Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 2:11 - ପବିତ୍ର ବାଇବଲ (CL) NT (BSI)

11 ତେଣୁ ଶୟତାନ ଆମ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବାକୁ ସୁଯୋଗ ପାଏ ନାହିଁ; ତା’ର ସମସ୍ତ ଦୁରଭିସନ୍ଧି ଆମେ ଜାଣୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗ-ପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାʼର ସମସ୍ତ କଳ୍ପନା ସମ୍ଵନ୍ଧରେ ଅଜ୍ଞ ନୋହୁ।

Gade chapit la Kopi

ଓଡିଆ ବାଇବେଲ

11 ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ । କାରଣ ଆମ୍ଭେମାନେ ତା'ର ସମସ୍ତ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାହାର ସମସ୍ତ ଦୁଷ୍ଟ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁଁ।

Gade chapit la Kopi

ପବିତ୍ର ବାଇବଲ

11 ଏପରି କରିବା ଉଦ୍ଦେଶ୍ୟ ଯେ, ଶୟତାନ ଆମଠାରୁ ବିଜୟ ନ ହେଉ। ଆମ୍ଭେ ଶୟତାନର ଯୋଜନାଗୁଡ଼ିକ ବିଷୟରେ ଅତି ଭଲ ଭାବରେ ଜାଣୁ।

Gade chapit la Kopi




୨ କରିନ୍ଥୀୟ 2:11
20 Referans Kwoze  

ସତର୍କ ହୁଅ, ସଜାଗ ରୁହ। ତୁମ୍ଭମାନଙ୍କର ଶତ୍ରୁ ଶୟତାନ ଗର୍ଜନକାରୀ ସିଂହ ତୁଲ୍ୟ କାହାକୁ ଗ୍ରାସ କରିବା ପାଇଁ ଖୋଜି ବୁଲୁଛି।


ମୋତେ ଭୟ ଲାଗୁଛି, ସପର ଧୂର୍ତ୍ତତା ଦ୍ୱାରା ହବା ପ୍ରତାରିତ ହେଲା ପରି ତୁମ୍ଭେମାନେ କାଳେ ଖ୍ରୀଷ୍ଟଙ୍କ ପ୍ରତି ତୁମର ପୂର୍ଣ୍ଣ ଓ ସରଳ ବିଶ୍ୱସ୍ତତାରୁ ବିବ୍ୟୁତ ହେବ।


“ଶିମୋନ, ଶିମୋନ, ଶୁଣ - ଗହମକୁ ଚାଲୁଣିରେ ଚଳାଇବା ପରି ଶୟତାନ ତୁମ୍ଭମାନଙ୍କୁ ବିଚଳିତ କରିବା ପାଇଁ ଅନୁମତି ପାଇଛି।


ସେମାନେ ବିଶ୍ୱାସ କରିନ୍ତି ନାହିଁ, କାରଣ ସେମାନଙ୍କ ମନକୁ ଏହି ଜଗତର ଦେବତା ଅନ୍ଧ କରି ଦେଇଛି। ଫଳରେ ଈଶ୍ୱରଙ୍କ ପ୍ରତିମୂର୍ତ୍ତିର୍ ଖ୍ରୀଷ୍ଟଙ୍କ ମହିମାନ୍ୱିତ ସୁସମାଚାରର ଦୀପ୍ତି ସେମାନଙ୍କ ନିକଟରେ ପ୍ରତିଭାତ ହୁଏ ନାହିଁ।


ଯୀଶୁ ଉତ୍ତର ଦେଲେ, “ଦୂର ହୁଅ ଶୟତାନ! ଧର୍ମଶାସ୍ତ୍ରରେ ଲେଖାଅଛି, ‘କେବଳ ତୁମ ପ୍ରଭୁ ଈଶ୍ୱରଙ୍କୁ ଉପାସନା କର ଏବଂ ତାଙ୍କର ସେବା କର’।”


ଏଥିରେ ଆଶ୍ଚର୍ଯ୍ୟ ହେବାର କିଛି ନାହିଁ, କାରଣ ଶୟତାନ ମଧ୍ୟ ଚ୍ୟୋତିର୍ମୟ ସ୍ୱର୍ଗଦୂତଙ୍କ ପରି ଦେଖାଯିବା ନିମନ୍ତେ ଛଦ୍ମବେଶ ଧାରଣ କରିଥାଏ।


ପରସ୍ପରଠାରୁ ସେମାନେ ପୃଥକ୍ ନ ରହନ୍ତୁ। କିନ୍ତୁ ଉଭୟେ ଏକମତ ହୋଇ ପ୍ରାର୍ଥନାରେ କାଳକ୍ଷେପଣ ପାଇଁ କିଛି ସମୟ ପୃଥକ୍ ରହି ପାରନ୍ତି। ଆତ୍ମସଂଯମର ଅଭାବ ହେତୁ ଶୟତାନ ଯେପରି ସେମାନଙ୍କୁ ପ୍ରଲୋଭିତ ନ କରେ, ସେଥିପାଇଁ ସେମାନେ ପୁନର୍ବାର ଏକତ୍ର ହୁଅନ୍ତୁ।


ତାଙ୍କୁ ବିରୋଧ କରୁଥିବା ଲୋକମାନଙ୍କର ଦୋଷତ୍ରୁଟି ସେ ମୃଦୁ ଭାବରେ ଦର୍ଶାଇ ଦେଉଥିବେ, କାରଣ ଅନୁତାପ କରି ସତ୍ୟ ଉପଲବ୍ଧି କରିବାକୁ ହୁଏତ ଦିନେ ଈଶ୍ୱର ସେମାନଙ୍କୁ ଅବକାଶ ଦେବେ।


ସେ ଦିନ ଯୀଶୁ ଓ ତାଙ୍କ ଶିଷ୍ୟମାନେ ରାତ୍ରିଭୋଜନରେ ବସିଥିଲେ। ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିବା ପାଇଁ ଶିମୋନର ପୁତ୍ର ଇଷ୍କରିୟୋଥ ଯିହୁଦାକୁ ଶୟତାନ ପ୍ରବର୍ତ୍ତାଇ ଥିଲା।


“କିନ୍ତୁ ଥିଆଟିରାରେ ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ଏହି କୁଶିକ୍ଷା ଗ୍ରହଣ କରି ନାହଁ ଓ ତଥାକଥିତ ‘ଶୟତାନର ନିଗୂଢ଼ ରହସ୍ୟମାନ ଶିକ୍ଷା କରି ନାହଁ, ମୁଁ ସେମାନଙ୍କ ଉପରେ ଆଉ କୌଣସି ଭାର ଲଦି ଦେବି ନାହିଁ।


ପ୍ରେରିତ ଶିଷ୍ୟ କାର୍ଯ୍ୟ କରିବ, ତାହା ଆମ୍ଭମାନଙ୍କୁ ଜଣାଅ।”


ପୃଥିବୀର ସୃଷ୍ଟି ପୂର୍ବରୁ ଯେଉଁମାନଙ୍କ ନାମ ବଧ ହୋଇଥିବା ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖାଯାଇଥିଲା, ସେମାନଙ୍କ ବ୍ୟତୀତ ପୃଥିବୀର ଅନ୍ୟ ସମସ୍ତେ ସେହି ପଶୁର ପୂଜା କରିବେ।


Swiv nou:

Piblisite


Piblisite