Biblia Todo Logo
Bib sou entènèt

- Piblisite -




୧ ତୀମଥି 6:1 - ପବିତ୍ର ବାଇବଲ (CL) NT (BSI)

1 ଖ୍ରୀଷ୍ଟବିଶ୍ୱାସୀ କ୍ରୀତଦାସମାନେ କର୍ତ୍ତାମାନଙ୍କୁ ଯଥାବିଧି ସମ୍ମାନ ଦିଅନ୍ତୁ। ତାହାହେଲେ, ଈଶ୍ୱରଙ୍କ ବିରୁଦ୍ଧରେ କିମ୍ବା ଆମ ଶିକ୍ଷା ସମ୍ପର୍କରେ କେହି କୌଣସି ଆକ୍ଷେପ କରିପାରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେତେ ଲୋକ ଦାସତ୍ଵରୂପ ଯୁଆଳିର ଅଧୀନ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମାଦରଯୋଗ୍ୟ ବୋଲି ଜ୍ଞାନ କରନ୍ତୁ, ଯେପରି ଈଶ୍ଵରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ,।

Gade chapit la Kopi

ଓଡିଆ ବାଇବେଲ

1 ଯେତେ ଲୋକ ଦାସତ୍ୱରୂପ ଯୁଆଳିର ଅଧିନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ୱରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେତେ ଲୋକ ଦାସତ୍ୱରୂପ ଜୁଆଳିର ଅଧୀନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।

Gade chapit la Kopi

ପବିତ୍ର ବାଇବଲ

1 କ୍ରୀତଦାସମାନେ ନିଜ ମାଲିକକୁ ପୂର୍ଣ୍ଣ ସମ୍ମାନ ଦେବା ଉଚିତ୍। ସେମାନେ ସେହିପରି କଲେ ପରମେଶ୍ୱରଙ୍କ ନାମ ଏବଂ ଖ୍ରୀଷ୍ଟିୟାନ ଉପଦେଶଗୁଡ଼ିକ ସମାଲୋଚିତ ହେବ ନାହିଁ।

Gade chapit la Kopi




୧ ତୀମଥି 6:1
35 Referans Kwoze  

ଶାସ୍ତ୍ରରେ ଉଲ୍ଲେଖ ଅଛି, “ତୁମ୍ଭମାନଙ୍କ ଯୋଗୁଁ ଅଣଇହୁଦୀମାନଙ୍କ ମଧ୍ୟରେ ଈଶ୍ୱର ନିନ୍ଦିତ ହେଉଛନ୍ତି।”


କିନ୍ତୁ ବିନୀତ ଓ ଭଦ୍ର ଭାବରେ ଉତ୍ତର ଦିଅ। ତୁମ୍ଭମାନଙ୍କ ବିବେକକୁ ନିର୍ମଳ ରଖ। ତା’ ହେଲେ, ତୁମେ ଖ୍ରୀଷ୍ଟଙ୍କ ଅନୁଗାମୀରୂପେ ସଦାଚରଣ କରୁଥିବା ବେଳେ, ଯେଉଁମାନେ ତୁମର ମିଥ୍ୟା ଅପବାଦ କରନ୍ତି, ସେମାନେ ଲଜ୍ଜିତ ହେବେ।


ବିଜାତୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କର ସଦାଚରଣ ପ୍ରକାଶ ପାଉ; ତାହାହେଲେ, ସେମାନେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ଅପବାଦ ଦେଉଥିଲେ ମଧ୍ୟ, ତୁମ୍ଭମାନଙ୍କୁ ସତ୍କର୍ମ ଦେଖି ଖ୍ରୀଷ୍ଟଙ୍କ ଆଗମନ ଦିନରେ ଈଶ୍ୱରଙ୍କ ପ୍ରଶଂସା କରିବେ।


ଆମେ ସ୍ୱାଧୀନ। ଖ୍ରୀଷ୍ଟ ଆମକୁ ସ୍ୱାଧୀନ କରି ଅଛନ୍ତି। ତେଣୁ ତୁମ୍ଭେମାନେ ସ୍ୱାଧୀନତାରେ ଅଟଳ ରୁହ। ପୁନର୍ବାର ଦାସତ୍ୱ ବନ୍ଧନରେ ଆବଦ୍ଧ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ।


ତାହାହେଲେ ଯେଉଁ ବୋଝ ବୋହିବା ପାଇଁ ଆମ ପୂର୍ବପୁରୁଷ ଓ ଆମେ ସମର୍ଥ ହୋଇପାରିଲୁ ନାହିଁ, ତୁମେ ବର୍ତ୍ତମାନ ବିଶ୍ୱାସୀମାନଙ୍କ ପିଠିରେ ତାହା ଲଦି ଦେଇ କାହିଁକି ଈଶ୍ୱରଙ୍କୁ ପରୀକ୍ଷା କରିବାକୁ ଚାହୁଁଛ?


ସେମାନେ ଉତ୍ତର ଦେଲେ, “ସେନାପତି କର୍ଣ୍ଣୀଲିୟ ଆମକୁ ପଠାଇଛନ୍ତି। ସେ ଜଣେ ଧର୍ମପ୍ରାଣ ବ୍ୟକ୍ତି। ସେ ଈଶ୍ୱରଙ୍କୁ ଆରାଧନା କରନ୍ତି ଓ ଇହୁଦୀମାନେ ସମସ୍ତେ ତାଙ୍କୁ ବିଶେଷ ଭକ୍ତି କରନ୍ତି। ଆପଣଙ୍କୁ ତାଙ୍କ ଘରକୁ ନିମନ୍ତ୍ରଣ କରି ଆପଣଙ୍କର ଶିକ୍ଷା ଶୁଣିବା ପାଇଁ ଈଶ୍ୱରଙ୍କ ଜଣେ ଦୂତ ତାଙ୍କୁ ଆଦେଶ ଦେଇଛନ୍ତି।”


ଏହା କହି ସ୍ୱର୍ଗଦୂତ ଚାଲିଗଲେ। କର୍ଣ୍ଣୀଲିୟ ତାଙ୍କ ଘରର ଦୁଇ ଜଣ ଦାସ ଓ ସୈନିକ ଅନୁଚରମାନଙ୍କ ମଧ୍ୟରୁ ଜଣେ ଧାର୍ମିକ ବ୍ୟକ୍ତିଙ୍କୁ ଡକାଇଲେ।


ଯୀଶୁ ତାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯେଉଁସବୁ ପରୀକ୍ଷା ଦ୍ୱାରା ମନୁଷ୍ୟ ପାପରେ ପଡ଼େ, ସେସବୁ ନିଶ୍ଚୟ ଆସିବ; କିନ୍ତୁ ଯେ ଏ ସବୁର କାରଣ ହୁଏ, ତାହାର ଶେଷ ଦଶା କେଡ଼େ ଭୟଙ୍କର।


ମୁଁ ତୁମ୍ଭମାନଙ୍କ ଉପରେ ଯେଉଁ ଜୁଆଳି ରଖିବି, ତାହା ବହନ କରିବାକୁ ସହଜ। ପୁଣି ତୁମକୁ ଯେଉଁ ଭାର ଦେବି, ତା’ ମଧ୍ୟ ବେଶ୍ ହାଲୁକା।”


ସୁତରାଂ ମୋର ମତ ହେଉଛି, ଅଳ୍ପବୟସ୍କା ବିଧବାମାନେ ପୁନର୍ବିବାହ କରି ପୁତ୍ର କନ୍ୟାର ଜନନୀ ହୋଇ ଗୋଟିଏ ଗୋଟିଏ ସୁନ୍ଦର ନୂଆ ସଂସାର ଗଢ଼ନ୍ତୁ। ତାହାହେଲେ, ଆମ ବିପକ୍ଷରେ ଥିବା ଲୋକମାନେ ଏମାନଙ୍କୁ ନେଇ ସମ୍ପ୍ରଦାୟର କୁତ୍ସାରଟନା କରିବାକୁ ଅବକାଶ ପାଇବେ ନାହିଁ।


ତୁମ୍ଭେମାନେ ଅନ୍ୟ ଦେଶୀୟ, ଇହୁଦୀ କିମ୍ବା ଈଶ୍ୱରଙ୍କ ମଣ୍ଡଳୀ, କାହାରି ବିଘ୍ନ ସ୍ୱରୂପ ହୁଅ ନାହିଁ।


ମୋତେ କୁହ, କ’ଣ ଦେଖିବାକୁ ଯାଇଥିଲ। ଜଣେ ଭାବବାଦୀଙ୍କୁ? ତା’ତ ନିଶ୍ଚୟ, କିନ୍ତୁ ଭାବବାଦୀଠାରୁ ଜଣେ ଅଧିକମହାନ ଲେଶକଙ୍କ ଦେଖା ପାଇଛ।


Swiv nou:

Piblisite


Piblisite