Biblia Todo Logo
Bib sou entènèt

- Piblisite -




୧ ତୀମଥି 3:2 - ପବିତ୍ର ବାଇବଲ (CL) NT (BSI)

2 କିନ୍ତୁ ମଣ୍ଡଳୀର ବିଷପ ନିର୍ଦ୍ଦୋଷ ଚରିତ୍ର, ଏକପତ୍ନୀକ, ମିତାଚାରୀ, ସଂଯମୀ ଓ ଗାମ୍ଭୀର୍ଯ୍ୟଯୁକ୍ତ ହେବା ଆବଶ୍ୟକ। ସେ ଅତିଥିପରାୟଣ ହୋଇଥିବେ ଓ ଶିକ୍ଷାଦାନ କରିବାରେ ତାଙ୍କର ଦକ୍ଷତା ଥିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ଵାମୀ, ମିତଭୋଗୀ, ସୁବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,

Gade chapit la Kopi

ଓଡିଆ ବାଇବେଲ

2 ଅତଏବ, ଅଧ୍ୟକ୍ଷଙ୍କର ନିନ୍ଦନୀୟ ନ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,

Gade chapit la Kopi

ପବିତ୍ର ବାଇବଲ

2 ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।

Gade chapit la Kopi




୧ ତୀମଥି 3:2
20 Referans Kwoze  

ଈଶ୍ୱରଙ୍କ କର୍ମୀ କଳହ କରିବା ଅନୁଚିତ। ସେ ସମସ୍ତଙ୍କ ପ୍ରତି ସହାନୁଭୂତିଶୀଳ ହୋଇ ଜଣେ ନିପୁଣ ଧୈର୍ଯ୍ୟଶୀଳ ଶିକ୍ଷକ ହେବା ଆବଶ୍ୟକ।


ଖ୍ରୀଷ୍ଟବିଶ୍ୱାସୀମାନଙ୍କର ଅଭାବ ମୋଚନ କର। ଆତିଥ୍ୟପରାୟଣ ହୁଅ।


ନିମ୍ନଲିଖିତ ଯୋଗ୍ୟତା ଥିବା ବିଧବାମାନଙ୍କୁ ଏକ ତାଲିକାଭୁକ୍ତ କର - ଯେଉଁମାନଙ୍କ ବୟସ ଷାଠିଏ ବର୍ଷରୁ ଉଦ୍ଧ୍ୱର୍, ଯେଉଁମାନେ ଥରେ ମାତ୍ର ବିବାହ କରିଥିବେ,


ଅକୁଣ୍ଠିତ ଚିତ୍ତରେ ପରସ୍ପରର ଆତିଥ୍ୟ କର। ଈଶ୍ୱର ତୁମ ପ୍ରତ୍ୟେକଙ୍କୁ ବିଶେଷ ବିଶେଷ ଦାନ ଦେଇଛନ୍ତି।


ସତର୍କ ହୁଅ, ସଜାଗ ରୁହ। ତୁମ୍ଭମାନଙ୍କର ଶତ୍ରୁ ଶୟତାନ ଗର୍ଜନକାରୀ ସିଂହ ତୁଲ୍ୟ କାହାକୁ ଗ୍ରାସ କରିବା ପାଇଁ ଖୋଜି ବୁଲୁଛି।


ଏହା କରିବା ଦ୍ୱାରା କେହି କେହି ଅଜାଣତରେ ସ୍ୱର୍ଗଦୂତମାନଙ୍କର ଆତିଥ୍ୟ କରିଛନ୍ତି।


ବୟୋଜ୍ୟେଷ୍ଠମାନଙ୍କୁ ମିତାଚାରୀ, ବିଚାରବନ୍ତ ଓ ଆତ୍ମସଂଯମୀ ହେବାକୁ ଅନୁରୋଧ କର; ସେମାନେ ଯଥାର୍ଥ ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ପରିପୂର୍ଣ୍ଣ ହୁଅନ୍ତୁ।


ତାହାହେଲେ, ଏହି ଦୁର୍ନୀତିଗ୍ରସ୍ତ ଓ ପାପପୂର୍ଣ୍ଣ ଜଗତରେ ତୁମ୍ଭେମାନେ ଈଶ୍ୱରଙ୍କର ପବିତ୍ର ସନ୍ତାନସନ୍ତତି ପରି ନିର୍ଦ୍ଦୋଷ ଓ ଅମାୟିକ ଜୀବନ ଯାପନ କରିପାରିବ।


ସବୁ ବିଷୟର ଅନ୍ତିମ କାଳ ସନ୍ନିକଟ। ତୁମ୍ଭେମାନେ ପ୍ରାର୍ଥନାରେ ନିବିଷ୍ଟ ରହିବା ପାଇଁ ଆତ୍ମସଂଯମୀ ହୋଇ ସଜାଗ ରୁହ।


ଯଦି ଆମେ ଶେଷ ପର୍ଯ୍ୟନ୍ତ ଆମ୍ଭମାନଙ୍କର ଆଦ୍ୟ ବିଶ୍ୱାସରେ ଅଟଳ ରହୁ, ତେବେ ଆମେ ସମସ୍ତେ ଖ୍ରୀଷ୍ଟଙ୍କ ଅଂଶୀଦାର ହୋଇ ପାରିବା।


ବିବାହ କରିବା ଏବଂ କୌଣସି କୌଣସି ଖାଦ୍ୟ ପଦାର୍ଥ ଖାଇବା ଅନୁଚିତ ବୋଲି ସେମାନେ କହୁଛନ୍ତି। କିନ୍ତୁ ଯେଉଁ ଖ୍ରୀଷ୍ଟବିଶ୍ୱାସୀମାନେ ସତ୍ୟ ଉପଲବ୍ଧି କରିଛନ୍ତି, ସେମାନେ ଈଶ୍ୱର ସୃଷ୍ଟି କରିଥିବା ସକଳ ଖାଦ୍ୟ ପଦାର୍ଥ ପାଇଁ ତାଙ୍କୁ ଧନ୍ୟବାଦ ଜଣାଇ ତାହା ନିଶ୍ଚିନ୍ତ ମନରେ ଭୋଜନ କରିପାରିବେ।


ସେ ଦୁହେଁ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ, କାରଣ ସେମାନେ ତାହାଙ୍କର ସମସ୍ତ ଆଜ୍ଞା ଓ ବ୍ୟବସ୍ଥା ପାଳନ କରୁଥିଲେ।


ଆଶେର୍ ବଂଶଜାତ ଫିନୁଏଲଙ୍କ କନ୍ୟା ହାନ୍ନା ନାମ୍ନୀ ଜଣେ ୮୪ ବର୍ଷ ବୟସ୍କା ବୃଦ୍ଧା ଥିଲେ। ସେ ଜଣେ ଭାବବାଦିନୀ ଥିଲେ। ବିବାହର ମାତ୍ର ସାତ ବର୍ଷ ପରେ ସେ ବିଧବା ହୋଇଥିଲେ।


ମଣ୍ଡଳୀର ଦୀକନମାନେ ମଧ୍ୟ ସଚରିତ୍ର ଓ କର୍ତ୍ତବ୍ୟପରାୟଣ ହେବା ଆବଶ୍ୟକ। ସେମାନେ ମଦ୍ୟପ ବା ଧନଭୋଲୀ ହୋଇ ନ ଥିବେ।


ପିଲାମାନଙ୍କର ଉଚିତ୍ ଯତ୍ନ ନେବା, ଅଭ୍ୟାଗତମାନଙ୍କୁ ଆତିଥ୍ୟ କରିବା, ଖ୍ରୀଷ୍ଟୀୟ ଭାଇ ଭଉଣୀମାନଙ୍କ ପ୍ରତି ନମ୍ର ଆଚରଣ କରିବା, ଦୁର୍ଦ୍ଦଶାପନ୍ନ ଲୋକମାନଙ୍କୁ ସାହାଯ୍ୟ କରିବା ଇତ୍ୟାଦି ସତ୍କାର୍ଯ୍ୟ ଲାଗି ଯେଉଁମାନେ ସମାଜରେ ଖ୍ୟାତି ଲାଭ କରିଥିବେ।


ତରବର ହୋଇ ହସ୍ତାର୍ପଣ ଦ୍ୱାରା ଈଶ୍ୱରଙ୍କ କାର୍ଯ୍ୟ ପାଇଁ କାହାକୁ ନିଯୁକ୍ତ କର ନାହିଁ। ଅନ୍ୟମାନଙ୍କ ପାପରେ ନିଜକୁ ଲିପ୍ତ କର ନାହିଁ। ତୁମେ ନିଜକୁ ସମ୍ପୂର୍ଣ୍ଣ ପବିତ୍ର ରଖ।


Swiv nou:

Piblisite


Piblisite