Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 4:6 - ପବିତ୍ର ବାଇବଲ (CL) NT (BSI)

6 କାରଣ ଯେଉଁ ଈଶ୍ୱର କହିଥିଲେ, “ଅନ୍ଧକାର ମଧ୍ୟରୁ ଆଲୋକର ଆବିର୍ଭାବ ହେଉ”, ସେହି ଈଶ୍ୱର ଖ୍ରୀଷ୍ଟଙ୍କ ମୁଖରେ ପ୍ରତିଭାତ ଐଶ୍ୱରିକ ମହିମା ଦେଖିବା ପାଇଁ ଆମ ହୃଦୟକୁ ଆଲୋକିତ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ଵର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ଵରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ୱରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ଥରେ ପରମେଶ୍ୱର କହିଲେ: ‘‘ଅନ୍ଧକାର ମଧ୍ୟରୁ ଆଲୋକ ପ୍ରକାଶିତ ହେବ।” ସେହି ପରମେଶ୍ୱର ଆମ୍ଭମାନଙ୍କ ହୃଦୟରେ ତାହାଙ୍କର ଆଲୋକ ଦେଖାଇଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ମୁହଁରେ ପରମେଶ୍ୱରଙ୍କ ଯେଉଁ ଗୌରବମୟ ଆଲୋକ ଦେଖିବାକୁ ମିଳେ ସେହି ଆଲୋକ ସେ ଆମକୁ ଦେଲେ।

Gade chapit la Kopi




୨ କରିନ୍ଥୀୟ 4:6
35 Referans Kwoze  

ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ଏକ ପବିତ୍ର ଜାତି ଓ ଈଶ୍ୱରଙ୍କ ଆପଣାର ଲୋକ ହୋଇଅଛ। ଈଶ୍ୱର ତୁମ୍ଭମାନଙ୍କୁ ଅନ୍ଧକାର ମଧ୍ୟରୁ ତାଙ୍କର ଅପୂର୍ବ ଆଲୋକକୁ ଆହ୍ୱାନ କରିଛନ୍ତି। ତୁମ୍ଭେମାନ ତାଙ୍କର ବିସ୍ମୟକର କାର୍ଯ୍ୟସବୁ ଘୋଷଣା କରିବା ପାଇଁ ମନୋନୀତ।


ତେଣୁ ଭାବବାଦୀମାନଙ୍କ ଦ୍ୱରା ପ୍ରଚାରି ବାର୍ତ୍ତାରେ ଆମ ବିଶ୍ୱାସ ଅଧିକ ଦୃଢ଼ ହୋଇଛି। ସେଥିପ୍ରତି ତୁମ୍ଭେମାନେ ମଧ୍ୟ ମନୋଯୋଗୀ ହେବା ଉଚିତ, କାରଣ ତାହା ଅନ୍ଧକାରରେ ଏକ ପ୍ରଦୀପ ତୁଲ୍ୟ। ପ୍ରତ୍ୟୁଷରେ ପ୍ରଭାତୀ ତାରାର ଆଲୋକ ତୁମ ହୃଦୟରେ ପ୍ରବେଶ କରିବା ପର୍ଯ୍ୟନ୍ତ ଏହା ପ୍ରଜ୍ୱଳିତ ହୋଇ ରହିଥିବ।


ତୁମ୍ଭେମାନେ ନିଜେ ଦିନେ ଅନ୍ଧକାରରେ ଥିଲ। କିନ୍ତୁ ବର୍ତ୍ତମାନ ପ୍ରଭୁଙ୍କ ଲୋକ ହୋଇଥିବାରୁ ତୁମ୍ଭେମାନେ ଆଲୋକରେ ରହିଛ। ତେଣୁ ତୁମ୍ଭେମାନେ ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର।


ସେମାନେ ବିଶ୍ୱାସ କରିନ୍ତି ନାହିଁ, କାରଣ ସେମାନଙ୍କ ମନକୁ ଏହି ଜଗତର ଦେବତା ଅନ୍ଧ କରି ଦେଇଛି। ଫଳରେ ଈଶ୍ୱରଙ୍କ ପ୍ରତିମୂର୍ତ୍ତିର୍ ଖ୍ରୀଷ୍ଟଙ୍କ ମହିମାନ୍ୱିତ ସୁସମାଚାରର ଦୀପ୍ତି ସେମାନଙ୍କ ନିକଟରେ ପ୍ରତିଭାତ ହୁଏ ନାହିଁ।


ତାଙ୍କଠାରେ ଈଶ୍ୱରଙ୍କ ମହିମାର ତେଜ ପ୍ରତିଫଳିତ ଓ ସମ୍ପୂର୍ଣ୍ଣ ଐଶ୍ୱରିକତ୍ପ ସନ୍ନିବେଶିତ। ପୁଣି ସେ ନିଜର ବାକ୍ୟ ବଳରେ ସମଗ୍ର ବିଶ୍ୱଜଗତକୁ ପିୟତ୍ରଣ କରୁଛନ୍ତି। ସେ ମନୁଷ୍ୟ ଜାତି ନିକନ୍ତେ ପାପ କ୍ଷମା ସାଧନ କରି ସ୍ୱର୍ଗରେ ପରାତ୍ପର ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବେଶନ କରିଛନ୍ତି।


ଆମ ସମସ୍ତଙ୍କ ଅନାବୃତ ମୁଖରେ ଏବେ ପଅଭୁଙ୍କ ମହିମା ପଅତିଫଳିତ ହେଉଛି ଏବଂ ପ୍ରଭୁଙ୍କଠାରୁ ନିସୃତ ସେହି ମହିମାର ପ୍ରଭାବରେ ଆମେ ଅଧିକ ତେଜୋମୟ ଭାବରେ ତାଙ୍କ ସାଦୃଶ୍ୟରେ ରୂପାନ୍ତରିତ ହେଉଛୁ।


ଯୀଶୁ ତାଙ୍କୁ କହିଲେ, “ତୁମେ ବିଶ୍ୱାସ କଲେ, ଈଶ୍ୱରଙ୍କ ମହିମା ଦେଖିବ ବୋଲି ମୁଁ କ’ଣ କହି ନ ଥିଲି?”


ଖ୍ରୀଷ୍ଟ, ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟମାନ ପ୍ରତିରୂପ। ସେ ପ୍ରଥମ ଜାତ ପୁତ୍ର ଓ ସମସ୍ତ ସୃଷ୍ଟି ଅପେକ୍ଷା ଶ୍ରେଷ୍ଠ।


ମୁଁ ମୋର ପ୍ରାର୍ଥନାରେ ତୁମ୍ଭମାନଙ୍କୁ ସ୍ମରଣ କରେ ଓ ଗୌରବମୟ ପିତା, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ୱରଙ୍କୁ ପ୍ରାର୍ଥନା କରେ, ଯେପରି ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିବେ। ସେହି ଆତ୍ମା ତୁମ୍ଭମାନଙ୍କୁ ଜ୍ଞାନବାନ କରିବେ ଓ ଈଶ୍ୱରଙ୍କୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ। ତାହାହେଲେ, ତୁମ୍ଭେମାନେ ତାଙ୍କୁ ଜାଣିପାରିବ।


ସେହି ବାକ୍ୟ ମାନବ ଶରୀର ଧାରଣ କରି ଆମ ସହିତ ଜୀବନଯାପନ କଲେ। ସେ ଅନୁଗ୍ରହ ଓ ସତ୍ୟତାରେ ପରିପୂର୍ଣ୍ଣ ଥିଲେ। ଈଶ୍ୱରଙ୍କ ଅନ୍ୟ ପୁତ୍ର ସ୍ୱରୂପେ ସେ ଯେଉଁ ଅଲୌକିକ ମହିମା ପାଇଥିଲେ, ତାହା ଆମେ ଦେଖିଲୁ।


ଈଶ୍ୱର ଉକ୍ତ ଭାବବାଦୀମାନଙ୍କ ନିକଟରେ ପ୍ରକାଶ କଲେ ଯେ, ସେମାନେ ନିଜର ହିତ ପାଇଁ କିଛି କରୁ ନ ଥିଲେ। ସେମାନେ ଯାହା କହୁଥିଲେ, ତାହା ତୁମ୍ଭମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ସ୍ୱର୍ଗରୁ ପ୍ରେରିତ ପବିତ୍ରଆତ୍ମାଙ୍କ ଶକ୍ତିରେ ବର୍ତ୍ତମାନ ଯେଉଁ ବାର୍ତ୍ତାବହମାନେ ସୁସମାଚାର ପ୍ରଚାର କରୁଛନ୍ତି, ତୁମ୍ଭେମାନେ ଏବେ ସେମାନଙ୍କଠାରୁ ସେହିସବୁ କଥା ଶୁଣୁଛ- ଏହି ସମସ୍ତ ବିଷୟରେ ମର୍ମ ବୁଝିବା ପାଇଁ ସ୍ୱର୍ଗଦୂତମାନେ ମଧ୍ୟ ଇଚ୍ଛୁକ।


ତାଙ୍କଠାରେ ଅବିଚ୍ଛିନ୍ନଭାବେ ଐଶୀ ପ୍ରକୃତି ନିହିତ ଥିଲେ ସୁଦ୍ଧା, ସେ ସେହି ଅଧିକାରରେ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବାକୁ ଚେଷ୍ଟା କରି ନ ଥିଲେ।


ଯିଶାଇୟ ତାଙ୍କ ଦିବ୍ୟଦୃଷ୍ଟିରେ ଯୀଶୁଙ୍କ ମହିମା ବିଷୟରେ ପୂର୍ବରୁ ଅବଗତ ହୋଇ ଏହିପରି ଲେଖିଥିଲେ।


“ମୋର ପିତା ମୋତେ ସମସ୍ତ ବିଷୟ ଦେଇଛନ୍ତି। ପୁତ୍ର କିଏ, ପିତାଙ୍କ ଛଡ଼ା ଆଉ କିଏ ଜାଣେ ନାହିଁ ଏବଂ ପିତା କିଏ, ପୁତ୍ରଙ୍କ ଛଡ଼ା ଓ ପୁତ୍ର ଯେଉଁମାନଙ୍କଠାରେ ପ୍ରକାଶ କରିବାକୁ ଚାହାନ୍ତି, ସେମାନଙ୍କ ଛଡ଼ା ଆଉ କେହି ଜାଣେ ନାହିଁ।”


ତୁମକୁ ସେମାନଙ୍କର ଚକ୍ଷୁ ଖୋଲି ଦେବାକୁ ପଡ଼ିବ ଓ ସେମାନଙ୍କୁ ଅନ୍ଧାରରୁ ଆଲୋକକୁ ଓ ଶୟତାନର କବଳରୁ ପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ହେବ, ଯେପରି ମୋ’ଠାରେ ବିଶ୍ୱାସ କରିବା ଦ୍ୱାରା ସେମାନଙ୍କର ପାପ କ୍ଷମା ହେବ ଓ ପ୍ରଭୁଙ୍କ ମନୋନୀତ ଲୋକମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ’।


ପବିତ୍ରଆତ୍ମାଙ୍କ ଅନୁଗ୍ରହରୁ କେହି ବୁଦ୍ଧିମାନ ହୋଇ ବାକ୍ପଟୁ ହୁଏ ଓ ଆଉ କେହି ଜ୍ଞାନର କଥା କହେ।


ଯଦି ତୁମ୍ଭେମାନେ କାହାକୁ କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରିବି। ମୁଁ ଯଦି କୌଣସି ବିଷୟରେ କାହାକୁ କ୍ଷମା କରିଥାଏ, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ଯୋଗୁଁ କରିଥାଏ।


ମୁଁ ନିବେଦନ କରେ, ଯେପରି ତାଙ୍କର ଆଲୋକ ଦେଖିବା ନିମନ୍ତେ ତୁମ୍ଭମାନଙ୍କର ଅନ୍ତର୍ଦୃଷ୍ଟି ପ୍ରସନ୍ନ ହେବ। ଫଳରେ ଯେଉଁ ଭରସା ନିମନ୍ତେ ତୁମ୍ଭେମାନେ ତାଙ୍କ ଦ୍ୱାରା ଆହୂତ,


ଆମେ ତୁମକୁ ଉତ୍ସାହିତ କରିଥିଲୁ, ସାନ୍ତ୍ୱନା ପ୍ରଦାନ କରିଥିଲୁ, ପୁଣି ତୁମ୍ଭେମାନେ ଯେପରି ଈଶ୍ୱରଙ୍କ ଯୋଗ୍ୟ ଆଚରଣ କରି ତାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହେବା ପାଇଁ ତାଙ୍କର ଆହ୍ୱାନ ଗ୍ରହଣ କରିପାରିବ, ଏଥିନିମନ୍ତେ ଉତ୍ସାହ ଦେଇଥିଲୁ।


ଯେଉଁମାନେ ବିଶ୍ୱାସ ହରାଇଛନ୍ତି, ସେମାନେ ଅନୁତାପ କରି ପୁନର୍ବାର ଫେରି ଆସି ପାରିବେ କି? ସେମାନେ ଏକଦା ଈଶ୍ୱରଙ୍କ ଆଲୋକରେ ବାସ କରୁଥିଲେ, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇ, ପବିତ୍ରଆତ୍ମାଙ୍କୁ ଲାଭ କରିଥିଲେ,


Swiv nou:

Piblisite


Piblisite