Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 10:12 - ପବିତ୍ର ବାଇବଲ (CL) NT (BSI)

12 ଅବଶ୍ୟ ନିଜକୁ ଏପରି ବଫ ମନେ କରୁଥିବା ଲୋକମାନଙ୍କର ଶ୍ରେଣୀଭୂକ୍ତ ହେବା ପାଇଁ କିମ୍ବା ସେମାନଙ୍କ ସହିତ ନିଜକୁ ତୁଳନା କରିବାର ସାହସ ଆମର ନାହିଁ। ସେମାନେ କେଡ଼େ ନିର୍ବୋଧ, କାରଣ ସେମାନେ ନିଜକୁ ନିଜ ସହିତ ମାପନ୍ତି, ନିଜ ମାନଦଣ୍ଡ ପରସ୍ପରର ବିଚାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ଆପଣା ଆପଣାକୁ ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ଆପଣା ଆପଣାମାନଙ୍କ ଦ୍ଵାରା ଆପଣା ଆପଣାର ପରିମାଣ ଓ ଆପଣା ଆପଣା ସହିତ ଆପଣା ଆପଣାର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

12 କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ନିଜର ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ନିଜ ଦ୍ୱାରା ନିଜର ପରିମାଣ ଓ ନିଜ ସହିତ ନିଜର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ନିଜର ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ନିଜ ଦ୍ୱାରା ନିଜର ପରିମାଣ ଓ ନିଜ ସହିତ ନିଜର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ଯେଉଁମାନେ ନିଜକୁ ବହୁତ ବଡ଼ ମନେ କରୁଛନ୍ତି, ସେହି ଲୋକମାନଙ୍କ ସହିତ ସମାନ ସ୍ତରରେ ନିଜକୁ ସ୍ଥାପନ କରିବା ପାଇଁ ବା ତୁଳନା କରିବା ପାଇଁ ଆମ୍ଭେ ସାହସ କରୁ ନାହୁଁ। ସେମାନେ ନିଜକୁ ତୁଳନାର ମାନଦଣ୍ଡ ଭଳି ବ୍ୟବହାର କରି ଅନ୍ୟକୁ ନିଜ ସହ ତୁଳନା କରନ୍ତି ଓ ବିଗ୍ଭର କରନ୍ତି, ଏତଦ୍ଦ୍ୱାରା ସେମାନେ ଯେ କେତେ ମୂର୍ଖ, ଜଣାପଡ଼େ।

Gade chapit la Kopi




୨ କରିନ୍ଥୀୟ 10:12
10 Referans Kwoze  

“ଫାରୁଶୀ ପୃଥକ ଭାବରେ ଏକାକୀ ଛିଡ଼ା ହୋଇ ପ୍ରାର୍ଥନା କଲା, ‘ପ୍ରଭୁ! ମୁଁ ତୁମକୁ ଧନ୍ୟବାଦ ଦେଉଅଛି ଯେ ମୁଁ ଅନ୍ୟମାନଙ୍କ ପରି ଲୋଭୀ, ଦୁର୍ନୀତିଗ୍ରସ୍ତ ବା ବ୍ୟଭିଚାରୀ ନୁହେଁ। ମୁଁ ତୁମକୁ ଧନ୍ୟବାଦ ଦେଉଅଛି ଯେ ମୁଁ ସେଠାରେ ଥିବା ସେହି କରଆଦାୟକାରୀ ପରି ନୁହେଁ।


ଆତ୍ମପ୍ରଶଂସା ଦ୍ୱାରା କେହି ସ୍ୱୀକୃତି ପାଏ ନାହିଁ, ଯେ ପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ, ଯେହି କେବଳ ତାଙ୍କର ଗ୍ରହଣଯୋଗ୍ୟ।


ଅଣଇହୁଦୀମାନଙ୍କୁ ଈଶ୍ୱରଙ୍କ ଆଜ୍ଞାବହ କରାଇବା ନିମନ୍ତେ ଖ୍ରୀଷ୍ଟ ମୋ’ ଦ୍ୱାରା କଅଣ ସାଧନ କରିଛନ୍ତି, କେବଳ ଏ କଥା କହିବାକୁ ମୁଁ ସାହସୀ ହୋଇଛି।


ଆମେ କ’ଣ ପୁଣି ଆତ୍ମବଡ଼ିମା କରିବା ପରି ମନେ ହେଉଛି? କିମ୍ବା ଅନ୍ୟମାନଙ୍କ ପରି ଆମେ କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ପରିଚୟ ପତ୍ରର ପ୍ରୟୋଜନ କରୁଛି?


ଆମେ ଆଉ ଥରେ ତୁମ୍ଭମାନଙ୍କ ନିକଟରେ ଆମୂବଡ଼ିମା କରିବାରୁ ଚାହୁଁ ନାହୁଁ। ବରଂ ଆମ ସମ୍ପର୍କରେ ଯଥାର୍ଥରେ ଦର୍ପ କରିବା ପାଇଁ ତୁମ୍ଭମାନଙ୍କୁ ସୁଯୋଗ ଦେବା ଆମର ଉଦ୍ଦେଶ୍ୟ। ତା’ହେଲେ, ଅନ୍ତରର ଗୁଣ ନ ଦେଖି କେବଳ ବାହ୍ୟିକ ଆଡ଼ମ୍ବର ଲକ୍ଷ୍ୟ କରି ଯେଉଁମାନେ ଦର୍ପ କରନ୍ତି, ସେମାନଙ୍କୁ ତୁମ୍ଭେମାନେ ଉପଯୁକ୍ତ ଉତ୍ତର ଦେଇ ପାରିବ।


ସେହି ଲୋକମାନଙ୍କର ବୁଝିବା ଉଚିତ୍ ଯେ, ଆମେ ଦୁରରୁ ଚିଠିରେ ଯାହା ଲେଖୁ, ସାକ୍ଷାତରେ ତାକୁ କାର୍ଯ୍ୟରେ ପରିଣତ କରୁ।


Swiv nou:

Piblisite


Piblisite