Biblia Todo Logo
Bib sou entènèt

- Piblisite -




୧ ତୀମଥି 6:19 - ପବିତ୍ର ବାଇବଲ (CL) NT (BSI)

19 ତାହାହେଲେ, ଏହି ଅବିନଶ୍ୱର ଧନଭଣ୍ଡାର ସୃଷ୍ଟି କରି ନିଜର ଭବିଷ୍ୟତ ସଦ୍ଗତି ପାଇଁ ସେମାନେ ଦୃଢ଼ଭିତ୍ତି ସ୍ଥାପନ କରିବେ ଏବଂ ପରିଶେଷରେ ସେମାନେ ପ୍ରକୃତ ଜୀବନ ଲାଭ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ଉତ୍କୃଷ୍ଟ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

19 ଏହି ପ୍ରକାର କଲେ ସେମାନେ ଭାବି ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

19 ସେହିପରି କରି ସେମାନେ ସ୍ୱର୍ଗରେ ନିଜ ପାଇଁ ସମ୍ପତ୍ତି ଜମା ରଖିବେ। ସେହି ସମ୍ପତ୍ତି ହେଉଛି ଦୃଢ଼ ମୂଳଦୁଆ ଯାହା ଉପରେ ସେମାନଙ୍କର ଭବିଷ୍ୟତ୍ ଜୀବନ ଠିଆ ହୋଇପାରିବ। ତା'ହେଲେ ସେମାନେ ପ୍ରକୃତ ଜୀବନର ଅଧିକାରୀ ହୋଇ ପାରିବେ।

Gade chapit la Kopi




୧ ତୀମଥି 6:19
23 Referans Kwoze  

ଖ୍ରୀଷ୍ଟବିଶ୍ୱାସର ପୁଣ୍ୟ ରଣକ୍ଷେତ୍ରରେ ସଂଗ୍ରାମ କରି ଅନନ୍ତ ଜୀବନ ଲାଭ କର। ଏହି ଲକ୍ଷ୍ୟରେ ପହଞ୍ଚିବା ପାଇଁ ତ ତୁମେ ଆହୂତ ହୋଇଅଛ ଏବଂ ଅନେକ ସାକ୍ଷୀଙ୍କ ମଧ୍ୟରେ ଏହା ସ୍ୱୀକାର କରିଛ।


କିନ୍ତୁ ଈଶ୍ୱର ଯେଉଁ ଦୃଢ଼ ଭିତ୍ତିଭୂମି ସ୍ଥାପନ କରିଛନ୍ତି, ତାକୁ କେହି ଦୋହଲାଇ ପାରିବେ ନାହିଁ। ସେହି ଭିତ୍ତିପ୍ରସ୍ତର ଉପରେ ଖୋଦିତ ହୋଇଛି: “ଈଶ୍ୱର ତାଙ୍କ ନିଜ ଲୋକମାନଙ୍କୁ ଜାଣନ୍ତି - ଯେ ନିଜକୁ ଈଶ୍ୱରଙ୍କ ଲୋକ ବୋଲି ପରିଚୟ ଦିଏ, ସେ ସବୁ ଦୁଷ୍କର୍ମରୁ ବିମୁଖ ହେଉ।”


ତେଣୁ ଈଶ୍ୱର ତାଙ୍କ ଲୋକମାନଙ୍କ ନିମନ୍ତେ ଯେଉଁ ବହୁମୂଲ୍ୟ ଆଶୀର୍ବାଦ ରଖିଛନ୍ତି, ତାହା ପାଇବା ପାଇଁ ଆମ୍ଭେମାନେ ପ୍ରତୀକ୍ଷାରେ ଅଛୁ। ତାହା ସେ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ଗଚ୍ଛିତ କରି ରଖିଛନ୍ତି। ସେଠାରେ ତାହା କ୍ଷୟ ପାଏ ନାହିଁ, ନଷ୍ଟ ବା ମ୍ଳାନ ହୁଏ ନାହିଁ।


“ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ଜାଗତିକ ଧନ ସାହାଯ୍ୟରେ ବନ୍ଧୁ ଲାଭ କର। ତାହାହେଲେ, ଯେତେବେଳେ ତୁମ ପାଇଁ ଧନ ନିରର୍ଥକ ହେବ, ସେତେବେଳେ ତୁମେ ନିତ୍ୟସ୍ଥାୟୀ ବାସ ସ୍ଥାନରେ ଗୃହୀତ ହେବ।


ତେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହାୟତାରେ ଯେଉଁ ସ୍ୱର୍ଗୀୟ ଜୀବନ ଲାଭ କରିବା ପାଇଁ ଈଶ୍ୱର ମୋତେ ଆହ୍ୱାନ କରିଛନ୍ତି ସେହି ପୁରସ୍କାର ପ୍ରତି ଦୃଷ୍ଟି ରଖି ମୁଁ ଲକ୍ଷ୍ୟ ସ୍ଥଳଆଡ଼କୁ ଦୌଡ଼ୁଛି।


ମୁଁ ପ୍ରାର୍ଥନା କରେ, ଯେପରି ତୁମ୍ଭମାନଙ୍କ ବିଶ୍ୱାସ ବଳରେ ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରିବେ। ମୁଁ ପ୍ରାର୍ଥନା କରେ, ଯେପରି ତୁମ୍ଭମାନଙ୍କର ମୂଳଦୁଆ ପ୍ରେମରେ ସ୍ଥାପିତ ଓ ଦୃଢ଼ୀଭୂତ ହେବ।


ଯୀଶୁ ଏହା ଶୁଣି କହିଲେ, “ତଥାପି ତୁମକୁ ଆଉ ଗୋଟିଏ ବିଷୟ କରିବାକୁ ହେବ। ତୁମର ଯାହା କିଛି ଅଛି, ସେସବୁ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ତେବେ ସ୍ୱର୍ଗରେ ତୁମେ ଧନ ପାଇବ; ତା’ପରେ ଆସି ମୋର ଅନୁଗମନ କର।”


ତୁମ୍ଭମାନଙ୍କ ସମସ୍ତ ସମ୍ପତ୍ତି ବିକ୍ରୟ କରି ଦାନ କରି ଦିଅ। କ୍ଷୟ ହେଉ ନ ଥିବା ଥଳୀ ସଂଗ୍ରହ କର, ଯେଉଁଠାରେ ଚୋର ପ୍ରବେଶ କରେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ସେହି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର।


ଯୀଶୁ ତାକୁ ଉତ୍ତର ଦେଲେ, “ଯଦି ତୁମେ ସିଦ୍ଧ ହେବାକୁ ଚାହଁ, ଯାଅ, ତୁମର ସବୁ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବମାନଙ୍କୁ ଦାନ କରିଦିଅ। ତା’ହେଲେ ତୁମେ ସ୍ୱର୍ଗରେ ଧନ ଲାଭ କରିବ। ଏସବୁ କରିସାରି ମୋ’ ପଛେ ପଛେ ଆସ।”


କାରଣ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କଲେ, ସୁନ୍ନତ ବା ଅସୁନ୍ନତର କୌଣସି ପ୍ରଭେଦ ରହେ ନାହିଁ। ଏକମାତ୍ର ପ୍ରୟୋଜନୀୟ ବିଷୟ ହେଉଛି, ବିଶ୍ୱାସରେ ଅଟଳ ରହି ପ୍ରେମରେ କର୍ତ୍ତବ୍ୟ ସାଧନ କରିବା।


“ଗୋଟିଏ ସହରରେ ଜଣେ ବିଚାରକର୍ତ୍ତା ଥିଲେ। ସେ ଈଶ୍ୱରଙ୍କୁ ଭୟ କରୁ ନ ଥିଲେ କିମ୍ବା ମନୁଷ୍ୟକୁ ମାନୁ ନ ଥିଲେ।


“କିନ୍ତୁ ଅବ୍ରାହମ କହିଲେ, ‘ହେ ମୋର ପୁଅ, ତୁ ଯେ ଜୀବନରେ ସମସ୍ତ ଉକ୍ରୃଷ୍ଟ ବିଷୟ ଭୋଗ କଲୁ, କିନ୍ତୁ ଲାଜାର କେବଳ ନିକୃଷ୍ଟ ବିଷୟ ପାଇଥିଲା, ତାହା ସ୍ମରଣ କର। କିନ୍ତୁ ବର୍ତ୍ତମାନ ସେ ଏଠାରେ ସୁଖ ଭୋଗ କରୁଛି ଓ ତୁ କଷ୍ଟ ଭୋଗ କରୁଛୁ।


ମୁଁ କୃତକାର୍ଯ୍ୟ ବା ସିଦ୍ଧ ହୋଇସାରିଛି ବୋଲି କହୁ ନାହିଁ। ପୁରସ୍କାର ପାଇବା ପାଇଁ ଦୌଡ଼ିବାରେ ଲାଗିଛି। ସ୍ୱୟଂ ଖ୍ରୀଷ୍ଟ ମୋତେ ଧରି ଆଣି ଏଥିରେ ନିଯୁକ୍ତ କରିଛନ୍ତି।


ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଈଶ୍ୱରଙ୍କ ପ୍ରତିଜ୍ଞା ଅନୁସାରେ ଆମ୍ଭେମାନେ ଯେଉଁ ଜୀବନ ଲାଭ କରିଛୁ, ତାହା ଘୋଷଣା କରିବାକୁ ଈଶ୍ୱରଙ୍କ ଅଭିମତ ଅନୁଯାୟୀ ମୁଁ ଜଣେ ଶିଷ୍ୟ ରୂପେ ପ୍ରେରିତ ହୋଇଛି।


Swiv nou:

Piblisite


Piblisite