Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:5 - ପବିତ୍ର ବାଇବଲ (CL) NT (BSI)

5 ଆମେ ଖ୍ରୀଶ୍ଟଙ୍କ ବହୁ ଦୁଃଖ ଭୋଗରେ ଅଂଶୀଦାର ହୋଇ ଥିବାରୁ ଖ୍ରୀଶ୍ଟଙ୍କ ସାହାୟତାରେ ଈଶ୍ୱରଙ୍କ ମହାସାନ୍ତ୍ୱନାର ମଧ୍ୟ ଅଂଶୀ ହୋଇ ପାରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କର ସାନ୍ତ୍ଵନା ମଧ୍ୟ ପ୍ରଚୁର।

Gade chapit la Kopi

ଓଡିଆ ବାଇବେଲ

5 କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର।

Gade chapit la Kopi

ପବିତ୍ର ବାଇବଲ

5 ଖ୍ରୀଷ୍ଟଙ୍କର ଅନେକ ଦୁଃଖ ଭୋଗର ଆମ୍ଭେ ସହଭାଗୀ ଅଟୁ। ସେହିଭଳି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନା ଆମ୍ଭକୁ ମିଳେ ତାହାର ସୀମା ନାହିଁ।

Gade chapit la Kopi




୨ କରିନ୍ଥୀୟ 1:5
13 Referans Kwoze  

ବର୍ତ୍ତମାନ ତୁମ୍ଭମାନଙ୍କ ନିମନ୍ତେ ମୋର ଦୁଃଖଭୋଗ ପାଇଁ ମୁଁ ଆନନ୍ଦିତ। କାରଣ ମୋର ଶାରୀରିକ ଦୁଃଖଭୋଗ ଦ୍ୱାରା ମୁଁ ଖ୍ରୀଷ୍ଟଙ୍କର ଶରୀରରୂପ ମଣ୍ଡଳୀ ପକ୍ଷରୁ ଖ୍ରୀଷ୍ଟଙ୍କ ଦୁଃଖଭୋଗର ଅବଶିଷ୍ଟାଂଶକୁ ପୂରଣ କରିବା ପାଇଁ ସାହାଯ୍ୟ କରୁଛି।


ଏବେ ମୋର ଏକାନ୍ତ ଇଚ୍ଛା - ମୁଁ ଯେପରି ଖ୍ରୀଷ୍ଟଙ୍କୁ ଜାଣିବି ଓ ତାଙ୍କ ପୁନରୁତ୍ଥାନର ଶକ୍ତି ଅନୁଭବ କରିବି; ତାଙ୍କ କ୍ଲେଶଭୋଗର ସମବେଦନା ଅନୁଭବ କରି ମୃତ୍ୟୁରେ ମଧ୍ୟ ତାଙ୍କ ପରି ହେବି


ଜୀବନରେ ଅବା ମରଣରେ, ମୋର କର୍ତ୍ତବ୍ୟରେ ଅବହେଳା ନ କରି ସବୁ ସମୟରେ ଓ ବିଶେଷରେ ଏହି ଦୁର୍ଦ୍ଦିନରେ ସାହସିକ ହୋଇ ସମ୍ପୂର୍ଣ୍ଣଭାବେ ଯେପରି ମୁଁ ଖ୍ରୀଷ୍ଟଙ୍କୁ ଗୌରବାନ୍ୱିତ କରିବି, ଏହା ହିଁ ମୋର ଏକାନ୍ତ ଆଶା ଓ ଆକାଂକ୍ଷା।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ତୁମ୍ଭେମାନେ ଜୀବନରେ ବଳିଷ୍ଠ ହୋଇଛ, ପୁଣି ତାଙ୍କର ପ୍ରେମ ତୁମ୍ଭମାନଙ୍କୁ ସାନ୍ତ୍ୱନା ଦେଉଛି। ତୁମ୍ଭେମାନେ ପବିତ୍ରଆତ୍ମାଙ୍କ ସାହଚର୍ଯ୍ୟ ଉପଭୋଗ କରୁଛ ଏବଂ ପରସ୍ପର ପ୍ରତି ତୁମ୍ଭମାନଙ୍କ ଅନୁକମ୍ପା ଓ ଦୟା ରହିଛି।


ସେ ତଳେ ପଡ଼ିଗଲେ ଏବଂ ବାଣୀ ଶୁଣିଲେ, “ଶାଉଲ! ଶାଉଲ! ତୁମେ କାହିଁକି ମୋତେ ନିର୍ଯ୍ୟାତନା କରୁଛ?”


ସେତେବେଳେ ଯିରୁଶାଲମରେ ଶିମିୟୋନ୍ ନାମକ ଜଣେ ଧାର୍ମିକ ଓ ଭକ୍ତ ବାସ କରୁଥିଲେ। ସେ ଇଶ୍ରାୟେଲ ଜାତିର ମୁକ୍ତି ସାଧନ ସମୟକୁ ଅପେକ୍ଷା କରୁଥିଲେ। ତାଙ୍କଠାରେ ପବିତ୍ର ଆତ୍ମା ଅଧିଷ୍ଠାନ କରିଥିଲେ।


ଯେହେତୁ ଆମେ ଈଶ୍ୱରଙ୍କ ସନ୍ତାନ, ତାଙ୍କ ଲୋକମାନଙ୍କ ପାଇଁ ଉଦ୍ଦିଷ୍ଟ ଆଶୀର୍ବାଦରେ ଆମେ ଅଂଶୀ ହେବୁ। ପୁଣି ଖ୍ରୀଷ୍ଟଙ୍କ ପାଇଁ ଈଶ୍ୱର ଯାହା ଗଚ୍ଛିତ ରଖିଛନ୍ତି, ସେଥିରେ ମଧ୍ୟ ଆମ୍ଭମାନଙ୍କର ଭାଗ ଅଛି। ଯଦି ଆମ୍ଭେମାନେ ଯୀଶୁଙ୍କ ଦୁଃଖଭୋଗର ଅଂଶୀ ହୋଇଛୁ, ତେବେ ତାଙ୍କ ଗୌରବରେ ମଧ୍ୟ ଅଂଶୀ ହେବୁ।


ବରଂ ଆନନ୍ଦିତ ହୁଅ, କାରଣ ତୁମ୍ଭେମାନେ ଖ୍ରୀଷ୍ଟଙ୍କ କ୍ଳେଶଭୋଗର ଅଂଶୀ ହେବାରୁ ତାଙ୍କର ମହିମା ପ୍ରକାଶିତ ହେବା ସମୟରେ ର୍ତୁମ୍ଭମାନେ ଆନନ୍ଦରେ ପରିପୂର୍ଣ୍ଣ ହେବ।


Swiv nou:

Piblisite


Piblisite