Biblia Todo Logo
Bib sou entènèt

- Piblisite -




୧ ତୀମଥି 5:14 - ପବିତ୍ର ବାଇବଲ (CL) NT (BSI)

14 ସୁତରାଂ ମୋର ମତ ହେଉଛି, ଅଳ୍ପବୟସ୍କା ବିଧବାମାନେ ପୁନର୍ବିବାହ କରି ପୁତ୍ର କନ୍ୟାର ଜନନୀ ହୋଇ ଗୋଟିଏ ଗୋଟିଏ ସୁନ୍ଦର ନୂଆ ସଂସାର ଗଢ଼ନ୍ତୁ। ତାହାହେଲେ, ଆମ ବିପକ୍ଷରେ ଥିବା ଲୋକମାନେ ଏମାନଙ୍କୁ ନେଇ ସମ୍ପ୍ରଦାୟର କୁତ୍ସାରଟନା କରିବାକୁ ଅବକାଶ ପାଇବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;

Gade chapit la Kopi

ଓଡିଆ ବାଇବେଲ

14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦେଉନ୍ତୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;

Gade chapit la Kopi

ପବିତ୍ର ବାଇବଲ

14 ଅତଏବ ଯୁବତୀମାନେ ବିବାହ କରନ୍ତୁ ସେମାନଙ୍କର ପିଲା-ଛୁଆ ହୁଅନ୍ତୁ ଏବଂ ସେମାନେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଗ୍ଭହେଁ। ଯଦି ସେମାନେ ଏପରି କରିବେ, ତା'ହେଲେ ଆମ୍ଭ ଶତ୍ରୁମାନେ ସେମାନଙ୍କୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।

Gade chapit la Kopi




୧ ତୀମଥି 5:14
19 Referans Kwoze  

ଖ୍ରୀଷ୍ଟବିଶ୍ୱାସୀ କ୍ରୀତଦାସମାନେ କର୍ତ୍ତାମାନଙ୍କୁ ଯଥାବିଧି ସମ୍ମାନ ଦିଅନ୍ତୁ। ତାହାହେଲେ, ଈଶ୍ୱରଙ୍କ ବିରୁଦ୍ଧରେ କିମ୍ବା ଆମ ଶିକ୍ଷା ସମ୍ପର୍କରେ କେହି କୌଣସି ଆକ୍ଷେପ କରିପାରିବେ ନାହିଁ।


ବିବାହ କରିବା ଏବଂ କୌଣସି କୌଣସି ଖାଦ୍ୟ ପଦାର୍ଥ ଖାଇବା ଅନୁଚିତ ବୋଲି ସେମାନେ କହୁଛନ୍ତି। କିନ୍ତୁ ଯେଉଁ ଖ୍ରୀଷ୍ଟବିଶ୍ୱାସୀମାନେ ସତ୍ୟ ଉପଲବ୍ଧି କରିଛନ୍ତି, ସେମାନେ ଈଶ୍ୱର ସୃଷ୍ଟି କରିଥିବା ସକଳ ଖାଦ୍ୟ ପଦାର୍ଥ ପାଇଁ ତାଙ୍କୁ ଧନ୍ୟବାଦ ଜଣାଇ ତାହା ନିଶ୍ଚିନ୍ତ ମନରେ ଭୋଜନ କରିପାରିବେ।


ବିବାହ ସମସ୍ତଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ହେଉ, ସ୍ୱାମୀ ଓ ସ୍ତ୍ରୀ ପରସ୍ପର ପ୍ରତି ବିଶ୍ୱସ୍ତ ରହନ୍ତୁ। ଈଶ୍ୱର କାମକୁ ଓ ପାରଦାରିକମାନଙ୍କର ବିଚାର କରିବେ।


ଅଳ୍ପବୟସ୍କା ବିଧବାମାନଙ୍କୁ ଏହି ତାଲିକାରେ ରଖ ନାହିଁ। ସେମାନେ ପୁନର୍ବିବାହର ଲାଳସା ପୋଷଣ କରିବା ଦ୍ୱାରା ପ୍ରଭୁ ଯୀଶୁଙ୍କଠାରେ ରଖିଥିବା ପ୍ରତିଜ୍ଞା ଭଙ୍ଗ କରି ତାଙ୍କଠାରୁ ଦୂରେଇ ଯିବାର ଆଶଙ୍କା ରହିଛି।


ଉପାସନାରେ ଈଶ୍ୱର ପରାୟଣ ବ୍ୟକ୍ତିମାନେ ହସ୍ତ ଉତ୍ତୋଳନ କରି ପ୍ରାର୍ଥନା କରିବା ବେଳେ ମନରୁ ସବୁ ପ୍ରକାର କ୍ରୋଧ ଓ ବିଦ୍ୱେଷ ଭାବ ବର୍ଜ୍ଜନ କରନ୍ତୁ।


କିନ୍ତୁ ବର୍ତ୍ତମାନ ମୁଁ ଯାହା କରୁଛି, ତାହା କରି ଚାଲିଥିବି। ତାହାହେଲେ, ଆମ ପରି କାର୍ଯ୍ୟ କରୁଛନ୍ତି ବୋଲି ଯେଉଁମାନେ ଦର୍ପ କରନ୍ତି, ସେମାନେ ଆଉ ତାହା କରି ପାରିବେ ନାହିଁ।


ତେଣୁ ପରସ୍ପରକୁ ବିଚାର କର ନାହିଁ। ଏପରି ମଧ୍ୟ କିଛି କର ନାହିଁ, ଯଦ୍ଦ୍ୱାରା ତୁମ ଭାଇ ଝୁଣ୍ଟି ପଡ଼ି ପାପ କରିବ।


Swiv nou:

Piblisite


Piblisite