Biblia Todo Logo
Bib sou entènèt

- Piblisite -




୧ ତୀମଥି 4:7 - ପବିତ୍ର ବାଇବଲ (CL) NT (BSI)

7 ଈଶ୍ୱରଙ୍କୁ ଅପମାନିତ କରୁଥିବା ମୂଲ୍ୟହୀନ କିମ୍ବଦନ୍ତୀଗୁଡ଼ିକୁ ପରିହାର କରି, ତୁମ ଧର୍ମ ଜୀବନକୁ ବଳିଷ୍ଠ କରିବାକୁ ଅଭ୍ୟାସ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ବୃଦ୍ଧା ସ୍ତ୍ରୀମାନଙ୍କର ଅସାର କାହାଣୀସବୁ ଅଗ୍ରାହ୍ୟ କର। ଈଶ୍ଵରପରାୟଣ ଜୀବନ ଯାପନ କରିବା ନିମନ୍ତେ ଅଭ୍ୟାସ କର,

Gade chapit la Kopi

ଓଡିଆ ବାଇବେଲ

7 କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ । ଈଶ୍ୱରପରାୟଣ ଜୀବନ ଯାପନ କରିବା ନିମନ୍ତେ ଅଭ୍ୟାସ କର,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର,

Gade chapit la Kopi

ପବିତ୍ର ବାଇବଲ

7 ପରମେଶ୍ୱରଙ୍କ ସତ୍ୟ ସହିତ ମେଳ ନ ଖାଉଥିବା ନିର୍ବୋଧ କାହାଣୀମାନ ଲୋକେ କୁହନ୍ତି। ଏଭଳି କାହାଣୀଗୁଡ଼ିକୁ ପାଳନ କର ନାହିଁ। କିନ୍ତୁ ତୁମ୍ଭେ ପ୍ରକୃତ ଭାବରେ ପରମେଶ୍ୱରଙ୍କୁ ସେବା କରିବା ଲାଗି ନିଜକୁ ଶିକ୍ଷିତ କର।

Gade chapit la Kopi




୧ ତୀମଥି 4:7
20 Referans Kwoze  

ସେମାନେ କାଳ୍ପନିକ ଗଳ୍ପ ଓ ପୂର୍ବପୁରୁଷମାନଙ୍କର ଦୀର୍ଘ ବଂଶାବଳୀ ତିଆରି କରିବାରେ ଲାଗିଛନ୍ତି। ସେ ସବୁ ଛାଡ଼ିବାକୁ ସେମାନଙ୍କୁ ଶିକ୍ଷା ଦିଅ, କାରଣ ତାହା କେବଳ ଅନର୍ଥକ ବାକ୍ବିତଣ୍ଡା ସୃଷ୍ଟି କରେ। ଯେଉଁ ସରଳ ବିଶ୍ୱାସରେ ଈଶ୍ୱରଙ୍କ ଇଚ୍ଛା ଜାଣି ହୁଏ, ଏ ସବୁ ତାକୁ ବାଧା ଦିଏ।


ଯେଉଁ ଧର୍ମଭାବଶୂନ୍ୟ ନିର୍ବୋଧ ବାକ୍ୟାଳାପ ମନୁଷ୍ୟକୁ ଈଶ୍ୱରଙ୍କଠାରୁ ବିଚ୍ଛିନ୍ନ କରେ, ସେ ସବୁଠାରୁ ତୁମେ ଦୂରରେ ରୁହ।


ପୁଣି, ତାଙ୍କର ସେହି ଅନୁଗ୍ରହ ଲାଗି ଧର୍ମଭାବଶୂନ୍ୟ ସାଂସାରିକ ଆସକ୍ତିଗୁଡ଼ିକୁ ପରିହାର କରି, ଏହି ଜଗତରେ ଆତ୍ମସଂଯତ,


ଅବାନ୍ତର ଯୁକ୍ତିତର୍କ, ପୂର୍ବପୁରୁଷମାନଙ୍କର ଦୀର୍ଘ ନାମ ତାଲିକା ଓ ଶାସ୍ତ୍ରାର୍ଥ ନେଇ ଅଯଥା ବାକ୍ବିତଣ୍ଡା, କଳହ ଓ ବିବାଦ ସବୁ ପରିହାର କର। ଏହା ମୂଲ୍ୟହୀନ ଓ ନିରର୍ଥକ।


ଅନ୍ୟ ପକ୍ଷରେ ଗୁରୁପାକ ଖାଦ୍ୟ ବୟସ୍କ ଲୋକମାନଙ୍କ ନିମନ୍ତେ; ସେମାନେ ଜୀବନର ବିଭିନ୍ନ ଅନୁଭୂତି ଦ୍ୱାରା ଭଲ ଓ ମନ୍ଦର ପ୍ରଭେଦ ଜାଣନ୍ତି।


ଆଉ ଥରେ କହି ରଖୁଛି, ଅବାନ୍ତର ଓ ନିର୍ବୋଧ ଯୁକ୍ତିତର୍କରୁ ଦୂରରେ ରୁହ। ତୁମେ ଜାଣ, ଏ ସବୁର ପରିଣତି କେବଳ କଳହ।


ସତ୍ୟ ପ୍ରତି ବିମୁଖ ହୋଇ ସେମାନେ ମନଗଢ଼ା ଗଳ୍ପ କିମ୍ବଦନ୍ତୀ ଶୁଣିବାକୁ ବ୍ୟଗ୍ର ହେବେ।


ତୁମେ ଈଶ୍ୱରଙ୍କ ଭକ୍ତ - ସୁତରାଂ ଏ ସମସ୍ତଠାରୁ ତୁମେ ଦୂରେଇ ରୁହ। ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ, ପ୍ରେମ, ସହିଷ୍ଣୁତା ଓ ସୌଜନ୍ୟ ପ୍ରଭୃତି ସଦ୍ଗୁଣରେ ପରିପୂର୍ଣ୍ଣ ହେବାକୁ ଚେଷ୍ଟା କର।


ତେଣୁ ଈଶ୍ୱର ଓ ମନୁଷ୍ୟ ସାକ୍ଷାତରେ ନିର୍ମଳ ବିବେକ ଅନୁଯାୟୀ ଆଚରଣ କରିବା ପାଇଁ ମୁଁ ସର୍ବଦା ପ୍ରାଣପଣ କରୁଛି।


ବତ୍ସ ତୀମଥି, ତୁମ ଉପରେ ନ୍ୟସ୍ତ ହୋଇଥିବା ଦାୟିତ୍ୱ ବିଶ୍ୱସ୍ତ ଭାବରେ ପାଳନ କର। କେହି କେହି ଧର୍ମଭାବଶୂନ୍ୟ ନିର୍ବୋଧ ବାକ୍ଚାତୁରୀକୁ “ଜ୍ଞାନ” ବୋଲି ମନେକରି ପ୍ରକୃତ ଧର୍ମବିଶ୍ୱାସରୁ ସ୍ଖଳିତ ହେଉଛନ୍ତି - ଏ ସମସ୍ତରୁ ତୁମେ ଦୂରେଇ ରୁହ। ପ୍ରଭୁ ତୁମ ସମସ୍ତଙ୍କୁ ତାଙ୍କର ଅନୁଗ୍ରହ ପ୍ରଦାନ କରନ୍ତୁ।


ସତ୍ୟକୁ ପ୍ରତ୍ୟାଖ୍ୟାନ କରୁଥିବା ମନୁଷ୍ୟର ବିଧିବିଧାନ ଓ ଇହୁଦୀମାନଙ୍କର କପୋଳକଳ୍ପିତ କିମ୍ବଦନ୍ତୀଗୁଡ଼ିକୁ ବର୍ଜନ କରିବାକୁ ସେମାନଙ୍କୁ ଶିକ୍ଷା ଦିଅ।


ଯେଉଁ ସମସ୍ତେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଈଶ୍ୱରପରାୟଣ ଜୀବନ ଯାପନ କରିବାକୁ ଇଚ୍ଛା କରିବେ, ସେମାନଙ୍କୁ ନିର୍ଯ୍ୟାତନାର ସମ୍ମୁଖୀନ ହେବାକୁ ପଡ଼ିବ।


ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ।


ସତ୍କର୍ମ ଦ୍ୱାରା ନିଜର ଧର୍ମପରାୟଣତାର ପରିଚୟ ଦିଅନ୍ତୁ।


କିନ୍ତୁ ମନେ ରଖିବାକୁ ହେବ, ଏହି ବ୍ୟବସ୍ଥା ଧାର୍ମିକ ଲୋକମାନଙ୍କ ପାଇଁ ହୋଇ ନାହିଁ। ନିୟମଭଙ୍ଗକାରୀ ଅଧାର୍ମିକମାନଙ୍କ ପାଇଁ ତାହା ତିଆରି ହୋଇଛି। ଯେଉଁମାନେ ସ୍ୱେଚ୍ଛାଚାରୀ, ଯେଉଁମାନଙ୍କର ଈଶ୍ୱର ଭୟ ନାହିଁ, ଯେଉଁମାନେ ପାପ ଅପକର୍ମରେ ଆସକ୍ତ, ଯେଉଁମାନଙ୍କର ଧର୍ମଭାବ ଓ ଅଧ୍ୟାତ୍ମବୋଧ ନାହିଁ, ଯେଉଁମାନେ ପିତାମାତାଙ୍କୁ ହତ୍ୟା କରିବାକୁ କୁଣ୍ଠିତ ନୁହଁନ୍ତି;


ଶାରୀରିକ ବ୍ୟାୟାମର ଆବଶ୍ୟକତା ରହିଛି। କିନ୍ତୁ ଆଧ୍ୟାତ୍ମିକ ସାଧନା ସର୍ବତୋଭାବେ ଉପାଦେୟ, କାରଣ ଏଥିଦ୍ୱାରା ମନୁଷ୍ୟ ଉଭୟ ଇହଲୋକ ଓ ପରଲୋକରେ ଜୀବନ୍ତ ହୋଇ ରହିବ ବୋଲି ପ୍ରତିଶ୍ରୁତି ପାଇଛି।


ଯେଉଁମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶିକ୍ଷା ସହିତ ସାମଞ୍ଜସ୍ୟ ନ ଥିବା ଏବଂ ଆମ ଧର୍ମଶିକ୍ଷାର ବିରୋଧ କରୁଥିବା ଅନ୍ୟ ପ୍ରକାର ମତ ପ୍ରଚାର କରନ୍ତି,


ସେମାନେ ବିଚାରଶୂନ୍ୟ ହୋଇ ଅଯଥା ଯୁକ୍ତିତର୍କ ଦ୍ୱାରା ସତ୍ୟର ଅପଳାପ କରନ୍ତି। ଧର୍ମବିଶ୍ୱାସକୁ କେବଳ ଧନୀ ହେବାର ଏକ ପନ୍ଥା ବୋଲି ସେମାନେ ମନେ କରନ୍ତି।


ଧର୍ମର ପ୍ରକୃତ ଶକ୍ତିକୁ ଅସ୍ୱୀକାର କରି ସେମାନେ ବାହ୍ୟିକ ଧର୍ମକର୍ମକୁ ସର୍ବସ୍ୱ ମନେ କରିବେ। ଏମାନଙ୍କଠାରୁ ତୁମେ ନିଜକୁ ଦୂରେଇ ରଖ।


Swiv nou:

Piblisite


Piblisite