଅଛି।


ଅନ୍ୟମାନଙ୍କ ନିକଟରେ ଜୀବନପ୍ରଦାୟକ ବାର୍ତ୍ତା ପ୍ରଚାର କରିବାବେଳେ ତୁମେ ଆକାଶକୁ ଆଲୋକିତ କରୁଥିବା ତାରାମାନଙ୍କ ପରି ଦୀପ୍ତିମାନ ହେବା ଉଚିତ। ତୁମ୍ଭେମାନେ ଯଦି ଏପରି ହୁଅ, “ଖ୍ରୀଷ୍ଟଙ୍କ ଦିବସରେ” ତୁମ୍ଭମାନଙ୍କ ବିଷୟରେ ମୁଁ ଗର୍ବ କରିପାରିବି, କାରଣ ଏଥିରୁ ପ୍ରମାରିତ ହେବ ଯେ, ମୋର ସମସ୍ତ ଉଦ୍ୟମ ଓ କାର୍ଯ୍ୟ ନିଷ୍ଫଳ ହୋଇ ନାହିଁ।


ମୁଁ ତୁମ୍ଭମାନଙ୍କ ପାଇଁ ବିଶେଷ ଚିନ୍ତିତ। ତୁମ୍ଭମାନଙ୍କ ପାଇଁ ମୋର ସମସ୍ତ କାର୍ଯ୍ୟ କ’ଣ ବ୍ୟର୍ଥ ହୋଇଅଛି?


ସେମାନେ କ’ଣ ଖ୍ରୀଷ୍ଟଙ୍କ ସେବକ? ମୁଁ ପାଗଳ ପରି କହୁଛି, ମୁଁ ସେମାଦଙ୍କଠାରୁ ଶ୍ରେଷ୍ଠରେ ସେବକ। ମୁଁ ସେମାନଙ୍କଠାରୁ ଅଧିକ ପରିଶ୍ରମ କରିଛି, ଅଧିକ କାରାବରଣ କରିଛି ଓ ବେତମାଡ଼ ସହିଛି ଏବଂ ଅଧିକ ଥର ପ୍ରାଣ ବିପନ୍ନ କରିଛି।


ଈଶ୍ୱରଙ୍କ ପାଇଁ ଏକତ୍ର କାର୍ଯ୍ୟ କରୁଥିବାରୁ ଆମେ ତୁମ୍ଭମାନଙ୍କୁ ମିନତି କରୁଛୁ, ତୁମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହ ବିଫୁଳ କର ନାହିଁ। ୨ କାରଣ ସେ କହିଛନ୍ତି: “ତୁମ୍ଭମାନଙ୍କ ପ୍ରତି ଦୟା ସମୟ ଆସିବାରୁ ମୁଁ ତୁମ୍ଭମାନଙ୍କର ଆବେଦନ ଶୁଣିଲି, ପରିତ୍ରାଣ ଦିନାର ତୁମର ସହୟ ହେଲି।” ଦେଖ! ଏହା ହେଉଛି, ଈଶ୍ୱରଙ୍କ ଅନୁଗ୍ରହ ଗ୍ରହଣ କରିବା ସମୟ। ଆଜି ହେଉଛି ପରିତ୍ରାଣର ଦିନ।


ସେଥିପାଇଁ ଏଠରେ ସ୍ୱଗୃହରେ ଥଉ କିମ୍ବା ପ୍ରବାସରେ ଥାଉ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ହିଁ ଆମର ଏକାନ୍ତ ଇଚ୍ଛା,


“ଲାଓଦେସିଆରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ ଏବଂ ଈଶ୍ୱରଙ୍କ ସମସ୍ତ ସୃଷ୍ଟିର ଆଦି ତଥା ଅନ୍ତ ସେହି “ଆମେନ୍”ଙ୍କ ଏହି ବାର୍ତ୍ତା:


“ଫିଲାଦେଲ୍ଫିଆରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ: “ଯେ ସର୍ବତୋ ଭାବରେ ପବିତ୍ର ଓ ସତ୍ୟ ସ୍ୱରୂପ, ତାହାଙ୍କଠାରୁ ଏହି ବାର୍ତ୍ତା ଶୁଣ। ତାଙ୍କ ନିକଟରେ ଦାଉଦଙ୍କର ଚାବି ରହିଛି, ସେ ଯେଉଁ ଦ୍ୱାର ଖୋଲନ୍ତି, ଅନ୍ୟ କେହି ତାହା ବନ୍ଦ କରି ପାରିବ ନାହିଁ ଏବଂ ସେ ଯାହା ବନ୍ଦ କରନ୍ତି, ଅନ୍ୟ କେହି ତାହା ଖୋଲି ପାରିବ ନାହିଁ।


“ସାର୍ଦ୍ଦିସ୍ରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ। “ଈଶ୍ୱରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରିଥିବା ବ୍ୟକ୍ତିଙ୍କଠାରୁ ଏହି ବାର୍ତ୍ତା। ମୁଁ ତୁମର କାର୍ଯ୍ୟକଳାପ ଜାଣେ; ତୁମ୍ଭେମାନେ ମୃତ ହୋଇଥିଲେ ମଧ୍ୟ ଜୀବିତ ଅଛ ବୋଲି ଖ୍ୟାତି ଲାଭ କରିଛ।


“ଥିଆଟିରାରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଏହି ବାର୍ତ୍ତା ଈଶ୍ୱରଙ୍କ ପୁତ୍ରଙ୍କ ନିକଟରୁ ଆସିଅଛି। ତାଙ୍କ ଚକ୍ଷୁ ପ୍ରଜ୍ଜ୍ୱଳିତ ଅଗ୍ନି ପରି ଓ ତାଙ୍କ ପଦଦ୍ୱୟ ଚିକ୍କଣ ପିତ୍ତଳ ପରି ଉଜ୍ଜ୍ୱଳ।


“ପର୍ଗାମମ୍ ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଯାହାଙ୍କ ନିକଟରେ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ଅଛି, ତାଙ୍କର ଏହି ବାର୍ତ୍ତା।


“ସୁର୍ଣ୍ଣାରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଯେ ଆଦି ଓ ଅନ୍ତ ଏବଂ ଯେ ମୃତ୍ୟୁ ବରଣ କରି ପୁଣି ଜୀବିତ ହେଲେ, ତାହାଙ୍କ ନିକଟରୁ ଏହି ବାର୍ତ୍ତା:


ତୁମେ ଧୈର୍ଯ୍ୟଶୀଳ। ମୋ’ ନିମନ୍ତେ ଦୁଃଖଭୋଗ କରି ମଧ୍ୟ ହତାଶ ହୋଇ ନାହଁ।


ଭାଇମାନେ, ତୁମ୍ଭମାନଙ୍କର ନିଶ୍ଚୟ ସ୍ମରଣ ଥିବ, ଆମେ କିପରି ବହୁ ଶ୍ରମ ସ୍ୱୀକାର କରି କାର୍ଯ୍ୟ କରୁଥିଲୁ; କିପରି ତୁମ୍ଭମାନଙ୍କ ନିକଟରେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ସମୟରେ ତୁମ ଉପରେ ବୋଝ ନ ହେବା ପାଇଁ ଆମେ ଦିବାନିଶି କଠୋର ପରିଶ୍ରମ କରିଥିଲୁ।


ତୁମେ ଯେଉଁ କ୍ଷେତରେ କାର୍ଯ୍ୟ କରି ନାହଁ, ସେଠାରେ ଅମଳ କରିବା ପାଇଁ ତୁମକୁ ମୁଁ ପଠାଇଛି। ଅନ୍ୟମାନେ ସେଠି ପରିଶ୍ରମ କରିଛନ୍ତି, କିନ୍ତୁ ତୁମେ ଲାଭବାନ ହେବ।”


ଏହି ସମସ୍ତ ବିଷୟ ଶିକ୍ଷା ଦିଅ ଏବଂ ତୁମର ପୂର୍ଣ୍ଣ କ୍ଷମତା ପ୍ରୟୋଗ କରି ଶ୍ରୋତାମାନଙ୍କୁ ଉତ୍ସାହିତ କର। ଆବଶ୍ୟକ ସ୍ଥଳେ, ସେମାନଙ୍କୁ ଭର୍ତ୍ସନା କରି ସତର୍କ କରିଦିଅ। ତୁମକୁ ଅବଜ୍ଞା କରିବାକୁ କାହାକୁ ଅବକାଶ ଦିଅ ନାହିଁ।


କିନ୍ତୁ ଯେଉଁମାନେ ପ୍ରକୃତରେ ପାପ କାର୍ଯ୍ୟରେ ଲିପ୍ତ, ଅନ୍ୟମାନଙ୍କୁ ସତର୍କ କରିବା ପାଇଁ, ସେମାନଙ୍କୁ ପ୍ରକାଶ୍ୟରେ ଭର୍ତ୍ସନା କର।


ବୟୋଜ୍ୟେଷ୍ଠମାନଙ୍କୁ ପିତୃତୁଲ୍ୟ ମନେ କର। ସେମାନଙ୍କୁ ଭର୍ତ୍ସନା ନ କରି ନମ୍ର ଭାବରେ ଅନୁଯୋଗ କର। କନିଷ୍ଠମାନଙ୍କ ପ୍ରତି ଭ୍ରାତୃସୁଲଭ ବ୍ୟବହାର କର।


ପ୍ରଭୁଙ୍କର ଇଚ୍ଛା ଥିଲେ, ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇ ପାରିବି ବୋଲି ମୁଁ ଆଶା କରେ। ତାହାହେଲେ, ତୁମ୍ଭମାନଙ୍କର ସମ୍ବାଦ ପାଇ ମୁଁ ଉତ୍ସାହିତ ହେବି।


ତୁମ୍ଭମାନଙ୍କ ମଙ୍ଗଳ ପାଇଁ ଅକ୍ଳାନ୍ତ ପରିଶ୍ରମ କରିଥିବା ମରିୟମଙ୍କୁ ମୋର ନମସ୍କାର।


ପ୍ରଭୁଙ୍କ ସେବାରେ ନିବିଷ୍ଟ ତ୍ରିଫେନା ଓ ତ୍ରିଫୋସାଙ୍କୁ ଓ ପ୍ରଭୁଙ୍କ ପାଇଁ ବହୁ ପରିଶ୍ରମ କରିଥିବା ପର୍ଶିସଙ୍କୁ ମୋର ନମସ୍କାର।


ପରିଶେଷରେ, ଭାଇମାନେ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ କିପରି ଜୀବନ ଯାପନ କରିବାକୁ ହେବ, ତାହା ଆମଠାରୁ ଶିକ୍ଷା କରିଛ। ଅବଶ୍ୟ ସେହିପରି ଭାବେ ତୁମ୍ଭେମାନେ ଜୀବନ ଯାପନ କରି ଆସୁଅଛ, କିନ୍ତୁ ଏହାଠାରୁ କିଛି ଅଧିକ କରିବାକୁ ତୁମ୍ଭମାନଙ୍କୁ ଆମେ ଏବେ ପ୍ରଭୁ ଯୀଶୁଙ୍କ ନାମରେ ବିନତି କରୁଛୁ।


Swiv nou:

Piblisite


Piblisite