Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 4:16 - ପବିତ୍ର ବାଇବଲ (CL) NT (BSI)

16 ଏଥିପାଇଁ ଆମେ କେବେ ହତୋତ୍ସାହ ହୋଇ ନାହୁଁ। ଆମ ଶରୀର କ୍ରମେ କ୍ଷୀଣ ହେଉଛି। କିନ୍ତୁ ଆମର ଅନ୍ତରାତ୍ମା ଦିନୁଦିନ ସତେଜ ହେଉଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତେଣୁ ଆମ୍ଭେମାନେ କ୍ଳା; ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

16 ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ

16 ସେଥିପାଇଁ ଆମ୍ଭେ କେବେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ୟିକ ଶରୀର କ୍ଷୀଣ ହୋଇ ଯାଉଛି, କିନ୍ତୁ ଆମ୍ଭର ଅନ୍ତରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହୋଇ ଯାଉଅଛି।

Gade chapit la Kopi




୨ କରିନ୍ଥୀୟ 4:16
22 Referans Kwoze  

ଏବଂ ନୂତନ ସ୍ୱଭାବ ଧାରଣ କରିଛ। ମନୁଷ୍ୟର ଏହି ନବୀକରଣ, ସ୍ରଷ୍ଟା ଈଶ୍ୱର ନିଜ ପ୍ରତିମୂର୍ତ୍ତିରେ ଅବିରତ ସାଧନ କରୁଛନ୍ତି। ଏଥିଦ୍ୱାରା ତୁମ୍ଭେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଜ୍ଞାନପ୍ରାପ୍ତ ହେଉଛ।


ଏ ଜଗତର ମାପ କାଠି ଅନୁଯାୟୀ ଆଚରଣ କର ନାହିଁ। ଈଶ୍ୱର ତୁମ୍ଭମାନଙ୍କର ମନୋଭାବକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରନ୍ତୁ ଏବଂ ତୁମ ଅନ୍ତର ସମ୍ପୂର୍ଣ୍ଣ ରୂପାନ୍ତରିତ ହେଉ। ତା’ହେଲେ, ଈଶ୍ୱରଙ୍କ ଇଚ୍ଛା କଅଣ, ତାଙ୍କ ଦୃଷ୍ଟିରେ କେଉଁ ସବୁ ବିଷୟ ସତ୍, ସନ୍ତୋଷଜନକ ଓ ସିଦ୍ଧ, ଏହା ତୁମ୍ଭେମାନେ ଜାଣିପାରିବ।


ଈଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇ ଥିପବାରୁ ଆମେ ହତୋସାହ ହେବା ନାହିଁ।


ମୁଁ ପ୍ରାର୍ଥନା କରେ ଯେପରି ସେ ତାଙ୍କ ଆତ୍ମାଙ୍କ କର୍ତ୍ତୃକ ତାଙ୍କର ଗୌରବର ଭଣ୍ଡାରରୁ ତୁମ ଅନ୍ତରାତ୍ମାକୁ ବଳିଷ୍ଠ କରିବା ପାଇଁ ଶକ୍ତି ଦେବେ।


ଈଶ୍ୱରଙ୍କ ବ୍ୟବସ୍ଥା ପାଳନ କରିବା ପାଇଁ ମୋର ଆଗ୍ରହ,


ପ୍ରକୃତ ସୌଦର୍ଯ୍ୟ ହେଉଛି, ତୁମ ଅନ୍ତରର ମୃଦୁ ନମ୍ରଭାବ। ତୁମ୍ଭମାନଙ୍କର ସେହି ଅକ୍ଷୟ ଭୂଷଣ ଈଶ୍ୱରଙ୍କ ଦୃଷ୍ଟିରେ ସବୁଠାରୁ ମୂଲ୍ୟବାନ।


ତୁମ ହୃଦୟ ଓ ମନର ସମ୍ପୂର୍ଣ୍ଣ ନବୀକରଣ ଆବଶ୍ୟକ।


ଅତଏବ ପ୍ରିୟ ଭାଇମାନେ, ଅଟଳ ଓ ଅବିଚଳିତ ରୁହ। ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ତତ୍ପର ହୁଅ। କାରଣ ତୁମ୍ଭେମାନେ ଜାଣ ଯେ, ପ୍ରଭୁଙ୍କ ପାଇଁ ତୁମ୍ଭମାନଙ୍କର ପରିଶ୍ରମ କେବେହେଲେ ବୃଥା ହେବ ନାହିଁ।


ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୋର ସର୍ବସ୍ୱ, ଏପରି କି ନିଜକୁ ଆନନ୍ସରେ ଉତ୍ସର୍ଗ କରିଦେବା ନିମନ୍ତେ ମୁଁ ପ୍ରସ୍ତୁତ। ମୁଁ ତୁମ୍ଭମାନଙ୍କୁ ଏତେ ଅଧିକ ପ୍ରେମ କରୁଛି ବୋଲି ତୁମ୍ଭେମାନେ ଏତେ ଅଧିକ ପେମ କରୁଛି ବୋଲି ତୁମ୍ଭେମାନେ କ’ଣ ମୋତେ ଏତେ ଅଳ୍ପ ପ୍ରେମ କରିବ?


ଆମକୁ ଆବଶ୍ୟକୀୟ ଦୈନିକ ଆହାର ଦିଅ।


ଖ୍ରୀଷ୍ଟଙ୍କ ଅନୁଗାମୀ ହୋଇଥିବାରୁ ଅପମାନିତ ହେଲେ, ତୁମ୍ଭେମାନେ ପ୍ରକୃତରେ ଧନ୍ୟ, କାରଣ ଈଶ୍ୱରଙ୍କ ଗୌରବମୟ ଆତ୍ମା ତୁମଠାରେ ଅଧିଷ୍ଠାନ କରିଛନ୍ତି।


Swiv nou:

Piblisite


Piblisite