Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 4:4 - ପବିତ୍ର ବାଇବଲ (CL) NT (BSI)

4 ସେମାନେ ବିଶ୍ୱାସ କରିନ୍ତି ନାହିଁ, କାରଣ ସେମାନଙ୍କ ମନକୁ ଏହି ଜଗତର ଦେବତା ଅନ୍ଧ କରି ଦେଇଛି। ଫଳରେ ଈଶ୍ୱରଙ୍କ ପ୍ରତିମୂର୍ତ୍ତିର୍ ଖ୍ରୀଷ୍ଟଙ୍କ ମହିମାନ୍ୱିତ ସୁସମାଚାରର ଦୀପ୍ତି ସେମାନଙ୍କ ନିକଟରେ ପ୍ରତିଭାତ ହୁଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହିପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ଵାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।

Gade chapit la Kopi

ଓଡିଆ ବାଇବେଲ

4 ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।

Gade chapit la Kopi

ପବିତ୍ର ବାଇବଲ

4 ଅବିଶ୍ୱାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦେଇଛି। ତେଣୁ ସେମାନେ ଖ୍ରୀଷ୍ଟଙ୍କର ସୁସମାଗ୍ଭରର ଆଲୋକ ଦେଖି ପାରନ୍ତି ନାହିଁ।

Gade chapit la Kopi




୨ କରିନ୍ଥୀୟ 4:4
42 Referans Kwoze  

“ସତେ ଯେପରି ଈଶ୍ୱର ସେମାନଙ୍କୁ ଅନ୍ଧ କରି କରି ଦେଇଛନ୍ତି। ସେଥିପାଇଁ ସେମାନେ କିଛି ଦେଖିପାରନ୍ତି ନାହିଁ, ଅବା କିଛି ବୁଝିପାରନ୍ତି ନାହିଁ। ଈଶ୍ୱର କହୁଛନ୍ତି, ‘ଆରୋଗ୍ୟ ଲାଭ କରିବା ପାଇଁ ସେମାନେ ମୋ’ ନିକଟକୁ ଫେରି ଆସୁ ନାହାନ୍ତି’।”


ପ୍ରକୃତରେ ସେମାନଙ୍କର ବୋଧଶକ୍ତି ଲୋପ ପାଇଥିଲା। ଏବେ ମଧ୍ୟ ପୁରାତନ ନିୟମ ପାଠ କରିବର ସମୟରେ ସେମାନଙ୍କର ସମ୍ମୁଖରେ ସେହି ଆବରଣ ରହୁଛି। ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା କେବଳ ସେହି ଆବରଣ ଉନ୍ମୋଚିତ ହୁଏ।


ତୁମକୁ ସେମାନଙ୍କର ଚକ୍ଷୁ ଖୋଲି ଦେବାକୁ ପଡ଼ିବ ଓ ସେମାନଙ୍କୁ ଅନ୍ଧାରରୁ ଆଲୋକକୁ ଓ ଶୟତାନର କବଳରୁ ପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ହେବ, ଯେପରି ମୋ’ଠାରେ ବିଶ୍ୱାସ କରିବା ଦ୍ୱାରା ସେମାନଙ୍କର ପାପ କ୍ଷମା ହେବ ଓ ପ୍ରଭୁଙ୍କ ମନୋନୀତ ଲୋକମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ’।


ଆମେ ଜାଣୁ, ସମଗ୍ର ଜଗତରେ ଶୟତାନ ତା’ର ଅଧିପତ୍ୟ ବିସ୍ତାର କରିଥିଲେ ସୁଦ୍ଧା, ଆମେ ଈଶ୍ୱରଙ୍କର।


କାରଣ ଯେଉଁ ଈଶ୍ୱର କହିଥିଲେ, “ଅନ୍ଧକାର ମଧ୍ୟରୁ ଆଲୋକର ଆବିର୍ଭାବ ହେଉ”, ସେହି ଈଶ୍ୱର ଖ୍ରୀଷ୍ଟଙ୍କ ମୁଖରେ ପ୍ରତିଭାତ ଐଶ୍ୱରିକ ମହିମା ଦେଖିବା ପାଇଁ ଆମ ହୃଦୟକୁ ଆଲୋକିତ କରିଛନ୍ତି।


ସେ ସମୟରେ ତୁମ୍ଭେମାନେ ଜାଗତିକ ଅସତ୍ ମାର୍ଗ ଅନୁସରଣ କରି, ମହାକାଶସ୍ଥ ଅଶରୀରୀ ଅଧିପତିର ବଶବର୍ତ୍ତୀ ଥିଲ। ସେହି ଅଧିପତି ଏବେ ଈଶ୍ୱରଙ୍କ ଆଜ୍ଞା ଲଙ୍ଘନକାରୀ। ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରୁଛି।


କାରଣ ଆମ୍ଭେମାନେ ମର୍ତ୍ତ୍ୟବାସୀ ମନୁଷ୍ୟ ବିରୁଦ୍ଧରେ ଯୁଦ୍ଧ କରୁ ନାହୁଁ; ଆମେ ଶୂନ୍ୟମଣ୍ଡଳର ପୈଶାଚିକ ଶକ୍ତି ଏବଂ ଏହି ଅନ୍ଧକାର ଯୁଗର ଶାସକ, ଅଧିପତି ଓ ସମସ୍ତ ବିଶ୍ୱଶକ୍ତି ବିରୁଦ୍ଧରେ ଯୁଦ୍ଧ କରୁଛୁ।


ଜଗତର ବିଚାର ଦିନ ବର୍ତ୍ତମାନ ଉପସ୍ଥିତ। ଏହି ଜଗତର ଅଧିପତି ଗାଦିଚ୍ୟୁତ ହେବ।


ଯୀଶୁ ପୁନର୍ବାର ଫାରୁଶୀମାନଙ୍କୁ କହିଲେ: “ମୁଁ ଜଗତର ଜ୍ୟୋତି, ଯେକେହି ମୋତେ ଅନୁସରଣ କରିବ, ସେ ଜୀବନର ଆଲୋକ ପାଇବ ଏବଂ କଦାପି ଅନ୍ଧକାରରେ ଗମନ କରିବ ନାହିଁ।”


ଯୀଶୁ ଉତ୍ତର ଦେଲେ: “ଯେଉଁ ଆଲୋକ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉଦ୍ଭାସିତ, ତାହା ଆଉ ଅଳ୍ପ ସମୟ ରହିବ। ଆଲୋକ ଥିବାଯାଏ ଗନ୍ତବ୍ୟ ପଥରେ ଚାଲ। ତାହାହେଲେ ତୁମକୁ ଅନ୍ଧକାର ଆଚ୍ଛନ୍ନ କରିବ ନାହିଁ। ଅନ୍ଧକାରରେ ଯାଉଥିବା ଲୋକ କେଉଁଆଡ଼େ ଯାଉଛି, ଜାଣିପାରେ ନାହିଁ।


ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ ସମୟ କଥାବାର୍ତ୍ତା କରିପାରିବି ନାହିଁ, କାରଣ ଏହି ଜଗତର ଅଧିପତି ଆସୁଛି। ଅବଶ୍ୟ ମୋ’ ଉପରେ ତା’ର କୌଣସି କର୍ତ୍ତୃତ୍ୱ ନାହିଁ।


ଆମ ସମସ୍ତଙ୍କ ଅନାବୃତ ମୁଖରେ ଏବେ ପଅଭୁଙ୍କ ମହିମା ପଅତିଫଳିତ ହେଉଛି ଏବଂ ପ୍ରଭୁଙ୍କଠାରୁ ନିସୃତ ସେହି ମହିମାର ପ୍ରଭାବରେ ଆମେ ଅଧିକ ତେଜୋମୟ ଭାବରେ ତାଙ୍କ ସାଦୃଶ୍ୟରେ ରୂପାନ୍ତରିତ ହେଉଛୁ।


ତାଙ୍କ ଲୋକମାନଙ୍କୁ ସେହି ଗୁପ୍ତ ତତ୍ତ୍ୱ ଜଣାଇବା ଈଶ୍ୱରଙ୍କର ପରିକଳ୍ପନା। ତାଙ୍କର ଏହି ବହୁମୂଲ୍ୟ ଓ ଗୌରବଜନକ ତତ୍ତ୍ୱ ସମଗ୍ର ମାନବ ଜାତି ନିମନ୍ତେ ଉଦ୍ଦିଷ୍ଟ। ସେହି ତତ୍ତ୍ୱ ହେଉଛି, ଖ୍ରୀଷ୍ଟ ତୁମ୍ଭମାନଙ୍କ ନିକଟରେ ମଧ୍ୟ ବିଦ୍ୟମାନ। ଏହାର ଅର୍ଥ, ତୁମ୍ଭେମାନେ ଈଶ୍ୱରଙ୍କର ଗୌରବର ଅଂଶୀ।


ଖ୍ରୀଷ୍ଟ, ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟମାନ ପ୍ରତିରୂପ। ସେ ପ୍ରଥମ ଜାତ ପୁତ୍ର ଓ ସମସ୍ତ ସୃଷ୍ଟି ଅପେକ୍ଷା ଶ୍ରେଷ୍ଠ।


କିନ୍ତୁ ଏହାକୁ ଏକ ନୂତନ ଆଜ୍ଞା ରୂପେ ଏଠାରେ ମୁଁ ଉଲ୍ଲେଖତ କରୁଛି, କାରଣ ଏହାର ବାସ୍ତବତା କେବଳ ଖ୍ରୀଷ୍ଟଙ୍କଠାରେ ରୂପାୟିତ ହୋଇଛି ଏବଂ ପ୍ରକୃତ ଆଲୋକ ଏବେ ପ୍ରକଶଶମାନ।


ତାଙ୍କଠାରେ ଅବିଚ୍ଛିନ୍ନଭାବେ ଐଶୀ ପ୍ରକୃତି ନିହିତ ଥିଲେ ସୁଦ୍ଧା, ସେ ସେହି ଅଧିକାରରେ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବାକୁ ଚେଷ୍ଟା କରି ନ ଥିଲେ।


ସେହି ବାକ୍ୟ ମାନବ ଶରୀର ଧାରଣ କରି ଆମ ସହିତ ଜୀବନଯାପନ କଲେ। ସେ ଅନୁଗ୍ରହ ଓ ସତ୍ୟତାରେ ପରିପୂର୍ଣ୍ଣ ଥିଲେ। ଈଶ୍ୱରଙ୍କ ଅନ୍ୟ ପୁତ୍ର ସ୍ୱରୂପେ ସେ ଯେଉଁ ଅଲୌକିକ ମହିମା ପାଇଥିଲେ, ତାହା ଆମେ ଦେଖିଲୁ।


ତାଙ୍କଠାରେ ଈଶ୍ୱରଙ୍କ ମହିମାର ତେଜ ପ୍ରତିଫଳିତ ଓ ସମ୍ପୂର୍ଣ୍ଣ ଐଶ୍ୱରିକତ୍ପ ସନ୍ନିବେଶିତ। ପୁଣି ସେ ନିଜର ବାକ୍ୟ ବଳରେ ସମଗ୍ର ବିଶ୍ୱଜଗତକୁ ପିୟତ୍ରଣ କରୁଛନ୍ତି। ସେ ମନୁଷ୍ୟ ଜାତି ନିକନ୍ତେ ପାପ କ୍ଷମା ସାଧନ କରି ସ୍ୱର୍ଗରେ ପରାତ୍ପର ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବେଶନ କରିଛନ୍ତି।


ଅକପଟ ଓ ଧାର୍ମିକ ଜୀବନ ଯାପନ କରିବାକୁ ଆମେ ପ୍ରେରଣା ପାଇଛୁ। ମହାନ୍ ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଗୌରବ ପ୍ରକାଶ ପାଇବାକୁ ଯାଉଛି ସେହି ଦିନର ଅପେକ୍ଷାରେ ଆମ୍ଭେମାନେ ରହିଛୁ।


ଏ ଜଗତର ଅଧିପତି ଦୋଷୀ ସାବ୍ୟସ୍ତ ହୋଇଛି; ଏଥିରୁ ଈଶ୍ୱରଙ୍କ ନ୍ୟାୟ ବିଚାର ପ୍ରକାଶ ପାଏ।


ତେଣୁ ଭାବବାଦୀମାନଙ୍କ ଦ୍ୱରା ପ୍ରଚାରି ବାର୍ତ୍ତାରେ ଆମ ବିଶ୍ୱାସ ଅଧିକ ଦୃଢ଼ ହୋଇଛି। ସେଥିପ୍ରତି ତୁମ୍ଭେମାନେ ମଧ୍ୟ ମନୋଯୋଗୀ ହେବା ଉଚିତ, କାରଣ ତାହା ଅନ୍ଧକାରରେ ଏକ ପ୍ରଦୀପ ତୁଲ୍ୟ। ପ୍ରତ୍ୟୁଷରେ ପ୍ରଭାତୀ ତାରାର ଆଲୋକ ତୁମ ହୃଦୟରେ ପ୍ରବେଶ କରିବା ପର୍ଯ୍ୟନ୍ତ ଏହା ପ୍ରଜ୍ୱଳିତ ହୋଇ ରହିଥିବ।


ଯଦି ଅସ୍ଥାୟୀ ବିଷୟ ଏତେ ଗୌରବଯୁକ୍ତ ହୁଏ, ଚିରସ୍ଥାୟୀ ବିଷୟ ଏହାଠାରୁ କେତେ ଅଧିକ ଗୁଣରେ ଗୌରବଯୁକ୍ତ ନ ହେବ!


ନା, କଦାପି ନୁହେଁ। ମୋର କହିବାର ଅର୍ଥ ହେଉଛି ଯେ, ପ୍ରତିମାପୂଜକମାନେ ଉତ୍ସର୍ଗ କରିଥିବା ବଳି ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନୁହେଁ, ତାହା ଶୟତାନ ଉଦ୍ଦେଶ୍ୟରେ ଅର୍ପିତ। ଶୟତାନ ସହିତ ତୁମ୍ଭମାନଙ୍କର କୌଣସି ସମ୍ପର୍କ ରହୁ ବୋଲି ମୁଁ ଚାହେଁ ନାହିଁ।


ଯେ ମୋତେ ଦେଖିଛି, ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଦେଖିଛି।


ମୁଁ ସେମାନଙ୍କ ମଧ୍ୟରେ କୌଣସି ଅଦ୍ଭୁତପୂର୍ବ କାର୍ଯ୍ୟ କରି ନ ଥିଲେ, ସେମାନେ ପାପୀ ବୋଲି ବିବେଚିତ ହୋଇ ନ ଥାଆନ୍ତେ। କିନ୍ତୁ ମୋର ସେ ସବୁ କାର୍ଯ୍ୟ ଦେଖି ମଧ୍ୟ ସେମାନେ ମୋତେ ଓ ମୋ’ ପିତାଙ୍କୁ ଘୃଣା କରୁଛନ୍ତି।


କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ। ତାଙ୍କ ସହିତ ଥିବା କେବଳ ତାଙ୍କର ଅଦ୍ୱିତୀୟ ପୁତ୍ର ତାଙ୍କୁ ପ୍ରକାଶ କରିଛନ୍ତି।


ମହାମହିମ ପରମଧନ୍ୟ ଈଶ୍ୱରଙ୍କ ଶୁଭ ବାର୍ତ୍ତାରେ ସମସ୍ତ ସତ୍ଶିକ୍ଷା ନିହିତ ଅଛି। ସେହି ଶୁଭ ବାର୍ତ୍ତା ପ୍ରଚାର କରିବା ଦାୟିତ୍ୱ ମୋ’ ଉପରେ ନ୍ୟସ୍ତ ହୋଇଛି।


କଣ୍ଟା ବୁଦା ଯେପରି କେତେକ ବୀଜକୁ ଗ୍ରାସ କରିଦିଏ, ସେହିପରି ଏହି ଜଗତର ଜଞ୍ଜାଳ ଓ ଧନ ସମ୍ପତ୍ତିର ଲାଳା କେତେକ ଲୋକଙ୍କଠାରେ ପହଞ୍ଚି ଥିବା ବାର୍ତ୍ତାକୁ ନଷ୍ଟ କରିଦିଏ ଏବଂ ସେମାନେ କୌଣସି ସୁଫଳ ପାଆନ୍ତି ନାହିଁ।


ମସୀହ ଦୁଃଖଭୋଗ କରିବେ ଓ ମୃତମାନଙ୍କ ମଧ୍ୟରେ ସର୍ବପ୍ରଥମେ ପୁନରୁତ୍ଥିତ ହୋଇ ଇହୁଦୀ ଓ ଅଣଇହୁଦୀମାନଙ୍କ ନିକଟରେ ପରିତ୍ରାଣର ଆଲୋକ ପ୍ରକାଶ କରିବେ।”


ତେଣୁ ଶୟତାନ ଆମ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବାକୁ ସୁଯୋଗ ପାଏ ନାହିଁ; ତା’ର ସମସ୍ତ ଦୁରଭିସନ୍ଧି ଆମେ ଜାଣୁ।


ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବାକୁ ତ୍ରୋୟା ଦ୍ୱୀପରେ ପହଞ୍ଚି ମୁଁ ଦେଖିଲି, ଏ କାର୍ଯ୍ୟ ପାଇଁ ପ୍ରଭୁ ବାଟ ଖୋଲି ଦେଇଛନ୍ତି।


ବର୍ତ୍ତମାନର ଏହି ଭ୍ରଷ୍ଟ ଜଗତରୁ ଆମକୁ ଉଦ୍ଧାର କରିବା ପାଇଁ, ଆମ ପିତା ଈଶ୍ୱରଙ୍କର ଇଚ୍ଛା ପାଳନ କରି, ଖ୍ରୀଷ୍ଟ ଆମ ପାପ ନିମନ୍ତେ ନିଜକୁ ସମର୍ପଣ କଲେ।


ଯେଉଁମାନେ ବିଶ୍ୱାସ ହରାଇଛନ୍ତି, ସେମାନେ ଅନୁତାପ କରି ପୁନର୍ବାର ଫେରି ଆସି ପାରିବେ କି? ସେମାନେ ଏକଦା ଈଶ୍ୱରଙ୍କ ଆଲୋକରେ ବାସ କରୁଥିଲେ, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇ, ପବିତ୍ରଆତ୍ମାଙ୍କୁ ଲାଭ କରିଥିଲେ,


କିନ୍ତୁ ଯେଉଁ ବ୍ୟକ୍ତି ତା’ଭାଇକୁ ଘୃଣା କରେ, ତା’ର ଅବସ୍ଥିତି ଅନ୍ଧକାର ମଧ୍ୟରେ, ସେ ଅନ୍ଧକାରରେ ବିଚରଣ କରେ, ତା’ର ଗନ୍ତବ୍ୟ ପଥ ସେ ଜାଣିପାରେ ନାହିଁ, ଆମା ଅନ୍ଧକାର ତାକୁ ଦୃଷ୍ଟିହୀନ କରି ରଖିଛି।


Swiv nou:

Piblisite


Piblisite