Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:27 - ପବିତ୍ର ବାଇବଲ (CL) NT (BSI)

27 ପ୍ରଭୁଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଥିବା ଯୋଗୁଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ସମସ୍ତ ବିଶ୍ୱାସୀଙ୍କ ନିକଟରେ ଏହି ପତ୍ର ପାଠ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଉଅଛି।

Gade chapit la Kopi

ଓଡିଆ ବାଇବେଲ

27 ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି।

Gade chapit la Kopi

ପବିତ୍ର ବାଇବଲ

27 ପ୍ରଭୁଙ୍କର କ୍ଷମତା ଦ୍ୱାରା ମୁଁ ଏହି ପତ୍ରକୁ ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପଢ଼ି ଶୁଣାଇବା ପାଇଁ କହୁଛି।

Gade chapit la Kopi




୧ ଥେସଲନୀକୀୟ 5:27
19 Referans Kwoze  

ତୁମେ ଏହି ପତ୍ର ପଢ଼ି ସାରିବା ପରେ ଲାଉଦିସିଆ ମଣ୍ଡଳୀରେ ମଧ୍ୟ ଯେପରି ଏହା ପାଠ କରାଯାଏ, ତାହାର ବ୍ୟବସ୍ଥା କର। ଲାଉଦିସିଆ ମଣ୍ଡଳୀର ଭାଇମାନେ ତୁମ ପାଖକୁ ଯେଉଁ ପତ୍ର ପଠାଇବେ, ତାହା ମଧ୍ୟ ପାଠ କର।


ପ୍ରଭୁ ଯୀଶୁ ଖ୍ରୀଷ୍ଟ, ସ୍ୱର୍ଗଦୂତ ଓ ସ୍ୱୟଂ ଈଶ୍ୱରଙ୍କୁ ସାକ୍ଷୀ ରଖି, ଏହି ସବୁ ନିର୍ଦ୍ଦେଶ ପାଳନ କରିବାକୁ ମୁଁ ତୁମକୁ ଏକାନ୍ତ ଅନୁରୋଧ କରୁଛି। କାହା ବିରୁଦ୍ଧରେ ପକ୍ଷପାତିତା ବା ଆକ୍ରୋଶମୂଳକ ଭାବରେ କୌଣସି କାର୍ଯ୍ୟାନୁଷ୍ଠାନ କର ନାହିଁ।


ବିଧବାମାନଙ୍କୁ ଏ ବିଷୟରେ ସାବଧାନ କରିଦିଅ, କେହି ଯେପରି ସେମାନଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ କରିବାକୁ ସୁଯୋଗ ନ ପାଏ।


ମୁଁ ମାସିଦୋନିଆକୁ ଯିବାବେଳେ ତୁମକୁ କହିଥିବା ଅନୁଯାୟୀ ତୁମେ ଏଫିସୀରେ ଅବସ୍ଥାନ କର। ସେଠାରେ ଯେଉଁମାନେ ଭୁଲ ଶିକ୍ଷା ସବୁ ଦେଉଛନ୍ତି, ସେମାନଙ୍କୁ ସେଥିରୁ ନିବୃତ୍ତ ହେବା ପାଇଁ ଆଦେଶ ଦିଅ।


କେତେକ ଭ୍ରମଣକାରୀ ଇହୁଦୀ ଭୁତୁଡ଼ିଆ ମଧ୍ୟ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରି ଭୂତ ଛଡ଼ାଇବାକୁ ଚେଷ୍ଟା କଲେ। ସେମାନେ ପ୍ରେତାତ୍ମାମାନଙ୍କୁ କହୁଥିଲେ, “ପାଉଲ ପ୍ରଚାର କରୁଥିବା ଯୀଶୁଙ୍କ ନାମରେ ମୁଁ ତୋତେ ଆଦେଶ ଦେଉଛି।”


ଚିକ୍ରାର କରି କହିଲା, “ହେ ସର୍ବୋପରିସ୍ଥ ଈଶ୍ୱରଙ୍କ ପୁତ୍ର ଯୀଶୁ! ମୋ’ ନିକଟରେ ତୁମର କ’ଣ ପ୍ରୟୋଜନ? ଈଶ୍ୱରଙ୍କ ନାମରେ ମିନତି କରୁଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।”


କିନ୍ତୁ ଯୀଶୁ ନୀରବ ରହିଲେ। ପ୍ରଧାନ ପୁରୋହିତ କହିଲେ, “ଜୀବନ୍ତ ଈଶ୍ୱରଙ୍କ ନାମରେ ମୁଁ ତୁମକୁ ପଚାରୁଛି, ସତ୍ୟକରି କୁହ, ତୁମେ କ’ଣ ଈଶ୍ୱରଙ୍କ ପୁତ୍ର ମସୀହ?”


ଖ୍ରୀଷ୍ଟବିଶ୍ବାସୀ ଭାଇମାନେ, ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଦ୍ୱାରା ଆହୂତ! ତୁମ୍ଭେମାନେ ଯୀଶୁଙ୍କୁ ବିଷୟ ଚିନ୍ତା କର, ସେ ଆମ୍ଭମାନଙ୍କର ଧର୍ମବିଶ୍ୱାସର ମହାଯାଜକ ହେବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ପ୍ରେରିତ।


ଈଶ୍ୱରଙ୍କ ସମ୍ମୁଖରେ ଓ ସମସ୍ତ ଜୀବିତ ଓ ମୃତ ଲୋକମାନଙ୍କ ବିଚାର କରିବାକୁ ଓ ରାଜତ୍ୱ କରିବାକୁ ଆସୁଥିବା ଖ୍ରୀଷ୍ଟ ଯୀଶୁଙ୍କ ଉପସ୍ଥିତିରେ, ତାଙ୍କ ରାଜ୍ୟର ଶୁଭ ବାର୍ତ୍ତା ପ୍ରଚାର କରିବା ପାଇଁ ମୁଁ ତୁମକୁ ଏହି ଦୃଢ଼ ଆହ୍ୱାନ ଦେଉଛି:


ଏହି ଜଗତର ବିଷୟବସ୍ତୁରେ ଯେଉଁମାନେ ଧନବାନ୍, ସେମାନଙ୍କୁ ଦର୍ପ ନ କରିବାକୁ ସତର୍କ କରିଦିଅ। ସେମାନଙ୍କୁ ଆଦେଶ ଦେଇ କୁହ, ଅନିଶ୍ଚିତ ଧନ ସମ୍ପତ୍ତିରେ ଭରସା ନ ରଖି, ସେମାନେ ସର୍ବଶୁଭଦାତା ଈଶ୍ୱରଙ୍କ ଉପରେ ନିର୍ଭର କରନ୍ତୁ;


ସମସ୍ତ ପ୍ରାଣୀଙ୍କ ଜୀବନଦାତା ଈଶ୍ୱରଙ୍କ ସାକ୍ଷାତରେ ଓ ପନ୍ତିଅସ୍ ପୀଲାତଙ୍କ ସମ୍ମୁଖରେ ଦୃଢ଼ ବିଶ୍ୱାସର ପରିଚୟ ଦେଇଥିବା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ତୁମକୁ ଆଦେଶ ଦେଇ କହୁଛି:


ବତ୍ସ ତୀମଥି, ତୁମ ବିଷୟରେ ପୂର୍ବରୁ ପ୍ରକାଶ ପାଇଥିବା ଐଶ୍ୱରିକ ବାଣୀ ଅନୁଯାୟୀ ମୁଁ ତୁମକୁ ଏହି ଆଜ୍ଞା ଦେଉଛି। ସେହି ଐଶ୍ୱରିକ ବାଣୀକୁ ଆମୋଘ ଅସ୍ତ୍ର ରୂପେ ବ୍ୟବହାର କରି ତୁମେ ଜୀବନ ସଂଗ୍ରାମରେ କୃତିତ୍ୱ ଲାଭ କର।


ଏହି ପତ୍ରରେ ତୁମ୍ଭମାନଙ୍କୁ ଯେଉଁ ବାର୍ତ୍ତା ପଠାଉଛୁ, ହୁଏତ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହା ପାଳନ କରିବାକୁ ଅନିଚ୍ଛୁକ ହେବ। ସେହିପରି ବ୍ୟକ୍ତିକୁ ଚିହ୍ନି ରଖ ଓ ତାହା ସହିତ ତୁମର ସମ୍ପର୍କ ତୁଟାଇ ଦିଅ।


ତୁମ୍ଭେମାନେ ଜାଣ, ପିତା ଯେପରି ନିଜ ସନ୍ତାନମାନଙ୍କ ପ୍ରତି ବ୍ୟବହାର କରି ଥାଆନ୍ତା, ଆମେ ତୁମ୍ଭମାନଙ୍କ ପ୍ରତି ଠିକ୍ ସେହିପରି ବ୍ୟବହାର କରିଥିଲୁ।


କିଛିଦିନ ପରେ ପ୍ରାୟ ଏକଶହ କୋଡ଼ିଏ ଜଣ ବିଶ୍ୱାସୀମାନଙ୍କ ଏକ ସଭାରେ ପିତର ଛିଡ଼ା ହୋଇ କହିଲେ:


Swiv nou:

Piblisite


Piblisite