Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:9 - ପବିତ୍ର ବାଇବଲ (CL) NT (BSI)

9 ତୁମ୍ଭମାନଙ୍କ ସହିତ ଥିଲାବେଳେ ମୋର ଅଭାବ ପୂରଣ ପାଇଁ ମୁଁ କାହାକୁ ଭାରଗ୍ରସ୍ତ କରି ନାହିଁ। କାରଣ ମାସିଦୋନିଆରୁ ଆସିଥିବା ଭାଇମାନେ ମୋର ସମସ୍ତ ଅଭାବ ମେଣ୍ଟାଇ ଦେଇଥିଲେ। ଅତୀତ ପରି ଭବିଷ୍ୟତରେ ମଧ୍ୟ ମୁଁ କେବେହେଳେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କରିବି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ଵରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ଵରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।

Gade chapit la Kopi

ଓଡିଆ ବାଇବେଲ

9 କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲିି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭମାନଙ୍କ ସହିତ ଥିବା ବେଳେ, ମୋର ଆବଶ୍ୟକତା ଗୁଡ଼ିକ ପାଇଁ ମୁଁ ତୁମ୍ଭମାନଙ୍କୁ ହଇରାଣ କରି ନାହିଁ। ଯେଉଁ ଭାଇମାନେ ମାକିଦନିଆରୁ ଆସିଥିଲେ ସେମାନେ ମୋର ସମସ୍ତ ଆବଶ୍ୟକତା ଗୁଡ଼ିକୁ ପୂରଣ କଲେ। ମୁଁ କୌଣସି ପ୍ରକାର ତୁମ୍ଭମାନଙ୍କ ଉପରେ ବୋଝ ହୋଇ ନାହିଁ ଓ ଭବିଷ୍ୟତରେ ମଧ୍ୟ କଦାପି ହେବି ନାହିଁ।

Gade chapit la Kopi




୨ କରିନ୍ଥୀୟ 11:9
16 Referans Kwoze  

ଭାଇମାନେ, ତୁମ୍ଭମାନଙ୍କର ନିଶ୍ଚୟ ସ୍ମରଣ ଥିବ, ଆମେ କିପରି ବହୁ ଶ୍ରମ ସ୍ୱୀକାର କରି କାର୍ଯ୍ୟ କରୁଥିଲୁ; କିପରି ତୁମ୍ଭମାନଙ୍କ ନିକଟରେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ସମୟରେ ତୁମ ଉପରେ ବୋଝ ନ ହେବା ପାଇଁ ଆମେ ଦିବାନିଶି କଠୋର ପରିଶ୍ରମ କରିଥିଲୁ।


ତୁମ୍ଭମାନଙ୍କଠାରୁ କିମ୍ବା ଅନ୍ୟ କାହାରିଠାରୁ ପ୍ରଶଂସା ପାଇଁ ଆମେ ଚେଷ୍ଟା କରି ନ ଥିଲୁ,


ସେମାନେ ପ୍ରସ୍ତରାଘାତ ସହିଲେ, କରତରେ ଦ୍ୱିଖଣ୍ଡିତ ହେଲେ ଏବଂ ଖଡ଼୍ଗରେ ନିହତ ହେଲେ। କେହି କେହି କେଷ ଓ ଛାଗ ଚର୍ମ ପିନ୍ଧି ଦରିଦ୍ର, ଉତ୍ପୀଡ଼ିକ୍ତ ସ୍ଥାନ ନ ଥିଲା। ସେମାନେ ଶରଣାର୍ଥୀମାନଙ୍କ ପରି ମରୁଭୂମି ଓ ପର୍ବତରେ ଭ୍ରମଣ କଲେ, ଗୁମ୍ଫା ଓ ଗହ୍ନରମାନଙ୍କରେ ବାସ କଲେ।


ମୋର କାର୍ଯ୍ୟ ଓ ସଂଗ୍ରାମରେ ନିୟୋଜିତ ଓ ତୁମ୍ଭମାନଙ୍କ ବାର୍ତ୍ତାବହ ରୂପେ ମୋତେ ସାହାଯ୍ୟ କରି ଆସୁଥିବା ଏପାଫଦିତଙ୍କୁ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ପଠାଇବା ଆବଶ୍ୟକ ମନେ କରୁଛି।


ତୁମ୍ଭମାନଙ୍କର ଦାନଶୀଳତା ଦ୍ୱାରା କେବଳ ଯେ ଈଶ୍ୱରଙ୍କ ଲୋକମାନଙ୍କର ଅଭାବ ଦୂର ହେବ, ତା’ ନୁହେଁ, କିନ୍ତୁ ଏହା ଦ୍ୱାରା ଈଶ୍ୱରଙ୍କ ପ୍ରତି ଅନେକଙ୍କ ହୃଦୟର କୃତଜ୍ଞତା ଉଛୁଳି ଉଠିବ।


ବରଂ, ଆମେ ସବୁ ଅବସ୍ଥାରେ ନିଜକୁ ଈଶ୍ୱରଙ୍କ ସେବକ ରୂପେ ପରିଚିତ କରାଉଛୁ। ଅସୀମ ଧୈର୍ଯ୍ୟ ସହକାରେ ଆମେ ସବୁ ପ୍ରକାର କ୍ଳେଶ, ଅନାଟନ ଓ କଷ୍ଟ ସହ୍ୟ କରିଛୁ;


ମୁଁ କାହାରି ରୂପା, ସୁନା କିମ୍ବା ବସ୍ତ୍ର ପାଇବାକୁ ଆଶା କରି ନାହିଁ।


ପାଉଲ ସେମାନଙ୍କୁ ଦେଖା କରିବାକୁ ଯାଇ ସେମାନଙ୍କ ସହିତ ବାସ କଲେ, କାରଣ ସେ ମଧ୍ୟ ସେମାନଙ୍କ ପରି ତମ୍ବୁ ନିର୍ମାଣ କରି ଜୀବିକା ନିର୍ବାହ କରୁଥିଲେ।


ଶୀଲା ଓ ତୀମଥି ମାସିଦୋନିଆରୁ ଫେରି ଆସିବା ପରେ ପାଉଲ ଇହୁଦୀମାନଙ୍କ ନିକଟରେ ଯୀଶୁଙ୍କ ଶୁଭବାର୍ତ୍ତା ପ୍ରଚାର କରିବାରେ ପୂର୍ଣ୍ଣ ସମୟ ବିନିଯୋଗ କଲେ ଏବଂ ଯୀଶୁଙ୍କୁ ମସୀହ ବୋଲି ସାକ୍ଷ୍ୟ ଦେଲେ।


ଯିରୂଶାଲମରେ ଈଶ୍ୱରଙ୍କ ଯେଉଁ ଲୋକମାନେ ଅଭାବଗ୍ରସ୍ତ, ସେମାନଙ୍କ ପାଇଁ କିଛି ଅର୍ଥ ସାହାଯ୍ୟ ପଠାଇବାକୁ ମାସିଦୋନିଆ ଓ ଆଖାୟର ମଣ୍ଡଳୀମାନେ ସ୍ଥିର କରିଛନ୍ତି।


ସ୍ତିଫାନା, ଫର୍ତୁନାତ ଓ ଆଖାୟିକ ଏଠାକୁ ଆସିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ। ତୁମ୍ଭମାନଙ୍କ ଅନୁପସ୍ଥିତିରେ ସେମାନେ ତୁମ୍ଭମାନଙ୍କ ସ୍ଥାନ ପୂରଣ କରିଛନ୍ତି।


Swiv nou:

Piblisite


Piblisite