Biblia Todo Logo
Bib sou entènèt

- Piblisite -




୧ ତୀମଥି 6:20 - ପବିତ୍ର ବାଇବଲ (CL) NT (BSI)

20-21 ବତ୍ସ ତୀମଥି, ତୁମ ଉପରେ ନ୍ୟସ୍ତ ହୋଇଥିବା ଦାୟିତ୍ୱ ବିଶ୍ୱସ୍ତ ଭାବରେ ପାଳନ କର। କେହି କେହି ଧର୍ମଭାବଶୂନ୍ୟ ନିର୍ବୋଧ ବାକ୍ଚାତୁରୀକୁ “ଜ୍ଞାନ” ବୋଲି ମନେକରି ପ୍ରକୃତ ଧର୍ମବିଶ୍ୱାସରୁ ସ୍ଖଳିତ ହେଉଛନ୍ତି - ଏ ସମସ୍ତରୁ ତୁମେ ଦୂରେଇ ରୁହ। ପ୍ରଭୁ ତୁମ ସମସ୍ତଙ୍କୁ ତାଙ୍କର ଅନୁଗ୍ରହ ପ୍ରଦାନ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ ତଥାକଥିତ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;

Gade chapit la Kopi

ଓଡିଆ ବାଇବେଲ

20 ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;

Gade chapit la Kopi

ପବିତ୍ର ବାଇବଲ

20 ତୀମଥି, ପରମେଶ୍ୱର ତୁମ୍ଭ ଉପରେ ଅନେକ ବିଷୟର ଭାର ଦେଇଛନ୍ତି। ସେଗୁଡ଼ିକୁ ସୁରକ୍ଷିତ ରଖିଥାଅ। ପରମେଶ୍ୱରଙ୍କ ନିକଟକୁ ଆସି ନ ଥିବା ଅସାର କଥା କହୁଥିବା ଲୋକମାନଙ୍କଠାରୁ ଦୂରରେ ରୁହ। ସତ୍ୟ ବିରୁଦ୍ଧରେ ଯୁକ୍ତିତର୍କ କରୁଥିବା ଲୋକମାନଙ୍କଠାରୁ ଦୂରରେ ରୁହ। ଏହାକୁ ସେମାନେ ମିଛରେ “ଜ୍ଞାନ” ବୋଲି କହିଥା’ନ୍ତି। କିନ୍ତୁ ଏହା ପ୍ରକୃତ ଜ୍ଞାନ ନୁହେଁ।

Gade chapit la Kopi




୧ ତୀମଥି 6:20
30 Referans Kwoze  

ସାବଧାନ, କେହି ଯେପରି ତୁମକୁ ମନୁଷ୍ୟର ବିଭ୍ରାନ୍ତିକର ଅସାର ଜ୍ଞାନ ଦ୍ୱାରା ବଶୀଭୂତ ନ କରେ। ସେହି ସବୁ ଜ୍ଞାନ ଖ୍ରୀଷ୍ଟଙ୍କ ଶିକ୍ଷାରୁ ଆସି ନ ଥାଏ। ତାହା ମନୁଷ୍ୟ ସମାଜର ପାରମ୍ପରିକ ଶିକ୍ଷା ଓ ବିଶ୍ୱସ ଉପରେ କର୍ତ୍ତୃତ୍ୱ କରୁଥିବା ଅଶରୀରୀ ଶକ୍ତିମାନଙ୍କ ଶିକ୍ଷାର ଫଳ।


ଯେଉଁ ଧର୍ମଭାବଶୂନ୍ୟ ନିର୍ବୋଧ ବାକ୍ୟାଳାପ ମନୁଷ୍ୟକୁ ଈଶ୍ୱରଙ୍କଠାରୁ ବିଚ୍ଛିନ୍ନ କରେ, ସେ ସବୁଠାରୁ ତୁମେ ଦୂରରେ ରୁହ।


ଯେଉଁମାନେ ବିଶେଷ ଦର୍ଶନ, ଛଳ ନମ୍ରତା ଓ ସ୍ୱର୍ଗଦୂତ ପୂଜା ଉପରେ ଗୁରୁତ୍ୱ ଦେଇ ଆତ୍ମବଡ଼ିମା କରନ୍ତି, ସେମାନଙ୍କୁ ଦେଖି ତୁମ୍ଭେମାନେ ନିଜକୁ ହୀନ ମନେ କର ନାହିଁ। ଏହିପରି ଲୋକମାନେ ନିଜର ମାନବୀୟ ଚିନ୍ତା ଦ୍ୱାରା ଅହେତୁକ ଗର୍ବରେ ସ୍ଫୀତ ହୋଇଥାଆନ୍ତି।


ଅନେକ କିଛି। ପ୍ରଥମେ, ଈଶ୍ୱର ତାଙ୍କ ବାର୍ତ୍ତାର ଦାୟିତ୍ୱ ଇହୁଦୀମାନଙ୍କ ଉପରେ ନ୍ୟସ୍ତ କରିଛନ୍ତି।


ପ୍ରଭୁ ଯୀଶୁଙ୍କ ପୁନରାଗମନ ପର୍ଯ୍ୟନ୍ତ ତୁମକୁ ଦିଆଯାଇଥିବା ଆଜ୍ଞାଗୁଡ଼ିକୁ ବିଶ୍ୱସ୍ତଭାବେ ପାଳନ କର।


ତେଣୁ ହେ ଭାଇମାନେ, ଆମ ପ୍ରଚାର ଓ ଆମ ପତ୍ରରେ ଆମେ ତୁମ୍ଭମାନଙ୍କ ନିକଟରେ ଯେଉଁ ସତ୍ୟ ପ୍ରକାଶ କରିଛୁ, ତାହାକୁ ଦୃଢ଼ ଭାବରେ ଧରି ରଖ; ସେଥିରେ ଅବିଚଳିତ ରୁହ।


ଅବାନ୍ତର ଯୁକ୍ତିତର୍କ, ପୂର୍ବପୁରୁଷମାନଙ୍କର ଦୀର୍ଘ ନାମ ତାଲିକା ଓ ଶାସ୍ତ୍ରାର୍ଥ ନେଇ ଅଯଥା ବାକ୍ବିତଣ୍ଡା, କଳହ ଓ ବିବାଦ ସବୁ ପରିହାର କର। ଏହା ମୂଲ୍ୟହୀନ ଓ ନିରର୍ଥକ।


ମୋର ପ୍ରିୟ ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ତାଙ୍କ ଅନୁଗ୍ରହରୁ ଯେଉଁ ଶକ୍ତି ମିଳେ, ସେଥିରେ ତୁମେ ବଳୀୟାନ ହୁଅ।


ମହାମହିମ ପରମଧନ୍ୟ ଈଶ୍ୱରଙ୍କ ଶୁଭ ବାର୍ତ୍ତାରେ ସମସ୍ତ ସତ୍ଶିକ୍ଷା ନିହିତ ଅଛି। ସେହି ଶୁଭ ବାର୍ତ୍ତା ପ୍ରଚାର କରିବା ଦାୟିତ୍ୱ ମୋ’ ଉପରେ ନ୍ୟସ୍ତ ହୋଇଛି।


ତେଣୁ ଈଶ୍ୱରଙ୍କ ଉପାସକ ମଣ୍ଡଳୀମାନଙ୍କରେ ତୁମକୁ ନେଇ ଆମେ ଦର୍ପ କରିଥାଉ। ତୁମ୍ଭେମାନେ କିପରି ସମସ୍ତ କ୍ଲେଶ ଓ ତାଡ଼ନା ସହ୍ୟ କରି ନିଜ ବିଶ୍ୱାସରେ ଅବିଚଳିତ ରହିଛ, ଏ କଥା ଆମେ ଗର୍ବର ସହିତ ପ୍ରକାଶ କରିଥାଉ।


ସତ୍ୟକୁ ପ୍ରତ୍ୟାଖ୍ୟାନ କରୁଥିବା ମନୁଷ୍ୟର ବିଧିବିଧାନ ଓ ଇହୁଦୀମାନଙ୍କର କପୋଳକଳ୍ପିତ କିମ୍ବଦନ୍ତୀଗୁଡ଼ିକୁ ବର୍ଜନ କରିବାକୁ ସେମାନଙ୍କୁ ଶିକ୍ଷା ଦିଅ।


ଆମ ପ୍ରଚାରିତ ଶୁଭ ବାର୍ତ୍ତାରେ ସେ ଦୃଢ଼ତା ସହିତ ବିଶ୍ୱାସ କରୁଥିବେ - ଏହି ବାର୍ତ୍ତା ପ୍ରକୃତ ଧର୍ମତତ୍ତ୍ୱ ଜ୍ଞାନ ଉପରେ ପ୍ରତିଷ୍ଠିତ ଏବଂ ସର୍ବତୋଭାବେ ନିର୍ଭରଯୋଗ୍ୟ। ଏହି ବାର୍ତ୍ତାର ସତ୍ଶିକ୍ଷାରେ ଅନ୍ୟମାନଙ୍କୁ ଅନୁପ୍ରାଣିତ କରିବାକୁ ଏବଂ ଏହାକୁ ବିରୋଧ କରୁଥିବା ଲୋକମାନଙ୍କ ଭ୍ରାନ୍ତି ଦୂର କରିବାକୁ ତାଙ୍କର ଦକ୍ଷତା ଥିବ।


ତୁମେ ଈଶ୍ୱରଙ୍କ ଭକ୍ତ - ସୁତରାଂ ଏ ସମସ୍ତଠାରୁ ତୁମେ ଦୂରେଇ ରୁହ। ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ, ପ୍ରେମ, ସହିଷ୍ଣୁତା ଓ ସୌଜନ୍ୟ ପ୍ରଭୃତି ସଦ୍ଗୁଣରେ ପରିପୂର୍ଣ୍ଣ ହେବାକୁ ଚେଷ୍ଟା କର।


ଈଶ୍ୱରଙ୍କୁ ଅପମାନିତ କରୁଥିବା ମୂଲ୍ୟହୀନ କିମ୍ବଦନ୍ତୀଗୁଡ଼ିକୁ ପରିହାର କରି, ତୁମ ଧର୍ମ ଜୀବନକୁ ବଳିଷ୍ଠ କରିବାକୁ ଅଭ୍ୟାସ କର।


କେତେକ ଏହି ମୁଖ୍ୟ ବିଷୟଗୁଡ଼ିକୁ ଭୁଲିଯାଇ ବୃଥା ଯୁକ୍ତି ତର୍କରେ ପଥଚ୍ୟୁତ ହୋଇଛନ୍ତି।


ସେମାନେ କାଳ୍ପନିକ ଗଳ୍ପ ଓ ପୂର୍ବପୁରୁଷମାନଙ୍କର ଦୀର୍ଘ ବଂଶାବଳୀ ତିଆରି କରିବାରେ ଲାଗିଛନ୍ତି। ସେ ସବୁ ଛାଡ଼ିବାକୁ ସେମାନଙ୍କୁ ଶିକ୍ଷା ଦିଅ, କାରଣ ତାହା କେବଳ ଅନର୍ଥକ ବାକ୍ବିତଣ୍ଡା ସୃଷ୍ଟି କରେ। ଯେଉଁ ସରଳ ବିଶ୍ୱାସରେ ଈଶ୍ୱରଙ୍କ ଇଚ୍ଛା ଜାଣି ହୁଏ, ଏ ସବୁ ତାକୁ ବାଧା ଦିଏ।


କାରଣ ଏହି ଜଗତ ଦୃଷ୍ଟିରେ ଯାହା ଜ୍ଞାନ, ତାହା ଈଶ୍ୱରଙ୍କ ଦୃଷ୍ଟିରେ ଅଜ୍ଞତା। ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି:- “ଈଶ୍ୱର ଜ୍ଞାନୀ ଲୋକମାନଙ୍କୁ ସେମାନଙ୍କ ଧୂର୍ତ୍ତପଣରେ ଧରନ୍ତି।”


(ଆଥେନ୍ସ୍ର ନାଗରିକମାନେ ଓ ସେଠାରେ ବାସ କରୁଥିବା ବିଦେଶୀୟମାନେ ନୂତନ ବିଷୟ ଶୁଣିବାକୁ ଓ କହିବାକୁ ବଡ଼ ଭଲ ପାଉଥିଲେ। ଏଥିରେ ସେମାନେ ବହୁତ ସମୟ ଅତିବାହିତ କରୁଥିଲେ।)


କେତେକ “ଏପିକ୍ୟୁରିଆନ୍ ଓ ଷ୍ଟୋଇକ୍” ଶିକ୍ଷା ଗୁରୁମାନଙ୍କ ସହିତ ତାଙ୍କର ଯୁକ୍ତିତର୍କ ହେଲା। ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଏ ନିର୍ବୋଧ ବଚାଳ କଅଣ କହିବାକୁ ଚେଷ୍ଟା କରୁଛି?” ଅନ୍ୟମାନେ କହିଲେ, “ବିଦେଶୀୟ ଦେବତାମାନଙ୍କ ବିଷୟରେ ସେ ପ୍ରଚାର କରିବା ପରି ମନେ ହେଉଛି।” ଯୀଶୁ ଓ ତାଙ୍କର ପୁନରୁତ୍ଥାନ ବିଷୟରେ ପାଉଲ ପ୍ରଚାର କରୁଥିବାର ଶୁଣି ସେମାନେ ଏହା କହିଲେ।


ତୁମକୁ ଯେଉଁ ଶିକ୍ଷା ଦିଆଯାଇଥିଲା ଏବଂ ତୁମେ ଯାହା ଶୁଣିଥିଲ, ତାହା ସ୍ମରଣ କରି ପାଳନ କର ଓ ତୁମ ପାପରୁ ଫେର। ଜାଗ୍ରତ ନ ହେଲେ, ମୁଁ ଚୋର ପରି ଅତର୍କିତ ଭାବରେ ତୁମ ନିକଟକୁ ଆସିବି। କେଉଁ ସମୟରେ ଆସିବି, ତାହା ତୁମେ ଜାଣି ପାରିବ ନାହିଁ।


ମୋର ସମବିଶ୍ୱାସୀ ଓ ଏହି ବିଶ୍ୱାସ ଲାଗି ଯଥାର୍ଥରେ ମୋର ପୁତ୍ର ତୀତସଙ୍କ ନିକଟକୁ ମୁଁ ଏହି ପତ୍ର ଲେଖୁଛି: ପିତା ଈଶ୍ୱର ଓ ଆମ୍ଭମାନଙ୍କର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁ ତୁମକୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ଅବଶ୍ୟ ଆଧ୍ୟାତ୍ମିକଭାବେ ପରିପକ୍ୱ ଲୋକମାନଙ୍କ ନିକଟରେ ମୁଁ ଜ୍ଞାନର କଥା କୁହେ। କିନ୍ତୁ ଏ ଜ୍ଞାନ ଏ ଯୁଗର ଜ୍ଞାନ ନୁହେଁ, କିମ୍ବା ଏ ଯୁଗରେ କର୍ତ୍ତୃତ୍ୱ କରୁଥିବା କ୍ଷୟଶୀଳ ଶାସକଙ୍କର ଜ୍ଞାନ ନୁହେଁ।


ସେମାନେ ନିଜକୁ ଜ୍ଞାନୀ ମନେ କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ମୂର୍ଖ।


ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ଗଲେ। ସେଠାରେ ତୀମଥି ନାମକ ଜଣେ ଖ୍ରୀଷ୍ଟିୟାନ ବାସ କରୁଥିଲେ। ସେ ଜଣେ ଖ୍ରୀଷ୍ଟ ବିଶ୍ୱାସୀ ଇହୁଦୀ ମହିଳାର ପୁତ୍ର। କିନ୍ତୁ ତାଙ୍କ ପିତା ଜଣେ ଗ୍ରୀକ୍ ଲୋକ ଥିଲେ।


ତାଙ୍କ ଧର୍ମପୁତ୍ର ତୀମଥିଙ୍କ ନିକଟକୁ ଲେଖିଥିବା ପତ୍ର:- ପିତା ଈଶ୍ୱର ଓ ଆମ୍ଭମାନଙ୍କର ପ୍ରଭୁ ଖ୍ରୀଷ୍ଟ ଯୀଶୁ ତୁମକୁ ଅନୁଗ୍ରହ, କୃପା ଓ ଶାନ୍ତି ପ୍ରଦାନ କରନ୍ତୁ।


କିନ୍ତୁ ମନେ ରଖିବାକୁ ହେବ, ଏହି ବ୍ୟବସ୍ଥା ଧାର୍ମିକ ଲୋକମାନଙ୍କ ପାଇଁ ହୋଇ ନାହିଁ। ନିୟମଭଙ୍ଗକାରୀ ଅଧାର୍ମିକମାନଙ୍କ ପାଇଁ ତାହା ତିଆରି ହୋଇଛି। ଯେଉଁମାନେ ସ୍ୱେଚ୍ଛାଚାରୀ, ଯେଉଁମାନଙ୍କର ଈଶ୍ୱର ଭୟ ନାହିଁ, ଯେଉଁମାନେ ପାପ ଅପକର୍ମରେ ଆସକ୍ତ, ଯେଉଁମାନଙ୍କର ଧର୍ମଭାବ ଓ ଅଧ୍ୟାତ୍ମବୋଧ ନାହିଁ, ଯେଉଁମାନେ ପିତାମାତାଙ୍କୁ ହତ୍ୟା କରିବାକୁ କୁଣ୍ଠିତ ନୁହଁନ୍ତି;


Swiv nou:

Piblisite


Piblisite