Biblia Todo Logo
Bib sou entènèt

- Piblisite -




୧ ତୀମଥି 1:19 - ପବିତ୍ର ବାଇବଲ (CL) NT (BSI)

19 ବିବେକକୁ ନିର୍ମଳ ରଖି, ତୁମ ଧର୍ମ ବିଶ୍ୱାସରେ ଅଟଳ ରୁହ। କେହି କେହି ବିବେକର ଚେତାବନୀକୁ ଉପେକ୍ଷା କରି ନିଜ ଧର୍ମବିଶ୍ୱାସକୁ ନଷ୍ଟ କରି ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ବିଶ୍ଵାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ଵାସରୂପ ଜାହାଜ ଭଗ୍ନ ହୋଇଅଛି;

Gade chapit la Kopi

ଓଡିଆ ବାଇବେଲ

19 ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି,

Gade chapit la Kopi

ପବିତ୍ର ବାଇବଲ

19 ବିଶ୍ୱାସ ଜାରି ରଖ। ଯାହା ଠିକ୍ ବୋଲି ଭାବୁଛ, ତାହା କର। କେତେ ଲୋକ ଏହା କରି ନାହାନ୍ତି। ତେଣୁ ସେମାନଙ୍କର ବିଶ୍ୱାସ ନଷ୍ଟ ହୋଇଛି।

Gade chapit la Kopi




୧ ତୀମଥି 1:19
25 Referans Kwoze  

ଆମ ଧର୍ମବିଶ୍ୱାସର ପ୍ରକାଶିତ ତତ୍ତ୍ୱଗୁଡ଼ିକୁ ସେମାନେ ନିର୍ମଳ ବିବେକରେ ଦୃଢ଼ ଭାବରେ ବିଶ୍ୱାସ କରୁଥିବେ।


ମୋର ଆଦେଶାନୁଯାୟୀ ତୁମ୍ଭେମାନେ ଧୈର୍ଯ୍ୟଶୀଳ ହୋଇ ରହିଛ, ତେଣୁ ପୃଥିବୀବାସୀ ଜନସମୂହକୁ ପରୀକ୍ଷା କରିବା ପାଇଁ ସମଗ୍ର ଜଗତରେ ଯେଉଁ ଦୁର୍ଦ୍ଦଶା ଉପସ୍ଥିତ ହେବାକୁ ଯାଉଛି, ସେଥିରୁ ମୁଁ ତୁମ୍ଭମାନଙ୍କୁ ନିରାପଦରେ ରଖିବି।


ଧନସମ୍ପତ୍ତିର ଲୋଭ ମନୁଷ୍ୟକୁ ଅନେକ ପରୀକ୍ଷା ଓ କୁଚକ୍ରାନ୍ତ ଭିତରକୁ ଟାଣିନିଏ; ତା’ ମନରେ ବହୁ ତୁଚ୍ଛ ଅନିଷ୍ଟକର ଲାଳସା ଜାଗ୍ରତ କରି ତାକୁ ଧ୍ୱଂସ ଓ ସର୍ବନାଶ ଆଡ଼କୁ କଢ଼ାଇ ନିଏ।


ଆମ ପ୍ରଚାରିତ ଶୁଭ ବାର୍ତ୍ତାରେ ସେ ଦୃଢ଼ତା ସହିତ ବିଶ୍ୱାସ କରୁଥିବେ - ଏହି ବାର୍ତ୍ତା ପ୍ରକୃତ ଧର୍ମତତ୍ତ୍ୱ ଜ୍ଞାନ ଉପରେ ପ୍ରତିଷ୍ଠିତ ଏବଂ ସର୍ବତୋଭାବେ ନିର୍ଭରଯୋଗ୍ୟ। ଏହି ବାର୍ତ୍ତାର ସତ୍ଶିକ୍ଷାରେ ଅନ୍ୟମାନଙ୍କୁ ଅନୁପ୍ରାଣିତ କରିବାକୁ ଏବଂ ଏହାକୁ ବିରୋଧ କରୁଥିବା ଲୋକମାନଙ୍କ ଭ୍ରାନ୍ତି ଦୂର କରିବାକୁ ତାଙ୍କର ଦକ୍ଷତା ଥିବ।


ତୁମ କାର୍ଯ୍ୟକଳାପ ମୁଁ ଜାଣେ; ଏ ପର୍ଯ୍ୟନ୍ତ ତୁମର ଯତ୍କିଞ୍ଚିତ୍ ଶକ୍ତି ରହିଛି, ଏହା ମଧ୍ୟ ଜାଣେ; ତୁମେ ମୋର ଶିକ୍ଷା ପାଳନ କରି ଆସିଛ ଏବଂ ମୋ’ ପ୍ରତି ବିଶ୍ୱସ୍ତ ରହିଛ। ତେଣୁ ମୁଁ ତୁମ ସମ୍ମୁଖରେ ଏକ ଦ୍ୱାର ଖୋଲିଛି। ତାହା କେହି ବନ୍ଦ କରିପାରିବ ନାହିଁ।


ଯଦି ଆମେ ଶେଷ ପର୍ଯ୍ୟନ୍ତ ଆମ୍ଭମାନଙ୍କର ଆଦ୍ୟ ବିଶ୍ୱାସରେ ଅଟଳ ରହୁ, ତେବେ ଆମେ ସମସ୍ତେ ଖ୍ରୀଷ୍ଟଙ୍କ ଅଂଶୀଦାର ହୋଇ ପାରିବା।


ସତ୍ୟ ପ୍ରତି ବିମୁଖ ହୋଇ ସେମାନେ ମନଗଢ଼ା ଗଳ୍ପ କିମ୍ବଦନ୍ତୀ ଶୁଣିବାକୁ ବ୍ୟଗ୍ର ହେବେ।


ଏମାନେ ପ୍ରକୃତରେ ଆମ ଦଳରୁ ଲୋକ ନୁହଁନ୍ତି, ସେଥିପାଇଁ ଏମାନେ ଆମକୁ ପରିତ୍ୟାଗ କରିଛନ୍ତି- ଆମ ଦଳର ହୋଇଥିଲେ, ସେମାନେ ଆମ ସହିତ ରହି ଥାଆନ୍ତେ; ଆମଠାରୁ ଦୂରେଇ ଯିବା ଦ୍ୱାରା ସେମାନେ ଆମ ଦଳର ନୁହଁନ୍ତି ବୋଲି ସ୍ପଷ୍ଟ ପ୍ରମାଣିତ ହୋଇ ଯାଇଛି।


ଶୁଚି ହୃଦୟ, ନିର୍ମଳ ବିବେକ ଓ ପ୍ରକୃତ ବିଶ୍ୱାସରୁ ଯେଉଁ ପ୍ରେମ ଜାତ ହୁଏ, ତାକୁ ଜାଗ୍ରତ କରାଇବା ପାଇଁ ଆଜି ମୁଁ ଏହି ଆଦେଶ ଦେଉଛି।


ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବ୍ୟବସ୍ଥା ପାଳନ ଦ୍ୱାରା ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ବିବେଚିତ ହେବା ପାଇଁ ଚେଷ୍ଟା କରୁଛନ୍ତି, ସେମାନେ ନିଜ ନିଜକୁ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ କରିଛନ୍ତି, ସେମାନେ ଈଶ୍ୱରଙ୍କ ଅନୁଗ୍ରହର ବହିର୍ଭୂତ।


(ଅବଶ୍ୟ ତୁମ୍ଭମାନଙ୍କ ମଧ୍ୟରେ ଦଳ ଭେଦ ଘଟିବ ଏବଂ ଏହି ସଂଘର୍ଷ ଫଳରେ କେଉଁମାନଙ୍କର ମତ ଯଥାର୍ଥ, ଜଣାପଡ଼ିବ।)


ତୁମକୁ ଯେଉଁ ଶିକ୍ଷା ଦିଆଯାଇଥିଲା ଏବଂ ତୁମେ ଯାହା ଶୁଣିଥିଲ, ତାହା ସ୍ମରଣ କରି ପାଳନ କର ଓ ତୁମ ପାପରୁ ଫେର। ଜାଗ୍ରତ ନ ହେଲେ, ମୁଁ ଚୋର ପରି ଅତର୍କିତ ଭାବରେ ତୁମ ନିକଟକୁ ଆସିବି। କେଉଁ ସମୟରେ ଆସିବି, ତାହା ତୁମେ ଜାଣି ପାରିବ ନାହିଁ।


ବଞ୍ଚିବା ପାଇଁ ବ୍ୟସ୍ତ ହେବା ଦ୍ୱାରା ତୁମେ କ’ଣ ନିଜର ପରମାୟୁକୁ ମୁହୂର୍ତ୍ତେ ବଢ଼ାଇ ଦେଇ ପାରିବ?


ଖ୍ରୀଷ୍ଟବିଶ୍ୱାସର ପୁଣ୍ୟ ରଣକ୍ଷେତ୍ରରେ ସଂଗ୍ରାମ କରି ଅନନ୍ତ ଜୀବନ ଲାଭ କର। ଏହି ଲକ୍ଷ୍ୟରେ ପହଞ୍ଚିବା ପାଇଁ ତ ତୁମେ ଆହୂତ ହୋଇଅଛ ଏବଂ ଅନେକ ସାକ୍ଷୀଙ୍କ ମଧ୍ୟରେ ଏହା ସ୍ୱୀକାର କରିଛ।


ସେମାନେ ସତ୍ୟପଥରୁ ବିଚ୍ୟୁତ ହୋଇଛନ୍ତି ଏବଂ ଏ ଜୀବନରେ ପୁନରୁତ୍ଥାନ ଘଟିଯାଉଛି ବୋଲି ଶିକ୍ଷା ଦେଇ କେତେକ ଧର୍ମବିଶ୍ୱାସକୁ ବିପର୍ଯ୍ୟସ୍ତ କରୁଛନ୍ତି।


Swiv nou:

Piblisite


Piblisite