Biblia Todo Logo
Bib sou entènèt

- Piblisite -




୧ ତୀମଥି 3:1 - ପବିତ୍ର ବାଇବଲ (CL) NT (BSI)

1 ଉପାସକ ମଣ୍ଡଳୀକୁ ନେତୃତ୍ୱ ଦେବା ପାଇଁ ଯେଉଁ ବ୍ୟକ୍ତି ଉକ୍ରଣ୍ଠିତ, ସେ ନିଶ୍ଚିତ ଗୋଟିଏ ମହତ୍ କାର୍ଯ୍ୟ କରିବାକୁ ଉତ୍ସୁକ, ଏ କଥା ସତ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ବାଞ୍ଛା କରନ୍ତି।

Gade chapit la Kopi

ଓଡିଆ ବାଇବେଲ

1 ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ଇଚ୍ଛା କରନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ବାଞ୍ଛା କରନ୍ତି।

Gade chapit la Kopi

ପବିତ୍ର ବାଇବଲ

1 ମୁଁ ଯାହା କହୁଛି ତାହା ସତ୍ୟ: ଯଦି କେହି ଅଧ୍ୟକ୍ଷ ହେବା ପାଇଁ ଚେଷ୍ଟା କରେ, ତେବେ ସେ ଭଲ କାର୍ଯ୍ୟ ଗ୍ଭହୁଁଛନ୍ତି।

Gade chapit la Kopi




୧ ତୀମଥି 3:1
19 Referans Kwoze  

ଈଶ୍ୱରଙ୍କ କାର୍ଯ୍ୟର ଦାୟିତ୍ୱରେ ଥିବା ମଣ୍ଡଳୀର ବିଶପ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରହିବା ଆବଶ୍ୟକ। ସେ ଉଦ୍ଧତ ବା କ୍ଷଣକୋପୀ ହୋଇ ନ ଥିବେ, ମଦ୍ୟପ, ଉଗ୍ରସ୍ୱଭାବ ବା ଅର୍ଥଲିପ୍ସୁ ହୋଇ ନ ଥିବେ।


ଅତଏବ ତୁମ୍ଭେମାନେ ନେତା ରୂପେ ନିଜ ବିଷୟରେ ଓ ପବିତ୍ରଆତ୍ମା ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଯେଉଁ ବିଶ୍ୱାସୀ ପଲକୁ ଛାଡ଼ି ଦେଇଛନ୍ତି, ସେହି ସମସ୍ତଙ୍କ ବିଷୟରେ ଯତ୍ନଶୀଳ ହୁଅ। ମେଷପାଳକ ପରି ଈଶ୍ୱରଙ୍କ ମଣ୍ଡଳୀର ଯତ୍ନ ନିଅ। ସେହି ମଣ୍ଡଳୀକୁ ସେ ତାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ନିଜସ୍ୱ କରିଅଛନ୍ତି।


ଈଶ୍ୱର ତୁମ୍ଭମାନଙ୍କ ହସ୍ତରେ ଯେଉଁ ମେଷପଲର ଦାୟିତ୍ୱ ଦେଇଛନ୍ତି, ମୁଁ ଅନୁରୋଧ କରୁଛି, ତୁମ୍ଭେମାନେ କୁଣ୍ଠିତଭାବେ ତାହା ନ କରି ଆଗ୍ର୍ରହର ସେମାନଙ୍କୁ ପ୍ରତିପାଳନ କର। ଧନଲାଭ ଆଶାରେ ତା’ ନ କରି, ପ୍ରକୃତ ସେବା ମନୋଭାବ ସହିତ ତୁମର କର୍ତ୍ତବ୍ୟ ସାଧନ କର।


ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ପୃଥିବୀକୁ ଆସିଥିଲେ, ଏହା ଗୋଟିଏ ନିରାଟ ସତ୍ୟ - ସମସ୍ତେ ଏହାକୁ ପୂର୍ଣ୍ଣ ମାତ୍ରାରେ ଉପଲବ୍ଧି କରିବା ଆବଶ୍ୟକ। ସେହି ପାପୀମାନଙ୍କ ମଧ୍ୟରେ ମୁଁ ସମସ୍ତଙ୍କଠାରୁ ଅଧମ।


ମେଷମାନଙ୍କ ତୁଲ୍ୟ ତୁମ୍ଭେମାନେ ବିପଥଗାମୀ ହୋଇଥଲ। ବର୍ତ୍ତମାନ ତୁମ୍ଭମାନଙ୍କର ମେଷପାଳକ ଓ ଆତ୍ମଶର ରକ୍ଷକଙ୍କୁ ଅନୁସରଣ କରିବା ନିମନ୍ତେ ବାହୁଡ଼ି ଆସିଛ।


ସାବଧାନ, ଯେପରି ଈା୍ବରଙ୍କ ଅନୁଗ୍ରହରୁ ବଞ୍ଚିତ ନ ହୁଅ। ତିକ୍ତ ବୃକ୍ଷ ପରି ହୁଅ ନାହିଁ। ତିକ୍ତ ବୃକ୍ଷ ବଢ଼ିଗଲେ, ତା’ର ବିଷ ଦ୍ୱାରା ବହୁ ଅନିଷ୍ଠ ସାଧିତ ହୁଏ।


ଏ କଥା ଏକ ନିରାଟ ସତ୍ୟ: ତାଙ୍କ ସହିତ ଆମ୍ଭେମାନେ ଯଦି ମୃତ୍ୟୁଭୋଗ କରିଛୁ, ତାଙ୍କ ସହିତ ସଜୀବ ହୋଇ ମଧ୍ୟ ରହିବୁ।


ଏହା ନିରାଟ ସତ୍ୟ ଏବଂ ସମସ୍ତେ ଏହା ଉପଲବ୍ଧି କରି ପୂର୍ଣ୍ଣପ୍ରାଣରେ ବିଶ୍ୱାସ କରିବା ଆବଶ୍ୟକ।


ଫିଲିପୀ ମଣ୍ଡଳୀର ବିଶପ୍‌ମାନଙ୍କୁ, ଦୀକନମାନଙ୍କୁ ଓ ଖ୍ରୀଷ୍ଟିବିଶ୍ୱାସୀ ସମସ୍ତଙ୍କୁ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ପାଉଲ ଓ ତୀମଥିଙ୍କର ପତ୍ର:-


ମୁଁ ତୁମ୍ଭମାନଙ୍କୁ କହୁଛି, ସେହି ପ୍ରକାରେ ଜଣେ ପାପୀ ଅନୁତାପ କଲେ, ସ୍ୱର୍ଗଦୂତମାନେ ମଧ୍ୟ ଆନନ୍ଦ କରନ୍ତି।”


ଏହା ଏକ ନିରାଟ ସତ୍ୟ। ଏସବୁ ବିଷୟ ଉପରେ ତୁମେ ବିଶେଷ ଗୁରୁତ୍ୱ ଦେଇ ବୁଝାଇବ ଯେ, ଯେଉଁମାନେ ଈଶ୍ୱରଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ସତ୍କର୍ମ କରି ଦିନାତିପାତ କରିବା ଉଚିତ୍; ସମସ୍ତଙ୍କ ପାଇଁ ଯାହା ହିତକର, ସେହି ସବୁ କାର୍ଯ୍ୟରେ ବ୍ୟାପୃତ ରହିବା ଉଚିତ୍।


ଖ୍ରୀଷ୍ଟଙ୍କ ସେହି ଶରୀର ଗଠନ କରିବା ଉଦ୍ଦେଶ୍ୟରେ ଖ୍ରୀଷ୍ଟୀୟ ସେବା କାର୍ଯ୍ୟ ନିମନ୍ତେ ଈଶ୍ୱରଙ୍କ ଲୋକମାନଙ୍କୁ ପ୍ରସ୍ତୁତ କରିବାକୁ ସେ ଏହା କରିଛନ୍ତି।


“ଏ ବିଷୟରେ ଗୀତ ସଂହିତାରେ ଲେଖା ଯାଇଛି: ‘ତାହାର ଗୃହ ଜନଶୂନ୍ୟ ହେଉ, ସେଥିରେ କେହି ବାସ ନ କରୁ”, ଆହୁରି ମଧ୍ୟ ଲେଖାଯାଇଛି; ‘ଅନ୍ୟ ଜଣେ ତାହାର କାର୍ଯ୍ୟରେ ନିଯୁକ୍ତ ହେଉ’।


ତୁମ୍ଭମାନଙ୍କ ମଧ୍ୟରୁ କେହି ନରହନ୍ତା, ଦସ୍ୟୁ ବା ଦୁରାଚାରୀ, କିଅବା ଗଣ୍ଡଗୋଳ ସୃଷ୍ଟି କରିବା ହେତୁ ଦୁଃଖଭୋଗ ନ କରୁ।


ଭାଇମାନେ, ତୁମ୍ଭମାନଙ୍କୁ ଆମର ଅନୁରୋଧ; ନିଷ୍କର୍ମାମାନଙ୍କୁ ସତର୍କ କରିଦିଅ, ଭୀରୁମାନଙ୍କୁ ଉତ୍ସାହିତ କର, ଦୁର୍ବଳମାନଙ୍କୁ ସାହାଯ୍ୟ କର ଓ ସମସ୍ତଙ୍କ ପ୍ରତି ସହନଶୀଳ ହୁଅ।


ଅଣଇହୁଦୀମାନଙ୍କୁ ମୁଁ କହିବି, ତୁମ୍ଭମାନଙ୍କ ନିମନ୍ତେ ପ୍ରେରିତ ଶିଷ୍ୟ ସ୍ୱରୂପେ କାର୍ଯ୍ୟ କରିବାକୁ ମୁଁ ଗର୍ବ ଅନୁଭବ କରୁଛି।


Swiv nou:

Piblisite


Piblisite